ପ୍ରମୂଖ ଖବର
  • ଗୋପାଳପୁର ଗଣଦୁର୍ଷମ ଘଟଣା : ସିଆଇଡି କ୍ରାଇମବ୍ରାଞ୍ଚକୁ ତଦନ୍ତ ହସ୍ତାନ୍ତର
  • ||
  • ଭୁବନେଶ୍ବରରେ ମଦ ପିଇ ୨ ଜଣଙ୍କ ମୃତ୍ୟୁ ଅଭିଯୋଗ , ମଦ ଦୋକାନ ସିଲ୍ କଲା ଅବକାରୀ ବିଭାଗ
  • ||
  • ଖଲ୍ଲିକୋଟ : ଛେଳି ପଲ ଉପରେ ମାଡିଗଲା ଟ୍ରକ, ୭୦ ଛେଳି ମୃତ
  • ||
  • ଯୁଦ୍ଧଗ୍ରସ୍ତ ଇରାନ୍‌ରୁ ଆର୍ମେନିଆରେ ପହଞ୍ଚିଲେ ୧୧୦ ଭାରତୀୟ, ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ଆଡ୍‌ଭାଇଜରୀ ଜାରି
  • ||
  • ଗୋପାଳପୁର ବେଳାଭୂମିରେ ଗଣଦୁଷ୍କର୍ମ ଅଭିଯୋଗ, ସମସ୍ତ ୧୦ ଅଭିଯୁକ୍ତକୁ ଗିରଫ କଲା ପୁଲିସ
  • ||
  • କୋକସରା: ଦେପୁର ନିକଟରେ ଗଛରେ ପିଟି ହେଲା ବାଇକ, ଦୁଇ ମୃତ ଜଣେ ଗୁରୁତର
  • ||
  • ପ୍ରତିକୂଳ ପାଗ ପାଇଁ ୧୭ରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା, ଡାକବାଜି ଯନ୍ତ୍ରରେ କରାଗଲା ସତର୍କ
  • ||
  • ବଲାଙ୍ଗିର: ରାଜ୍ୟସ୍ତରୀୟ କୃଷକ ଶକ୍ତି ସମାବେଶରେ ସାମିଲ୍ ହେଲେ ମୁଖ୍ୟମନ୍ତ୍ରୀ, ସଫଳ ଚାଷୀଙ୍କୁ ସମ୍ବର୍ଦ୍ଧିତ କରାଯିବ
  • ||
  • ବଲାଙ୍ଗୀର ସହର ଭିତରେ ଦୁର୍ଘଟଣା, ଭାରସାମ୍ୟ ହରାଇ ରାସ୍ତାକଡ଼ ଦୋକାନକୁ ପଶିଗଲା କଣ୍ଟେନର
  • ||
  • ବସୁମତୀ ସ୍ନାନ ସହ ଶେଷ ହେଲା ରଜ, ୩ ଦିନର ବିଶ୍ରାମ ପରେ ଶୁଦ୍ଧ ସ୍ନାନ କଲେ ବସୁମାତା
  • ||
  • ଏୟାର ଇଣ୍ଡିଆ ବିମାନରେ ଯାନ୍ତ୍ରିକ ତ୍ରୁଟି; କୋଲକାତାରେ ଜରୁରୀ ଅବତରଣ
  • ||
  • ପରମାଣୁ ଅସ୍ତ୍ର ନେଇ ଇରାନ୍‌କୁ ଟ୍ରମ୍ପଙ୍କ କଡ଼ା ଚେତାବନୀ, କହିଲେ ତୁରନ୍ତ ତେହେରାନ୍ ଛାଡ଼, ଡ଼ାକିଲେ ବଡ଼ ବୈଠକ
  • ||
  • କାନାଡ଼ାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଆଜି ଓ କାଲି ଦୁଇ ଦିନ ଧରି G7 ସମିଟ୍‌ରେ ସାମିଲ ହେବେ
  • ||
  • ଅନବସରରେ ମହାପ୍ରଭୁ: ଫୁଲୁରି ତେଲ ଘଷା ହେବାରେ ଉପଶମ ହେଉଛନ୍ତି ଦାରୁବ୍ରହ୍ମ, ଆଜି ଓଷ ଲାଗି ନୀତି
  • ||
  • ଏବେ ବଡ଼ ବର୍ଷା ନାହିଁ: ଆଜି କିଛି ସ୍ଥାନରେ ବର୍ଷିବ, ୨୩ରୁ ପୁଣି ବଢ଼ିପାରେ, ତାପମାତ୍ରା ୨ରୁ ୪ ଡିଗ୍ରୀ କମିବା ସମ୍ଭାବନା
  • ||

