ପ୍ରମୂଖ ଖବର
  • ପଦରୁ ଇସ୍ତଫା ଦେଲେ ବିଷ୍ଣୁପଦ ସେଠୀ, ମୁଖ୍ୟ ଶାସନ ସଚିବଙ୍କୁ ଦେଲେ ପତ୍ର
  • ||
  • କଂଗ୍ରେସ ସଂକଳ୍ପ ସମାବେଶ ଯାତ୍ରା ବେଳେ ତଳେ ପଡିଗଲେ ପିସିସି ସଭାପତି ଭକ୍ତ ଦାସ
  • ||
  • ଖୁଡ଼ିର ପୁତୁରା ପାପ ସଂପର୍କ ବିରୋଧ କରିବା ପଡିଲା ମହଙ୍ଗା, ସ୍ବାମୀଙ୍କୁ ମାରିଦେଇଥିବା ଅଭିଯୋଗ
  • ||
  • IAS ବିଷ୍ଣୁପଦ ସେଠୀଙ୍କ ଘରେ ସିବିଆଇ ରେଡ୍, ବ୍ରିଜ୍ ଆଣ୍ଡ ରୁଫ୍ କମ୍ପାନୀ ଲିଙ୍କ୍‌କୁ ନେଇ ଖୋଳତାଡ଼
  • ||
  • ବାହାଘର ଭୋଜି ଖାଇବା ହେଲା କାଳ: ୩୦୦ ଅସୁସ୍ଥ, ୮୦ ଗୁରୁତର ବିଭିନ୍ନ ହସ୍‌ପିଟାଲରେ ଭର୍ତ୍ତି
  • ||
  • ଦେବଗଡ଼: ବିପଦରେ ଗଜରାଜ, ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଦନ୍ତା ହାତୀ ମୃତ
  • ||
  • କୁଜଙ୍ଗ ବଜାର ନିକଟରେ ଓଲଟିଲା ମଦ ବୋଝେଇ ଟ୍ରକ୍ , ହେଲପର୍ ମୃତ, ଡ୍ରାଇଭର ଆହତ
  • ||
  • ପୁରୀ: ବୁଧବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି, ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ
  • ||
  • ଏଫ୍‌ଆଇଏଚ୍‌ ପ୍ରୋ ଲିଗ୍‌: ଆଜି ଜର୍ମାନୀକୁ ଭେଟିବ ପୁରୁଷ ଭାରତୀୟ ଦଳ, ମହିଳା ଟିମ୍ ସ୍ପେନ୍‌କୁ ଦେବ ଟକ୍କର
  • ||
  • ଜ୍ଞାନେଶ କୁମାର ମୁଖ୍ୟ ନିର୍ବାଚନ କମିଶନର, ବୁଧବାର ସମ୍ଭାଳିବେ ଦାୟିତ୍ବ, ଆଜି ଅବସର ନେବେ ରାଜୀବ କୁମାର
  • ||
  • ଖରା ପାଇଁ ଉଚ୍ଚଶିକ୍ଷା ବିଭାଗର ମାର୍ଗଦର୍ଶିକା, କଲେଜ ଓ ବିଶ୍ୱବିଦ୍ୟାଳୟରେ ସକାଳୁଆ ପଢ଼ା, ନିଷ୍ପତ୍ତି ନେବେ
  • ||
  • ଆଜିଠୁ ଯୁକ୍ତ ଦୁଇ ବୋର୍ଡ ପରୀକ୍ଷା: ୧୨୭୬ କେନ୍ଦ୍ରରେ ୩ ଲକ୍ଷ ୯୩ ହଜାର ପରୀକ୍ଷାର୍ଥୀ,କପି ରୋକିବ ୩୫ ସ୍କ୍ୱାଡ ଡିପୋ
  • ||

ମୋବାଇଲ୍‌ରେ ଲାଇଭ୍‌ ଭିଡିଓ କରି ଯୁବକଙ୍କ ଆତ୍ମହତ୍ୟା, କାରଣ ଅସ୍ପଷ୍ଟ

Published By : Harapriya Sethi | January 6, 2025 1:27 PM

କେନ୍ଦୁଝର,୦୬/୦୧: ଦେଖିକି ର‌ହିବୁ, ମୁଁ ଯାଉଛି...ଏଭଳି କିଛି ଲାଇଭ୍ ଭିଡିଓରେ କହି ଆତ୍ମହତ୍ୟା କରିଛନ୍ତି ଯୁବକ । ଆତ୍ମହତ୍ୟା କରିଥିବା ଯୁବକ ଜଣକ ଘସିପୁରା ଥାନା ଅନ୍ତର୍ଗତ ଶୈଲଙ୍ଗ ଗ୍ରାମର ରଞ୍ଜନ ସାଙ୍କ ବଡ଼ପୁଅ ଓମ୍‌ପ୍ରସାଦ ସା ବୋଲି ଜଣାପଡ଼ିଛି । ସେ ନିଜ ମୋବାଇଲରେ ଲାଇଭ୍ ଭିଡିଓ କରି ଝୁଲି ପଡ଼ିଛନ୍ତି । ତାଙ୍କ ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ରହିଛି । ଏହି ଦୁଃଖଦ ଘଟଣାକୁ ନେଇ କେନ୍ଦୁଝର ଜିଲ୍ଲା ଆନନ୍ଦପୁର ଉପଖଣ୍ଡରେ ଚାଞ୍ଚଲ୍ୟ ଖେଳିଯାଇଛି । 

ସୂଚନା ମୁତାବକ, ଯୁବକ ଜଣକ ଶୈଲଙ୍ଗ ହୁଡ଼ିଠାରେ ଏକ ଗଛରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି । ତାଙ୍କ ଝୁଲନ୍ତା ମୃତଦେହ ଦେଖିବା ପରେ ପୋଲିକୁ ଖବର ଦେଇଥିଲେ ସ୍ଥାନୀୟଲୋକେ । ଖବର ପାଇ ଘସିପୁରା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଶବ ଜବତ କରି ଆନନ୍ଦପୁର ଉପଖଣ୍ଡ ଡାକ୍ତରଖାନାରେ ବ୍ୟବଚ୍ଛେଦ କରାଇ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଚଳାଇଛି । ଓମ୍ ଆତ୍ମହତ୍ୟା କରିବା ପୂର୍ବରୁ ନିଜ ମୋବାଇଲ ଫୋନ୍‌ରେ ଲାଇଭ୍ କରିଥିଲା । ଏହି ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି । ତେବେ କେଉଁ କାରଣରୁ ସେ ଆତ୍ମହତ୍ୟା କଲେ ତାହା ସ୍ପଷ୍ଟ ହୋଇନାହିଁ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.