ପ୍ରମୂଖ ଖବର
  • ମାଲକାନଗିରି : ଅବୁଝମାଡ଼ ଜଙ୍ଗଲରେ ଏନ୍‌କାଉଣ୍ଟର, ପୁଲିସ ଗୁଳିରେ ୨ ମହିଳା ମାଓବାଦୀ ନିହତ
  • ||
  • ବାଲେଶ୍ୱର : ପାନ ଦୋକାନୀ ମାଡ଼ରେ ଚାଲିଗଲା ଯୁବକଙ୍କ ଜୀବନ, ଧାର ଟଙ୍କାକୁ ନେଇ ଉଭୟଙ୍କ ମଧ୍ୟରେ ଥିଲା ବିବାଦ
  • ||
  • କଟକ: ନରସିଂହପୁର ପଞ୍ଚମୁଖୀ ଛକରୁ ମହିଳାଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||
  • ବଦଳିବ ଓଡ଼ିଶା ପର୍ଯ୍ୟଟନର କାୟାକଳ୍ପ, କେରଳ ଏବଂ ରାଜସ୍ଥାନ ମଡେଲ୍‌କୁ କରାଯିବ ଅନୁକରଣ, ଏସିଆର ଶ୍ରେଷ୍ଠ ପାଞ୍ଚରେ ରହିବ ରାଜ୍ୟ
  • ||
  • ପୁରୀ : ଭଗବାନ ଓ ଭକ୍ତଙ୍କ ମଧ୍ୟରୁ ହଟିଲା ଦୂରତା, ଦୁର୍ଲଭ ନବଯୌବନ ବେଶରେ ଦର୍ଶନ ଦେଲେ ଦାରୁବ୍ରହ୍ମ
  • ||
  • ପୁରୀ : ୨୯ରୁ ରତ୍ନଭଣ୍ଡାର ମରାମତି, ପ୍ରତିଦିନ ଦୁଇଟି ସିଫ୍ଟରେ ହେବ କାମ
  • ||
  • ଭୁବନେଶ୍ୱର : ତାରିଣୀ ବସ୍ତ୍ରାଳୟ ଗୋଦାମରେ ଅଗ୍ନିକାଣ୍ଡ, ଜଳିଗଲା କୋଟିଏରୁ ଉର୍ଦ୍ଧ୍ୱ ଟଙ୍କାର ସାମଗ୍ରୀ
  • ||
  • ଲଘୁଚାପର ରୂପ ନେବ ଘୂର୍ଣ୍ଣିବଳୟ, ୧୨ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
  • ||

ଲଘୁଚାପର ରୂପ ନେବ ଘୂର୍ଣ୍ଣିବଳୟ, ୧୨ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

Published By : Rasmita Pradhan | June 26, 2025 7:40 AM

ଭୁବନେଶ୍ୱର,୨୬/୬ : ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଗୁରୁବାର ଏହା ଲଘୁଚାପ ରୂପ ନେଇପାରେ । ଲଘୁଚାପ ପ୍ରଭାବରେ ୪ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ୨୫ ଓ ୨୬ ତାରିଖରେ ରାଜ୍ୟର ବିସ୍ତୃତ ଅଞ୍ଚଳରେ ବର୍ଷା ହେବ ବୋଲି ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି) ପକ୍ଷରୁ କୁହାଯାଇଛି । 

ଗୁରୁବାର ସୁନ୍ଦରଗଡ଼, ସମ୍ବଲପୁର, କେନ୍ଦୁଝର ଓ ମୟୂରଭଞ୍ଜରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ଅଛି । ଏହି ୪ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ବାଲେଶ୍ୱର, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତିରେ ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ସମ୍ଭାବନା ଅଛି । ଶୁକ୍ରବାର (୨୭ ତାରିଖ) ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ରାୟଗଡ଼ା, ଗଜପତି, ନବରଙ୍ଗପୁର, କଳାହାଣ୍ଡି, ଝାରସୁଗୁଡ଼ା ଓ କନ୍ଧମାଳରେ ପ୍ରବଳ ବର୍ଷା ହୋଇପାରେ । ତେବେ ଶୁକ୍ରବାର ରଥଯାତ୍ରାରେ ପୁରୀରେ ବର୍ଷା ହେବା ସମ୍ଭାବନା କମ୍‌ । ଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳକୁ ଛାଡ଼ି ବାକି ସ୍ଥାନରେ ବର୍ଷା ସମ୍ଭାବନା ନାହିଁ । ପୁରୀ ସମେତ ଉପକୂଳ ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ ଜାରି ସୂଚନାରେ କୁହାଯାଇଛି । ଶନିବାର (୨୮ ତାରିଖ) ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର ଓ ବରଗଡ଼ରେ ଭାରି ବର୍ଷା ସମ୍ଭାବନା ଅଛି ବୋଲି ପାଣିପାଗ ବିଭାଗ ଆକଳନ କରିଛି । 

ବୁଧବାର କିଛି ଘଣ୍ଟା ଭିତରେ ଭୁବନେଶ୍ୱରରେ ପ୍ରବଳ ବର୍ଷା ହୋଇଛି । ଅପରାହ୍ନରେ ୫୦.୧ ମିମି ବର୍ଷା ରେକର୍ଡ ହୋଇଛି । ବଲାଙ୍ଗୀରରେ ୪୬.୫, ବାଲେଶ୍ୱରରେ ୪୦.୪, ଜଗତସିଂହପୁରରେ ୩୨.୨, ନବରଙ୍ଗପୁରରେ ୩୧.୨, କୋରାପୁଟରେ ୨୦, କେନ୍ଦୁଝରରେ ୧୪.୨, ପାରଳାଖେମୁଣ୍ଡିରେ ୧୦ମିମି ବର୍ଷା ହୋଇଛି । ଜୁନ୍‌ ୧ ତାରିଖରୁ ବୁଧବାର ସୁଦ୍ଧା ରାଜ୍ୟରେ ୧୫୨.୯ ମିମି ମୌସୁମୀ ବର୍ଷା ହୋଇଛି । ଏହି ସମୟରେ ସ୍ୱାଭାବିକ ଭାବେ ୧୬୩.୬ ମିମି ବର୍ଷା ହେବା କଥା । ପ୍ରାୟ ୭% ନିଅଣ୍ଟିଆ ବର୍ଷା ହୋଇଛି । ଦେବଗଡ଼ରେ ଅତ୍ୟଧିକ ବା ୬୦%ରୁ ଅଧିକ ବର୍ଷା ହୋଇଛି । ସୁନ୍ଦରଗଡ଼, ଢେଙ୍କାନାଳ, କେନ୍ଦ୍ରାପଡ଼ା ଓ ଜଗତ୍‌ସିଂହପୁରରେ ଅଧିକ ବର୍ଷା ହୋଇଛି ବୋଲି ପାଣିପାଗ ବିଭାଗ ତଥ୍ୟ ଦେଇଛି ।  

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.