ପ୍ରମୂଖ ଖବର
  • ରାୟଗଡ଼ା : ଟ୍ରେଲର ଧକ୍କାରେ ମହିଳା କନେଷ୍ଟବଳଙ୍କ ମୃତ୍ୟୁ, ୨ ଗୁରୁତର
  • ||
  • 'ରାଜ୍ୟରେ ଏବେ ବନ୍ୟା ପରିସ୍ଥିତି ନାହିଁ, ବିପଦ ସଙ୍କେତ ତଳେ ଜଳସ୍ତର': ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ
  • ||
  • ବୌଦ୍ଧ : ଭାରସାମ୍ୟ ହରାଇ ଓଲଟିଲା ସିମେଣ୍ଟ ବୋଝେଇ ଟ୍ରକ୍‌, ଡ୍ରାଇଭର ଆହତ
  • ||
  • ବାହୁଡ଼ା ଯାତ୍ରା ପାଇଁ ଜନସମୁଦ୍ର ବଡ଼ଦାଣ୍ଡ, ଘଣ୍ଟଘଣ୍ଟା ନାଦରେ ପ୍ରକମ୍ପିତ ଶ୍ରୀକ୍ଷେତ୍ର
  • ||
  • ଜନ୍ମବେଦୀରୁ ବାହୁଡ଼ିବେ ଦାରୁବ୍ରହ୍ମ, ଶରଧାବାଲିରେ ରଥାରୂଢ ଚତୁର୍ଦ୍ଧାମୂର୍ତ୍ତି
  • ||
  • ବୌଦ୍ଧ : ରେଳ ଧାରଣାରେ ଶୋଇ ରିଲ୍ସ ବନାଇଲେ ନାବାଳକ, ସୋସିଆଲ ମିଡିଆରେ ଭିଡିଓ ଭାଇରାଲ
  • ||
  • ନୌସେନାରେ ପ୍ରଥମ ମହିଳା ଫାଇଟର ପାଇଲଟ ହେଲେ ଆସ୍ଥା ପୁନିଆ, ମିଳିଲା ୱିଙ୍ଗ୍ ଅଫ୍‌ ଗୋଲ୍ଡ
  • ||
  • ବାହୁଡ଼ିବେ ଦାରୁଦିଅଁ, ସୁରକ୍ଷା ବଳୟରେ ଶ୍ରୀକ୍ଷେତ୍ର: ପହଣ୍ଡିରେ ୨, ରଥ ସୁରକ୍ଷାରେ ୬ ଆଇପିଏସ୍‌କୁ ଦାୟିତ୍ୱ
  • ||
  • ଆହୁରି ୩ ଦିନ ଭିଜିବ ଓଡ଼ିଶା, ବାହୁଡ଼ାରେ ବର୍ଷା ସମ୍ଭାବନା; ୬ ଜିଲ୍ଲାକୁ ଆଲର୍ଟ
  • ||

ଉତ୍ତରକାଶୀ ଗଙ୍ଗାନାନୀରେ ହେଲିକପ୍ଟର ଦୁର୍ଘଟଣା; ୫ ମୃତ, ୨ ଗୁରୁତର

Published By : Ankita S | May 8, 2025 10:06 AM

ଡେରାଡୁନ,୦୮/୦୫: ଦେବଭୂମି ଉତ୍ତରାଖଣ୍ଡ ଉତ୍ତରକାଶୀ ଜିଲ୍ଲା ଗଙ୍ଗାନାନୀରେ ଭୟଙ୍କର ହେଲିକପ୍ଟର ଦୁର୍ଘଟଣା ହୋଇଛି । ଏଥିରେ ପାଇଲଟଙ୍କ ସମେତ ୫ ଜଣଙ୍କର ମୃତ୍ୟୁ ହୋଇଛି । ୨ ଜଣ ଗୁରୁତର ଆହତ ହୋଇଛନ୍ତି । ଗଙ୍ଗୋତ୍ରୀ ଧାମ ବୁଲିବାକୁ ଯାଉଥିବା ବେଳେ ହେଲିକପ୍ଟର କ୍ରାସ୍ ହୋଇଛି । ଗରୱାଲ ଡିଭିସନ କମିଶନର ବିନୟ ଶଙ୍କର ପାଣ୍ଡେ ଏ ନେଇ ସୂଚନା ଦେଇଛନ୍ତି । ଘଟଣାସ୍ଥଳରେ ସ୍ଥାନୀୟ ପ୍ରଶାସନ ଓ ରିଲିଫ୍ ଟିମ୍ ପହଞ୍ଚି ଉଦ୍ଧାରକାର୍ଯ୍ୟ ଜାରି ରଖିଛନ୍ତି ।

ଗରୱାଲ ଡିଭିଜନ କମିଶନର ବିନୟ ଶଙ୍କର ପାଣ୍ଡେ କହିଛନ୍ତି, ପ୍ରଶାସନ ଏବଂ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚି ସାରିଛନ୍ତି । ସେନା, ପୋଲିସ, ଉଦ୍ଧାରକାରୀ ଦଳ, ଆମ୍ୱୁଲାନ୍ସ ଘଟଣାସ୍ଥଳରେ ରହିଛନ୍ତି । ହେଲିକପ୍ଟରଟି ଗଙ୍ଗୋତ୍ରୀ ଧାମ ଯାଉଥିଲା । ହେଲିକପ୍ଟରଟି ଘରୋଇ କମ୍ପାନୀରେ ହୋଉଥିବା କୁହାଯାଇଛି । ଯେଉଁଥିରେ ୭ ଜଣ ଥିଲେ । ଆହତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।

କେଉଁ କାରଣକୁ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହେଲା ତାହା ଜଣାପଡିନାହିଁ । ଘଟଣାକୁ ନେଇ ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂହ ଧାମି ସୋସିଆଲ ମଡ଼ିଆ ଏକ୍ସରେ ଦୁଃଖ ପ୍ରକାଶ କରିଛନ୍ତି । ଆହତଙ୍କୁ ଉଦ୍ଧାର କରି ଯଥା ସମ୍ଭବ ଚିକିତ୍ସା ସେବା ଯୋଗାଇ ଦେବାକୁ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି । ଲଗାତାର ଅଧିକାରୀଙ୍କ ସହ ଆଲୋଚନା କରି ସ୍ଥିତି ଉପରେ ନଜର ରଖିଛନ୍ତି ମୁଖ୍ୟମନ୍ତ୍ରୀ ପୁଷ୍କର ସିଂହ ଧାମି ।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.