ପ୍ରମୂଖ ଖବର
  • ଭୁବନେଶ୍ୱର : ଦାନା ବାନ୍ଧୁଛି ଲଘୁଚାପ; ଆସନ୍ତା ୪ ଦିନ ବର୍ଷାରେ ଭିଜିବ, ଶନିବାର ୮ ଜିଲ୍ଲାକୁ ୟେଲୋ ଆଲର୍ଟ
  • ||
  • ମୟୂରଭଞ୍ଜ : ଶିମିଳିପାଳ ବାଙ୍ଗିରିପୋଷି ରେଞ୍ଜରେ ଅଘଟଣ, ମାଈ ହାତୀର ମୃତଦେହ ଠାବ
  • ||
  • ଆନନ୍ଦପୁର : ପ୍ରଧାନ ଶିକ୍ଷୟିତ୍ରୀଙ୍କ ମନମାନିକୁ ବିରୋଧ, ସ୍କୁଲରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ରଛାତ୍ରୀ ଓ ଗ୍ରାମବାସୀ
  • ||
  • ଯାଜପୁର : ଖରସ୍ରୋତା ବ୍ରିଜ୍‌ ଉପରୁ ନଦୀକୁ ଡେଇଁଥିଲେ ଯୁବତୀ,୨୪ ଘଣ୍ଟା ପରେ ମିଳିଲା ମୃତଦେହ
  • ||
  • ସୁନ୍ଦରଗଡ଼ : ରେଳ ଧାରଣା ଉପରେ ପୁଣି ଲାଗିଲା ମାଓ ପୋଷ୍ଟର, ଜାରି ହେଲା ହାଇ ଆଲର୍ଟ
  • ||
  • ଚାନ୍ଦବାଲି : ଚିଙ୍ଗୁଡ଼ି ମାଫିଆଙ୍କ କବ୍ଜାରେ ଚାଷୀଙ୍କ ସ୍ଲୁଇସଗେଟ, ମତ୍ସ୍ୟ ଅଧିକାରୀଙ୍କୁ ଅଭିଯୋଗ କରିଲେ ଚାଷୀ
  • ||
  • ଜଳେଶ୍ବର : ସୁବର୍ଣ୍ଣରେଖା ନଦୀରେ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଧର୍ମଗଡ଼ : ସ୍କୁଲ ଜାଗାକୁ ନିଜର କହି ବିଦ୍ୟାଳୟରେ ତାଲା ପକାଇଲେ ବ୍ୟକ୍ତି, ଗଛ ମୂଳେ ପାଠ ପଢୁଛନ୍ତି ପିଲା
  • ||
  • ସୋମବାର ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି, ଜନଶୁଣାଣି ପୋର୍ଟାଲ କରିପାରିବେ ପଞ୍ଜୀକରଣ
  • ||
  • ବାଲେଶ୍ଵର : ଭିଜିଲାନ୍ସ ଜାଲରେ ଅତିରିକ୍ତ ମୁଖ୍ୟ ନିର୍ମାଣ ଯନ୍ତ୍ରୀ, କୁକୁଡ଼ା ପଦା ଅଫିସରେ ରେଡ୍‌
  • ||
  • ଜଳେଶ୍ବର : କମିଲା ସୁବର୍ଣ୍ଣରେଖା ନଦୀର ଜଳସ୍ତର, ପାଣି ଘେରରେ ତଳିଆ ଅଞ୍ଚଳ
  • ||
  • ଆଜିଠୁ ୩ ଦିନିଆ କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ବିଧାୟକ ଓ ସାଂସଦଙ୍କ ବୈଠକରେ ଦେବେ ଯୋଗ
  • ||
  • ଆସୁଛି ଲଘୁଚାପ: ଆସନ୍ତା ୨୩ରୁ ଓଡ଼ିଶାରେ ବଢ଼ିବ ବର୍ଷା, ଅତି କମ୍‌ରେ ୪୮ ଘଣ୍ଟା ବର୍ଷିବ
  • ||
  • ଆନନ୍ଦପୁର : ଏସବିଆଇ ଶାଖାରେ ଲାଗିଲା ନିଆଁ, ସର୍ଟ ସର୍କିଟରୁ ଅଗ୍ନିକାଣ୍ଡ ହୋଇଥିବା ଅନୁମାନ
  • ||

