ପ୍ରମୂଖ ଖବର
  • କଟକ ରେଳ ଷ୍ଟେସନରେ ଅଘଟଣ : ଭୁଶୁଡିଲା ନିର୍ମାଣାଧୀନ ସେଡ୍
  • ||
  • ଶ୍ରୀମନ୍ଦିରରେ ପୁଣି ପଶିଲା ହିଡେନ୍ କ୍ୟାମେରା, ଭିଡିଓ କରିବା ବେଳେ ଧରା ପଡ଼ିଲେ ଯୁବକ
  • ||
  • ଭୁବନେଶ୍ୱର : ଷଣ୍ଢକୁ ଧକ୍କା ଦେଲା ବାଇକ୍‌, ଦୁର୍ଘଟଣାରେ ଚାଲିଗଲା ଅନ୍ତର୍ଜାତୀୟ ବଡି ବିଲ୍ଡରଙ୍କ ଜୀବନ
  • ||
  • IPLରୁ କ୍ରିକେଟର୍‌ ରବିଚନ୍ଦ୍ରନ୍ ଅଶ୍ବିନ୍‌ଙ୍କ ଅବସର ଘୋଷଣା
  • ||
  • ଲଗାଣ ବର୍ଷାରେ ବେହାଲ ମାଲକାନଗିରି, ଜନଜୀବନ ଅସ୍ତବ୍ୟସ୍ତ
  • ||
  • ଅଗ୍ରପୂଜ୍ୟ ଗଜାନନଙ୍କ ଆବାହନ : ଚଳଚଞ୍ଚଳ ପୁରପଲ୍ଲୀ, ରାଜଧାନୀରେ ୩୪୦ରେ ମଣ୍ଡପରେ ବିନାୟକଙ୍କ ପୂଜା
  • ||
  • ଫୁଲୁଛି ସୁବର୍ଣ୍ଣରେଖା ନଦୀ; ବଢୁଛି ଦୁର୍ଦ୍ଦଶା, ସ୍ଥିତି ସମୀକ୍ଷା କଲେ ରାଜ୍ୟପାଳ
  • ||
  • ଆଜି ଆକାଉଣ୍ଟକୁ ଆସିବ ସିଏମ୍‌ କିଷାନ ଟଙ୍କା, ଉପକୃତ ହେବେ ୫୧ ଲକ୍ଷରୁ ଅଧିକ ଚାଷୀ
  • ||
  • ବୈଷ୍ଣୋଦେବୀରେ ଭୂସ୍ଖଳନ; ୩୧ ଛୁଇଁଲା ମୃତ୍ୟୁସଂଖ୍ୟା, ଉଦ୍ଧାର ଅଭିଯାନ ଜାରି
  • ||
  • ଭାରତ ଉପରେ ଆଜିଠୁ ଫୁଟିବ ୫୦% ଟ୍ରମ୍ପଙ୍କ ଟାରିଫ୍ ବୋମା, ସଂଙ୍କଟରେ ୫ଲକ୍ଷ କୋଟିର ରତ୍ପାନୀ
  • ||

ଶ୍ରୀମନ୍ଦିର ସୁରକ୍ଷାକୁ ଚ୍ୟାଲେଞ୍ଜ; ପୁଣି ପଶିଲା ହିଡେନ୍ କ୍ୟାମେରା, ଭିଡିଓ ଉତ୍ତୋଳନ ବେଳେ ଧରାପଡ଼ିଲେ ଯୁବକ

Published By : Harapriya Sethi | August 27, 2025 2:38 PM

ପୁରୀ, ୨୭/୦୮: ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥାକୁ ଫୁ' । ସୁରକ୍ଷାକର୍ମୀଙ୍କୁ ବାରମ୍ବାର ଚ୍ୟାଲେଞ୍ଜ ଦେଉଛନ୍ତି ଅମାନିଆ । ମନ୍ଦିର ଭିତରେ ପୁଣି ପଶିଲା ହିଡେନ କ୍ୟାମେରା । ଚଷମାରେ ହିଡେନ୍‌ କ୍ୟାମେରା ଲଗାଇ ସୁଟିଂ କରୁଥିବା ବେଳେ ଧରାପଡିଲେ ଯୁବକ । ଘଣ୍ଟିଦ୍ୱାର ନିକଟରେ ଅଭିଯୁକ୍ତଙ୍କୁ ଧରିଛି ଜେଟିପି । ଏହାପରେ ସିଂହଦ୍ୱାର ଥାନାରେ ଜିମା ଦେଇଛନ୍ତି । ହିଡେନ୍ କ୍ୟାମେରା ନେଇ ମନ୍ଦିର ମଧ୍ୟ ପ୍ରବେଶ କରିଥିବା ବ୍ୟକ୍ତି ଜଣକ ପଶ୍ଚିମବଙ୍ଗ ଚବିଶ ପ୍ରଗଣା ଅଞ୍ଚଳର ଅରୂପ ରାୟ ବୋଲି ଜଣାପଡିଛି ।

