ପ୍ରମୂଖ ଖବର
  • ବିହାର ଭୋଟର ତାଲିକାରୁ କଟିପାରେ ୩୪ ଲକ୍ଷ ମତଦାତାଙ୍କ ନାଁ, କାରଣ କହିଲେ ନିର୍ବାଚନ ଆୟୋଗ
  • ||
  • ବିହାର ରାଜନୀତିରେ ବଡ଼ ଟ୍ବିଷ୍ଟ, ଖୁବଶୀଘ୍ର ନୂଆ ଦଳ ଘୋଷଣା କରିପାରନ୍ତି ତେଜ ପ୍ରତାପ ଯାଦବ
  • ||
  • ଜନ୍ମଦିନରେ ଛତିଶଗଡ଼ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପୁଅ ଗିରଫ; ଅବକାରୀ ଦୁର୍ନୀତି ମାମଲାରେ ବନ୍ଧିଲା ଇଡି
  • ||
  • ସକାଳେ ଗୁଳୁଗୁଳି, ଅପରାହ୍ନରେ ବର୍ଷା: ଭିଜିବ ଉପକୂଳରୁ ନେଇ ଆଭ୍ୟନ୍ତରୀଣ ଓଡ଼ିଶା, ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
  • ||
  • FM କଲେଜରେ ପହଞ୍ଚିଲେ ୟୁଜିସି ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍, ତଦନ୍ତ କରୁଛନ୍ତି ୪ ଜଣିଆ ଦଳ
  • ||
  • ଚାକିରି ଆଶା ଦେଖାଇ ଯୁବତୀଙ୍କୁ ନିର୍ଯାତନା: ରାଜସ୍ଥାନରୁ ଉଦ୍ଧାର ପରେ ଘରକୁ ଫେରିଲେ ଝିଅ
  • ||
  • ରାଜଧାନୀରେ ବିଭତ୍ସ ହତ୍ୟାକାଣ୍ଡ, ଯୁବକଙ୍କୁ ପଥରରେ ଛେଚି ମାରିଦେଲେ ବାଇକ୍ ଚୋର
  • ||
  • ଦିଲ୍ଲୀରେ ପୁଣି ୨୦ ଅଧିକ ବୋମା ଧମକ,ଆସିଥିଲା ଧମକପୂର୍ଣ୍ଣ ମେଲ୍, ପୁଲିସର ତଦାଘନା
  • ||
  • ଭୂକମ୍ପ ଝଟକାରେ ଥରିଲା ଚିଲି, ରିକ୍ଟର ସ୍କେଲରେ ତୀବ୍ରତା ୫.୭ ରେକର୍ଡ଼
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ଆତ୍ମାହୁତି ଘଟଣା: ଆଜି ବାଲେଶ୍ୱରରେ ଉଚ୍ଚଶିକ୍ଷା ବିଭାଗ କମିଟିର ତଦନ୍ତ, ଉପସ୍ଥିତ ରହିବେ ଆଇସିସିର ସମସ୍ତ ସଦସ୍ୟ
  • ||
  • TRFକୁ ଆତଙ୍କୀ ସଂଗଠନ ଘୋଷଣା କଲା ଆମେରିକା, ପହଲଗାମ ଆତଙ୍କୀ ଆକ୍ରମଣ ପାଇଁ କଲା ଦାୟୀ
  • ||

ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କୁ ହାଇକୋର୍ଟଙ୍କ ଆଶ୍ଵସ୍ତି, ୮ ତାରିଖ ପର୍ଯ୍ୟନ୍ତ ଅନ୍ତରୀଣ ସୁରକ୍ଷା

Published By : Rasmita Pradhan | July 3, 2025 12:41 PM

କଟକ, ୦୩/୦୭ : ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କ ବିରୋଧରେ ବେଆଇନ ଅର୍ଥ କାରବାରକୁ ନେଇ ସିବିଆଇ ମାମଲା ରୁଜୁ କରିଥିଲା। ବିଷ୍ଣୁପଦ ସେଠୀଙ୍କ ଘରେ ଚଢାଉ ମଧ୍ୟ ହୋଇଥିଲା। ସିବିଆଇ ପକ୍ଷରୁ ରୁଜୁ ହୋଇଥିବା ମାମଲାକୁ ରଦ୍ଦ କରିବା ପାଇଁ ସେ ହାଇକୋର୍ଟରେ ଆବେଦନ କରିଥିଲେ। ଏହି ଆବେଦନ ଖାରଜ ହୋଇଯିବା ପରେ ବିଷ୍ଣୁପଦ ସେଠୀ ସମ୍ଭାବ୍ୟ ଗିରଫଦାରୀକୁ ଏଡ଼ାଇବା ଲାଗି ହାଇକୋର୍ଟଙ୍କ ଦ୍ଵାରସ୍ଥ ହୋଇଥିଲେ। ଆଜି ହାଇକୋର୍ଟର ବିଚାରପତି ଜଷ୍ଟିସ୍ ଭି. ନରସିଂହ ଏହି ମାମଲାର ଶୁଣାଣି କରି ଶ୍ରୀ ସେଠୀଙ୍କୁ ଆସନ୍ତା ୮ ତାରିଖ ପର୍ଯ୍ୟନ୍ତ ଅନ୍ତରୀଣ ସୁରକ୍ଷା ପ୍ରଦାନ କରିଛନ୍ତି। ସେପର୍ଯ୍ୟନ୍ତ ବିଷ୍ଣୁପଦ ସେଠୀଙ୍କ ବିରୋଧରେ ସିବିଆଇ କୌଣସି କଠୋର ପଦକ୍ଷେପ ଗ୍ରହଣ କରିପାରିବ ନାହିଁ ବୋଲି ଅଦାଲତ ଆଦେଶରେ ସ୍ପଷ୍ଟ କରିଛନ୍ତି। ଏଥିସହ ଏହି ମାମଲାରେ ହାଇକୋର୍ଟ ସିବିଆଇକୁ କେସ ଡାୟାରୀ ଦାଖଲ ଲାଗି ନିର୍ଦେଶ ଦେଇଛନ୍ତି।

