ପ୍ରମୂଖ ଖବର
  • ମେକ୍ସିକୋ ଏବଂ ଇୟୁ ଉପରେ ଟାରିଫ୍‌ ବୋମା ପକାଇଲେ ଟ୍ରମ୍ପ, ଲାଗିବ ୩୦ ପ୍ରତିଶତ ଶୁଳ୍କ
  • ||
  • ପ୍ରଥମ ଥର ଟି-୨୦ ବିଶ୍ୱକପ୍ ପାଇଁ ଯୋଗ୍ୟତା ଅର୍ଜନ କଲା ଇଟାଲୀ, ନେଦରଲ୍ୟାଣ୍ଡସକୁ ବି ମିଳିଲା ସୁଯୋଗ
  • ||
  • ଏଫଏମ କଲେଜ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା ; କଲେଜ ଅଧ୍ୟକ୍ଷ ନିଲମ୍ବିତ, ଏଚଓଡି ଗିରଫ
  • ||
  • ବ୍ରହ୍ମପୁର ରେଳ ଷ୍ଟେସନରୁ ୨ ଜଣଙ୍କ ମୃତଦେହ ଉଦ୍ଧାର, ବିଷ ପିଇ ଜୀବନ ହାରିଥିବା ସନ୍ଦେହ
  • ||
  • ନୀଳଗିରି ବ୍ଲକ ତେଲିପାଳ ପଞ୍ଚାୟତ ଋଷିଆ କେନାଲରେ ଅଘଟଣ, ବଜ୍ରପାତରେ ୩ ମୃତ
  • ||
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ବାଂଲାଦେଶରେ ହିନ୍ଦୁ ବ୍ରହ୍ମଚାରୀ ଚିନ୍ମୟ କୃଷ୍ଣ ଦାସ୍ ପ୍ରଭୂ ଗିରଫ, ହିନ୍ଦୁଙ୍କ ପାଇଁ ଲଢେଇ କରିବାରୁ ଲାଗିଥିଲା ଦେଶଦ୍ରୋହ ମାମଲା...

Published By : Ladu Kishor | November 25, 2024 6:23 PM

ନୂଆଦିଲ୍ଲୀ: ବାଂଲାଦେଶରେ ହିନ୍ଦୁମାନଙ୍କ ଉପରେ ଅତ୍ୟାଚାରର କାହାଣୀ ବନ୍ଦ ହେବାର ନାଁ ନେଉନି । ହିନ୍ଦୁ ମାନଙ୍କ ଉପରେ ହିଂସା ପରେ ଏବେ ଜଣେ ସାଧୁଙ୍କୁ ମଧ୍ୟ ଗିରଫ କରାଯାଇଛି। ଗିରଫ ହୋଇଥିବା ସାଧୁ ଜଣକ ଚିନ୍ମୟ କୃଷ୍ଣ ପ୍ରଭୂ ବୋଲି କୁହାଯାଉଛି। ମିଥ୍ୟା ଦେଶଦ୍ରୋହ ମାମଲାରେ ଚିନ୍ମୟଙ୍କୁ ଢାକା ବିମାନ ବନ୍ଦରରୁ ଗିରଫ କରାଯାଇଛି। ଚଳିତ ବର୍ଷ ଅଗଷ୍ଟ ୫ ରେ ଶେଖ ହାସିନାଙ୍କ ନେତୃତ୍ୱାଧୀନ ସରକାର ପତନ ପରଠାରୁ ହିନ୍ଦୁମାନଙ୍କ ଉପରେ ହୋଇଥିବା ଆକ୍ରମଣ ବିରୋଧରେ ବାଂଲାଦେଶ ସନାତନ ଜାଗରଣ ମଞ୍ଚର ନେତା ଚିନ୍ମୟ ଆଗରେ ରହିଆସିଛନ୍ତି।

ଏହା ପୂର୍ବରୁ ଚିନ୍ମୟ କୃଷ୍ଣ ଦାସ ବ୍ରହ୍ମଚାରି ଏବଂ ଅନ୍ୟମାନଙ୍କ ବିରୋଧରେ ଦେଶଦ୍ରୋହ ମାମଲା ରୁଜୁ ହୋଇଥିଲା, ଯାହାକୁ ନେଇ ବାଂଲାଦେଶର ସଂଖ୍ୟାଲଘୁ ହିନ୍ଦୁ ସମ୍ପ୍ରଦାୟ ମଧ୍ୟରେ ଅସନ୍ତୋଷ ଖେଳିଯାଇଥିଲା। ବ୍ରହ୍ମଚାରି, ହିନ୍ଦୁ ସମ୍ପ୍ରଦାୟର ଲୋକଙ୍କ ସହ ଅକ୍ଟୋବର ୨୫ ରେ ଚଟଗାଓଁ ନୂଆ ମାର୍କେଟ ଛକ ଠାରେ ବାଂଲାଦେଶର ଜାତୀୟ ପତାକା ଉପରେ ଗେରୁଆ ପତାକା ଉଡାଇଥିଲେ । ଆଉ ଅକ୍ଟୋବର ୩୦ରେ ପୋଲିସ ତାଙ୍କ ବିରୋଧରେ ବିଭିନ୍ନ ବିଭାଗ ଅଧୀନରେ ମାମଲା ରୁଜୁ କରିଥିଲା 

ତେବେ ଏହି ପତାକାର ଚିତ୍ର ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏହା ପରେ ଗେପୁଆ ପତାକାକୁ ହଟାଯାଇଥିଲା । ଚାର୍ଜସିଟରେ ବ୍ରହ୍ମଚାରି ଏବଂ ଅନ୍ୟମାନେ ଜାତୀୟ ପତାକାକୁ ଅପମାନିତ କରି ଦେଶଦ୍ରୋହରେ ଲିପ୍ତ ଥିବାର ଅଭିଯୋଗ ହୋଇଛି। ସେ ଦେଶର ସାର୍ବଭୌମତ୍ୱକୁ ଦୁର୍ବଳ କରି ଅଶାନ୍ତି ସୃଷ୍ଟି କରିବାକୁ ଚେଷ୍ଟା କରୁଥିବା ଅଭିଯୋଗ ହୋଇଛି।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.