ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ସେନାର ଅପରେସନ୍ ମହାଦେବକୁ ବଡ଼ ସଫଳତା, ଯବାନଙ୍କ ଗୁଳିରେ ୩ ଆତଙ୍କୀ ସଫା
  • ||
  • ଭୁବନେଶ୍ବର: ସତ୍ୟବିହାର ଅଞ୍ଚଳରେ ମହିଳା ହଷ୍ଟେଲରେ ଅଗ୍ନିକାଣ୍ଡ,ନିଆଁକୁ ଆୟତ୍ତ କଲେ ଅଗ୍ନିଶମ ଟିମ୍
  • ||
  • ରାଉରକେଲା : ଠିକା କର୍ମଚାରୀଙ୍କ ଆତ୍ମହତ୍ୟା ଉଦ୍ୟମ, ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି
  • ||
  • କେନ୍ଦ୍ରାପଡ଼ା: ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ; ବିଜ୍ଞାନ ଶିକ୍ଷକକୁ ନିଲମ୍ବନ କଲେ ଜିଲ୍ଲା ଶିକ୍ଷାଧିକାରୀ
  • ||
  • ବଳଙ୍ଗା ନାବାଳିକା ପୋଡ଼ି ମାମଲା: ବଢ଼ିଲା ସୁରକ୍ଷା, ପୀଡ଼ିତାଙ୍କ ଘରେ ପୁଲିସ ମୁତୟନ
  • ||
  • ବାଲେଶ୍ୱର : ଧାମରାରେ ମିସାଇଲ୍‌ ପ୍ରଳୟ-୬ର ସଫଳ ପରୀକ୍ଷଣ, ୧୫୦ ରୁ ୫୦୦ କିମି ଯାଏଁ କରିପାରିବ ଲକ୍ଷ୍ୟଭେଦ
  • ||
  • ନାଇଜେରିଆର ଡଙ୍ଗା ବୁଡ଼ି ୨୫ ମୃତ; ଅନେକ ନିଖୋଜ, ଡଙ୍ଗାରେ ଥିଲେ ମୋଟ୍ ୧୦୦ ଯାତ୍ରୀ
  • ||
  • ଫିଡେ ମହିଳା ଚେସ୍‌ ବିଶ୍ୱକପ୍‌ ଫାଇନାଲ୍‌: ଦିବ୍ୟା-ହମ୍ପି ଦ୍ୱିତୀୟ କ୍ଲାସିକାଲ ଗେମ୍‌ ଡ୍ର’, ଆଜି ଟାଇବ୍ରେକରେ ଫଳାଫଳ ନିର୍ଣ୍ଣୟ
  • ||
  • ଭଦ୍ରକରେ ବନ୍ୟା ବିତ୍ପାତ; ୪ ପଞ୍ଚାୟତରେ ୨ ଦିନ ସ୍କୁଲ୍‌ ଛୁଟି
  • ||
  • ଜର୍ମାନୀରେ ଲାଇନଚ୍ୟୁତ ହେଲା ଟ୍ରେନ; ୩ ମୃତ, ୩୪ ଆହତ
  • ||
  • ଉତ୍ତର ଓଡ଼ିଶାରେ ବନ୍ୟା: ୬ ଜିଲ୍ଲାରେ ୧୧ ହଜାର ଲୋକ ପ୍ରଭାବିତ, ପାଣିଘେରରେ ଯାଜପୁରର ୧୧ ପଞ୍ଚାୟତ
  • ||
  • ଜଗତସିଂହପୁର : ବାଇକ୍‌କୁ ପିଟିଲା ବସ୍‌; ଜଣେ ମୃତ, ଜଣେ ଗୁରୁତର
  • ||
  • ବାରାବାଙ୍କୀ ଅବସାନେଶ୍ୱର ଶିବ ମନ୍ଦିରରେ ଦଳାଚକଟା, ୨ ଶ୍ରଦ୍ଧାଳୁ ମୃତ
  • ||
  • ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଖସାପଡ଼ା ନୀତି, ଆଜି ଅପରାହ୍ନ ୬ଟାରୁ ରାତି ୧୦ ଦର୍ଶନ ମନା
  • ||
  • ଶ୍ରାବଣ ମାସର ତୃତୀୟ ସୋମବାରରେ ଚଳଚଞ୍ଚଳ ଧବଳେଶ୍ଵରଙ୍କ ପୀଠ, ଶ୍ରାବଣୀ ଲିଙ୍ଗରେ ଜଳଲାଗି କଲେ କାଉଡ଼ିଆ
  • ||

ହୋଟେଲରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ

Published By : Harapriya Sethi | July 26, 2025 1:17 PM

ଚଣ୍ଡିଖୋଲ,୨୬/୦୭: ହୋଟେଲରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର। ଯାଜପୁର ଜିଲ୍ଲା ଚଣ୍ଡିଖୋଲ ସ୍ଥିତ ମିଡ୍ଇଷ୍ଟ ହୋଟେଲରୁ ଜଣେ ଯୁବକଙ୍କ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର କରିଛି ପୁଲିସ । ମୃତ ଯୁବକ ଜଣକ ଖୋର୍ଦ୍ଧା ଜିଲ୍ଲା ବାଳକାଟି ଅଞ୍ଚଳର ଅଲିପ କୁମାର ସାହୁ ବୋଲି ଜଣାପଡ଼ିଛି । ଯୁବକଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବା ବେଳେ ଘଟଣା ସ୍ଥଳରେ ସାଇଣ୍ଟିଫିକ୍ ଟିମ୍‌ ସହ ତଦନ୍ତ ଚଳାଇଛି ବଡ଼ଚଣା ପୁଲିସ ।

ସୂଚନା ମୁତାବକ, ଅଲିପ କୁମାର ସାହୁ ଜଣେ ବ୍ୟବସାୟୀ ଅଟନ୍ତି । ସେ ଦୀର୍ଘ ଦିନ ଧରି ଚଣ୍ଡିଖୋଲ ସ୍ଥିତ ମିଡ୍ଇଷ୍ଟ ହୋଟେଲରେ ରହି ଆସୁଥିଲେ। ଶୁକ୍ରବାର ସନ୍ଧ୍ୟା ସମୟରେ ହୋଟେଲର ୱେଟର ଚା ନେଇ ରୁମ୍‌ର କବାଟ ବାଡେଇ ଥିଲେ । ହେଲେ ରୁମ୍ ଭିତରୁ ଲକ୍‌ ହୋଇଥିଲା । ହୋଟେଲ କର୍ତ୍ତୃପକ୍ଷଙ୍କ ସନ୍ଦେହ ହେବାରୁ ବଡ଼ଚଣା ପୁଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ ବଡ଼ଚଣା ଥାନା ଅଧିକାରାଣୀ ମଧୁସ୍ମିତା ବେହେରା ପହଞ୍ଚି ରୁମ୍ ଖୋଲିବା ପରେ ଝୁଲନ୍ତା ଅବସ୍ଥାରେ ଯୁବକଙ୍କ ମୃତଦେହ ଦେଖିବାକୁ ପାଇଥିଲେ। ଯୁବକଙ୍କ ମୃତଦେହ ଉଦ୍ଧାର କରିଥିଲେ । ଏସମ୍ପର୍କରେ ଜାଣିବାକୁ ପାଇ ଘଟଣାସ୍ଥଳରେ ଯୁବକଙ୍କ ପରିବାର ଲୋକେ ପହଞ୍ଚି ବଡ଼ଚଣା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ତେବେ କେଉଁ କାରଣରୁ ଯୁବକଙ୍କ ମୃତ୍ୟୁ ହୋଇଛି, ସେ ନେଇ ଘଟଣାସ୍ଥଳରେ ବଡ଼ଚଣା ପୁଲିସ ଓ ସାଇଣ୍ଟିଫିକ୍ ଟିମ୍ ତଦନ୍ତ ଚଳାଇଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.