ସୂଚନା ଥାଉକି, ଏକ ବିଲ୍‌ ପାସ୍‌ ପାଇଁ ୧୦ ଲକ୍ଷ ଲାଞ୍ଚ କାରବାର ଅଭିଯୋଗରେ ବ୍ରିଜ୍‌ ଆଣ୍ଡ୍‌ ରୁଫ୍‌ କର୍ପୋରେସନ୍‌ ଲିମିଟେଡ୍‌ର ଜେନେରାଲ ମ୍ୟାନେଜର୍‌ ଚଞ୍ଚଳ ମୁଖାର୍ଜୀ, ସନ୍ତୋଷ ମହାରଣା ଏବଂ ଅନ୍ୟମାନଙ୍କ ନାମରେ ସିବିଆଇ ପକ୍ଷରୁ ମାମଲା ରୁଜୁ କରାଯାଇଛି। ଏହି ଲିଙ୍କ୍‌ରେ ବିଷ୍ଣୁପଦ ସେଠୀଙ୍କ ଘରେ ଚଢ଼ାଉ କରାଯିବା ସହ ବିଭିନ୍ନ ରେକର୍ଡ ପତ୍ର ଯାଞ୍ଚ୍‌ କରାଯାଇଥିଲା। ବିଷ୍ଣୁପଦ ସେଠୀ ଏବଂ ତାଙ୍କ ପତ୍ନୀଙ୍କ ନାମରେ ଥିବା ଆକାଉଣ୍ଟକୁ ଅଚଳ କରି ଦିଆଯାଇଥିଲା। ସିବିଆଇ ରେଡ୍‌କୁ ବିରୋଧ କରି ବିଷ୍ଣୁପଦ ହାଇକୋର୍ଟଙ୍କ ଦ୍ଵାରସ୍ଥ ହୋଇଥିଲେ। ପ୍ରାରମ୍ଭିକ ଶୁଣାଣିରେ ହାଇକୋର୍ଟ କାର୍ଯ୍ୟାନୁଷ୍ଠାନ ଉପରେ ଅନ୍ତରୀଣ ଅଙ୍କୁଶ ଲଗାଇଥିଲେ। ଅନ୍ତରୀଣ ଅଙ୍କୁଶ ହଟାଇ ଦିଆଯାଇଥିବାରୁ ବିଷ୍ଣୁପଦ ସେଠୀଙ୍କ ଅଡ଼ୁଆ ବଢିଥିଲା। ସେ ଗିରଫ ହେବାର ସମ୍ଭାବନା ରହିଥିଲା। ସମ୍ଭାବ୍ୟ ଗିରଫଦାରୀକୁ ଏଡ଼ାଇବା ଲାଗି ସେ ହାଇକୋର୍ଟଙ୍କ ଦ୍ଵାରସ୍ଥ ହୋଇଥିଲେ। ଆଜି ହାଇକୋର୍ଟର ବିଚାରପତି ଜଷ୍ଟିସ୍ ଭି. ନରସିଂହ ଏହି ମାମଲାର ଶୁଣାଣି କରି ଶ୍ରୀ ସେଠୀଙ୍କୁ ଆସନ୍ତା ୮ ତାରିଖ ପର୍ଯ୍ୟନ୍ତ ଅନ୍ତରୀଣ ସୁରକ୍ଷା ପ୍ରଦାନ କରିଛନ୍ତି। 

ଏହି ଖବରଟିକୁ ପଢନ୍ତୁ-ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କ ବଢିଲା ଅଡ଼ୁଆ: ଆବେଦନ ଖାରଜ କଲେ ହାଇକୋର୍ଟ, ବଢିଲା ଗିରଫ ସମ୍ଭାବନା


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.