ପ୍ରମୁଖ ଖବର
  • ନୀଳଗିରିରେ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ମାରାଥନ ପ୍ରଚାର
  • ||
  • ଚିଲିକାରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ପୁରୀ ଲୋକସଭା ପ୍ରାର୍ଥୀଙ୍କ ପାଇଁ ଭୋଟ୍ ଅପିଲ୍ କଲେ
  • ||
  • ଟିମ୍‌ ଇଣ୍ଡିଆ ମୁଖ୍ୟ କୋଚ୍‌ ରେସ୍, ମାହେଲା ଜୟବର୍ଦ୍ଧନେଙ୍କୁ ବିସିସିଆଇର ପ୍ରସ୍ତାବ
  • ||
  • ଜୁଲାଇ ୪ରେ ବ୍ରିଟେନରେ ସାଧାରଣ ନିର୍ବାଚନ, ଆସନ୍ତା ସପ୍ତାହରେ ଭଙ୍ଗ ହେବ ସଂସଦ
  • ||
  • ଷଷ୍ଠ ପର୍ଯ୍ୟାୟ ନିର୍ବାଚନ ପାଇଁ କାଉଣ୍ଟଡାଉନ୍ ଆରମ୍ଭ: ଗୁରୁବର ସନ୍ଧ୍ୟା ସରିବ ପ୍ରଚାର, ଶନିବାର ୫୮ ଆସନରେ ମତଦାନ
  • ||
  • କଣାସରେ ଘର ଭିତରକୁ ପଶିଗଲା ଟ୍ରାକ୍ଟର, ଦୁର୍ଘଟଣାରେ ଚାଲିଗଲା ଚାଳକଙ୍କ ଜୀବନ
  • ||
  • ମେ’ ୨୯ରେ ପୁଣି ଓଡ଼ିଶା ଆସିବେ ମୋଦି, ୨୬ରେଭଦ୍ରକରେ ଭୋଟ୍‌ ମାଗିବେ ରାହୁଲ, ବାଲେଶ୍ୱରକୁ ଖଡ୍‌ଗେ
  • ||
  • ରଥ ଖଳା ହାଲ୍‌ଚାଲ୍‌...ରଥ ଗୁଜରେ ନୃସିଂହ ମୁଖ ଅଙ୍କନ, ରୂପକାରଙ୍କ କାର୍ଯ୍ୟାରମ୍ଭ, ଅର ଅନୁକୂଳ କଲେ ବିଶ୍ୱକର୍ମା
  • ||
  • ସନ୍ଧ୍ୟାରେ ସରିବ ତୃତୀୟ ପର୍ଯ୍ୟାୟ ଭୋଟ୍‌ ପ୍ରଚାର, ଶନିବାର ୬ ଲୋକସଭା, ୪୨ ବିଧାନସଭାରେ ଭୋଟ୍‌
  • ||
  • ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ: ୨୪ ସୁଦ୍ଧା ଅବପାତ, ୨୫ରେ ଗଭୀର ଅବପାତ ସମ୍ଭାବନା, ଭଦ୍ରକ ଏବଂ ବାଲେଶ୍ୱରରେ ବର୍ଷିବ
  • ||

ବ୍ରାଜିଲରେ ଜଳ ପ୍ରଳୟ, ୨୯ ମୃତ, ୬୦ରୁ ଅଧିକ ନିଖୋଜ...