ବାଟାଲିୟନ ପରିସରରୁ ଉଦ୍ଧାର ହେଲା ହାବିଲଦାରଙ୍କ ମୃତଦେହ, ଆତ୍ମହତ୍ୟାର କାରଣ ଅସ୍ପଷ୍ଟ

କଟକ,୩୧/୦୮: ଓଏସଏପି ଷଷ୍ଠ ବାଟାଲିୟନ ପରିସରରୁ ଉଦ୍ଧାର ହେଲା ହାବିଲଦାରଙ୍କ ମୃତଦେହ । ଶୁକ୍ରବାର ବିଳମ୍ବିତ ରାତିରେ ସେ ଆତ୍ମହତ୍ୟା କରିଥିବା ଜଣାପଡିଛି । ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ରହିଛି । ମୃତ ହାବିଲଦାର ଜଣକ ତ୍ରିଲୋଚନ ସେଠୀ ଏବଂ ସେ ଯାଜପୁର ଜିଲ୍ଲା ବରୀ ଅଞ୍ଚଳର ମୂଳ ବାସିନ୍ଦା ବୋଲି ଜଣାପଡ଼ିଛି । ଏଭଳି ଘଟଣା ଘଟିଛି କଟକ ଚାଉଳିଆଗଞ୍ଜ ଥାନା ଅନ୍ତର୍ଗତ ଓଏମପି ସ୍ଥିତ ଓଏସଏପି ଷଷ୍ଠ ବାଟାଲିୟନରେ ଏଭଳି ଘଟଣା ଘଟିଛି ।

ସୂଚନା ଅନୁଯାୟୀ, ତ୍ରିଲୋଚନ ସେଠୀ ୨୦୦୯ ମସିହାରେ ହାବିଲଦାର ପଦରେ ନିଯୁକ୍ତି ପାଇଥିଲେ । ଗତ କିଛି ବର୍ଷ ହେବ ତାଙ୍କର କଟକ ଓଏମପି ସ୍ଥିତ ଓଏସଏପି ଷଷ୍ଠ ବାଟାଲିଆନରେ ପୋଷ୍ଟିଙ୍ଗ ହୋଇଥିଲା । ତେବେ ଶୁକ୍ରବାର ବିଳମ୍ବିତ ରାତିରେ ସେ ବେକରେ ଏକ ଗାମୁଛା ଦେଇ ପଙ୍ଖାରେ ଝୁଲିପଡ଼ିଥିଲେ । ପରେ ତ୍ରିଲୋଚନଙ୍କ ମୃତଦେହ ପଙ୍ଖାରେ ଝୁଲି ରହିଥିବାର ଦେଖିବାକୁ ପାଇଥିଲେ ତାଙ୍କ ସହକର୍ମୀ । ଏହା ଦେଖି ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଖବର ପାଇବା ପରେ ଚାଉଳିଆଗଞ୍ଜ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ତଦନ୍ତ ଆରମ୍ଭ କରିଥିଲା । ତେବେ ପାରିବାରିକ କନ୍ଦଳରୁ ସେ ଆତ୍ମହତ୍ୟା କରିଥିାଇ ପାରନ୍ତି ବୋଲି ଅନୁମାନ କରାଯାଉଛି । ପୁଣି ପୋଲିସ ବିଭାଗର କାର୍ଯ୍ୟଭାର ଆତ୍ମହତ୍ୟାର କାରଣ ହୋଇଥାଇ ପାରେ ବୋଲି ଆଲୋଚନା ହେଉଛି । ମୃତ ତ୍ରିଲୋଚନଙ୍କ ପରିବାର ନୂଆ ବଜାର ଅଞ୍ଚଳରେ ରହୁଥିବା ବେଳେ, ସେ କିନ୍ତୁ ବାଟାଲିଆନ ପରିସରରେ ରହୁଥିଲେ । ଏଭଳି ସ୍ଥିତିରେ ତାଙ୍କର ଅସ୍ୱାଭାବିକ ମୃତ୍ୟୁ ପାଇଁ ଉଠୁଛି ଅନେକ ପ୍ରଶ୍ନ ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.