ପ୍ରମୂଖ ଖବର
  • କେନ୍ଦ୍ରାପଡ଼ା : ଆଳିରେ ସିରିଜ୍‌ ଚୋରି, ଲକ୍ଷାଧିକ ଟଙ୍କାର ଅଳଙ୍କାର ନେଇଗଲେ ଦୁର୍ବୃତ୍ତ
  • ||
  • ବର୍ମିଂହାମ୍‌ରେ ଇଣ୍ଡିଆ-ଇଂଲଣ୍ଡ ଦ୍ୱିତୀୟ ଟେଷ୍ଟ: ପ୍ରତ୍ୟାବର୍ତ୍ତନ ପାଇଁ ପ୍ରସ୍ତୁତ ଗିଲ୍‌ ବାହିନୀ, ବୁମ୍‌ରା ଖେଳିବେ କି ନାହିଁ ହୋଇନି ସ୍ପଷ୍ଟ
  • ||
  • ବାହୁଡ଼ା ଯାତ୍ରା ପ୍ରସ୍ତୁତି: ଆଜି ଶରଧାବାଲିରେ ରଥ ଦକ୍ଷିଣ ମୋଡ଼, ତାଳଧ୍ୱଜରେ ପ୍ଲେଟ୍‌ ଓ ନନ୍ଦିଘୋଷରେ କ୍ଲାମ୍ପ ଲାଗିଲା
  • ||
  • ବଡ଼ବିଲ: ଖଣିରେ ଧସିଲା ମାଟି ଅତଡ଼ା, ଚାଲିଗଲା ୩ ଜୀବନ
  • ||
  • ନନ୍ଦିଘୋଷ ଭାଙ୍ଗିଲେ ରାଗରୋଷରେ ଜର୍ଜରିତ ମା’ଲକ୍ଷ୍ମୀ ଠାକୁରାଣୀ, ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ଫେରିଲେ
  • ||
  • ଉତ୍ତର-ପଶ୍ଚିମରେ ପ୍ରବଳ ବର୍ଷା ଆଶଙ୍କା: ପୁଣି ଘୂର୍ଣ୍ଣିବଳୟ ସମ୍ଭାବନା, ୫ରୁ ବର୍ଷା ବଢ଼ିପାରେ
  • ||

୧୪ ଯାଏ କଲବଲ କରିବ ଗ୍ରୀଷ୍ମଲହରି, ନାକେଦମ୍‌ କରିବ ଗୁଳୁଗୁଳି

Published By : Rasmita Pradhan | May 10, 2025 7:06 AM

ଭୁବନେଶ୍ୱର, ୧୦/୦୫ : ଆସନ୍ତା ୫ ଦିନ ରାଜ୍ୟରେ ଭୀଷଣ ଗ୍ରୀଷ୍ମଲହରି ବହିବ। ଗୁଳୁଗୁଳି ବି ଅଣନିଃଶ୍ୱାସୀ କରିବ । ୧୪ ତାରିଖ ଯାଏ ପ୍ରଚଣ୍ଡ ତାତିରୁ ନିସ୍ତାର ମିଳିବନି । ଶନିବାର ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ତାତି ଓ ଗୁଳୁଗୁଳି ରହିବ । ୧୧, ୧୨ ଓ ୧୩ ତାରିଖରେ ପଶ୍ଚିମ ଓଡ଼ିଶାର ବିଭିନ୍ନ ସ୍ଥାନରେ ଗ୍ରୀଷ୍ମଲହରି ବହିପାରେ । ୧୪ ତାରିଖ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ଗ୍ରୀଷ୍ମଲହରି ବହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । 

୧୦ ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ପ୍ରବଳ ଗରମ ଓ ଗୁଳୁଗୁଳି ହୋଇପାରେ । ୧୧ ତାରିଖରେ ସମ୍ବଲପୁର, ଝାରସୁଗୁଡ଼ା, ବଲାଙ୍ଗୀର ଓ ବୌଦ୍ଧରେ ଗ୍ରୀଷ୍ମଲହରୀ ବହିପାରେ । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି ଓ ମୟୂରଭଞ୍ଜରେ ଭୀଷଣ ଗରମ ଓ ଗୁଳୁଗୁଳି ଆଶଙ୍କା ଅଛି । ୧୨ ତାରିଖରେ ସମ୍ବଲପୁର, ଝାରସୁଗୁଡ଼ା, ବଲାଙ୍ଗିର, ବୌଦ୍ଧ ଓ ସୁନ୍ଦରଗଡ଼ର ବିଭିନ୍ନ ସ୍ଥାନରେ ଗ୍ରୀଷ୍ମଲହରୀ ବହିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ୧୩ ତାରିଖରେ ସମ୍ବଲପୁର, ଝାରସୁଗୁଡ଼ା, ବଲାଙ୍ଗିର, ବୌଦ୍ଧ ଓ ସୁନ୍ଦରଗଡ଼ରେ ଗ୍ରୀଷ୍ମଲହରୀ କଲବଲ କରିବ । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର ଓ ଢେଙ୍କାନାଳରେ ଅସମ୍ଭାଳ ଗରମ ଓ ଗୁଳୁଗୁଳି ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି । 

