ପ୍ରମୂଖ ଖବର
  • ଭୁବନେଶ୍ୱର : ଏମ୍ସରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ; ଏମ୍ସର ନିର୍ଦ୍ଦେଶକଙ୍କ ସହ କରିଲେ ଆଲୋଚନା
  • ||
  • FM କଲେଜରେ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ ଘଟଣା; ପୀଡ଼ିତାଙ୍କ ପରିବାରକୁ ଭେଟିବେ ମୁଖ୍ୟମନ୍ତ୍ରୀ
  • ||
  • ରାଜ୍ୟସଭାକୁ ୪ ମନୋନୀତ, ମନୋନୀତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
  • ||
  • ବାଲେଶ୍ବର: ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ବସ୍‌, ୨୦ରୁ ଉର୍ଦ୍ଧ୍ୱ ଗୁରୁତର
  • ||
  • ଏନ୍‌ସିଇଆର୍‌ଟି ବିଏଡ୍‌ ପ୍ରବେଶିକା ପରୀକ୍ଷା, ଆଜି ରାଜ୍ୟର ୪୪ କେନ୍ଦ୍ରରେ ୨୨ ହଜାର ଛାତ୍ରଛାତ୍ରୀ ଦେବେ ପରୀକ୍ଷା
  • ||
  • ସୋମବାର ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି: ଆଜି ପୁଲିସର କାର୍‌କେଡ୍‌ ରିହର୍ସାଲ, ଜଗିବେ ୫୦ ପ୍ଲାଟୁନ୍‌ ଫୋର୍ସ
  • ||
  • ଗାଜା ଉପରେ ଇସ୍ରାଏଲର ଭୟଙ୍କର ହମଲା, ୧୧୦ ପାଲେଷ୍ଟାନୀୟ ମୃତ
  • ||
  • ୧୬ରେ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସମ୍ଭାବନା, ଆଜି ବର୍ଷା ନେଇ ଅଧା ଓଡ଼ିଶାକୁ ୟେଲୋ ଓ୍ବାର୍ଣ୍ଣିଂ
  • ||

ରାଜ୍ୟକୁ ଧୀରେ ଧୀରେ ଫେରୁଛି ତାତି, ଆଭ୍ୟନ୍ତରୀଣ ଓଡ଼ିଶାରେ ୨ରୁ ୩ ଡିଗ୍ରୀ ବଢ଼ିଲା ତାପମାତ୍ରା

Published By : Rasmita Pradhan | May 8, 2025 7:30 AM

ଭୁବନେଶ୍ୱର, ୦୮/୦୫ : ଗୁରୁବାରଠାରୁ ରାଜ୍ୟରେ ଗ୍ରୀଷ୍ମପ୍ରବାହ ବଢ଼ିପାରେ । ସମ୍ବଲପୁର ଓ ଝାରସୁଗୁଡ଼ାରେ ତାତି ୪୩ ଡିଗ୍ରୀ ଛୁଇଁବ । ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ଗରମ ଓ ଗୁଳୁଗୁଳି ମଧ୍ୟ ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ପାଣିପାଗ ବିଭାଗର ପୂର୍ବାନୁମାନ କହୁଛି, ଗୁରୁବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତିରେ ଅସମ୍ଭାଳ ଗରମ ସହିତ ଗୁଳୁଗୁଳି ସ୍ଥିତି ରହିବ । ଶୁକ୍ରବାର ସମ୍ବଲପୁର ଓ ଝାରସୁଗୁଡ଼ାରେ ଗ୍ରୀଷ୍ମପ୍ରବାହ ଅଧିକ ହେବାର ସମ୍ଭାବନା ରହିଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତିରେ ଅସହ୍ୟ ଗରମ ଓ ଗୁଳୁଗୁଳି ଅନୁଭୂତ ହେବ । 

ଶନିବାର ବାଲେଶ୍ୱର, ଭଦ୍ରକ ଓ ଯାଜପୁରରେ ପ୍ରବଳ ଗରମ ଓ ଗୁଳୁଗୁଳି ହୋଇପାରେ । ରବିବାର (୧୧ ତାରିଖ) ସମ୍ବଲପୁର, ଝାରସୁଗୁଡ଼ା, ବଲାଙ୍ଗିର, ବୌଦ୍ଧ ଓ ସୁନ୍ଦରଗଡ଼ରେ ଗ୍ରୀଷ୍ମପ୍ରବାହ ସ୍ଥିତି ରହିବ । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତିରେ ଗରମ ଓ ଗୁଳୁଗୁଳି ହେବ । ୧୨ ତାରିଖ ପଶ୍ଚିମ ଓଡ଼ିଶାର ବିଭିନ୍ନ ସ୍ଥାନରେ ଗ୍ରୀଷ୍ମଲହରୀ ବହିବ । ସମ୍ବଲପୁର, ଝାରସୁଗୁଡ଼ା, ବଲାଙ୍ଗିର, ବୌଦ୍ଧ, ସୁନ୍ଦରଗଡ଼, ବରଗଡ଼ ଓ ସୋନପୁରରେ ଗ୍ରୀଷ୍ମଲହରି ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ରାଜ୍ୟକୁ ଧୀରେ ଧୀରେ ତାତି ଫେରୁଛି । ଆଭ୍ୟନ୍ତରୀଣ ଓଡ଼ିଶାରେ ତାତି ୨ରୁ ୩ ଡିଗ୍ରୀ ବଢ଼ିଛି । 

ବୁଧବାର ଦିନ ସାଢ଼େ ୧୧ଟା ବେଳକୁ ଝାରସୁଗୁଡ଼ାରେ ତାପମାତ୍ରା ୩୭.୮ ଡିଗ୍ରୀ ରେକର୍ଡ ହୋଇଥିଲା । ପରେ ଏହା ୪୦.୪ ଡିଗ୍ରୀକୁ ବଢ଼ିଥିଲା । ସାଢ଼େ ୧୧ଟାରେ ସମ୍ବଲପୁରରେ ୩୭.୬ ଡିଗ୍ରୀ ଥିବାବେଳେ ପରେ ଏହା ବଢ଼ି ୪୧ ଡିଗ୍ରୀରେ ପହଞ୍ଚିଥିଲା । ହୀରାକୁଦରେ ୩୬.୬ଡିଗ୍ରୀ ଓ ରାଉରକେଲାରେ ୩୫.୨ ଥିବାବେଳେ ପରେ ଏହା ୩୯.୬ ଓ ୩୮.୨ କୁ ବଢ଼ିଥିଲା । ସମ୍ବଲପୁରରେ ଦିନ ତାପମାତ୍ରା ସର୍ବାଧିକ ରେକର୍ଡ ହୋଇଥିଲା । ବଲାଙ୍ଗିରରେ ୪୦.୮ ଡିଗ୍ରୀ ରହିଥିଲା ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.