ପ୍ରମୂଖ ଖବର
  • ଭଦ୍ରକ : ବିଦ୍ୟୁତ ଆଘାତରେ ମାମୁଁ -ଭଣଜା ମୃତ
  • ||
  • ବାଲେଶ୍ବର ଏଫଏମ କଲେଜ ପୀଡିତା ଛାତ୍ରୀଙ୍କ ମୃତ୍ୟୁ ଘଟଣା, ୟୁଜିସିର ଫ୍ୟାକ୍ଟ ଫାଇଣ୍ଡିଂ କମିଟି ଗଠନ
  • ||
  • ଆସନ୍ତାକାଲି ବାଲେଶ୍ବର ଜିଲ୍ଲା ବନ୍ଦ ଡାକରା ଦେଲା ବିଜେଡି, ସକାଳ ୬ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ବନ୍ଦ
  • ||
  • ସ୍ପେଶ ଡ୍ରାଗନ୍‌ର ସଫଳ ଅବତରଣ, ମହାକାଶରୁ ଫେରିଲେ ଶୁଭାଂଶୁ ଶୁକ୍ଳା ସମେତ ୪ ମହାକାଶଚାରୀ
  • ||
  • ଆସନ୍ତାକାଲି କେନ୍ଦ୍ର କ୍ୟାବିନେଟ୍ ବୈଠକ, ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ଗୁରୁତ୍ବପୂର୍ଣ୍ଣ ବୈଠକ
  • ||
  • ୩ ମାସ ବଢ଼ିଲା ରାସନ କାର୍ଡ ଇ-କେୱାଇସି ଅବଧି, ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର
  • ||
  • ନିରବୀ ଗଲା ସୌମ୍ୟାଶ୍ରୀଙ୍କ ସ୍ୱର, ଗାଁ ମଶାଣିରେ ପଞ୍ଚଭୂତରେ ଲୀନ ​ହୋଇଗଲା ପାର୍ଥିବ ଶରୀର
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ଆସନ୍ତା ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ
  • ||
  • ସ୍ପେସ୍‌ ଷ୍ଟେସନରୁ ଫେରୁଛନ୍ତି ଶୁଭାଂଶ ଶୁକ୍ଳା, ଆଜି କାଲିଫର୍ଣ୍ଣିଆ ତଟରେ ଜଳାବତରଣ
  • ||
  • ବୌଦ୍ଧ: ଟ୍ରକକୁ ପଛରୁ ଧକ୍କା ଦେଲା ବୋଲବମ୍ ଯାତ୍ରୀଙ୍କୁ ନେଇ ଯାଉଥିବା ପିକଅପ ଭ୍ୟାନ,୫ ଗୁରୁତର
  • ||
  • ଏଫ୍‌ଏମ୍‌ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟକୁ ନେଇ ଶୋକବ୍ୟକ୍ତ କଲେ କେନ୍ଦ୍ରମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ
  • ||
  • ସୃଷ୍ଟି ହେଲା ଅବପାତ: ଉତ୍ତର, ପଶ୍ଚିମରେ ଅତି ପ୍ରବଳ ବର୍ଷା ସମ୍ଭାବନା, ୫ ଜିଲ୍ଲାକୁ ସତର୍କ
  • ||

ପାଟଣା ରେଞ୍ଜରେ ହାତୀପଲଙ୍କ ଆତଙ୍କ, ବିଳମ୍ବିତ ରାତିରେ ଭାଙ୍ଗିଦେଲେ ୪ ଘର

Published By : Harapriya Sethi | November 3, 2024 12:52 PM

ପାଟଣା,୦୩/୧୧: ପାଟଣା ରେଞ୍ଜରେ ହାତୀପଲଙ୍କ ଆତଙ୍କ । ଏକ ୨୯ ଟିକିଆ ହାତୀପଲ ବିଳମ୍ବିତ ରାତିରେ ପାଟଣା ଓ ସଦର ରେଞ୍ଜ ଅଞ୍ଚଳରେ ଆତଙ୍କ ଖେଳାଇଛନ୍ତି । ଶରଧାପୁର ବଡଘାଟ ସାହିରେ ପଶି ୪ ଟି ଘର ଭାଙ୍ଗି ଘର ଭିତରୁ ଧାନ ଚାଉଳ ଖାଇ ନଷ୍ଟ କରିଦେଇଛନ୍ତି । କେନ୍ଦୁଝର ଜିଲ୍ଲା ପାଟଣା ରେଞ୍ଜରେ ଏଭଳି ଘଟଣା ଘଟିଛି ।

ସୂଚନା ମୁତାବକ, ଏକ ୨୯ ଟିକିଆ ହାତୀପଲ ଶନିବାର ବିଳମ୍ୱିତ ରାତିରେ ପାଟଣା ଓ ସଦର ରେଞ୍ଜ ଅଞ୍ଚଳରେ ଆତଙ୍କ ଖେଳାଇଥିଲେ । ପାଟଣା ଶରଧାପୁର ବଡଘାଟ ସାହିରେ ପଶି ୪ ଟି ଘର ଭାଙ୍ଗି ଘର ଭିତରୁ ଧାନ ଚାଉଳ ଖାଇ ନଷ୍ଟ କରିଦେଇଥିଲେ । ସାହିର ବିଦେଶୀ ମୁଣ୍ଡାଙ୍କ ଖପର ଘରକୁ ହାତୀପଲ ସମ୍ପୁର୍ଣ୍ଣ ଭାଙ୍ଗି ମାଟିରେ ମିଶାଇ ଦେଇଥିଲେ । କେବଳ ସେତିକି ନୁହେଁ, ଘର ଭିତରୁ ଧାନ ଚାଉଳ ମଧ୍ୟ ଖାଇ ନଷ୍ଟ କରି ଦେଇଥିଲେ । ଫଳରେ ସେ ଏବେ ବାସହୀନ ହୋଇ ଭୋକ ଉପାସରେ ରହିଛନ୍ତି । ଏନେଇ ଗାଁଲୋକେ ବନ ବିଭାଗକୁ ଖବର ଦେଇଥିଲେ । ଖବର ପାଇ ବନ ବିଭାଗ ଘଟଣାସ୍ଥଳରେ ପହଞ୍ଚିଛି । ସେଠାରେ ଉପସ୍ଥିତ ରହି ହାତୀପଲଙ୍କ ଉପରେ ତୀକ୍ଷ୍ଣ ନଜର ରଖିଛନ୍ତି । ଅନ୍ୟପଟେ ଖୁବ ଶୀଘ୍ର ତାଙ୍କୁ ସରକାରୀ ସହାୟତା ଯୋଗାଇ ଦେବାକୁ ବିଦେଶୀ ଦାବି କରିଛନ୍ତି । ଏଥି ସହ ଏହି ହାତୀପଲ ଅଞ୍ଚଳର ଧାନ ଜମିରେ ପଶି ବ୍ୟାପକ ଧାନ ଚାଷ ନଷ୍ଟ କରିଛନ୍ତି । ହାତୀପଲଙ୍କୁ ଏହି ଅଞ୍ଚଳରୁ ସୁରକ୍ଷିତ ସ୍ଥାନକୁ ଘଉଡାଇବାକୁ ଅଞ୍ଚଳବାସୀ ଦାବି କରିଛନ୍ତି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.