PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବରଗଡ଼: ବରଗଡ଼ରେ ଲାଇନ୍‌ଚ୍ୟୁତ୍ ହେଲା ଚୂନପଥର ବୋଝେଇ ମାଲବାହୀ ଟ୍ରେନ୍, ଟ୍ରାକ୍‌ରୁ ଖସିଲା ୫ ୱାଗନ୍
  • ||
  • ବାଲେଶ୍ୱର : ଶବକୁ ନେଇ ସାଂଘାତିକ ଖେଳ: ଆଉ କାହାର ଶବକୁ ଧରି ସ୍ତ୍ରୀ କହିଲା ସ୍ୱାମୀ ମୋର, ଦିଅ ଟଙ୍କା…
  • ||
  • ଭୁବନେଶ୍ୱର : କୋଲକାତା ଓ ଆସାମ ଫେରିଲେ ଯାତ୍ରୀ, ବସ୍‌ ସେବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ
  • ||
  • ସୋର: ବାହାନଗାରେ ସ୍ଵାଭାବିକ ହେଲା ଟ୍ରେନ୍ ଚଳାଚଳ, ଗଡ଼ିଲା ୩ଟି ଟ୍ରେନ୍
  • ||
  • ବାଲେଶ୍ୱର : ବାହାନଗା ଟ୍ରେନ୍‌ ଦୁର୍ଘଟଣା: ୨୮୫ ଜଣ ନେଲେଣି ୩.୨୨ କୋଟିର ଅନୁକମ୍ପା ରାଶି
  • ||
  • ଭୁବନେଶ୍ୱର: ବାହାନଗା ବିଭୀଷିକା: ପ୍ରତିଶ୍ରୁତି ପୂରଣ କରିପାରିଲାନି ସ୍ୱାମୀ, ମଙ୍ଗଳସୂତ୍ର ଦେବା ପୂର୍ବରୁ ଚାଲିଗଲା ଜୀବନ
  • ||
  • ପୁରୀ: ରଥଖଳା ହାଲ୍‌ଚାଲ୍‌…ବୁଲିଲା ଚଉଦ ନାହାକା, ଉଠିଲା ୨ୟ ଭୂଇଁ
  • ||
  • ପୁରୀ: ଅଣସର ଘରେ ମହାପ୍ରଭୁଙ୍କ ଗୁପ୍ତ ପୂଜା ଆରମ୍ଭ, ଶ୍ରୀମନ୍ଦିରକୁ ବିଜେ କଲେ ପଟିଦିଅଁ: ଆଜିଠୁ ଶ୍ରୀଅଲାରନାଥ ଦର୍ଶନ
  • ||

୫-ଟି ଉପକ୍ରମରେ ହରେକୃଷ୍ଣ ମହତାବ ରାଜ୍ୟ ପାଠାଗାରର ନବୀକରଣ କରାଯିବ, ୱାଇଫାଇ ସହିତ ଫୁଡ୍‌କୋର୍ଟ ସୁବିଧା ମିଳିବ

ଭୁବନେଶ୍ୱର ୨୬/୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଶ୍ରୀ ଭି.କେ. ପାଣ୍ଡିଆନ ଆଜି ଭୁବନେଶ୍ବରର ହରେକୃଷ୍ଣ ମହତାବ ରାଜ୍ୟ ପାଠାଗାର ପରିଦର୍ଶନରେ ଯାଇଥିଲେ । ସେଠାରେ ସେ ଛାତ୍ରଛାତ୍ରୀ ମାନଙ୍କ ସହିତ ସେମାନଙ୍କର ସୁବିଧା ଅସୁବିଧା ସଂପର୍କରେ ଆଲୋଚନା କରିଥିଲେ । ହରେକୃଷ୍ଣ ମହତାବ ରାଜ୍ୟ ପାଠାଗାର ରାଜ୍ୟର ଏକ ପ୍ରମୁଖ ପାଠାଗାର ଏବଂ ପ୍ରତିଦିନ ଏଠାକୁ ଶହ ଶହ ଛାତ୍ରଛାତ୍ରୀ ତଥା ବିଭିନ୍ନ ପ୍ରତିଯୋଗିତାମୂଳକ ପରୀକ୍ଷା ପାଇଁ ପ୍ରସ୍ତୁତ ହେଉଥିବା ଯୁବ ବର୍ଗ ଓ ସାଧାରଣ ଲୋକ ଅଧ୍ୟୟନ ପାଇଁ ଆସିଥାନ୍ତି ।

