ପ୍ରମୂଖ ଖବର
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ଶପଥ ନେଲେ ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି

କଟକ, ୦୭/୦୨ : ଶପଥ ନେଲେ ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି। ଜଷ୍ଟିସ୍ ଚକ୍ରଧାରୀ ଶରଣ ସିଂ ମୁଖ୍ୟ ବିଚାରପତି ଭାବେ ଶପଥ ଗ୍ରହଣ କରିଛନ୍ତି। ରାଜ୍ୟପାଳ ରଘୁବର ଦାସ ଶପଥ ପାଠ କରାଇଛନ୍ତି। ଏହି ଅବସରରେ ହାଇକୋର୍ଟର ଜଜ୍‌, ମୁଖ୍ୟଶାସନ ସଚିବ ପ୍ରମୁଖ ଉପସ୍ଥିତ ରହିଥିଲେ । ପୂର୍ବରୁ ସେ ପାଟନା ହାଇକୋର୍ଟର ବିଚାରପତି ଥିଲେ।  

୧୯୬୩ ମସିହା ଜାନୁଆରୀ ୨୦ ତାରିଖରେ ଜନ୍ମଗ୍ରହଣ କରିଥିବା ଜଷ୍ଟିସ ଚକ୍ରଧାରୀ ଶରଣ ସିଂ ଏଲଏଲବିରେ ଡିଗ୍ରୀ କରିବା ପରେ ୧୯୯୦ ଅକ୍ଟୋବର ୩୦ରୁ  ଜଣେ ଓକିଲ ଭାବେ କାମ ଆରମ୍ଭ କରିଥିଲେ । ତାଙ୍କୁ ୧୯୯୮ରେ କେନ୍ଦ୍ର ସରକାର ଅତିରିକ୍ତ ସ୍ଥାୟୀ ଆଇନଜୀବୀ ଭାବେ ନିଯୁକ୍ତ କରିଥିଲେ ଏବଂ ସେ ୨୦୦୧ ଯାଏଁ ଏହି ପଦରେ କାମ କରିଥିଲେ । ସେ ମୁଖ୍ୟତଃ କେନ୍ଦ୍ରୀୟ ଉତ୍ପାଦ ଶୁଳ୍କ, ସୀମା ଶୁଳ୍କ ଓ ଶ୍ରମ ଆଇନ ଅନ୍ତର୍ଗତରେ ଆସୁଥିବା ଅପରାଧିକ ମାମଲାର ପରିଚାଳନା କରୁଥିଲେ ।

ପରବର୍ତ୍ତୀ ସମୟରେ ସେ ପାଟନା ହାଇକୋର୍ଟରେ ଆକାଉଣ୍ଟାଣ୍ଟ ଜେନେରାଲ ଅଫିସ ପକ୍ଷରୁ ମାମଲା ପରିଚାଳନା ପାଇଁ କମ୍ପଟ୍ରୋଲର ଏବଂ ଅଡିଟର ଜେନେରାଲଙ୍କ ଦ୍ଵାରା ପ୍ୟାନେଲ ପରାମର୍ଶଦାତା ଭାବରେ ନିଯୁକ୍ତ ହୋଇଥିଲେ । ୨୦୧୦ ସେପ୍ଟେମ୍ବର ୮ ତାରିଖରୁ ସେ ସିନିୟର ଆଡଭୋକେଟ୍ ଭାବରେ ନିଯୁକ୍ତ ହୋଇଥିଲେ ।ତାଙ୍କୁ ଅତିରିକ୍ତ ଆଡଭୋକେଟ୍ ଜେନେରାଲ୍ ଭାବରେ ନିଯୁକ୍ତ କରାଯାଇଥିଲା । ୨୦୧୦ ଡିସେମ୍ବରରୁ ସେ ଅତିରିକ୍ତ ଜଜ୍ ଭାବରେ ପାଟନା ହାଇକୋର୍ଟରେ ୨୦୧୨ ମାର୍ଚ୍ଚ ୫ ଯାଏଁ କାର୍ଯ୍ୟରତ ଥିଲେ ।

Also Read :-

ଶୀତର ବେଳ କାଳ ସରିନି... ମାଡ଼ି ଆସିଲାଣି ଖରା, ଦିନ ତାପମାତ୍ରା ୩୫ ଡିଗ୍ରୀ ଟପିଲା


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.