ନୂଆଦିଲ୍ଲୀ: ବ୍ରାଜିଲର ଅନେକ ଅଞ୍ଚଳରେ ବର୍ତ୍ତମାନ ମୁସଳ ଧାରାରେ ବର୍ଷା ଜାରି ରହିଛି । ବର୍ଷା ଯୋଗୁଁ ଅନେକ ଅଂଚଳରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି ଏବଂ ପରିସ୍ଥିତି ନିୟନ୍ତ୍ରଣ ବାହାରକୁ ଚାଲିଯାଇଛି । ପରିସ୍ଥିତି ଏପରି ହୋଇଛି ଯେ, ବ୍ରାଜିଲର ଦକ୍ଷିଣ ରାଜ୍ୟ ରିଓ ଗ୍ରାଣ୍ଡେ ଡୋ ସୁଲରେ ଗୁରୁବାର ରାତିରେ ପ୍ରବଳ ବର୍ଷା ହେତୁ ମୃତ୍ୟୁ ସଂଖ୍ୟା ୨୯ କୁ ବୃଦ୍ଧି ପାଇଥିବା ବେଳେ ଅନ୍ୟ ୬୦ ଜଣ ନିଖୋଜ ଅଛନ୍ତି। ରାଜ୍ୟ ନାଗରିକ ପ୍ରତିରକ୍ଷା ଏଜେନ୍ସି ପକ୍ଷରୁ ଏହି ସୂଚନା ଦିଆଯାଇଛି । ଏହା ପୂର୍ବରୁ ଏଜେନ୍ସି ସୂଚନା ଦେଇଥିଲା ଯେ, ବର୍ଷା ଯୋଗୁଁ ୧୩ ଜଣ ମୃତ୍ୟୁବରଣ ହୋଇଛି ଏବଂ ୨୧ ଜଣ ନିଖୋଜ ଅଛନ୍ତି । ବନ୍ୟା ଯୋଗୁଁ ରିଓ ଗ୍ରାଣ୍ଡେ ଡୋ ସୁଲର ସବୁ ସ୍ଥାନ ପାଣିରେ ବୁଡି ରହିଛି । ଅନେକ ଅଞ୍ଚଳ ସହିତ ଯୋଗାଯୋଗ ସଂପୂର୍ଣ୍ଣ ଭାବେ ବନ୍ଦ ହୋଇଯାଇଛି । 

ବନ୍ୟା ପରେ ସୃଷ୍ଟି ହୋଇଥିବା ଭୟଙ୍କର ପରିସ୍ଥିତି ଯୋଗୁଁ ଏବେ, ମୃତକଙ୍କ ସଂଖ୍ୟା ଆହୁରି ବୃଦ୍ଧି ପାଇପାରେ । ବ୍ରାଜିଲର ରାଷ୍ଟ୍ରପତି ଲୁଇଜ ଇନାସିଓ ଲୁଲା ଡା ସିଲଭା ଗୁରୁବାର ଦିନ ରାଜ୍ୟ ଗସ୍ତରେ ଯାଇ ସ୍ଥାନୀୟ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି । ସେ ସୋସିଆଲ ମିଡିଆ ପ୍ଲାଟଫର୍ମ 'ଏକ୍ସ'ରେ ଲେଖିଛନ୍ତି ଯେ ଏହି ବର୍ଷା ଦ୍ୱାରା ପ୍ରଭାବିତ ଲୋକଙ୍କ ଆବଶ୍ୟକତା ପୂରଣ ପାଇଁ ଆମ ସରକାର ସମସ୍ତ ପ୍ରକାର ଉଦ୍ୟମ କରିବେ।

ନାଗରିକ ସୁରକ୍ଷା ଏଜେନ୍ସି ପକ୍ଷରୁ ଆହୁରି ମଧ୍ୟ କୁହାଯାଇଛି ଯେ, ବର୍ଷା ହେତୁ ୧୦ ହଜାରରୁ ଅଧିକ ଲୋକଙ୍କୁ ଘର ଛାଡି ଅନ୍ୟତ୍ର ଯିବାକୁ ପଡିଛି । ସୋମବାର ଠାରୁ ଆରମ୍ଭ ହୋଇଥିବା ବର୍ଷା ଶୁକ୍ରବାର ପର୍ଯ୍ୟନ୍ତ ଜାରି ରହିବ ବୋଲି ଆଶା କରାଯାଉଛି। ପ୍ରବଳ ବର୍ଷା ହେତୁ ଉଚ୍ଚ ସ୍ଥାନକୁ ଯିବାକୁ ପ୍ରଶାସନ ଲୋକଙ୍କୁ ନିବେଦନ କରିଛି। ଏବେବି ଅନେକ ଲୋକ ଜଳବନ୍ଦୀ ହୋଇ ରହିଛନ୍ତି । ଉଦ୍ଧାର ପାଇଁ ପ୍ରଶାସନକୁ ଅପେକ୍ଷା କରିଛନ୍ତି । 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.