ପ୍ରମୂଖ ଖବର
  • ମାଲକାନଗିରି ଜିଲ୍ଲାରେ ଭିଷଣ ବର୍ଷା, ନଦୀରେ ବନ୍ୟା ଜଳ ଯୋଗୁଁ ଯୋଗାଯୋଗ ବିଛିନ୍ନ
  • ||
  • ବୌଦ୍ଧ : ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀର ଗଳା କାଟି ହତ୍ୟା କଲା ନୃଶଂସ ସ୍ବାମୀ
  • ||
  • ଖଣ୍ଡପଡ଼ା : ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ମରଣାନ୍ତକ ଆକ୍ରମଣ, ଯୁବକ ଗୁରୁତର
  • ||
  • ଭୁବନେଶ୍ବର : ପଡୋଶୀଙ୍କୁ ବନ୍ଧୁକ ଦେଖାଇଲେ ଯୁବକ, ଅଭିଯୁକ୍ତ ଗିରଫ
  • ||
  • ଚିତ୍ରକୋଣ୍ଡା : ମାଟି ଅତଡ଼ା ଧସି ରାସ୍ତା ଅବରୋଧ, ଯାତାୟତ ଠପ୍‌
  • ||
  • ସୋର : ଆଇନଜୀବୀଙ୍କ ଘରୁ ଚୋରି, ଲକ୍ଷାଧିକ ଟଙ୍କାର ସୁନା ଗହଣା ଓ ନଗଦ ୨୦ ହଜାର ଟଙ୍କା ଲୁଟି ନେଲେ ଦୁର୍ବୃତ୍ତ
  • ||
  • ଢେଙ୍କାନାଳ: ଅସହାୟ ଯୁବତୀଙ୍କୁ ମାସାଧିକକାଳ ଗଣଦୁଷ୍କର୍ମ ଘଟଣା: ୪ ଅଭିଯୁକ୍ତଙ୍କୁ ଉଠାଇ ଆଣିଲା ପୁଲିସ, ୨ ଫେରାର୍
  • ||
  • ଭଦ୍ରକ: ବାଇକ୍‌କୁ ଧକ୍କା ଦେଲା ଟ୍ରକ୍, ଦୁର୍ଘଟଣାସ୍ଥଳରେ ଚାଲିଗଲା ଦୁଇ ଜୀବନ
  • ||
  • ବାଲେଶ୍ୱର : ଖଡ଼ୁପାହି ବେଳାଭୂମିରୁ ମିଳିଲା ଅଜଣା ମହିଳାଙ୍କ ମୃତଦେହ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • କେନ୍ଦ୍ରାପଡ଼ା ୨୨ ଗାଁରେ କୁକୁଡ଼ା ମରା ଅଭିଯାନ: ପୋତାଗଲା ୪ ହଜାର କୁକୁଡ଼, ଚିକେନ୍‌-ଅଣ୍ଡା ବିକ୍ରି ଉପରେ କଟକଣା
  • ||
  • ନବରଙ୍ଗପୁର : ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ଚାଲିଗଲା ଯୁବକଙ୍କ ଜୀବନ, ମୃତ୍ୟୁସଂଖ୍ୟା ୩କୁ ବୃଦ୍ଧି
  • ||
  • କୋରାପୁଟ : ଜଲାପୁଟ ଡ୍ୟାମ୍‌ର ଖୋଲିଲା ୬ଟି ଗେଟ୍‌, ସ୍ପିଲ୍‌ ୱେ ଡ୍ୟାମ୍‌ ଏବଂ ମୁଖ୍ୟ ଡ୍ୟାମ୍‌ ଦେଇ ୨୩,୦୦୦ କ୍ୟୁସେକ ଜଳ ନିଷ୍କାସିତ
  • ||
  • ଭୁବନେଶ୍ୱର: କେଶରୀ ଏନକ୍ଲେଭରେ ବୋମାମାଡ଼, ପାର୍ବଣ ସମୟରେ ପୁଲିସକୁ ଚ୍ୟାଲେଞ୍ଜ
  • ||
  • ବଙ୍ଗୋପସାଗରରେ ଗଭୀର ଅବପାତ: ଉପକୂଳକୁ ଭୀଷଣ, ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କତା ଜାରି କଲେ SRC
  • ||
  • ବୌଦ୍ଧ : ସାପ କାମୁଡ଼ାରେ ତିନି ନାବାଳିକା ଝିଅଙ୍କ ମୃତ୍ୟୁ, ବାପା ଗୁରୁତର
  • ||

