ପ୍ରମୂଖ ଖବର
  • ସାଲେପୁର : ଝରକା ଚାଡ଼ି ୩ ଘରୁ ଚୋରି, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଗଞ୍ଜାମ : ୧୧କେଭି ତାର ଲାଗି ଜଣେ ମୃତ, ଜଣେ ଗୁରୁତର
  • ||
  • ବାଲେଶ୍ଵର : ବାଇକ୍‌କୁ ଧକ୍କା ଦେଲା ମାଲବାହୀ ଟ୍ରକ୍; ଜଣେ ମୃତ,୨ ଗୁରୁତର
  • ||
  • ସୁନ୍ଦରଗଡ଼ : ପୂଜା ଦେଖିବାକୁ ଆସିଥିବା ବେଳେ ଯୁବତୀଙ୍କୁ ଗଣଦୁଷ୍କର୍ମ, ୩ ଅଟକ
  • ||
  • ଉଦଳା : ସରକାରୀ ଡାକ୍ତରଖାନାରେ ସ୍ୱାସ୍ଥ୍ୟସେବା ବିପର୍ଯ୍ୟସ୍ତ , ଚିକିତ୍ସା ଅଭାବରୁ ଚାଲିଗଲା ଶିଶୁକନ୍ୟାର ଜୀବନ
  • ||
  • ଯାଜପୁର : ଖରସ୍ରୋତା ବ୍ରିଜ୍‌ ଉପରୁ ନଦୀକୁ ଡେଇଁଲେ ମହିଳା, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ବ୍ରହ୍ମପୁର : ନକଲି ଗୁଟଖା କମ୍ପାନିରେ ଚଢାଉ; ନକଲି ଗୁଟଖା, ଗୁଟଖା ସାମଗ୍ରୀ ଏବଂ ମେସିନ ଠାବ
  • ||
  • ଦିଗପହଣ୍ଡି : ବାର୍ଦ୍ଧକ୍ୟ ଭତ୍ତା ଆଣିବାକୁ ଯାଇ କେନାଲରେ ଭାସିଗଲେ ବୃଦ୍ଧା,୧୦ ଘଣ୍ଟା ପରେ ମୃତଦେହ ଉଦ୍ଧାର
  • ||
  • ଆସ୍କା : ଟ୍ରକ୍‌କୁ ପିଟିଲା ପିକଅପ୍‌ ଭ୍ୟାନ୍‌, ୨ ମୃତ
  • ||
  • ଗୁରୁବାରଠୁ ଭାରତ- ବାଂଲାଦେଶ ପ୍ରଥମ ଟେଷ୍ଟ: ଚିପକ୍‌ରେ ରାଜୁତି କରିବେ ସ୍ପିନର୍‌, ଫେରିବେ ପନ୍ତ ଏବଂ ରାହୁଲ
  • ||
  • ମୋହନାରେ ଟ୍ରକ୍‌-ବାଇକ୍‌ ଧକ୍କା, ୨ ବାଇକ୍‌ ଆରୋହୀ ମୃତ
  • ||
  • ଭୁବନେଶ୍ୱର : ରାଜଧାନୀରେ ବୋମା ମାଡ଼; ସିସିଟିଭିରେ କଏଦ ହେଲା ଦୃଶ୍ୟ, ଦୁର୍ବୃତ୍ତଙ୍କୁ ଖୋଜୁଛି ପୋଲିସ
  • ||
  • ପୁରୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ୧୦୦ ଦିନର ସଫଳତା ସମାବେଶ ଓ ପ୍ରଦର୍ଶନୀରେ ଯୋଗଦେବେ
  • ||
  • ୨୨ରୁ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା, ଆହୁରି ବିଗିଡ଼ିପାରେ ବାଲେଶ୍ୱର, ମୟୂରଭଞ୍ଜ ସ୍ଥିତି
  • ||

ପୂର୍ବ କେନ୍ଦ୍ରୀୟ ଓ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି, ଆସନ୍ତା ୩୧ ଯାଏଁ ପ୍ରବଳ ବର୍ଷିବ

ଭୁବନେଶ୍ୱର, ୨୮/୮: ଆସନ୍ତା ୩୧ ତାରିଖ ଯାଏ ରାଜ୍ୟରେ ଭାରି ବର୍ଷା ହେବ । କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ଆସନ୍ତା ଗୁରୁବାର ପୂର୍ବ କେନ୍ଦ୍ରୀୟ ଓ ଉତ୍ତର ବଙ୍ଗୋପସାଗର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହେବ । ଏହା ପ୍ରଭାବରେ ଆସନ୍ତା ୪ଦିନ ରାଜ୍ୟରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ଆକଳନ କହୁଛି, ଉତ୍ତର ପଶ୍ଚିମ ଝାଡ଼ଖଣ୍ଡ ଓ ପାଶ୍ୱର୍ବର୍ତ୍ତୀ ଅଞ୍ଚଳ ଉପରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଏବେ ପଶ୍ଚିମଉତ୍ତର ପଶ୍ଚିମ ଦିଗରେ ଅଗ୍ରସର ହେଉଛି । ଏହା ସେହି ଦିଗରେ ଗତି କରି ଝାଡ଼ଖଣ୍ଡ ଓ ଉତ୍ତର ଛତିଶଗଡ଼ ଆଡ଼କୁ ମୁହାଁଇବ । ୨୯ ତାରିଖରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବ । ଦୁଇ ଦିନରେ ଏହା ପଶ୍ଚିମ ଓ ଉତ୍ତର ପଶ୍ଚିମ ଦିଗରେ ମୁହାଁଇବା ସହ ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ପହଞ୍ଚିବ । ଏହା ପ୍ରଭାବରେ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ଅଛି । 

