ପ୍ରମୂଖ ଖବର
  • ମାହାଙ୍ଗା: ଭାରସାମ୍ୟ ହରାଇ କେନାଲକୁ ଖସିଲା କାର୍, ଯୁବକଙ୍କ ମୃତ୍ୟୁ
  • ||
  • ମୋହନ ସରକାରଙ୍କ ପ୍ରଥମ ଅଧିବେଶନ, ୨୪ରେ ଉପବାଚସ୍ପତି ନିର୍ବାଚନ, ୨୫ରେ ପୂର୍ଣ୍ଣାଙ୍ଗ ବଜେଟ୍
  • ||
  • ପ୍ୟାରିସ୍‌ ଅଲିମ୍ପିକ ୨୦୨୪: ୨୫ରୁ ତୀରନ୍ଦାଜୀ ଇଭେଣ୍ଟ, ରିକର୍ଭ ଇଭେଣ୍ଟରେ ଭାଗ ନେବେ ୬ ଭାରତୀୟ
  • ||
  • ଆସନ୍ତା ୨୬ ସୁଦ୍ଧା ଆଉ ଏକ ଲଘୁଚାପ, ତିନିଦିନ ପ୍ରବଳ ବର୍ଷା ସମ୍ଭାବନା: ଏବେ ବି ନିଅଣ୍ଟିଆ ସ୍ଥିତିରୁ ବାହାରିନି ୧୬ ଜିଲ୍ଲା
  • ||
  • ମୋଦି ୩.୦ ସରକାରର ପ୍ରଥମ ବଜେଟ୍‌, ୭ମ ଥର ପାଇଁ ବଜେଟ୍‌ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ
  • ||

କେନ୍ଦ୍ରୀୟ ପୂର୍ବ ବଙ୍ଗୋପସାଗରେ ଘୂର୍ଣ୍ଣିବଳୟ, ଆସନ୍ତା ୫ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା

ଭୁବନେଶ୍ୱର, ୨୬/୦୬ : କେନ୍ଦ୍ରୀୟ ପୂର୍ବ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ପ୍ରଭାବରେ ବୁଧବାରଠାରୁ ରାଜ୍ୟରେ ପ୍ରବଳ ବର୍ଷା ହେବ। ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ସମ୍ଭାବନା ଅଛି। ପାଣିପାଗ ବିଭାଗ ଏଭଳି ପୂର୍ବାନୁମାନ ଦେଇଛି। 

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦ୍ଦେଶିକା ଡ. ମନୋରମା ମହାନ୍ତି କହିଛନ୍ତି, ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୫ ଦିନ ରାଜ୍ୟରେ ଭାରୀ ବର୍ଷା ହେବ। ଦକ୍ଷିଣ ଓଡ଼ିଶା ଓ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହୋଇପାରେ । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ନୂଆପଡ଼ା, ବଲାଙ୍ଗୀର, ସୋନପୁର, ବୌଦ୍ଧ ଓ ବରଗଡ଼ରେ ଘଡ଼ଘଡ଼ି ସହିତ ବର୍ଷା ସମ୍ଭାବନା ଅଛି । ୩୦ରୁ ୪୦କିମି ବେଗରେ ପବନ ବହିପାରେ । ୨୭ରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ବଲାଙ୍ଗୀର, ନୂଆପଡ଼ା ଓ ବରଗଡ଼ରେ ପ୍ରବଳ ବର୍ଷା ହୋଇପାରେ । ଉପକୂଳ ଓଡ଼ିଶା ସମେତ ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ବି ବର୍ଷା ହେବ । ୨୯ ତାରିଖ ଯାଏ ବିଭିନ୍ନ ସ୍ଥାନରେ ଭାରୀ ବର୍ଷା ହେବ । ଆଜି ଜଗତ୍‌ସିଂହପୁରରେ ସର୍ବାଧିକ ୪୯.୨ମିମି ବର୍ଷା ହୋଇଛି । ନୟାଗଡ଼ରେ ୨୪, ଚାନ୍ଦବାଲିରେ ୨୨.୮ ମିମି, ଦାରିଙ୍ଗିବାଡ଼ିରେ ୨୨, ବାରିପଦାରେ ୯ମିମି ବର୍ଷା ହୋଇଛି ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Rath Yatra

    Copyright © 2024 - Summa Real Media Private Limited. All Rights Reserved.