PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନୂଆଦିଲ୍ଲୀ: ଅବକାରୀ ନୀତି ମାମଲାରେ ମନୀଷ ସିସୋଦିଆଙ୍କୁ ଝଟକା, ଜାମିନ ଆବେଦନ ଖାରଜ କଲେ କୋର୍ଟ
  • ||
  • ମନମୁଣ୍ଡା ଏବଂ ବିଳାଶପୁରରେ ସମବାୟ ବ୍ୟାଙ୍କିଙ୍ଗ୍‌ ସେବା ଓ ଋଣ କର୍ମଶାଳା ଅନୁଷ୍ଠିତ
  • ||
  • ଭୁବନେଶ୍ବର: ଝାରସୁଗୁଡ଼ା ଉପନିର୍ବାଚନ; ଦିବଂଗତ ମନ୍ତ୍ରୀ ନବ ଦାସଙ୍କ ଝିଅ ଦୀପାଳି ଦାସ ହେଲେ ବିଜେଡି ପ୍ରାର୍ଥୀ
  • ||
  • ନୀଳଗିରି : ଜାମୁଡିସାହି ଗ୍ରାମରେ ଅଭିଯୁକ୍ତକୁ ନୋଟିସ୍ ଦେବାକୁ ଯାଇ ପାଲଟା ଆକ୍ରମଣର ଶିକାର ହେଲେ ନୀଳଗିରି ପୋଲିସ। ୫ ପୋଲିସଙ୍କୁ ହାଣିଲା ଅଭିଯୁକ୍ତ
  • ||
  • ହରଭଙ୍ଗା : ଦଣ୍ଡ ଯାତ୍ରାରେ ଆଖିବୁଜିଲେ କାଳିସୀ, ମୃତ୍ୟୁର କାରଣ ଅସ୍ପଷ୍ଟ
  • ||
  • ଭୁବନେଶ୍ୱର : ଏପ୍ରିଲ ୩ରୁ ଜାପାନ ଯିବେ ନବୀନ, ଓଡ଼ିଶା ପାଇଁ ପୁଞ୍ଜିନିବେଶ ଖୋଜିବେ
  • ||
  • ଭୁବନେଶ୍ୱର : ଆଜି ପ୍ରବଳ ବର୍ଷା ସମ୍ଭାବନା, ବିଜୁଳି, ଘଡ଼ଘଡ଼ି ସହ କୁଆପଥର ବର୍ଷିବ: ୭ ଜିଲ୍ଲାକ ଅରେଞ୍ଜ ୱାର୍ଣ୍ଣିଂ
  • ||

ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ଘରୋଇ ହସ୍ପିଟାଲରେ ଭର୍ତ୍ତି, ଏୟାରଲିଫ୍ଟ ପରେ ଗ୍ରୀନ୍‌ କରିଡରରେ ନିଆଗଲା

ଭୁବନେଶ୍ବର ୨୯/ ୦୧: ସ୍ବାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କୁ ଗୁଳିମାଡ ପରେ ଏୟାରଲିଫ୍ଟ କରାଯାଇଛି । ଝାରସୁଗୁଡାରୁ ଏୟାରଲିଫ୍ଟ କରାଯାଇ ମନ୍ତ୍ରୀଙ୍କୁ ଭୁବନେଶ୍ବର ବିମାନବନ୍ଦର ଅଣାଯାଇଥିଲା । ସେଠାରୁ ଗ୍ରୀନ୍‌ କରିଡରରେ ଏକ ଘରୋଇ ହସ୍ପିଟାଲକୁ ନିଆଯାଇଛି । ସେଠାରେ ସ୍ବତନ୍ତ୍ର ଡାକ୍ତରୀ ଟିମ୍‌ ଚିକିତ୍ସା ଆରମ୍ଭ କରିଛନ୍ତି ।

ସୂଚନା ଯେ, ସ୍ବାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କୁ ଗୁଳି ମାଡ଼ ବ୍ରଜରାଜନଗର ସ୍ଥିତ ଗାନ୍ଧି ଛକରେ ଗୁଳିମାଡ଼ ହୋଇଥିଲା । ନବଙ୍କ ଛାତିରେ ଗୁଳି ବାଜିଥିବା ଜଣାପଡିଛି । ବିଜେଡି କାର୍ଯ୍ୟାଳୟର ଉଦଘାଟନ ପାଇଁ ଯାଉଥିବା ସମୟରେ ଏହି ଗୁଳିମାଡ ହୋଇଛି। ମନ୍ତ୍ରୀ ଗାଡିରୁ ଓହ୍ଲାଇବା ସମୟରେ ଜଣେ ପୋଲିସ ASI ଗୋପାଳ ଦାସ ଗୁଳି କରିଛନ୍ତି। ଗାଡିରୁ ମନ୍ତ୍ରୀ ଓହ୍ଲାଇବା ବେଳେ କର୍ମୀମାନେ ତାଙ୍କୁ ଫୁଲମାଳ ଦେଇ ସମ୍ବର୍ଦ୍ଧନା କରୁଥିଲେ । ଠିକ୍ ଏହି ସମୟରେ ଅତର୍କିତ ଭାବରେ ପୋଲିସ ASI କରିଥିଲେ ଗୁଳିମାଡ଼। ଏହି ଘଟଣା ପରେ ସଂପୃକ୍ତ ପୋଲିସ ଅଧିକାରୀଙ୍କୁ କାବୁ କରାଯାଇଛି । ଏବେ ତାଙ୍କୁ ପଚରା ଉଚରା କରାଯାଉଛି।

ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଗୁଳିମାଡ଼ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି, ‘ଏହା ଏକ ଦୁଃର୍ଭାଗ୍ୟଜନକ ଘଟଣା । ଏହାକୁ ଦୃଢ ନିନ୍ଦା କରୁଛି’। ନବ ଦାସଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ମୁଖମନ୍ତ୍ରୀ ନବୀନ ପଟ୍ଟନାୟକ। ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଗୁଳିମାଡ ଘଟଣାରେ ମୁଖ୍ୟମନ୍ତ୍ରୀ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। କେବଳ ସେତିକି ନୁହେଁ ବରିଷ୍ଠ ଅଧିକାରୀଙ୍କୁ ଘଟଣାସ୍ଥଳକୁ ଯିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ।