ପ୍ରମୂଖ ଖବର
  • ରାୟଗଡ଼ା : ଟ୍ରେଲର ଧକ୍କାରେ ମହିଳା କନେଷ୍ଟବଳଙ୍କ ମୃତ୍ୟୁ, ୨ ଗୁରୁତର
  • ||
  • 'ରାଜ୍ୟରେ ଏବେ ବନ୍ୟା ପରିସ୍ଥିତି ନାହିଁ, ବିପଦ ସଙ୍କେତ ତଳେ ଜଳସ୍ତର': ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ
  • ||
  • ବୌଦ୍ଧ : ଭାରସାମ୍ୟ ହରାଇ ଓଲଟିଲା ସିମେଣ୍ଟ ବୋଝେଇ ଟ୍ରକ୍‌, ଡ୍ରାଇଭର ଆହତ
  • ||
  • ବାହୁଡ଼ା ଯାତ୍ରା ପାଇଁ ଜନସମୁଦ୍ର ବଡ଼ଦାଣ୍ଡ, ଘଣ୍ଟଘଣ୍ଟା ନାଦରେ ପ୍ରକମ୍ପିତ ଶ୍ରୀକ୍ଷେତ୍ର
  • ||
  • ଜନ୍ମବେଦୀରୁ ବାହୁଡ଼ିବେ ଦାରୁବ୍ରହ୍ମ, ଶରଧାବାଲିରେ ରଥାରୂଢ ଚତୁର୍ଦ୍ଧାମୂର୍ତ୍ତି
  • ||
  • ବୌଦ୍ଧ : ରେଳ ଧାରଣାରେ ଶୋଇ ରିଲ୍ସ ବନାଇଲେ ନାବାଳକ, ସୋସିଆଲ ମିଡିଆରେ ଭିଡିଓ ଭାଇରାଲ
  • ||
  • ନୌସେନାରେ ପ୍ରଥମ ମହିଳା ଫାଇଟର ପାଇଲଟ ହେଲେ ଆସ୍ଥା ପୁନିଆ, ମିଳିଲା ୱିଙ୍ଗ୍ ଅଫ୍‌ ଗୋଲ୍ଡ
  • ||
  • ବାହୁଡ଼ିବେ ଦାରୁଦିଅଁ, ସୁରକ୍ଷା ବଳୟରେ ଶ୍ରୀକ୍ଷେତ୍ର: ପହଣ୍ଡିରେ ୨, ରଥ ସୁରକ୍ଷାରେ ୬ ଆଇପିଏସ୍‌କୁ ଦାୟିତ୍ୱ
  • ||
  • ଆହୁରି ୩ ଦିନ ଭିଜିବ ଓଡ଼ିଶା, ବାହୁଡ଼ାରେ ବର୍ଷା ସମ୍ଭାବନା; ୬ ଜିଲ୍ଲାକୁ ଆଲର୍ଟ
  • ||

ହାତୀ ସୁରକ୍ଷା ଲାଗି ତୁରନ୍ତ ଆକ୍ସନ ପ୍ଲାନ ପ୍ରସ୍ତୁତ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

Published By : Suraj Kumar | November 26, 2024 7:14 PM

କଟକ,୨୬।୧୧ :  ୨୦୨୧ ରୁ ଚଳିତ ନଭେମ୍ବର ମାସ ସୁଦ୍ଧା କେବଳ ବିଦ୍ୟୁତ ଆଘାତରେ ୮୫ ଟି ହାତୀ ମୃତ୍ୟୁ ଘଟିଛି। ରାଜ୍ୟ ମୁଖ୍ୟ ବନ୍ୟ ପ୍ରାଣୀ ସଂରକ୍ଷକଙ୍କ ପକ୍ଷରୁ ମଙ୍ଗଳବାର ହାଇକୋର୍ଟରେ ଦାଖଲ ହୋଇଥିବା ସତ୍ୟପାଠରୁ ଏହା ଜଣାପଡିଛି । ତେଣୁ ହାତୀମାନଙ୍କ ସୁରକ୍ଷା ଲାଗି ତୁରନ୍ତ ଆକ୍ସନ ପ୍ଲାନ ପ୍ରସ୍ତୁତ କରିବା ଲାଗି ପିସିସିଏଫଙ୍କୁ ହାଇକୋର୍ଟ ନିର୍ଦେଶ ଦେଇଛନ୍ତି । ବିଦ୍ୟୁତ ବିତରଣ କମ୍ପାନୀମାନଙ୍କ ସହ ଆଲୋଚନା କରି ୧୦ ଦିନ ମଧ୍ୟରେ ଆକ୍ସନ ପ୍ଲାନ ପ୍ରସ୍ତୁତ କରିବା ଲାଗି ହାଇକୋର୍ଟ କହିଛନ୍ତି।  ୨ ସପ୍ତାହ ପରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଦିନ ଧାର୍ଯ୍ୟ କରାଯାଇଛି।

ସମ୍ବଲପୁର ଜିଲ୍ଲାର ରେଢାଖୋଲ ଡିଭିଜନ ଅନ୍ତର୍ଗତ ନାକଟିଦେଉଳୁ ବନଖଣ୍ଡରେ ବିଦ୍ୟୁତ୍ ଲାଗି ୩ ହାତୀଙ୍କ ମୃତ୍ୟୁ ଘଟିଥିଲା । ଏହାକୁ ନେଇ ହାଇକୋର୍ଟ ଉଦବେଗ ପ୍ରକାଶ କରିବା ସହ ନିଜଆଡୁ ଜନସ୍ୱାର୍ଥ ମାମଲା ଦାୟର କରିଥିଲେ। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.