ପ୍ରମୂଖ ଖବର
  • ସିଂହଦ୍ବାର ସମ୍ମୁଖରେ ଲାଗିଲା ତିନି ରଥ, ଗୁଣ୍ଡିଚା ଯାତ୍ରା ସାରି ବାହୁଡ଼ିଲେ ଶ୍ରୀଜିଉ
  • ||
  • ପୁରୀ: ନବଦିନାତ୍ମକ ଯାତ୍ରା ସାରି ବାହୁଡିବେ ନୀଳାଦ୍ରିନାଥ, ବାହୁଡ଼ାଦିଅଁଙ୍କ ପହଣ୍ଡି ବିଜେ
  • ||
  • ସୁନ୍ଦରଗଡ଼: ପ୍ରେମ କଳିକୁ ନେଇ ଡବଲ ମର୍ଡର, ପ୍ରେମିକା ଓ ତାର ସହପାଠୀକୁ ଛୁରୀ ଭୁସି ହତ୍ୟା କଲା ଡ୍ରାଇଭର୍ ପ୍ରେମିକ
  • ||
  • ଭୁବନେଶ୍ୱର: କଳାଭୂମି ନିକଟରେ ବୃଦ୍ଧଙ୍କ ଉପରେ ମାଡିଗଲା ବାଲି ବୋଝେଇ ଟ୍ରକ୍‌, ଘଟଣାସ୍ଥଳରେ ଚାଲିଗଲା ଜୀବନ
  • ||
  • ୱିମ୍ବଲଡନ ଟାଇଟଲ ଲଢ଼େଇ: ଭେଟେରାନ ଜୋକୋଭିକଙ୍କୁ ହରାଇ କାର୍ଲୋସ ଅଲକାରାଜ ଚାମ୍ପିଅନ୍
  • ||
  • ସୋମବାରଠୁ ସିବିଏସ୍‌ଇ ସପ୍ଲିମେଣ୍ଟାରୀ ପରୀକ୍ଷା, ଉଭୟ ଦଶମ ଓ ଦ୍ୱାଦଶ ଛାତ୍ରଛାତ୍ରୀ ଦେବେ ଏକ୍ସଜାମ୍
  • ||
  • ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ: ଆଜି ଦକ୍ଷିଣ- ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ଜନ୍ମବେଦିରୁ ଶ୍ରୀମନ୍ଦିରକୁ ବାହୁଡିବେ ଚତୁର୍ଦ୍ଧାମୂର୍ତ୍ତି: ୧୨ଟାରେ ପହଣ୍ଡି, ୪ଟାରେ ରଥ ଟଣା
  • ||

ହାଥରସ ଦଳାଚକଟା ଘଟଣା, ୩ ଶହ ପୃଷ୍ଠାର ରିପୋର୍ଟ ଦାଖଲ କଲା ଏସଆଇଟି

ନୂଆଦିଲ୍ଲୀ,୯/୭: ଉତ୍ତରପ୍ରଦେଶର ହାଥରସ ଦଳାଚକଟା ଘଟଣା। ଏନେଇ ରିପୋର୍ଟ ଦାଖଲ କଲା ଏସଆଇଟି । ୩ ଶହ ପୃଷ୍ଠା ବିଶିଷ୍ଟ ଏକ ରିପୋର୍ଟ ଏସଆଇଟି ଦାଖଲ କରିଛି ।   ତେବେ ସତସଙ୍ଗ ଆୟୋଜନ କରିଥିବା କମିଟିକୁ ଏଥିରେ ଦାୟୀ କରାଯାଇଛି । ସମସ୍ତ ଆନୁସଙ୍ଗିକ ବ୍ୟବସ୍ଥା ନ ହୋଇ ଏହାର ଆୟୋଜନ କେମିତି ହୋଇଥିଲା ତାହା ମଧ୍ୟ  ରିପୋର୍ଟରେ ରହିଛି । ଅନୁମତିଠାରୁ ଅଧିକ ଲୋକେ ସେଠାରେ ଉପସ୍ଥିତ ଥିବା ଦର୍ଶାଇଛି ଏସଆଇଟି । ମାତ୍ର ଏହି ୩ଶହ ପୃଷ୍ଠାର ରିପୋର୍ଟରେ ଭୋଲେ ବାବାଙ୍କ ନାଁ ଥରେ ବି ଉଲ୍ଲେଖ ହୋଇନାହିଁ।