ସୂଚନା ଥାଉକି, ଶୁକ୍ରବାର ସମ୍ବଲପୁରରେ ଦିନ ତାପମାତ୍ରା ସର୍ବାଧିକ ୪୦.୬ ଡିଗ୍ରୀ ରହିଥିଲା । ଅନୁଗୁଳ, ହୀରାକୁଦରେ ୪୦.୧ ଡିଗ୍ରୀ ଓ ଝାରସୁଗୁଡ଼ାରେ ୪୦ ଡିଗ୍ରୀ ରେକର୍ଡ ହୋଇଥିଲା । ଟିଟିଲାଗଡ଼ ଓ ବୌଦ୍ଧରେ ୪୦ ଡିଗ୍ରୀ, ଜଗତସିଂହପୁରରେ ୩୯.୫ ଡିଗ୍ରୀ ରହିଥିଲା । ଭୁବନେଶ୍ୱରରେ ଦିନବେଳା ତାତି ୩୯.୨ ଡିଗ୍ରୀ ରହିଥିଲା । ସ୍ୱାଭାବିକଠାରୁ ପ୍ରାୟ ଦେଢ଼ ଡିଗ୍ରୀ ଅଧିକ ତାତି ରେକର୍ଡ ହୋଇଥିଲା । ଏଠାରେ ୬୦ ଡିଗ୍ରୀ ଭଳି ତାତି ଅନୁଭବ (ରିଅଲ ଫିଲ୍‌) ହୋଇଥିଲା । ଅଧିକ ଆର୍ଦ୍ରତା ପାଇଁ ଅଧିକାଂଶ ସ୍ଥାନରେ ୫୦ରୁ ୬୦ ଡିଗ୍ରୀ ଭଳି ତାତି ଅନୁଭବ ହୋଇଥିଲା । କଟକରେ ୫୦ ଡିଗ୍ରୀ, ଅନୁଗୁଳରେ ୬୦ଡିଗ୍ରୀ, ପୁରୀରେ ୬୦ ଡିଗ୍ରୀ, ଫୁଲବାଣୀରେ ୫୫ ଡିଗ୍ରୀ ଭଳି ତାତି ଅନୁଭବ ହୋଇଥିଲା । ଗୋପାଳପୁରରେ ଶୁକ୍ରବାର ଦିନ ତାପମାତ୍ରା ସ୍ୱାଭାବିକଠାରୁ ୨.୮ ଡିଗ୍ରୀ ଅଧିକ ରହିଥିଲା । ପାରାଦୀପ ଓ ପୁରୀରେ ସ୍ୱାଭାବିକଠାରୁ ୨.୨ ଡିଗ୍ରୀ, ବାଲେଶ୍ୱରରେ ୧.୬ ଡିଗ୍ରୀ, ଚାନ୍ଦବାଲିରେ ୧.୫ ଓ ବାରିପଦାରେ ୧.୨ ଡିଗ୍ରୀ ଅଧିକ ରେକର୍ଡ ହୋଇଛି । ଫୁଲବାଣୀରେ ଦିନ ତାପମାତ୍ରା ସ୍ୱାଭାବିକଠାରୁ ୩.୮ ଡିଗ୍ରୀ କମ୍‌ ରେକର୍ଡ ହୋଇଛି । ଭବାନୀପାଟଣାରେ ୩.୫ ଡିଗ୍ରୀ, ଟିଟିଲାଗଡ଼ରେ ୨ ଡିଗ୍ରୀ ଓ ବଲାଙ୍ଗୀରରେ ଦିନ ବେଳାର ତାତି ୨.୫ ଡିଗ୍ରୀ କମ୍‌ ରେକର୍ଡ ହୋଇଛି । ବଲାଙ୍ଗୀରରେ ରାତି ରାତି ତାପମାତ୍ରା ସ୍ୱାଭାବିକଠାରୁ ୪ ଡିଗ୍ରୀ ଓ ସମ୍ବଲପୁରରେ ୩.୧ ଡିଗ୍ରୀ ଅଧିକ ରହିଥିଲା ।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.