ପ୍ରମୂଖ ଖବର
  • ଶ୍ରୀମନ୍ଦିର ଗର୍ଭଗୃହର ଭିଡିଓ ଭାଇରାଲ୍ ଘଟଣା: ସିଂହଦ୍ୱାର ଥାନାରେ ମାମଲା ରୁଜୁ
  • ||
  • ହଂସପାଳ ଓଭରବ୍ରିଜ୍‌ରେ ଭୁବନେଶ୍ୱରରୁ କଟକକୁ ଗଡ଼ିବ ଗାଡ଼ି, ଉଦ୍‌ଘାଟନ କଲେ ଅପରାଜିତା ଷଡ଼ଙ୍ଗୀ
  • ||
  • ବୌଦ୍ଧ : ସଙ୍ଘବଦ୍ଧ ଆକ୍ରମଣ କରି ଯୁବକଙ୍କୁ ହତ୍ୟା, ୪ ଅଟକ
  • ||
  • ପୁରୀ : ଶିରୁଳି ମହାବୀର ମନ୍ଦିରରୁ ଚୋରି, ହୁଣ୍ଡି ଭାଙ୍ଗି ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • କଟକ : ଅଜଣା ଗାଡ଼ିକୁ ଧକ୍କା ଦେଲା ଡାଲା ଅଟୋ, ହେଲ୍ପର ମୃତ
  • ||
  • ଛତିଶଗଡ଼ ଗରିଆବନ୍ଧରେ ଏନକାଉଣ୍ଟର: ୧୪ ମାଓବାଦୀ ନିହତ, ବଢ଼ିପାରରେ ମୃତ୍ୟୁସଂଖ୍ୟା
  • ||
  • ଲମତାପୁଟ : ଜଙ୍ଗଲକୁ କାଠ ଆଣିବାକୁ ଯାଇଥିବା ବେଳେ ଅଘଟଣ, ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଚାଲିଗଲା ସ୍ୱାମୀ-ସ୍ତ୍ରୀଙ୍କ ଜୀବନ
  • ||
  • ନିଖୋଜ ଯୁବତୀ ମୁମୂର୍ଷୁ ଅବସ୍ଥାରେ ଉଦ୍ଧାର ଘଟଣା: ନ୍ୟାୟ ଦାବିରେ ୧୨ ଘଣ୍ଟିଆ ବରଗଡ଼ ବନ୍ଦ, ଏବେ ବି ମୁଖ୍ୟ ଅଭିଯୁକ୍ତ ଫେରାର
  • ||
  • ଟ୍ୱିନ୍‌ ସିଟିରେ ବ୍ଲକିଂ ଚେକିଂ କଡ଼ାକଡ଼ି, ରାତି ଅଧିଆ ତନାଘନା କଲା କମିଶନରେଟ୍‌ ପୋଲିସ
  • ||
  • ବଙ୍ଗୋପସାଗରରେ ଗୁରୁଚାପ ବଳୟ ପ୍ରଭାବ: ବୁଧବାରଠାରୁ କମିବ ଶୀତ, ଦୁଇ ଦିନ ଘନ କୁହୁଡ଼ି ସମ୍ଭାବନା
  • ||

ମନି ଲଣ୍ଡରିଂ ମାମଲାରେ ଇଡି ଗିରଫଦାରୀକୁ ଚାଲେଞ୍ଜ, ସୁପ୍ରିମକୋର୍ଟ ଗଲେ ହେମନ୍ତ ସୋରେନ

Published By : Prameya | May 7, 2024 11:08 AM

Image source: Jagran

ନୂଆଦିଲ୍ଲୀ,୦୭/୦୫: ମନି ଲଣ୍ଡରିଂ ମାମଲାରେ ଇଡି  (ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ) ଗିରଫଦାରୀକୁ ଚାଲେଞ୍ଜ କରି ସୋମବାର ଝାଡଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ସୁପ୍ରିମକୋର୍ଟ ଯାଇଛନ୍ତି । ତାଙ୍କ ପାଇଁ ଆଡଭୋକେଟ କପିଲ  ସିବଲ ମାମଲାକୁ ପ୍ରଧାନ ବିଚାରପତି ଡି.ୱାଇ ଚନ୍ଦ୍ରଚୂଡଙ୍କ  ନିକଟରେ ରଖିବା ସହ ଲୋକସଭା ନିର୍ବାଚନ ପରିପ୍ରେକ୍ଷୀରେ  ଏହାର ତୁରନ୍ତ ଶୁଣାଣି ଲାଗି ଅପିଲ କରିଛନ୍ତି । 

ସେ କହିଛନ୍ତି  ଝାଡଖଣ୍ଡରେ ଆସନ୍ତା ୧୩ ତାରିଖରେ ଭୋଟ ଗ୍ରହଣ  ଅନୁଷ୍ଠିତ ହେବ । ତା ପୂର୍ବରୁ ହେମନ୍ତଙ୍କୁ ପ୍ରଚାର କରିବା ଲାଗି ଅନୁମତି ଦିଆଯାଉ । ତେବେ ତାଙ୍କ ଆବେଦନ  ଉପରେ ବିଚାର କରାଯିବ ବୋଲି ପ୍ରଧାନ ବିଚାରପତି ଜଷ୍ଟିସ  ଚନ୍ଦ୍ରଚୂଡ, ବିଚାରପତି ଜେ.ବି ପାରଦିୱାଲା ଓ ମନୋଜ ମିଶ୍ରଙ୍କୁ  ନେଇ ଗଠିତ ଖଣ୍ଡପୀଠ କହିଛନ୍ତି । ଇଡି ଗିରଫଦାରୀକୁ  ବିରୋଧ କରି ହେମନ୍ତ କରିଥିବା ଆବେଦନକୁ ଝାଡଖଣ୍ଡ ହାଇକୋର୍ଟ ଗତ ୩ ତାରିଖରେ ଖାରଜ କରିଦେଇଥିଲେ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.