ଏସଆଇଟି ନିଜ ୩ ଶହ ପୃଷ୍ଠାର ରିପୋର୍ଟରେ ୧୧୯ ଜଣଙ୍କ ବୟାନ ରେକର୍ଡ କରିଛି। ଏଥିରେ ହାଥରସର ଡିଏମ୍‌, ଏସ୍‌ପି, ସତସଙ୍ଗ ଅନୁମତି ଦେଇଥିବା ଏସ୍‌ଡିଏମ୍‌, ସତସଙ୍ଗରେ ମୁତୟନ ପୁଲିସ୍‌ କର୍ମୀଙ୍କ ବୟାନ ରେକର୍ଡ କରାଯାଇଛି। ଏହାକୁ ବାଦ ଦେଲେ ମୃତକଙ୍କ ପରିବାରବର୍ଗ ଓ ଗୁରୁତର ହୋଇଥିବା ଶ୍ରଦ୍ଧାଳୁଙ୍କ ବୟାନ ମଧ୍ୟ ରେକର୍ଡ କରାଯାଇଛି। ଏହି ସତସଙ୍ଗ ନିମନ୍ତେ ୮୦ ହଜାର ଲୋକଙ୍କ ସମାଗମ ନିମନ୍ତେ ଆୟୋଜକଙ୍କୁ ଅନୁମତି ମିଳିଥିଲା। ମାତ୍ର ଏଥିରେ ପ୍ରାୟ ୨ ଲକ୍ଷରୁ ଅଧିକ ଲୋକ ଏକତ୍ରିତ ହୋଇଥିଲେ। ଆୟୋଜକ କମିଟି ଏଥି ନିମନ୍ତେ ପୂର୍ବ ପ୍ରସ୍ତୁତି କରି ନ ଥିବା ବେଳେ ଅତ୍ୟଧିକ ଭିଡ଼ ହେତୁ ପରିସ୍ଥିତି ଅସମ୍ଭାଳ ହୋଇଥିଲା । ଏହାସତ୍ତ୍ୱେ ଘଟଣାସ୍ଥଳରେ ଉପସ୍ଥିତ ଅଧିକାରୀ ଓ ପୁଲିସ୍‌ କର୍ମୀ ଏହାକୁ ଗୁରୁତର ସହ ନେଇ ନ ଥିଲେ କି ଭିଡ଼କୁ ନିୟନ୍ତ୍ରଣ ପାଇଁ କୌଣସି ତ୍ୱରିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ନ ଥିଲେ ବୋଲି ଏସଆଇଟି  ନିଜ ରିପୋର୍ଟରେ ଉଲ୍ଲେଖ କରିଛି। ଏସଆଇଟି  ନିଜ ରିପୋର୍ଟ ରାଜ୍ୟ ସରକାରଙ୍କୁ ହସ୍ତାନ୍ତର କରିଛି।

ସେପଟେ ଏହି ଘଟଣାରେ ପୋଲିସ୍‌ ମୁଖ୍ୟ ଅଭିଯୁକ୍ତ ଦେବ ପ୍ରକାଶ ମଧୁକରଙ୍କ ସମେତ ୭ ଜଣଙ୍କୁ ସମୁଦାୟ ଗିରଫ କରିଛି। ସମସ୍ତେ ସତସଙ୍ଗ ଆୟୋଜନ ସମିତିର ସଦସ୍ୟ ବୋଲି ଜଣାଯାଇଛି। ଏହି ଦଳଚକଟା ଘଟଣା ପରେ ଉତ୍ତରପ୍ରଦେଶର ଜୁଡିସିଆଲ କମିଶନ ଟିମ୍‌ ଏହି ଘଟଣାର ତଦନ୍ତ ଆରମ୍ଭ କରିଥିବା ବେଳେ ବହୁ ପ୍ରତ୍ୟକ୍ଷଦର୍ଶୀଙ୍କ ବୟାନ ରେକର୍ଡ କରିଥିଲେ। ଏହାପରେ ଗତ ୬ ତାରିଖରେ ଭୋଲେ ବାବାଙ୍କ ବିରୋଧରେ ଏକ ମାମଲା ରୁଜୁ ହୋଇଥିବା ବେଳେ ସେ ଏକ ଭିଡିଓ ମେସେଜ ଛାଡ଼ିଥିଲେ। ଏହି ଅପ୍ରତ୍ୟାଶିତ ଘଟଣା ତାଙ୍କୁ ଶକ୍ତ ଧକ୍କା ଦେଇଥିବା ବେଳେ ନ୍ୟାୟିକ ବ୍ୟବସ୍ଥା ଉପରେ ଭରସା ରଖିବାକୁ ସେ ପୀଡ଼ିତଙ୍କ ପରିବାରବର୍ଗଙ୍କୁ ଆଶ୍ୱାସନା ଦେଇଥିଲେ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Rath Yatra

    Copyright © 2024 - Summa Real Media Private Limited. All Rights Reserved.