ପ୍ରମୂଖ ଖବର
  • ବରମୁଣ୍ଡା ସମାବେଶରେ ରାହୁଲଙ୍କ ରଣହୁଙ୍କାର : 'ସମ୍ବିଧାନକୁ ଆକ୍ରମଣ କରୁଛି ଡବଲ ଇଞ୍ଜିନ, ଓଡ଼ିଶା ବଞ୍ଚାଇବା ଆମ ଦାୟିତ୍ଵ'
  • ||
  • ବାଲେଶ୍ୱର : ରକ୍ତ ସମ୍ପର୍କରେ ରକ୍ତ ଛିଟା; ପୂର୍ବ ଶତ୍ରୁତାରୁ ସାନଭାଇକୁ ହାଣିଲା ବଡ଼ଭାଇ
  • ||
  • ଅନୁଗୁଳ : ଟ୍ରେଲରକୁ ପିଟିଲା ବାଇକ୍‌: ଜଣେ ମୃତ, ଜଣେ ଗୁରୁତର
  • ||
  • ଭଦ୍ରକ : ଷଣ୍ଢ ଆକ୍ରମଣରେ ବାପା ମୃତ, ପୁଅ ଗୁରୁତର
  • ||
  • ପାକିସ୍ତାନର ବେଲୁଚିସ୍ତାନରେ ଆତଙ୍କୀ ହମଲା, ବସ୍‌କୁ ଅଟକାଇ ୯ ଜଣଙ୍କୁ ହତ୍ୟା କଲେ ଆତଙ୍କୀ
  • ||
  • ସୁବର୍ଣ୍ଣପୁର : ସରପଞ୍ଚଙ୍କ ସ୍ୱାମୀଙ୍କୁ ନିର୍ମମ ହତ୍ୟା, କାରଣ ଅସ୍ପଷ୍ଟ
  • ||
  • ରାହୁଲ ଗାନ୍ଧିଙ୍କ ଓଡ଼ିଶା ଗସ୍ତ, ବରମୁଣ୍ଡାରେ ସମ୍ବିଧାନ ବଞ୍ଚାଅ ସମାବେଶ, ଉତ୍ସାହରେ ଉଚ୍ଛୁଳୁଛି କଂଗ୍ରେସ
  • ||
  • ଗୁଜରାଟ ପୋଲ ଦୁର୍ଘଟଣା, ମିଳିଲାଣି ୧୭ ମୃତଦେହ, ୩ ନିଖୋଜ, ୪ ଅଧିକାରୀଙ୍କ ଉପରେ ଆକ୍ସନ
  • ||
  • ୧୫ ପରେ କମିବ ବର୍ଷା ପରିମାଣ, ୨୦ରୁ ୨୨ ଯାଏ ଖରା ଆଶଙ୍କା, ୨୩ରେ ଲଘୁଚାପ ସମ୍ଭାବନା
  • ||
  • ୪ ଦିନ ବଢିଲା ଆକ୍ସିଓମ୍‌-୪ ମିଶନ୍ ଅବଧି , ଜୁଲାଇ୧୪ରେ ମହାକାଶରୁ ଫେରିବେ ଶୁଭାଂଶୁ ଶୁକ୍ଳା
  • ||

ମଙ୍ଗଳବାର ହେରାପଞ୍ଚମୀ: ନନ୍ଦିଘୋଷ ଭାଙ୍ଗିବେ ମାଆ ଲକ୍ଷ୍ମୀ ସାଆନ୍ତାଣୀ, ରାତି ସାଢ଼େ ୯ଟାରେ ଶରଧାବାଲିକୁ ବିଜେ କରିବେ

Published By : Prameya | July 1, 2025 7:49 AM

ପୁରୀ,୦୧/୦୭: ବଡ଼ଦେଉଳରେ ଧର୍ମପତ୍ନୀଙ୍କୁ ଛାଡ଼ି ଭାଇ ଓ ଭଉଣୀଙ୍କୁ ସାଙ୍ଗରେ ନେଇ ମହାପ୍ରଭୁ ରଥଯାତ୍ରାରେ ଆସିଛନ୍ତି । ଏଣୁ ମହାଲକ୍ଷ୍ମୀ ପ୍ରଚଣ୍ଡ ଅଭିମାନ କରିଛନ୍ତି । ମଙ୍ଗଳବାର ହେରାପଞ୍ଚମୀ ଅବସରରେ ସେବକ ଓ ଦାସୀଙ୍କ ଗହଣରେ ମହାଲକ୍ଷ୍ମୀ ଗୁଣ୍ଡିଚା ଘରେ ବିଜେ ହେବେ। ଜଗମୋହନରେ ଠାକୁରାଣୀ  ବିଜେ ହୋଇ ଠାକୁରଙ୍କ ଆଜ୍ଞାମାଳ  ଲାଗି ହେବେ । ରାଗ ରୋଷରେ ଗୁଣ୍ଡିଚାଘର ସମ୍ମୁଖରେ ପହଞ୍ଚି ଲକ୍ଷ୍ମୀ ଠାକୁରାଣୀ ନନ୍ଦିଘୋଷ ରଥ ଭାଙ୍ଗିବେ । ଶେଷରେ ହେରାଗୋହିରୀ ସାହି ହୋଇ ଠାକୁରାଣୀ ଶ୍ରୀମନ୍ଦିରକୁ ଫେରିବେ ।   ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ହେରାପଞ୍ଚମୀ ନୀତି ନିର୍ଘଣ୍ଟ ପ୍ରସ୍ତୁତ ହୋଇଛି ।  

ମଙ୍ଗଳବାର ରାତି ସାଢ଼େ ୯ଟାରେ ମା'ଲକ୍ଷ୍ମୀ ଠାକୁରାଣୀ ରଥ ନିକଟରେ  ପାରମ୍ପରିକ ନୀତି ସାରି ଜଗମୋହନକୁ ବିଜେ କରିବେ । ପରେ ମହାଲକ୍ଷ୍ମୀଙ୍କୁ  ଆଜ୍ଞାମାଳ ଲାଗି ହୋଇ ସନ୍ଧ୍ୟାଧୂପ ଶେଷ ହେବ ୯ଟା ୫୦ରେ । ୧୧ଟାରେ  ମଇଲମ ହୋଇ ସାଢ଼େ ୧୧ଟାରେ ମହାପ୍ରଭୁଙ୍କୁ ଚନ୍ଦନ ଲାଗି କରାଯିବ । ରାତି  ୧୨ଟାରେ ବଡ଼ସିଂହାର ବେଶ ହୋଇ ସାଢ଼େ ୧୨ଟାରେ ବଡ଼ସିଂହାର ଭୋଗ ହୋଇ  ଠାକୁରଙ୍କ ରାତ୍ର ପହୁଡ଼ ୧ଟା ସୁଦ୍ଧା ହେବ ବୋଲି ପ୍ରଶାସନ ସମୟ ଧାର୍ଯ୍ୟ ହୋଇଛି ।  ମହାପ୍ରଭୁଙ୍କ ହେରାପଞ୍ଚମୀ ନୀତି ଦେଖିବାକୁ ବଡ଼ଦାଣ୍ଡରେ ଭକ୍ତଙ୍କ ଭିଡ଼ ଲାଗିବ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.