ପ୍ରମୂଖ ଖବର
  • ପାରାଦୀପ ଜିରୋ ପଏଣ୍ଟ ପାଖରେ ଗଚ୍ଛିତ ପାଇପରେ ଭୟଙ୍କର ଅଗ୍ନିକାଣ୍ଡ
  • ||
  • ରାଜଧାନୀରୁ ୫ କ୍ୱିଣ୍ଟାଲ ଗଞ୍ଜେଇ ଜବତ, ୨ ଗିରଫ
  • ||
  • ରାଉରକେଲାରେ ପୋଲିସ ଡିଜି ୱାଇବି ଖୁରାନିଆ, ରାଉରକେଲାରେ ଚାଲିଛି ସମୀକ୍ଷା ବୈଠକ
  • ||
  • ପହଲଗାମ ଆତଙ୍କୀ ହମ୍‌ଲା ପରେ ରାଜଧାନୀରେ ହାଇଆଲର୍ଟ, ଭୁବନେଶ୍ୱର ରେଲ୍‌ ୱେ ଷ୍ଟେସନ୍‌ରେ ଫ୍ଲାଗ୍ ମାର୍ଚ୍ଚ
  • ||
  • ରାଜଧାନୀରେ ଦୁର୍ବୃତ୍ତଙ୍କ ଆତଙ୍କରାଜ, ଟଙ୍କା ମାଗିବାରୁ ଦହିବରା ବେପାରୀଙ୍କୁ ନିସ୍ତୁକ ପିଟିଲେ
  • ||
  • ସମ୍ୱଲପୁର : ପାଣିରେ ବୁଡ଼ି ଜୀବନ ହାରିଥିଲେ ଭିସୁଟ୍‌ ଛାତ୍ରୀ: ୧୦୦ ଜଣଙ୍କ ଉପରେ ସର୍ବକାଳୀନ ଛାତ୍ର କାର୍ଯ୍ୟାନୁଷ୍ଠାନ
  • ||
  • ଚଳିବନି ପାକ୍ ପ୍ରୋପାଗଣ୍ଡା, ଭାରତରେ ୧୬ ପାକିସ୍ତାନୀ ୟୁଟ୍ୟୁବ୍ ଚ୍ୟାନେଲ୍ ବ୍ୟାନ୍
  • ||
  • ମେ ୨ରୁ ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା, ୧୨ ଯାଏ ୩ଟି ସିଫ୍ଟରେ ହେବ ଏକ୍ସଜାମ୍
  • ||
  • ବାଙ୍ଗିରିପୋଷି-ପୁରୀ ସୁପରଫାଷ୍ଟ ଟ୍ରେନ୍‌ରେ ଏଲଏଚବି କୋଚ୍‌ର ଶୁଭାରମ୍ଭ
  • ||
  • କେନ୍ଦୁଝର : ବାଇକ୍‌କୁ ଧକ୍କା ଦେଲା ଆଡିସନାଲ୍‌ CSOଙ୍କ ବୋଲେରୋ, ବାଇକ୍‌ ଚାଳକ ମୃତ
  • ||
  • ସୋମବାର ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୭ ତମ ଜନ୍ମଜୟନ୍ତୀ, ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ବିଜେଡି ନେତା ଓ କର୍ମୀ
  • ||
  • ଅନୁଗୁଳ : ୫୫ କେଜିରୁ ଉର୍ଦ୍ଧ୍ୱ ଗଞ୍ଜେଇ ଜବତ, ୨ ଗିରଫ
  • ||
  • IPL 2025: ଆଜି ରାଜସ୍ଥାନ- ଗୁଜରାଟ ଲଢ଼େଇ, ରୟାଲ୍ସ ପାଇଁ ‘କର ବା ମର’
  • ||
  • ତାତି କମିଲା, ଆହୁରି କମିବ: ଆଜି ଘଡ଼ଘଡ଼ି ସହ କୁଆପଥର ବର୍ଷା ଆଶଙ୍କା,୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
  • ||
  • ସୁନ୍ଦରଗଡ଼ : ବସ୍‌ ଓଲଟି ଜଣେ ମୃତ, ୫ ରୁ ଉର୍ଦ୍ଧ୍ୱ ଗୁରୁତର
  • ||