ଏହି ପାଠାଗାରଟି ପୂରୁଣା ହୋଇଯାଇଥିବାରୁ, ଏହାର ପୁନରୁଦ୍ଧାର କରାଯାଇ ଚୌକି, ଟେବୁଲ ଓ ଅନ୍ୟ ଆସବାବପତ୍ରର ନବୀକରଣ ସହ ଚଟାଣ ଓ ବିଭିନ୍ନ ସିଭିଲ ଷ୍ଟ୍ରକଚରର ମଧ୍ୟ ଉନ୍ନତି କରାଯିବ । ତା ସହିତ ପୁସ୍ତକ ଗୁଡିକ ଅତ୍ୟାଧୁନିକ ପଦ୍ଧତିରେ ସଂରକ୍ଷଣ ସହ ସଂପୂର୍ଣ୍ଣ ପାଠାଗାରକୁ ବାତାନୁକୂଳିତ କରାଯିବ। ପାଠାଗାର ପରିସରରେ ଥିବା ନୂତନ କୋଠାରେ ଆସବାବପତ୍ର ଓ ବାତାନୁକୂଳ ବ୍ୟବସ୍ଥା କରାଯାଇ ଅଧିକ ସଂଖ୍ୟକ ଛାତ୍ରଛାତ୍ରୀ ଓ ଜନସାଧାରଣ ଯେଭଳି ସୁବିଧାରେ ଅଧ୍ୟୟନ କରିପାରିବେ, ସେଥିପାଇଁ ପଦକ୍ଷେପ ନିଆଯିବ। ଲାଇବ୍ରେରୀ ପ୍ରାଙ୍ଗଣର ଲ୍ୟାଣ୍ଡ ସ୍କେପିଂ କରାଯିବ। ତା ସହିତ ଲାଇବ୍ରେରୀକୁ ଆସୁଥିବା ଛାତ୍ରଛାତ୍ରୀ ଓ ଜନସାଧାରଣଙ୍କ ପାଇଁ ଫୁଡକୋର୍ଟ ଖୋଲାଯିବ ଓ ମିଶନ ଶକ୍ତି ପକ୍ଷରୁ କାଫେଟେରିଆ ମଧ୍ୟ କରାଯିବ । ଏତ୍‌ଦବ୍ୟତୀତ ଛାତ୍ରଛାତ୍ରୀ ମାନଙ୍କ ସୁବିଧା ପାଇଁ ଆହାର କେନ୍ଦ୍ର ମଧ୍ୟ ଖୋଲାଯିବ।

ଲାଇବ୍ରେରୀକୁ ଆସୁଥିବା ଛାତ୍ରଛାତ୍ରୀ ମାନେ, ମୁଖ୍ୟତଃ ବିଭିନ୍ନ ପ୍ରତିଯୋଗୀତାମୂଳକ ପରୀକ୍ଷା ପାଇଁ ପ୍ରସ୍ତୁତ ହେଉଥିବାରୁ ଲାଇବ୍ରେରୀରେ ପର୍ଯ୍ୟାପ୍ତ କମ୍ପିଟେଟିଭ୍ ମାଗାଜିନ୍ ରଖାଯିବ ଏବଂ ସଂପୂର୍ଣ୍ଣ ଲାଇବ୍ରେରୀକୁ IT Enabled Smart Management ଦ୍ବାରା ପରିଚାଳିତ କରାଯିବ। ଏତ୍‌ଦବ୍ୟତୀତ କ୍ୟାରିୟର କାଉନସେଲିଂ ପାଇଁ ବିଭିନ୍ନ କ୍ଷେତ୍ରରେ କୃତୀତ୍ବ ଅର୍ଜନ କରିଥିବା ବ୍ୟକ୍ତିତ୍ବ ମାନଙ୍କ ଦ୍ବାରା ମୋଟିଭେସନାଲ୍ ଟକର ଆୟୋଜନ ମଧ୍ୟ ନିୟମିତ ଭାବରେ କରାଯିବ। ବିଭିନ୍ନ ପ୍ରତିଯୋଗିତାମୂଳକ ପରୀକ୍ଷା ନିମନ୍ତେ ପ୍ରସ୍ତୁତ ହେଉଥିବା ଛାତ୍ରଛାତ୍ରୀଙ୍କ ପାଇଁ ଏହା ବିଶେଷ ସହାୟକ ହେବ।

ହରେକୃଷ୍ଣ ମହତାବ ରାଜ୍ୟ ଲାଇବ୍ରେରୀରେ ୱାଇଫାଇ ବ୍ୟବସ୍ଥା ଉପଲ୍‌ବଧ କରାଯିବ। ରାଜ୍ୟ ପାଠାଗାରରେ ଭିଡ କମାଇବା ପାଇଁ ବାପୁଜୀ ନଗରରେ ଜନ ଲାଇବ୍ରେରୀ ଖୋଲାଯିବ। ସେଠାରେ ଅତ୍ୟାଧୁନିକ ସୁବିଧା ସୁଯୋଗର ବିକାଶ କରାଯିବ। ସେଠାରେ ମଧ୍ୟ ଫୁଡକୋର୍ଟର ବ୍ୟବସ୍ଥା ରଖାଯିବ। ଏହି କାର୍ଯ୍ୟକ୍ରମଟି ୫-ଟି ଉପକ୍ରମରେ ଓଡିଶା ମାଇନିଂ କର୍ପୋରେସନ ଦ୍ବାରା କାର୍ଯ୍ୟକାରୀ କରାଯିବ। ୫-ଟି ସଚିବଙ୍କ ଗସ୍ତ ସମୟରେ ଓଏମସିର ପରିଚାଳନା ନିର୍ଦ୍ଦେଶକ, କଲ୍ଚର ଡିପାର୍ଟମେଣ୍ଟର ନିର୍ଦ୍ଦେଶକ ଓ ଅନ୍ୟାନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ ।