ପ୍ରମୂଖ ଖବର
  • ଏଫଏମ କଲେଜରେ ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣା , କ୍ରାଇମବ୍ରାଞ୍ଚର ତଦନ୍ତ ଆରମ୍ଭ
  • ||
  • ଲର୍ଡସ୍ ଟେଷ୍ଟ: ଦ୍ୱିତୀୟ ଇନିଂସରେ ଇଂଲଣ୍ଡ ଅଲଆଉଟ୍, ଭାରତ ଆଗରେ ୧୯୩ ରନର ବିଜୟ ଲକ୍ଷ୍ୟ
  • ||
  • ନିର୍ବାଚନ ପୂର୍ବରୁ ନୀତୀଶ କୁମାରଙ୍କ ବଡ଼ ଘୋଷଣା, ଆସନ୍ତା ୫ ବର୍ଷ ମଧ୍ୟରେ ଏକ କୋଟି ଚାକିରି ଦେବେ ସରକାର
  • ||
  • ଆଇପିଏସ୍ ସୋନାଲି ମିଶ୍ର ଆରପିଏଫର ପ୍ରଥମ ମହିଳା ମହାନିର୍ଦ୍ଦେଶକ
  • ||
  • କୋଲାକାତା ଆଇଆଇଏମରେ ଦୁଷ୍କର୍ମ ମାମଲା, ତଦନ୍ତ ଲାଗି ଏସ୍ଆଇଟି ଗଠିତ
  • ||
  • ଭୁବନେଶ୍ୱର : ଏମ୍ସରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ; ଏମ୍ସର ନିର୍ଦ୍ଦେଶକଙ୍କ ସହ କରିଲେ ଆଲୋଚନା
  • ||
  • FM କଲେଜରେ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ ଘଟଣା; ପୀଡ଼ିତାଙ୍କ ପରିବାରକୁ ଭେଟିବେ ମୁଖ୍ୟମନ୍ତ୍ରୀ
  • ||
  • ରାଜ୍ୟସଭାକୁ ୪ ମନୋନୀତ, ମନୋନୀତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
  • ||
  • ବାଲେଶ୍ବର: ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ବସ୍‌, ୨୦ରୁ ଉର୍ଦ୍ଧ୍ୱ ଗୁରୁତର
  • ||
  • ଏନ୍‌ସିଇଆର୍‌ଟି ବିଏଡ୍‌ ପ୍ରବେଶିକା ପରୀକ୍ଷା, ଆଜି ରାଜ୍ୟର ୪୪ କେନ୍ଦ୍ରରେ ୨୨ ହଜାର ଛାତ୍ରଛାତ୍ରୀ ଦେବେ ପରୀକ୍ଷା
  • ||
  • ସୋମବାର ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି: ଆଜି ପୁଲିସର କାର୍‌କେଡ୍‌ ରିହର୍ସାଲ, ଜଗିବେ ୫୦ ପ୍ଲାଟୁନ୍‌ ଫୋର୍ସ
  • ||
  • ଗାଜା ଉପରେ ଇସ୍ରାଏଲର ଭୟଙ୍କର ହମଲା, ୧୧୦ ପାଲେଷ୍ଟାନୀୟ ମୃତ
  • ||
  • ୧୬ରେ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସମ୍ଭାବନା, ଆଜି ବର୍ଷା ନେଇ ଅଧା ଓଡ଼ିଶାକୁ ୟେଲୋ ଓ୍ବାର୍ଣ୍ଣିଂ
  • ||

ଅନୁକମ୍ପାମୂଳକ ନିଯୁକ୍ତି ମାମଲାରେ ହାଇକୋର୍ଟଙ୍କ ରାୟ : ପତ୍ନୀ ଅସୁସ୍ଥ ଥିଲେ ଚାକିରି ପାଇବ ପୁଅ, ୩ ମାସ ମଧ୍ୟରେ ନିଷ୍ପତ୍ତି ନିଅ

Published By : Rasmita Pradhan | July 11, 2025 9:44 AM

କଟକ, ୧୧/୦୭ : ୧୨ ବର୍ଷ ଧରି ଚାଲିଥିବା ଏକ ଅନୁକମ୍ପାମୂଳକ ନିଯୁକ୍ତି ମାମଲାରେ ହାଇକୋର୍ଟଙ୍କ ଗୁରୁତ୍ଵପୂର୍ଣ୍ଣ ରାୟ। ପତ୍ନୀ ଅସୁସ୍ଥ ଥିଲେ ଚାକିରି ପାଇବ ପୁଅ। ତିନି ମାସ ମଧ୍ୟରେ ନିଷ୍ପତ୍ତି ନେବାକୁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ। ଚାକିରି ପାଇଁ ଏ କାର୍ଯ୍ୟାଳୟରୁ ସେ କାର୍ଯ୍ୟାଳୟକୁ ଦୌଡ଼ୁଥିବା ଜଣେ ଯୁବକଙ୍କ ଆବେଦନ ସଂପର୍କରେ ସାନି ବିଚାର କରି ୩ ମାସ ମଧ୍ୟରେ ନିଷ୍ପତ୍ତି ନେବାକୁ ହାଇକୋର୍ଟ କହିଛନ୍ତି। ଉକ୍ତ ନିଷ୍ପତ୍ତି ନେବାର ୧୦ଦିନ ମଧ୍ୟରେ ତାହାକୁ ଆବେଦନକାରୀଙ୍କୁ ଅବଗତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ବଲାଙ୍ଗିର ଜିଲ୍ଲାର ସଚ୍ଚିନ ତାଣ୍ଡିଙ୍କ ପକ୍ଷରୁ ଆବେଦନକୁ ବିଚାରକୁ ନେଇ ବିଚାରପତି ଜଷ୍ଟିସ୍‌ ଆଦିତ୍ୟ କୁମାର ମହାପାତ୍ର ଏହି ନିର୍ଦ୍ଦେଶ ଦେଇଛନ୍ତି । 

ସୂଚନାନୁଯାୟୀ, ୨୦୦୫ ମସିହାରେ ଆବେଦନକାରୀ ସଚ୍ଚିନ ତାଣ୍ଡିଙ୍କ ବାପା ବଲାଙ୍ଗୀର ଜିଲ୍ଲା ଟିଟଲାଗଡ଼ରେ ଜନସ୍ଵାସ୍ଥ୍ୟ ବିଭାଗରେ ଚାକିରି କରୁଥିବା ବେଳେ ତାଙ୍କର ମୃତ୍ୟୁ ହୋଇଥିଲା। ମୃତ୍ୟୁ ପରେ ପତ୍ନୀ ଚାକିରି ପାଇଁ ଆବେଦନ କରିଥିଲେ । ୨୦୧୨ରେ ଚାକିରି ପାଇଁ ତାଙ୍କୁ ସରକାରଙ୍କ ପକ୍ଷରୁ ପ୍ରସ୍ତାବ ଦିଆଯାଇଥିଲା। ହେଲେ ଶାରିରୀକ ଅସୁସ୍ଥତା କାରଣରୁ ସେ ପୁଅ ସଚ୍ଚିନଙ୍କୁ ଅନୁକମ୍ପାମୂଳକ ନିଯୁକ୍ତି ପ୍ରଦାନ ପାଇଁ ଅନୁରୋଧ କରିଥିଲେ। ରାଜ୍ୟ ସରକାର ୨୦୧୬ରେ ତାଙ୍କ ଅନୁରୋଧକୁ ଖାରଜ କରି ଦେଇଥିଲେ। ଏହା ବିରୋଧରେ ସଚ୍ଚିନ ୨୦୧୭ରେ ହାଇକୋର୍ଟଙ୍କ ଦ୍ଵାରସ୍ଥ ହୋଇଥିଲେ। ହାଇକୋର୍ଟ ଆବେଦନକାରୀଙ୍କୁ ଅନୁକମ୍ପାମୂଳକ ନିଯୁକ୍ତି ପ୍ରଦାନ ପ୍ରସଙ୍ଗରେ ପୁନଃବିଚାର କରିବାକୁ ସରକାରଙ୍କୁ ୨୦୨୪ ଜାନୁଆରୀ ୯ରେ ନିର୍ଦ୍ଦେଶ ଦେଇଥିଲେ। ତେବେ ୨୦୨୫ ଏପ୍ରିଲ ୧୯ରେ ସରକାର ନିଯୁକ୍ତି ଆବେଦନକୁ ପୁଣି ଖାରଜ କରିଦେଇଥିଲେ। 

ଏହାକୁ ଚ୍ୟାଲେଞ୍ଜ୍ କରି ଆବେଦନକାରୀ ପୁଣି ହାଇକୋର୍ଟଙ୍କ ଦ୍ଵାରସ୍ଥ ହୋଇଥିଲେ। ହାଇକୋର୍ଟ ଏପ୍ରିଲ ୧୯ରେ ଏପରି ନିର୍ଦ୍ଦେଶକୁ ରଦ୍ଦ କରିଛନ୍ତି। ଏଥି ସହିତ ୧୯୯୨ର ଓସିଏସ୍ ନିୟମାବଳୀ ଓ ସାଧାରଣ ପ୍ରଶାସନ ବିଭାଗର ୨୦୨୫ ଏପ୍ରିଲ ୪ର ବିଜ୍ଞପ୍ତିକୁ ଦୃଷ୍ଟିରେ ରଖି ଅନୁକମ୍ପାମୂଳକ ନିଯୁକ୍ତି ଆବେଦନକୁ ସରକାର ୩ ମାସ ଭିତରେ ବିଚାର କରିବେ ବୋଲି ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଜଷ୍ଟିସ୍ ଆଦିତ୍ୟ କୁମାର ମହାପାତ୍ରଙ୍କୁ ନେଇ ଗଠିତ ଖଣ୍ଡପୀଠ ସଚ୍ଚିନ ତାଣ୍ଡିଙ୍କ ଆବେଦନର ଶୁଣାଣି କରି ଏପରି ନିର୍ଦ୍ଦେଶ ଦେଇଛନ୍ତି। ଆବେଦନକାରୀଙ୍କ ତରଫରୁ ଆଇନଜୀବୀ ଶଙ୍କରପ୍ରସାଦ ପାଣି ଓ ରାକେଶ ସରଙ୍ଗୀ ମାମଲା ପରିଚାଳନା କରୁଥିଲେ। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.