ପ୍ରମୂଖ ଖବର
  • ରାୟଗଡ଼ା : ଟ୍ରେଲର ଧକ୍କାରେ ମହିଳା କନେଷ୍ଟବଳଙ୍କ ମୃତ୍ୟୁ, ୨ ଗୁରୁତର
  • ||
  • 'ରାଜ୍ୟରେ ଏବେ ବନ୍ୟା ପରିସ୍ଥିତି ନାହିଁ, ବିପଦ ସଙ୍କେତ ତଳେ ଜଳସ୍ତର': ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ
  • ||
  • ବୌଦ୍ଧ : ଭାରସାମ୍ୟ ହରାଇ ଓଲଟିଲା ସିମେଣ୍ଟ ବୋଝେଇ ଟ୍ରକ୍‌, ଡ୍ରାଇଭର ଆହତ
  • ||
  • ବାହୁଡ଼ା ଯାତ୍ରା ପାଇଁ ଜନସମୁଦ୍ର ବଡ଼ଦାଣ୍ଡ, ଘଣ୍ଟଘଣ୍ଟା ନାଦରେ ପ୍ରକମ୍ପିତ ଶ୍ରୀକ୍ଷେତ୍ର
  • ||
  • ଜନ୍ମବେଦୀରୁ ବାହୁଡ଼ିବେ ଦାରୁବ୍ରହ୍ମ, ଶରଧାବାଲିରେ ରଥାରୂଢ ଚତୁର୍ଦ୍ଧାମୂର୍ତ୍ତି
  • ||
  • ବୌଦ୍ଧ : ରେଳ ଧାରଣାରେ ଶୋଇ ରିଲ୍ସ ବନାଇଲେ ନାବାଳକ, ସୋସିଆଲ ମିଡିଆରେ ଭିଡିଓ ଭାଇରାଲ
  • ||
  • ନୌସେନାରେ ପ୍ରଥମ ମହିଳା ଫାଇଟର ପାଇଲଟ ହେଲେ ଆସ୍ଥା ପୁନିଆ, ମିଳିଲା ୱିଙ୍ଗ୍ ଅଫ୍‌ ଗୋଲ୍ଡ
  • ||
  • ବାହୁଡ଼ିବେ ଦାରୁଦିଅଁ, ସୁରକ୍ଷା ବଳୟରେ ଶ୍ରୀକ୍ଷେତ୍ର: ପହଣ୍ଡିରେ ୨, ରଥ ସୁରକ୍ଷାରେ ୬ ଆଇପିଏସ୍‌କୁ ଦାୟିତ୍ୱ
  • ||
  • ଆହୁରି ୩ ଦିନ ଭିଜିବ ଓଡ଼ିଶା, ବାହୁଡ଼ାରେ ବର୍ଷା ସମ୍ଭାବନା; ୬ ଜିଲ୍ଲାକୁ ଆଲର୍ଟ
  • ||

ଭାରସାମ୍ୟ ହରାଇ ଓଲଟିଲା ପିକଅପ୍‌ ଭ୍ୟାନ୍, ଗାଡ଼ିରୁ କୁକୁଡ଼ା ବୋହିନେଲେ ଲୋକେ

Published By : Harapriya Sethi | November 24, 2024 9:52 AM

ପାଟଣା, ୨୪/୧୧: ଏନଏଚ ୪୯ ଚିଲିଦା ନିକଟରେ ଭାରସାମ୍ୟ ହରାଇ ଓଲଟିପଡିଲା ବ୍ରଏଲର କୁକୁଡ଼ା ବୋଝେଇ ପିକ୍ ଅପ୍ ଭ୍ୟାନ୍ । ଦୁର୍ଘଟଣା ପରେ ପିକଅପ୍‌ ଭ୍ୟାନ୍‌ରୁ କୁକୁଡ଼ା ବୋହିନେଲେ ଲୋକେ । ଗାଡ଼ିଟି ଅନୁଗୁଳରୁ ରାରରଙ୍ଗପୁରକୁ କୁକୁଡ଼ା ନେଇ ଯାଉଥିଲା  । କେନ୍ଦୁଝର ଜିଲ୍ଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ଚିଲିଦା ନିକଟରେ ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି । 

ସୂଚନା ମୁତାବକ, ଏକ କୁକୁଡ଼ା ବୋଝେଇ ପିକଅପ୍‌ ଭ୍ୟାନ୍ ଅନୁଗୁଳରୁ ରାରରଙ୍ଗପୁରକୁ ଯାଉଥିଲା । ୪୯ ନମ୍ବର ଜାତୀୟ ରାଜପଥର ଚିଲିଦା ନିକଟରେ ଭ୍ୟାନ୍‌ଟି ଭରସାମ୍ୟ ହରାଇ ଓଲଟି ପଡ଼ିଥିଲା । ଏହା ଦେଖି ସ୍ଥାନୀୟଲୋକେ ଦୌଡ଼ି ଆସି ଘଟଣା ସମ୍ପର୍କରେ ପୋଲିସକୁ ଖବର ଦେଇଥିଲେ । ଦୁର୍ଘଟଣା ପରେ ଗାଡି ଭିତରେ କିଛି କୁକୁଡ଼ା ମରି ଯାଇଥିବା ବେଳେ ଅନେକ କୁକୁଡ଼ାକୁ ଲୋକେ ବୋହି ନେଇ ଯାଇଥିଲେ । କୁକୁଡ଼ା ଗୁଡିକୁ ଲୋକେ ବାଇକ୍‌ରେ ମଧ୍ୟ ବୋହି ନେଉଥିବା ଦୃଶ୍ୟ ଦେଖିବାକୁ ମିଳିଥିଲା । ଖବର ପାଇ ଘଟଣା ସ୍ଥଳରେ ତୁରୁମୁଙ୍ଗା ପୋଲିସ ପହଁଞ୍ଚି ତଦନ୍ତ ଆରମ୍ଭ କରିଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.