ପ୍ରମୂଖ ଖବର
  • ରାଜଧାନୀରେ ବିଭତ୍ସ ହତ୍ୟାକାଣ୍ଡ, ଯୁବକଙ୍କୁ ପଥରରେ ଛେଚି ମାରିଦେଲେ ବାଇକ୍ ଚୋର
  • ||
  • ଦିଲ୍ଲୀରେ ପୁଣି ୨୦ ଅଧିକ ବୋମା ଧମକ,ଆସିଥିଲା ଧମକପୂର୍ଣ୍ଣ ମେଲ୍, ପୁଲିସର ତଦାଘନା
  • ||
  • ଭୂକମ୍ପ ଝଟକାରେ ଥରିଲା ଚିଲି, ରିକ୍ଟର ସ୍କେଲରେ ତୀବ୍ରତା ୫.୭ ରେକର୍ଡ଼
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ଆତ୍ମାହୁତି ଘଟଣା: ଆଜି ବାଲେଶ୍ୱରରେ ଉଚ୍ଚଶିକ୍ଷା ବିଭାଗ କମିଟିର ତଦନ୍ତ, ଉପସ୍ଥିତ ରହିବେ ଆଇସିସିର ସମସ୍ତ ସଦସ୍ୟ
  • ||
  • TRFକୁ ଆତଙ୍କୀ ସଂଗଠନ ଘୋଷଣା କଲା ଆମେରିକା, ପହଲଗାମ ଆତଙ୍କୀ ଆକ୍ରମଣ ପାଇଁ କଲା ଦାୟୀ
  • ||
  • ୨୧ ଯାଏ ଅଧିକ ବର୍ଷା ସମ୍ଭାବନା, ଆଜି ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ
  • ||

ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କ ବଢିଲା ଅଡ଼ୁଆ: ଆବେଦନ ଖାରଜ କଲେ ହାଇକୋର୍ଟ, ବଢିଲା ଗିରଫ ସମ୍ଭାବନା

Published By : Rasmita Pradhan | June 20, 2025 3:09 PM

କଟକ, ୨୦/୦୬ : ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କ ବିରୋଧରେ ବେଆଇନ ଅର୍ଥ କାରବାରକୁ ନେଇ ସିବିଆଇ ମାମଲା ରୁଜୁ କରିଥିଲା। ବିଷ୍ଣୁପଦ ସେଠୀଙ୍କ ଘରେ ଚଢାଉ ମଧ୍ୟ ହୋଇଥିଲା। ସିବିଆଇ ପକ୍ଷରୁ ରୁଜୁ ହୋଇଥିବା ମାମଲାକୁ ରଦ୍ଦ ପାଇଁ ବିଷ୍ଣୁପଦ ସେଠୀ ହାଇକୋର୍ଟଙ୍କ ଦ୍ଵାରସ୍ଥ ହୋଇଥିଲେ। ହାଇକୋର୍ଟ ଆଜି ଏହି ମାମଲାରେ ରାୟ ପ୍ରକାଶ କରି ତାଙ୍କ ଆବେଦନକୁ ଖାରଜ କରି ଦେଇଛନ୍ତି। 

ସୂଚନା ଥାଉକି, ଏକ ବିଲ୍‌ ପାସ୍‌ ପାଇଁ ୧୦ ଲକ୍ଷ ଲାଞ୍ଚ କାରବାର ଅଭିଯୋଗରେ ବ୍ରିଜ୍‌ ଆଣ୍ଡ୍‌ ରୁଫ୍‌ କର୍ପୋରେସନ୍‌ ଲିମିଟେଡ୍‌ର ଜେନେରାଲ ମ୍ୟାନେଜର୍‌ ଚଞ୍ଚଳ  ମୁଖାର୍ଜୀ, ସନ୍ତୋଷ ମହାରଣା ଏବଂ ଅନ୍ୟମାନଙ୍କ ନାମରେ ସିବିଆଇ ପକ୍ଷରୁ ମାମଲା ରୁଜୁ କରାଯାଇଛି। ଏହି ଲିଙ୍କ୍‌ରେ ବିଷ୍ଣୁପଦ ସେଠୀଙ୍କ ଘରେ ଚଢ଼ାଉ କରାଯିବା ସହ ବିଭିନ୍ନ ରେକର୍ଡ ପତ୍ର ଯାଞ୍ଚ୍‌ କରାଯାଇଥିଲା। ବିଷ୍ଣୁପଦ ସେଠୀ ଏବଂ ତାଙ୍କ ପତ୍ନୀଙ୍କ ନାମରେ ଥିବା ଆକାଉଣ୍ଟକୁ ଅଚଳ କରି ଦିଆଯାଇଥିଲା। ସିବିଆଇ ରେଡ୍‌କୁ ବିରୋଧ କରି ବିଷ୍ଣୁପଦ ହାଇକୋର୍ଟଙ୍କ ଦ୍ଵାରସ୍ଥ ହୋଇଥିଲେ। ପ୍ରାରମ୍ଭିକ ଶୁଣାଣିରେ ହାଇକୋର୍ଟ କାର୍ଯ୍ୟାନୁଷ୍ଠାନ ଉପରେ ଅନ୍ତରୀଣ ଅଙ୍କୁଶ ଲଗାଇଥିଲେ। ଏବେ ଅନ୍ତରୀଣ ଅଙ୍କୁଶ ହଟାଇ ଦିଆଯାଇଥିବାରୁ ବିଷ୍ଣୁପଦ ସେଠୀଙ୍କ ଅଡ଼ୁଆ ବଢିଛି। ସେ ଗିରଫ ହେବାର ସମ୍ଭାବନା ରହିଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.