ଉପକୂଳରେ କଲବଲ କରୁଛି ଅସମ୍ଭାଳ ଗୁଳୁଗୁଳି, ୫ ଦିନ ଯାଏଁ ନିସ୍ତାର ନାହିଁ

Published By : Rasmita Pradhan | May 17, 2025 11:33 AM

ଭୁବନେଶ୍ଵର, ୧୭/୫ : ସାରା ରାଜ୍ୟରେ କଲବଲ କରୁଛି ତାତି। ଅସହ୍ୟ ଗ୍ରୀଷ୍ମ ପ୍ରବାହରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଉପକୂଳରେ ଅସମ୍ଭାଳ ଗୁଳୁଗୁଳି ଓ ଗରମରେ ଲୋକେ ନାକେଦମ୍। ଶନିବାର ସକାଳ ସାଢେ ୮ଟାରେ ପୁରୀରେ ତାପମାତ୍ରା ୩୩.୬ ଡିଗ୍ରୀ ସେଲସିୟସ୍ ଏବଂ ଆର୍ଦ୍ରତା ୭୨.୬% ରେକର୍ଡ ହୋଇଛି। ସେହିପରି ଚାନ୍ଦବାଲିରେ ୩୨.୬ ଡିଗ୍ରୀ ତାପମାତ୍ରା ଏବଂ ୭୫.୪% ଆର୍ଦ୍ରତା ରେକର୍ଡ ହୋଇଛି। ଭୁବନେଶ୍ୱରରେ ୩୨ ଡ଼ିଗ୍ରୀ ତାପମାତ୍ରା ଏବଂ ୭୦% ଆର୍ଦ୍ରତା ରେକର୍ଡ ହୋଇଛି। 

ପାଣିପାଗ ବିଭାଗର ପୂର୍ବାନୁମାନ ହେଲା, ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ସମ୍ଭାବନା ନାହିଁ। ବିଭିନ୍ନ ସ୍ଥାନରେ କାଳବୈଶାଖୀ ସମ୍ଭାବନା ଅଛି। ମାତ୍ର ତାତିରୁ ବଡ଼ ଧରଣର ଆଶ୍ବସ୍ତି ମିଳିବନି ବୋଲି ଅନୁମାନ କରାଯାଉଛି।

ଶନିବାର ରାଜ୍ୟର ଗୋଟିଏ  ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ  ହାଲୁକାରୁ ମଧ୍ୟମ ବର୍ଷା ସମ୍ଭାବନା ଅଛି । କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ, ମାଲକାନଗିରି, ରାୟଗଡ଼ାରେ ଅପରାହ୍ନ ଓ ସନ୍ଧ୍ୟାରେ କାଳବୈଶାଖୀ ପ୍ରଭାବରେ ୫୦-୬୦  କିମି ବେଗରେ ପବନ ସହ ବଜ୍ରପାତ ଆଶଙ୍କା ଅଛି। ଏ ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ନବରଙ୍ଗପୁର, କଳାହାଣ୍ଡି, ଗଞ୍ଜାମ,  ଗଜପତି, ବାଲେଶ୍ୱର, ସୁନ୍ଦରଗଡ଼, ଭଦ୍ରକରେ ଧୂଳିଝଡ଼, ୪୦-୫୦ କିମି  ପବନ ଓ ବଜ୍ରପାତ ଆଶଙ୍କା ଥିବାରୁ  ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।  

ଏହି ଖବରଟିକୁ ପଢନ୍ତୁ-କାଳବୈଶାଖୀ ଆସିବ, ଆଶ୍ୱସ୍ତି ଦେବନି: ୬ ଦିନ ପର୍ଯ୍ୟନ୍ତ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ସମ୍ଭାବନା କମ୍

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.