ସେହିପରି ୨୮ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି ଓ ଗଞ୍ଜାମରେ ପ୍ରବଳ ବର୍ଷା ହୋଇପାରେ । କିଛି ସ୍ଥାନରେ ୭୦ରୁ ୧୧୦ମିମି ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ଅଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା ଓ ନୟାଗଡ଼ରେ ଘଡ଼ଘଡ଼ି ସହିତ ବର୍ଷା ସମ୍ଭାବନା ଅଛି । ୨୯ ତାରିଖରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଓ ରାୟଗଡ଼ାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଏଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ସତର୍କତା ଜାରି କରାଯାଇଛି । ଏ ସବୁ ଜିଲ୍ଲାର ବିଭିନ୍ନ ସ୍ଥାନରେ ୭୦ରୁ ୨୦୦ମିମି ଯାଏ ବର୍ଷା ହୋଇପାରେ । ଗଞ୍ଜାମ, ଗଜପତି, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ନୂଆପଡ଼ା, ନୟାଗଡ଼, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ୩୦ ତାରିଖରେ ମାଲକାନଗିରି ଓ କୋରାପୁଟ ଜିଲ୍ଲାର ଠାଏ ଠାଏ ଜାଗାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଅରେଞ୍ଜ ସତର୍କତା ଜାରି ହୋଇଛି । ସେହିଭଳି ନବରଙ୍ଗପୁର, କଳାହାଣ୍ଡି ଓ ରାୟଗଡ଼ା ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । କିଛି ସ୍ଥାନରେ ୭୦ରୁ ୨୦୦ମିମି ବର୍ଷା ସମ୍ଭାବନା ଅଛି । ୩୧ ତାରିଖରେ ନବରଙ୍ଗପୁର, ମାଲକାନଗିରି ଓ କୋରାପୁଟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି । 

ରାୟଗଡ଼ା, ଗଜପତି, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର ଓ ଗଞ୍ଜାମରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ଆଗକୁ ରାଜ୍ୟରେ ଲଘୁଚାପର ପ୍ରଭାବ ଥିବାରୁ ୩୦ ଓ ୩୧ ତାରିଖରେ ସମୁଦ୍ର ଭିତରକୁ ନ ଯିବାକୁ ମତ୍ସଜୀବିଙ୍କୁ ପରାମର୍ଶ ଦିଆଯାଇଛି । ଏ ନେଇ ସ୍ୱତନ୍ତ୍ର ରିଲିଫ କମିଶନର(ଏସ୍‌ଆରସି) ନିର୍ଦ୍ଦେଶନାମା ଜାରି କରିଛନ୍ତି । ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ତଳିଆ ଅଞ୍ଚଳରେ ଜଳବନ୍ଦୀ ସ୍ଥିତି ସୃଷ୍ଟି ହୋଇପାରେ । ସହରାଞ୍ଚଳରୁ ଜଳ ନିଷ୍କାସନ ପାଇଁ ପ୍ରସ୍ତୁତ ରହିବାକୁ ଏସ୍‌ଆରସି ନିର୍ଦ୍ଦେଶ ଦେଇଛନ୍ତି । ଗତ ୨୪ ଘଣ୍ଟାରେ ରାଜ୍ୟର ବହୁ ସ୍ଥାନରେ ପ୍ରବଳ ବର୍ଷା ହୋଇଛି । ଜଗତସିଂହପୁରରେ ସର୍ବାଧିକ ୧୦୬ମିମି ବର୍ଷା ହୋଇଛି । କଟକରେ ୮୮, ଢେଙ୍କାନାଳପର ଭୁବନରେ ୮୬, କଟକ କଣ୍ଟାପଡ଼ାରେ ୮୫ମିମି ଓ ଆଠଗଡ଼ରେ ୬୮ମିମି ବର୍ଷା ହୋଇଛି । ମଙ୍ଗଳବାର ସକାଳୁ ନେଇ ସନ୍ଧ୍ୟା ଯାଏ ଭୁବନେଶ୍ୱରରେ ଅଧିକ ବର୍ଷା ହୋଇଛି । ଏଠାରେ ୪୮ମିମି ବର୍ଷା ରେକର୍ଡ ହୋଇଛି । ତାଳଚେରରେ ୪୨ମିମି ଓ କଟକରେ ୨୮ମିମି ବର୍ଷା ହୋଇଛି । ରାଜ୍ୟର ବହୁ ସ୍ଥାନରେ ବର୍ଷା ସତ୍ତେ୍ୱ ଏଥର ମୌସୁମୀରେ ନିଅଣ୍ଟିଆ ବର୍ଷା ହାର ୧୦% ରହିଛି । ୧୮ ଜିଲ୍ଲାରେ ବର୍ଷା ସ୍ଥିତି ସ୍ୱାଭାବିକ ଥିବାବେଳେ ୧୧ ଜିଲ୍ଲାରେ ସ୍ଥିତି ନିଅଣ୍ଟିଆ ରହିଛି । ଭଦ୍ରକରେ ସର୍ବାଧିକ ୪୨% ଓ ବାଲେଶ୍ୱରରେ ୪୦% ନିଅଣ୍ଟିଆ ବର୍ଷା ହୋଇଛି ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.