ଗୋମାଂସ ଖାଇବା ସନ୍ଦେହରେ ପ୍ରବାସୀଙ୍କୁ ପିଟିପିଟି ହତ୍ୟା! ଘଟଣାକୁ ତୀବ୍ର ନିନ୍ଦା କଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୦୧/୦୯:  ହରିୟାଣାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋମାଂସ ଖାଇବା ସନ୍ଦେହରେ ପ୍ରବାସୀଙ୍କୁ ପିଟିପିଟି ହତ୍ୟା । ତେବେ ପୋଲିସ ଘଟଣାକୁ ଗୁରୁତର ସହ ନେଇ ଏହି ମାମଲାରେ ୭ ଜଣଙ୍କୁ ଗିରଫ କରିଛି । ସେମାନଙ୍କ ମଧ୍ୟରେ ଦୁଇ ଜଣ ନାବାଳକ ମଧ୍ୟ ରହିଛନ୍ତି । ସେପଟେ ଏଭଳି ଘଟଣାକୁ ନିନ୍ଦା କରିଛନ୍ତି ମୁଖ୍ୟମନ୍ତ୍ରୀ ନାୟବ ସିଂ ସୈନି ।

ସୂଚନା ମୁତାବକ, ହରିୟାଣାର ଚରଖି ଦାଦ୍ରିର ବାଢଡାରେ ଜଣେ ପ୍ରବାସୀଙ୍କୁ ପିଟିପିଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଗୋମାଂସ ଖାଇବା ସନ୍ଦେହରେ ଏପରି କରାଯାଇଥିବା ଜଣାପଡ଼ିଛି । ଏହାର ଏକ ଭିଡିଓ ମଧ୍ୟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି । ଭିଡିଓ ଭାଇରାଲ ହେବା ମାତ୍ରେ ଆକ୍ସନ ମୋଡକୁ ଆସିଛି ପୋଲିସ । ମୃତକଙ୍କ ସମ୍ପର୍କୀୟଙ୍କ ଏତଲା ଆଧାରରେ ପୋଲିସ ମାମଲା ରୁଜୁ କରିଛି । ଏହାସହ ସମ୍ପୃକ୍ତ ଥିବା ୭ ଜଣଙ୍କୁ ଗିରଫ ଗିରଫ କରିଛି ପୋଲିସ । ସେପଟେ ପ୍ରବାସୀଙ୍କ ମଧ୍ୟରେ ଭୟର ବାତାବରଣ ଥିବାବେଳେ ପୋଲିସ ପକ୍ଷରୁ ସେମାନଙ୍କ ସୁରକ୍ଷା ବନ୍ଦୋବସ୍ତ କରାଯାଇଛି । ଡିଏସପି ଭାରତ ଭୂଷଣ କହିଛନ୍ତି, "ଏପରି ଘଟଣାର ଯେପରି ପୁନରାବୃତ୍ତି ନହେବା ସେଥିପ୍ରତି ପୋଲିସ ସଜାଗ ରହିଛି ।"

ଏନେଇ ହରିୟାଣା ମୁଖ୍ୟମନ୍ତ୍ରୀ ନାୟବ ସିଂ ସୈନି ଏହି ଘଟଣାକୁ ନିନ୍ଦା କରିଛନ୍ତି । ସେ କହିଛନ୍ତି, "ଏଭଳି ଆଚରଣ ଆଦୌ ଗ୍ରହଣୀୟ ନୁହେଁ । ଗୋମାତାଙ୍କ ସୁରକ୍ଷା ପାଇଁ ଆଇନ ଅଛି । ଯଦି କାହାରିକୁ ଗୋମାତା ଅସୁରକ୍ଷିତ ଥିବା ମନେ ହେଉଛି, ତେବେ ସେମାନେ ଆଇନର ଆଶ୍ରୟ ନେଇପାରିବେ । ହେଲେ ତଥାପି ଯଦି ସେମାନଙ୍କୁ ଏମିତି ଲାଗିବ କିଏ ତାଙ୍କୁ ରୋକିବ? ଗୋମାତାଙ୍କ ପ୍ରତି ଗାଁ ଲୋକଙ୍କ ଏତେ ଶ୍ରଦ୍ଧା ଯେ ଏଭଳି ଖବର ସେମାନେ ପାଇ ଉତ୍ତ୍ୟକ୍ତ ହେଲେ ଗାଁ ଭିତରେ କ'ଣ ହେଉଛି କ'ଣ ନହେଉଛି ସେକଥା କେମିତି ବା ଜଣାପଡିବ? ହେଲେ ଏଭଳି ଘଟଣାକୁ ମୁଁ ତୀବ୍ର ନିନ୍ଦା କରୁଛି ।" 


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.