ସୂଚନା ମୁତାବକ, ବୁଧବାର ସକାଳେ ଅରୂପ ପରିବାର ସହିତ ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିର ଆସିଥିଲେ। ଦର୍ଶନ ପାଇଁ ଯିବା ବେଳେ ଚଷମା ସଂଯୁକ୍ତ ହିଡେନ୍ କ୍ୟାମେରା ଶ୍ରୀମନ୍ଦିରକୁ ନେଇ ପ୍ରବେଶ କରିଥିଲେ। ହିଡେନ୍ କ୍ୟାମେରାରେ ଶ୍ରୀମନ୍ଦିର ଭିତରେ ସୁଟିଂ କରୁଥିବା ବେଳେ ସୁରକ୍ଷା କର୍ମୀଙ୍କ ସନ୍ଦେହ କରିଥିଲେ। ତେବେ ଯାଞ୍ଚ ପରେ ସମ୍ପୃକ୍ତ ବ୍ୟକ୍ତି ଜଣକ ହିଡେନ୍ କ୍ୟାମେରାରେ ଶ୍ରୀମନ୍ଦିର ଭିତରର ଭିଡିଓ କରୁଥିବା ଜଣାପଡିଥିଲା। ତାଙ୍କୁପ୍ରଥମେ ଗାରଦ ଓ ପରେ ସିଂହଦ୍ଵାର ଥାନାକୁ ପଚରାଉଚରା କରାଯାଉଛି ।

ସେପଟେ ପୁରୀ ଏସପି କହିଛନ୍ତି, ଶ୍ରୀମନ୍ଦିର ଭିତରେ ହିଡେନ କ୍ୟାମେରା ନେଇ ଯାଇଥିବା ବ୍ୟକ୍ତିଙ୍କୁ ଅଟକ ରଖି ପଚରାଉଚରା କରାଯାଉଛି। କେଉଁ ପରିସ୍ଥିତିରେ ଏବଂ କ'ଣ ଉଦ୍ଦେଶ୍ୟ ନେଇ ସେ ଶ୍ରୀମନ୍ଦିର ଭିତରକୁ ହିଡେନ୍ କ୍ୟାମେରା ନେଇ ଯାଇଥିଲେ ତାର ତଦନ୍ତ ଚାଲିଛି। ସମ୍ପୃକ୍ତ ବ୍ୟକ୍ତିଙ୍କ ଠାରୁ ପୋଲିସ ମୋବାଇଲ ଫୋନ୍ ଜବତ କରିବା ସହ ହିଡେନ କ୍ୟାମେରା ସଂଯୁକ୍ତ ଚଷମା ମଧ୍ୟ ଜବତ କରିଛି ପୋଲିସ। ଶ୍ରୀମନ୍ଦିର ଆଇନ ଅନୁଯାୟୀ ସମ୍ପୃକ୍ତ ବ୍ୟକ୍ତିଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ।

ସୂଚନାଯୋଗ୍ୟ ଯେ, ଶ୍ରୀମନ୍ଦିର ସୁରକ୍ଷାରେ ପୁଣି ତ୍ରୁଟି । ଗତ ତିନି ମାସ ମଧ୍ୟରେ ଶ୍ରୀମନ୍ଦିର ସୁରକ୍ଷାରେ କ୍ରମାଗତ ଭାବେ ତ୍ରୁଟି ଦେଖିବାକୁ ମିଳିଛି । ପ୍ରଥମେ ମେଘନାଦ ପାଚେରୀ ଡେଇଁ ମନ୍ଦିର ମଧ୍ୟକୁ ପ୍ରବେଶ କରିଥିଲେ କିଛି ଦୁର୍ବୃତ୍ତ । ଏହାପରେ ହିଡେନ୍‌ କ୍ୟାମେରା ନେଇ ମନ୍ଦିର ମଧ୍ୟକୁ ପ୍ରବେଶ କରିଥିବାର ନଜିର ଆସିଛି । ଗତ କିଛି ଦିନ ମଧ୍ୟରେ ହିଡେନ୍‌ କ୍ୟାମେରାର ତିନୋଟି ମାମଲା ସାମ୍ନାକୁ ଆସିଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.