ପ୍ରମୂଖ ଖବର
  • ଆଇପିଏସ୍ ସୋନାଲି ମିଶ୍ର ଆରପିଏଫର ପ୍ରଥମ ମହିଳା ମହାନିର୍ଦ୍ଦେଶକ
  • ||
  • କୋଲାକାତା ଆଇଆଇଏମରେ ଦୁଷ୍କର୍ମ ମାମଲା, ତଦନ୍ତ ଲାଗି ଏସ୍ଆଇଟି ଗଠିତ
  • ||
  • ଭୁବନେଶ୍ୱର : ଏମ୍ସରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ; ଏମ୍ସର ନିର୍ଦ୍ଦେଶକଙ୍କ ସହ କରିଲେ ଆଲୋଚନା
  • ||
  • FM କଲେଜରେ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ ଘଟଣା; ପୀଡ଼ିତାଙ୍କ ପରିବାରକୁ ଭେଟିବେ ମୁଖ୍ୟମନ୍ତ୍ରୀ
  • ||
  • ରାଜ୍ୟସଭାକୁ ୪ ମନୋନୀତ, ମନୋନୀତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
  • ||
  • ବାଲେଶ୍ବର: ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ବସ୍‌, ୨୦ରୁ ଉର୍ଦ୍ଧ୍ୱ ଗୁରୁତର
  • ||
  • ଏନ୍‌ସିଇଆର୍‌ଟି ବିଏଡ୍‌ ପ୍ରବେଶିକା ପରୀକ୍ଷା, ଆଜି ରାଜ୍ୟର ୪୪ କେନ୍ଦ୍ରରେ ୨୨ ହଜାର ଛାତ୍ରଛାତ୍ରୀ ଦେବେ ପରୀକ୍ଷା
  • ||
  • ସୋମବାର ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି: ଆଜି ପୁଲିସର କାର୍‌କେଡ୍‌ ରିହର୍ସାଲ, ଜଗିବେ ୫୦ ପ୍ଲାଟୁନ୍‌ ଫୋର୍ସ
  • ||
  • ଗାଜା ଉପରେ ଇସ୍ରାଏଲର ଭୟଙ୍କର ହମଲା, ୧୧୦ ପାଲେଷ୍ଟାନୀୟ ମୃତ
  • ||
  • ୧୬ରେ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସମ୍ଭାବନା, ଆଜି ବର୍ଷା ନେଇ ଅଧା ଓଡ଼ିଶାକୁ ୟେଲୋ ଓ୍ବାର୍ଣ୍ଣିଂ
  • ||

ବାଲେଶ୍ୱର ଏଫଏମ ଛାତ୍ରୀଙ୍କ ଅବସ୍ଥା ସଙ୍କଟାପନ୍ନ, ପୀଡ଼ିତାଙ୍କୁ ଭେଟିଲେ ସ୍ୱାସ୍ଥ୍ୟମନ୍ତ୍ରୀ ଏବଂ ଉଚ୍ଚଶିକ୍ଷା ମନ୍ତ୍ରୀ

Published By : Harapriya Sethi | July 13, 2025 12:55 PM

ଭୁବନେଶ୍ୱର, ୧୩/୭: ନିଜ ଶରୀରରେ ନିଆଁ ଲଗାଇ ଆତ୍ମାହୁତି କରିଥିବା ଫକୀର ମୋହନ କଲେଜ ଛାତ୍ରୀ ବର୍ତ୍ତମାନ ଭୁବନେଶ୍ୱର ଏମ୍ସରେ ଗୁରୁତର ଅବସ୍ଥାରେ ଚିକିତ୍ସାଧୀନ ଅଛନ୍ତି। ତାଙ୍କୁ ସ୍ୱତନ୍ତ୍ର ବର୍ଣ୍ଣ ୱାର୍ଡର ଆଇସିୟୁରେ ଭେଣ୍ଟିଲେଟର ସପୋର୍ଟରେ ରଖାଯାଇଛି। ତାଙ୍କ ଶରୀର ପ୍ରାୟ ୯୦ ପ୍ରତିଶତ ପୋଡ଼ିଯାଇଛି। ୮ ଜଣିଆ ଡାକ୍ତରୀ ଦଳ ତାଙ୍କ ଅବସ୍ଥା ଉପରେ କଡ଼ା ନଜର ରଖିଛନ୍ତି । ତାଙ୍କ ଅବସ୍ଥା ସଂକଟାପନ୍ନ ରହିଛି । 

ଭୁବନେଶ୍ୱର ଏମ୍ସର ନିର୍ଦ୍ଦେଶକ ପ୍ରଫେସର ଆଶୁତୋଷ ବିଶ୍ୱାସ କହିଛନ୍ତି, ଆମେ ତାଙ୍କୁ ଶ୍ରେଷ୍ଠ ଚିକିତ୍ସା ସେବା ପ୍ରଦାନ କରୁଛୁ । ୨୪ ରୁ ୪୮ ଘଣ୍ଟା ପର୍ଯ୍ୟବେକ୍ଷଣ ପରେ ଆମେ ତାଙ୍କର ଆରୋଗ୍ୟ ଆକଳନ କରିପାରିବୁ। ତାଙ୍କ ଅବସ୍ଥା ସ୍ଥିର ହେବା ପରେ ହିଁ ଆମେ ଏୟାରଲିଫ୍ଟ ବିଷୟରେ ଚିନ୍ତା କରିପାରିବୁ । ସକାଳୁ ତାଙ୍କର ଡ୍ରେସିଂ ହୋଇଛି। ତାଙ୍କ କିଡ଼ନୀ ଓ ଫୁସଫୁସ ପ୍ରଭାବିତ ହୋଇଛି । ସେହିପରି ସ୍ୱାସ୍ଥ୍ୟ ମନ୍ତ୍ରୀ  ମୁକେଶ ମହାଲିଙ୍ଗ ଓ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ଏମସ ଆସି ପୀଡ଼ିତାଙ୍କ ସ୍ୱାସ୍ଥ୍ୟବସ୍ଥା ଯାଞ୍ଚ କରିଛନ୍ତି । ସେହିପରି ବିଜେଡିର ଏକ ପ୍ରତିନିଧି ଦଳ ମଧ୍ୟ ଏମସ ପହଞ୍ଚିଛନ୍ତି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.