ଶ୍ରୀକ୍ଷେତ୍ରରେ ଡ୍ରିମ୍‌ଗାର୍ଲ୍, ଦେଶର ମଙ୍ଗଳ ପାଇଁ ମହାପ୍ରଭୁଙ୍କୁ କଲେ ପ୍ରାର୍ଥନା

Published By : Harapriya Sethi | March 15, 2025 10:23 AM

ଭୁବନେଶ୍ୱର,୧୫/୦୩: ହୋଲି ଉତ୍ସବ ସମସ୍ତଙ୍କ ଜୀବନରେ ରଙ୍ଗ ଭରିଦେଉ । ମହାପ୍ରଭୁଙ୍କ ଆଶୀର୍ବାଦରୁ ଆଜି ଶ୍ରୀକ୍ଷେତ୍ରରେ ହୋଲି ଉତ୍ସବ ପାଳନ କରିବାର ସୁଯୋଗ ମିଳିଲା । ପବିତ୍ର ହୋଲି ଅବସରରେ ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ ସହ ଆଶିଷ ଲାଭ କରି ଫେରିଛନ୍ତି । ଦର୍ଶନ କରି ଫେରିବା ପରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି ଡ୍ରିମ୍‌ଗାର୍ଲ୍ ତଥା ବଲିଉଡ୍‌ର ବିଶିଷ୍ଟ ଅଭିନେତ୍ରୀ ହେମାମାଳିନୀ । 

ଶନିବାର ସକାଳୁ କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ହେମାମାଳିନୀ ଶ୍ରୀମନ୍ଦିର ସିଂହଦ୍ଵାର ଠାରେ ପହଞ୍ଚିବା ପରେ ସେବାୟତ ମାନେ ତାଙ୍କୁ ଖଣ୍ଡୁଆ ପାଟ ଦେଇ ସ୍ବାଗତ କରିଥିଲେ। ପରେ ଶ୍ରୀମନ୍ଦିର ସିଂହଦ୍ଵାର ଦେଇ ପ୍ରବେଶ କରିବା ସହ ରତ୍ନସିଂହାସନରେ ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ଦର୍ଶନ କରି ଆଶିଷ ଲାଭ କରିଥିଲେ । ମହାପ୍ରଭୁଙ୍କ ଦର୍ଶନ ସମୟରେ ବେଶ୍ ଭାବ ବିଭୋର ହୋଇପଡ଼ିଥିଲେ ଡ୍ରିମ୍ ଗାର୍ଲ୍। ପରେ ମା ବିମଳା, ଲକ୍ଷ୍ମୀ ଓ ଅନ୍ୟାନ୍ୟ ପାର୍ଶ୍ଵ ଦେବଦେବୀଙ୍କ ମନ୍ଦିର ଯାଇ ପୂଜାର୍ଚ୍ଚନା ସହ ଦର୍ଶନ କରିଥିଲେ । ଦର୍ଶନ ସାରି ଫେରିବା ପରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଖଣ୍ଡୁଆ ପାଟ ପ୍ରଦାନ କରାଯାଇଥିଲା। 


ତେବେ ଦର୍ଶନ ସାରି ଫେରିବା ପରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ଡ୍ରିମ୍‌ଗାର୍ଲ୍ ହେମାମାଳିନୀ କହିଛନ୍ତି, ହୋଲି ଉତ୍ସବ ପୁରୀରେ ପାଳନ କରିବା ମୋ ପାଇଁ ସୌଭାଗ୍ୟର କଥା। ମହାପ୍ରଭୁଙ୍କ କୃପାରୁ ହୋଲି ଭଳି ଏକ ପବିତ୍ର ପର୍ବ ପାଳନ କରିବା ପାଇଁ ଶ୍ରୀକ୍ଷେତ୍ର ଆସିଛି । ପବିତ୍ର ହୋଲିର ପର୍ବ ସମସ୍ତଙ୍କର ଜୀବନରରେ ରଙ୍ଗ ଭରି ଦେଉ, ଏହାହିଁ ମହାପ୍ରଭୁଙ୍କୁ ପ୍ରାର୍ଥନା କରିଛି‌ । ସାରା ଦେଶର ମହାପ୍ରଭୁ ମଙ୍ଗଳ କରନ୍ତୁ ସେନେଇ ପ୍ରାର୍ଥନା କରିଛି। ସେହିପରି ଭକ୍ତମାନେ କିଭଳି ଶୃଙ୍ଖଳିତ ଭାବେ ଏବଂ ଆହୁରି ଭଲଭାବେ ଦର୍ଶନ କରିପାରିବେ ସେନେଇ ସମସ୍ତ ବ୍ୟବସ୍ଥା ଅନୁଧ୍ୟାନ କରିଥିଲେ ଡ୍ରିମ୍‌ଗାର୍ଲ୍ ତଥା ମଥୁରାର ସାଂସଦ ହେମାମାଳିନୀ। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.