ପ୍ରମୂଖ ଖବର
  • ମେକ୍ସିକୋ ଏବଂ ଇୟୁ ଉପରେ ଟାରିଫ୍‌ ବୋମା ପକାଇଲେ ଟ୍ରମ୍ପ, ଲାଗିବ ୩୦ ପ୍ରତିଶତ ଶୁଳ୍କ
  • ||
  • ପ୍ରଥମ ଥର ଟି-୨୦ ବିଶ୍ୱକପ୍ ପାଇଁ ଯୋଗ୍ୟତା ଅର୍ଜନ କଲା ଇଟାଲୀ, ନେଦରଲ୍ୟାଣ୍ଡସକୁ ବି ମିଳିଲା ସୁଯୋଗ
  • ||
  • ଏଫଏମ କଲେଜ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା ; କଲେଜ ଅଧ୍ୟକ୍ଷ ନିଲମ୍ବିତ, ଏଚଓଡି ଗିରଫ
  • ||
  • ବ୍ରହ୍ମପୁର ରେଳ ଷ୍ଟେସନରୁ ୨ ଜଣଙ୍କ ମୃତଦେହ ଉଦ୍ଧାର, ବିଷ ପିଇ ଜୀବନ ହାରିଥିବା ସନ୍ଦେହ
  • ||
  • ନୀଳଗିରି ବ୍ଲକ ତେଲିପାଳ ପଞ୍ଚାୟତ ଋଷିଆ କେନାଲରେ ଅଘଟଣ, ବଜ୍ରପାତରେ ୩ ମୃତ
  • ||
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ଫୁଲନଖରା ଆଇଏମ୍‌ଏସ୍‌ ଆଣ୍ଡ ସମ ହସ୍ପିଟାଲରେ ‘ହାର୍ଣ୍ଣିଆ ମାଷ୍ଟର କ୍ଲାସ’

Published By : Ladu Kishor | March 27, 2025 10:45 PM

ଭୁବନେଶ୍ୱର ୨୭/୦୩: ହାର୍ଣ୍ଣିଆ ରୋଗର ଉପଚାର ନିମନ୍ତେ ଉପଲବ୍ଧ ଅତ୍ୟାଧୁନିକ ଚିକିତ୍ସା ପଦ୍ଧତି ଉପରେ ଫୁଲନଖରା ସ୍ଥିତ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମେଡିକାଲ୍‌ ସାଇନ୍‌ସେସ୍‌ ଆଣ୍ଡ ସମ୍‌ ହସ୍ପିଟାଲ୍‌-୨ ଠାରେ ମଙ୍ଗଳବାର ଏକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । 

‘ହାର୍ଣ୍ଣିଆ ମାଷ୍ଟର କ୍ଲାସ୍‌’ ଭାବେ ନାମିତ ଏହି କର୍ମଶାଳାରେ ହସ୍ପିଟାଲର ଶଲ୍ୟ ଚିକିତ୍ସକ ଓ ପୋଷ୍ଟ ଗ୍ରାଜୁଏଟ ଛାତ୍ରଛାତ୍ରୀ ଯୋଗ ଦେଇଥିଲେ । ନୂଆଦିଲ୍ଲୀ ସ୍ଥିତ ମାକ୍ସ ସୁପର ସ୍ପେଶିଆଲିଟି ହସ୍ପିଟାଲର ଲେଜର, ଲାପ୍ରାସ୍କୋପିକ ଓ ରୋବୋଟିକ ସର୍ଜନ ପ୍ରଫେସର (ଡାକ୍ତର) ନୀରଜ ଗୋୟଲ ଏହି କର୍ମଶାଳାରେ ମୁଖ୍ୟ ପ୍ରଶିକ୍ଷକ ଭାବେ ଯୋଗ ଦେଇଥିଲେ । ନିଜର ବକ୍ତବ୍ୟରେ ପ୍ରଫେସର (ଡାକ୍ତର) ଗୋୟଲ ହାର୍ଣ୍ଣିଆ ଅସ୍ତ୍ରୋପଚାରରେ ବ୍ୟବହୃତ ହେଉଥିବା ନୂତନ ପ୍ରୟୋଗ ବିଷୟରେ ଆଲୋଚନା କରି ନୂତନ ଧରଣର ଆବଡୋମିନାଲ୍‌ ମେଶ ବିଷୟରେ ତଥ୍ୟ ରଖିଥିଲେ ।

ଏହି କର୍ମଶାଳାର ଆରମ୍ଭରେ ଓଡ଼ିଶା ସ୍ୱାସ୍ଥ୍ୟ ବିଶ୍ୱବିଦ୍ୟାଳୟର କୁଳପତି ତଥା ବିଶିଷ୍ଟ ଶଲ୍ୟ ଚିକିତ୍ସକ ପ୍ରଫେସର (ଡାକ୍ତର) ମାନସ ରଞ୍ଜନ ସାହୁ ଯୋଗ ଦେଇ ଏହି ପ୍ରକାର କର୍ମଶାଳାର ଆୟୋଜନର ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରିଥିଲେ ।

ସୋଆର କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ଏପରି କର୍ମଶାଳାର ଅନେକ ଗୁରୁତ୍ୱ ରହିଥିବା ପ୍ରକାଶ କରିଥିଲେ । ଏପର୍ଯ୍ୟନ୍ତ ସୋଆ ବିଶ୍ୱବିଦ୍ୟାଳୟରେ ୫୫୦ରୁ ଊଦ୍ଧ୍ୱର୍ କର୍ମଶାଳା ଓ ଆଲୋଚନାଚକ୍ର ଓ ୯୦ ରୁ ଅଧିକ ଆନ୍ତର୍ଜାତିକ ସମ୍ମିଳନୀ ଆୟୋଜିତ ହୋଇଥିବା ସେ କହିଥିଲେ ।

ଏହି କାର୍ଯ୍ୟକ୍ରମରେ ସୋଆର ଉପକୁଳପତି ପ୍ରଫେସର (ଡାକ୍ତର) ପ୍ରସେନଜିତ ମହାନ୍ତି, ଫୁଲନଖରା ଆଇଏମଏସ୍‌ ଆଣ୍ଡ ସମ୍‌ ହସ୍ପିଟାଲ-୨ର ଡିନ୍‌ ପ୍ରଫେସର (ଡାକ୍ତର) ଅରକ୍ଷିତ ସ୍ୱାଇଁ, ମେଡିକାଲ୍‌ ସୁପରିଟେଣ୍ଡେଂଟ ପ୍ରଫେସର (ଡାକ୍ତର) ରାଜେଶ କୁମାର ଲେଙ୍କା, ସର୍ଜରୀ ବିଭାଗ ମୁଖ୍ୟ ପ୍ରଫେସର (ଡାକ୍ତର) ମହମ୍ମଦ ଜାଭେଦ ଅଖତାର ଓ ସର୍ଜରୀ ବିଭାଗ ଆସୋସିଏଟ୍‌ ପ୍ରଫେସର (ଡାକ୍ତର) ଚିନ୍ମୟ ରଞ୍ଜନ ବେହେରା ବକ୍ତବ୍ୟ ରଖିଥିଲେ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.