ପ୍ରମୂଖ ଖବର
  • ଭୁବନେଶ୍ବର OSSSC ଅଫିସ ଘେରିଲେ ଶହଶହ ପରୀକ୍ଷାର୍ଥୀ । କମ୍ବାଇନ୍ଡ ରିକ୍ରୁଟମେଣ୍ଟ ପରୀକ୍ଷାରେ ଅନିୟମିତତା ଅଭିଯୋଗରେ ଘେରାଉ
  • ||
  • ଢ଼େଙ୍କାନାଳ: ଦୁଷ୍କର୍ମ ପୀଡ଼ିତାଙ୍କୁ ଭେଟିଲେ ମହିଳା କମିଶନ
  • ||
  • କଳାହାଣ୍ଡି: ପୂଜକଙ୍କୁ ଚାପଡରେ ହାଣିଲେ ଦୁୁର୍ବୃତ୍ତ, ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି
  • ||
  • ଚନ୍ଦନେଶ୍ବର: ବ୍ୟାଙ୍କ ଭିତରୁ ଲୁଟ୍, ଗ୍ରାହକଙ୍କ ଠାରୁ ୩୦ହଜାର ନେଇଗଲେ ଲୁଟେରା
  • ||
  • ଦୁର୍ନୀତି ଅଭିଯୋଗ ଆସିଲେ ମାଫ୍ ନାହିଁ, ୫ ବର୍ଷରେ ୮୧ ସରପଞ୍ଚଙ୍କ ବିରୋଧରେ ହୋଇଛି କାର୍ଯ୍ୟାନୁଷ୍ଠାନ
  • ||
  • ଭୁବନେଶ୍ଵର : ୧୦ ବର୍ଷରେ ୨୫ ବାଘ ଏବଂ ୪୧ ହାତୀଙ୍କୁ ହତ୍ୟା କରିଛନ୍ତି ଶିକାରୀ, ହାତୀ ମଣିଷ ଲଢେଇରେ ଯାଇଛି ୧୧୪୫ ଜୀବନ
  • ||
  • ଢେଙ୍କାନାଳ ଲଜ୍ଜ୍ୟା : ୪ ଅଭିଯୁକ୍ତଙ୍କ ଡାକ୍ତରୀ ମାଇନା ସହ ଡିଏନଏ ଟେଷ୍ଟ ପାଇଁ ହେଲା ନମୁନା ସଂଗ୍ରହ
  • ||
  • କୋଲକାତା ଆନ୍ଦୋଳନରତ ଡାକ୍ତରଙ୍କୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ, ସନ୍ଧ୍ୟା ସୁଦ୍ଧା କାର୍ଯ୍ୟରେ ଯୋଗ ଦିଅ, ନହେଲେ କାର୍ଯ୍ୟାନୁଷ୍ଠାନ
  • ||
  • ଦୁର୍ବଳ ହୋଇ ଛତିଶଗଡ଼ ମୁହାଁ ଲଘୁଚାପ: ଭୀଷଣ ବର୍ଷା ପାଇଁ ମାଲକାନଗିରି, ଗଞ୍ଜାମରେ ସ୍କୁଲ ଛୁଟି ଘୋଷଣା
  • ||

ନେପାଳରେ ହେଲିକପ୍ଟର ଦୁର୍ଘଟଣା, ୪ ଚୀନ୍ ନାଗରିକଙ୍କ ସମେତ ୫ ମୃତ…

ନୂଆଦିଲ୍ଲୀ: ନେପାଳର ନୁବାକୋଟରେ ଏକ ହେଲିକପ୍ଟର ଦୁର୍ଘଟଣାର ସମ୍ମୁଖୀନ ହୋଇଛି । ବିମାନରେ ଥିବା ସମସ୍ତ ପାଞ୍ଚ ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଛି। କୁହାଯାଉଛି ଯେ, ରସୁୱା ଯାଉଥିବା ଏହି ହେଲିକପ୍ଟରରେ ପାଞ୍ଚ ଜଣ ଲୋକ ଥିଲେ । ଏଥିରେ ଚାରିଜଣ ଚୀନ୍ ନାଗରିକ ମଧ୍ୟ ସାମିଲ ରହିଥିଲେ । ନିକଟରେ ଜୁଲାଇ ୨୪ ରେ ନେପାଳର ତ୍ରିଭୂବନ ଅନ୍ତର୍ଜାତୀୟ ବିମାନବନ୍ଦରରେ ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା, ଯେଉଁଥିରେ ୧୮ ଜଣଙ୍କର ମୃତ୍ୟୁ ଘଟିଥିଲା । ଆଉ ଏହାର କିଛି ଦିନ ପରେ ଏବେ ଏହି ହେଲିକପ୍ଟରଟି ଦୁର୍ଘଟଣାଗ୍ରସ୍ତ ହୋଇଛି । ଏହା ଦର୍ଶାଉଛି ଯେ ନେପାଳରେ ଖରାପ ପରିଚାଳନା ହେତୁ ବିମାନ ଦୁର୍ଘଟଣା ଅତି ସାଧାରଣ ହୋଇଗଲାଣି । ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଚାଲିଛି ।

ଘଟଣା ଆଜି (ବୁଧବାର) ଘଟିଥିବା କୁହାଯାଉଛି । ସୂଚନାନୁସାରେ, ଏହି ହେଲିକପ୍ଟରଟି ନେପାଳର ନୁବାକୋଟର ଶିବପୁରୀ ଅଞ୍ଚଳରେ ଏକ ଦୁର୍ଘଟଣାର ସମ୍ମୁଖୀନ ହୋଇଛି । ଏଥିରେ ଏକ ଏୟାର ଡାୟନେଷ୍ଟ୍ରୀ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି । ବିମାନରେ ଥିବା ସମସ୍ତ ୫ ଜଣଙ୍କର ମୃତ୍ୟୁ ଘଟିଛି । ତ୍ରିଭୂବନ ଅନ୍ତର୍ଜାତୀୟ ବିମାନବନ୍ଦରର ଏକ ସୂତ୍ର ହିମାଳୟନ ଟାଇମ୍ସକୁ କହିଛି ଯେ, ହେଲିକପ୍ଟରଟି କାଠମାଣ୍ଡୁରୁ ସୟାଫ୍ରୁବେନସି ଅଭିମୁଖେ ଯାଉଥିଲା।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.