ପ୍ରମୂଖ ଖବର
  • ସୁନ୍ଦରଗଡ଼ : ରାସ୍ତାରେ ହୁତୁ ହୁତୁ ହୋଇ ଜଳିଗଲା କୋଇଲା ବୋଝେଇ ଟ୍ରେଲର; ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର
  • ||
  • ସମ୍ବଲପୁର : ହୀରାକୁଦରୁ ନିଷ୍କାସନ ହେବ ବର୍ଷର ପ୍ରଥମ ବନ୍ୟାଜଳ, ଆସନ୍ତା ୬ରୁ ଖୋଲିବ ଗେଟ୍
  • ||
  • ସୁନ୍ଦରଗଡ଼ : ହାଇୱା-ଓମିନି ଭ୍ୟାନ୍‌ ମୁହାଁମୁହିଁ ଧକ୍କା:୨ ମୃତ, ୪ ଗୁରୁତର
  • ||
  • ହିମାଚଳ ପ୍ରଦେଶରେ ପ୍ରକୃତିର ତାଣ୍ଡବ; ୩୭ ମୃତ, ୪୦୦ କୋଟିରୁ ଅଧିକ କ୍ଷୟକ୍ଷତି
  • ||
  • ଇଣ୍ଡିଆ-ଇଂଲଣ୍ଡ ଦ୍ବିତୀୟ ଟେଷ୍ଟ,କ୍ୟାପ୍ଟେନ୍ ଶୁବମନଙ୍କ ଡବଲ ସେଞ୍ଚୁରୀ, ୫୧୦ ରନ୍‌ ପିଛା କରୁଛି ଘରୋଇ ଦଳ
  • ||
  • ମୟୂରଭଞ୍ଜ : କାଶିଆବେଡା ଗାଁରେ ଅଭାବନୀୟ ଘଟଣା, ଘରେ ପଶି ବୃଦ୍ଧଙ୍କୁ ଦଳିଦେଲା ଦନ୍ତା
  • ||
  • ଲଗାତାର ଘୂର୍ଣ୍ଣିବଳୟ, ଛାଡ଼ିବନି ବର୍ଷା : ଆଜି ସୁନ୍ଦରଗଡ଼କୁ ଅରେଞ୍ଜ, ୭ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି
  • ||
  • ସରି ଆସୁଛି ଜନ୍ମବେଦୀରେ ଲୀଳାଖେଳା; ଆଜି ସନ୍ଧ୍ୟା ଦର୍ଶନ, ଆଡ଼ପ ମଣ୍ଡପରେ ଶେଷ ଦିଅଁ ଦେଖା
  • ||
  • କଳାହାଣ୍ଡି : ଲଗାଣ ବର୍ଷାର ପ୍ରଭାବ: ଥୁଆମୂଳ ରାମପୁରର ସ୍ଥିତି ବେହାଲ, ଜନଜୀବନ ପ୍ରଭାବିତ
  • ||

ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ

Published By : Harapriya Sethi | December 12, 2024 7:56 AM

କଟକ,୧୨/୧୨: ଜିଲିଣ୍ଡା ଜାନିସାହିରେ ବଧୂହତ୍ୟା ଅଭିଯୋଗ ହୋଇଛି । ଝୁଲନ୍ତା ଅବସ୍ଥାରେ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତ ମହିଳା ଜଣକ ସୀମା ନାଏକ ୨୧ ବୋଲି ଜଣା ପଡ଼ିଛି । କଟକ ଜିଲ୍ଲା ନରସିଂହପୁର ବ୍ଲକ ଯୋଡୁମୁ ଥାନା ଅନ୍ତର୍ଗତ ଜିଲିଣ୍ଡା ଜାନିସାହିରେ ଏଭଳି ଘଟଣା ଘଟିଛି । 

ସୂଚନା ମୁତାବକ, ଯୋଡୁମୁ ଗ୍ରାମର ସିଧେଶ୍ୱର ନାଏକଙ୍କ ଝିଅ ସୀମା ନାଏକ ଜାନିସାହି ଗ୍ରାମର କୁଶ ନାଏକଙ୍କୁ ତିନି ବର୍ଷ ପୂର୍ବରୁ ବୈଦିକ ରୀତିରେ ବିବାହ କରିଥିଲେ । କିନ୍ତୁ ବିବାହ ପରେ ଅଧିକ ଯୌତୁକ ଦାବି କରି ବୋହୂକୁ ନିର୍ଯାତନା ଦେଇଥିଲେ ଶାଶୁଘର ଲୋକେ । ତେବେ ବୁଧବାର ତାଙ୍କ ଘରୁ ଝୁଲନ୍ତା ଅବସ୍ଥାରେ ସୀମାର ମୃତଦେହ ଉଦ୍ଧାର ହୋଇଥିଲା । ସୀମାକୁ ଶାଶୁଘର ଲୋକେ ହତ୍ୟା କରିଥିବା ସୀମାଙ୍କ ବାପଘର ପକ୍ଷରୁ ଯୋଡୁମୁ ଥାନାରେ ଅଭିଯୋଗ ହୋଇଛି ।



Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.