ପ୍ରମୂଖ ଖବର
  • ଯାଜପୁର : ନଦୀରେ ଗାଧୋଇବାକୁ ଯାଇ ନିଖୋଜ ହୋଇଥିଲେ ବୃଦ୍ଧ, ମତ୍ସ୍ୟଜୀବୀଙ୍କ ଜାଲରୁ ମୃତଦେହ ଉଦ୍ଧାର
  • ||
  • କଟକ : ବୋଲେରୋ ଧକ୍କାରେ ସ୍ୱାମୀ ମୃତ, ସ୍ତ୍ରୀ ଓ ଝିଅ ଗୁରୁତର
  • ||
  • ଆଫ୍ରିକାରେ ୩ ଭାରତୀୟଙ୍କୁ ଅପହରଣ କରିନେଲେ ଅଲ୍ କାଏଦା ଆତଙ୍କୀ, ସୁରକ୍ଷିତ ଉଦ୍ଧାର ପାଇଁ ଭାରତର ପ୍ରକ୍ରିୟା
  • ||
  • ବୌଦ୍ଧ : ବାପାଙ୍କ ମୃତ୍ୟୁ ଖବର ଶୁଣି ଘରକୁ ଯାଉଥିଲେ ଦମ୍ପତି, ଦୁର୍ଘଟଣାରେ ଚାଲିଗଲା ଜୀବନ
  • ||
  • ବାଲେଶ୍ୱର : ବିପଦ ସଂକେତ ତଳେ ସୁବର୍ଣ୍ଣରେଖା, ଏବେବି ପାଣି ଘେରରେ ୨୦ରୁ ଅଧିକ ଗାଁ
  • ||
  • ୭ ଯାଏ ବର୍ଷା, ପଶ୍ଚିମ ଓଡ଼ିଶାରେ ପ୍ରବଳ ଛେଚିବ
  • ||
  • ଇଣ୍ଡୋନେସିଆ ବାଲିରେ ଅଘଟଣ, ୬୫ ଯାତ୍ରୀଙ୍କୁ ନେଇ ଯାଉଥିବା ଡଙ୍ଗା ବୁଡ଼ି ୪ ମୃତ, ଅନେକ ନିଖୋଜ
  • ||

୭ ଯାଏ ବର୍ଷା, ପଶ୍ଚିମ ଓଡ଼ିଶାରେ ପ୍ରବଳ ଛେଚିବ

Published By : Rasmita Pradhan | July 3, 2025 7:48 AM

ଭୁବନେଶ୍ୱର, ୦୩/୦୭ : ଦକ୍ଷିଣ ଝାଡ଼ଖଣ୍ଡ ଓ ପାଶ୍ୱର୍ବର୍ତ୍ତୀ ଅଞ୍ଚଳ ଉପରେ ଘୂର୍ଣ୍ଣିବଳୟ ରହିଛି । ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ପ୍ରକୋପ ଜାରି ରହିବ । ବିଶେଷ କରି ପଶ୍ଚିମ ଓଡ଼ିଶା ଓ ପାର୍ଶ୍ୱବର୍ତ୍ତୀ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ୫ରୁ ୭ ଅଧିକ ବର୍ଷା ସମ୍ଭାବନା ଅଛି । ତା’ପରେ ବର୍ଷା ପରିମାଣ କମିବ । ଏଭଳି ପୂର୍ବାନୁମାନ ଦେଖାଇଛି ଭୁବନେଶ୍ୱର ପାଣିପାଗ କେନ୍ଦ୍ର । 

ବନ୍ୟା ନିୟନ୍ତ୍ରଣ କକ୍ଷର ସୂଚନା ଅନୁସାରେ ରାଜ୍ୟରେ ବନ୍ୟା ସ୍ଥିତିରେ ସୁଧାର ଆସିଛି । ସୁବର୍ଣ୍ଣରେଖା, ବୁଢ଼ାବଳଙ୍ଗ, ଜଳକା ଓ ବୈତରଣୀ ନଦୀର ଜଳସ୍ତର ହ୍ରାସ ପାଇବା ସହ ବିପଦ ସଙ୍କେତ ତଳେ ରହିଛି । ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ବନ୍ୟା ସ୍ଥିତି ସମୀକ୍ଷା ପାଇଁ ଗୁରୁବାର ବାଲେଶ୍ୱର ଗସ୍ତ କରିବେ । ଏହି ଗସ୍ତ କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଭୋଗରାଇ, ବାଲିଆପାଳ ସହିତ ଆଖପାଖ ବନ୍ୟା ପ୍ରଭାବିତ ଅଞ୍ଚଳ ସ୍ଥିତି ସମୀକ୍ଷା କରିବେ । ପ୍ରଶାସନିକ ପ୍ରସ୍ତୁତି ନେଇ ଆଲୋଚନା କରିବେ । ଏହି କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ଆକାଶମାର୍ଗରୁ ବନ୍ୟା ପ୍ରଭାବିତ ଅଞ୍ଚଳ ସ୍ଥିତି ଅନୁଧ୍ୟାନ କରିବେ । 

ପୂର୍ବାନୁମାନ କହୁଛି, ୩ ତାରିଖଠାରୁ ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅନେକ ସ୍ଥାନରେ ବର୍ଷା ସମ୍ଭାବନା ଅଛି । ପଶ୍ଚିମ ଏବଂ ଏହାର ସଂଲଗ୍ନ ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ହୋଇପାରେ । ଗୁରୁବାର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ସହ ବରଗଡ଼, ସୋନପୁର, ବଲାଙ୍ଗୀର, ବୌଦ୍ଧ, ନୂଆପଡ଼ାରେ ପ୍ରବଳ ବର୍ଷା ଆଶଙ୍କା ଅଛି । ୪ ତାରିଖ ବରଗଡ଼, ବଲାଙ୍ଗୀର ଓ ସୋନପୁରରେ ପ୍ରବଳ ଏବଂ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ହୋଇପାରେ । ୫ରେ ବର୍ଷା ପରିମାଣ ବଢ଼ିପାରେ । ଅନେକ ସ୍ଥାନରେ ବର୍ଷା ସହ ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ରେ ପ୍ରବଳରୁ ପ୍ରବଳତର ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ୱରରେ ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ହୋଇପାରେ । ୬ ତାରିଖରେ ଅନେକ ସ୍ଥାନରେ ବର୍ଷା ଏବଂ ଝାରସୁଗୁଡ଼ା ଓ ବରଗଡ଼ରେ ପ୍ରବଳରୁ ପ୍ରବଳତର ବର୍ଷା ଆଶଙ୍କା ଅଛି । ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ହୋଇପାରେ । ୭ରେ ଅନେକ ଜାଗାରେ ବର୍ଷା ସମ୍ଭାବନା ଥିବାବେଳେ ଝାରସୁଗୁଡ଼ା ଓ ବରଗଡ଼ରେ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି । ୮ରେ ବର୍ଷା ପରିମାଣ କମିପାରେ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.