PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନୂଆଦିଲ୍ଲୀ : ଭଗବାନ ଚିତ୍ରଗୁପ୍ତଙ୍କ ଚରିତ୍ରକୁ ମଜାଳିଆ ଢଙ୍ଗରେ ଚିତ୍ରଣ କରିବାକୁ ନେଇ ଅଭିନେତା ଅଜୟ ଦେବଗନଙ୍କ ସମେତ କେତେକଙ୍କ ନାଁରେ ଏତଲା
  • ||
  • ଖୋର୍ଦ୍ଧା : ଆୟକର ଅଧିକାରୀ ସୁମନ ସୁନ୍ଦର ସାହୁଙ୍କ ବାସଭବନରେ ସିବିଆଇ ରେଡ୍, ଖୋର୍ଦ୍ଧାର ଶାନ୍ତି ଜୁଏଲର୍ସ ମାଲିକଙ୍କ ଠାରୁ ନେଉଥିଲେ ସୁନା ଓ ଟଙ୍କା
  • ||
  • ସମ୍ବଲପୁର : ବରଗଡ଼ ଜିଲ୍ଲା ଅମ୍ବାଭୋନା ବ୍ଲକର ଗୋବିନ୍ଦପୁରକୁ ପ୍ରଥମ ‘ପକ୍ଷୀଗ୍ରାମ’ ମାନ୍ୟତା, ଯୋଜନାରେ ସାମିଲ ହେବେ ୩ ଗାଁ
  • ||
  • ଭୁବନେଶ୍ବର : ବରମୁଣ୍ଡା ବସ ଷ୍ଟାଣ୍ଡରୁ ୫୦କେଜି ଗଞ୍ଜେଇ ଜବତ, ୪ ଗଞ୍ଜେଇ ଚୋରା ଚାଲାଣକାରୀ ଗିରଫ
  • ||
  • ଭୁବନେଶ୍ୱର : ହସ୍ପିଟାଲରୁ ଡିସଚାର୍ଜ ହେଲେ ଓଲିଉଡ ଷ୍ଟାର ବାବୁସାନ ମହାନ୍ତି, ଗତ କିଛି ଦିନ ହେବ ଅସୁସ୍ଥ ହୋଇ ଭୁବନେଶ୍ୱରର ଘରୋଇ ମେଡିକାଲରେ ହେଉଥିଲେ ଚିକିତ୍ସିତ
  • ||
  • କଟକ : କଟକ ପାରାଦୀପ ରାସ୍ତା ସୋମପୁର ବଜାର ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଗ୍ୟାରେଜ ଉପରେ ମାଡିଗଲା ଟ୍ରକ
  • ||
  • ଯାଜପୁର : କୁଆଖିଆ ଥାନା ଅନ୍ତର୍ଗତ ବସଷ୍ଟାଣ୍ଡ ନିକଟରେ ଯାଜପୁର ଅବକାରୀ ବିଭାଗ ଚଢ଼ାଉ, ୮୦ ଗ୍ରାମ ବ୍ରାଉନସୁଗାର ଜବତ
  • ||

ଛାତ୍ରଙ୍କୁ ଧକ୍କା ଦେଲା ଇଟା ବୋଝେଇ ଟ୍ରାକ୍ଟର, ଗୁରୁତର ଅବସ୍ଥାରେ ଉଦ୍ଧାର

ହିଂଜିଳି, ୨୩/୦୯ : ଛାତ୍ରଙ୍କୁ ଧକ୍କା ଦେଲା ଇଟା ବୋଝେଇ ଟ୍ରାକ୍ଟର। ଗଞ୍ଜାମ ଜିଲ୍ଲା ହିଂଜିଳି ଥାନା ଅନ୍ତର୍ଗତ ପଳାସୀ-ଶିଙ୍କୁଳିପଲ୍ଲୀ ମଧ୍ୟରାସ୍ତାରେ ଏକ ଇଟା ବୋଝେଇ ଟ୍ରାକ୍ଟର (OD07AH 1750) ବ୍ରହ୍ମପୁର ଅଭିମୁଖେ ଯିବା ସମୟରେ ଜଣେ କଲେଜ ଛାତ୍ରଙ୍କୁ ଧକ୍କା ଦେଇଛି। ସ୍ଥାନୀୟ ଲୋକେ ଆହତ ଛାତ୍ରଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି।

ସୂଚନାନୁଯାୟୀ, ବାଦୀ ଆମ୍ବଗାଁର ବାସୁଦେବ ମହାନ୍ତି ପଳାସୀ-ଶିଙ୍କୁଳିପଲ୍ଲୀ ରାସ୍ତାରେ ସାଇକେଲ ଯୋଗେ ବ୍ରହ୍ମପୁର ଅଭିମୁଖେ କଲେଜକୁ ଯାଉଥିବା ବେଳେ ଏକ ଇଟା ବୋଝେଇ ଟ୍ରାକ୍ଟର ତାଙ୍କୁ ଧକ୍କା ଦେଇଥିଲା। ଟ୍ରାକ୍ଟରଟି କଲେଜ ଛାତ୍ରଙ୍କ ଉପରେ ମାଡିଯାଇଥିଲା। ସ୍ଥାନୀୟ ଲୋକେ ଆହତ ଛାତ୍ରଙ୍କୁ ଉଦ୍ଧାର କରି ବେଲଗାଁ ଗୋଷ୍ଠି ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତି କରିଥିଲେ। ହେଲେ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ବ୍ରହ୍ମପୁର ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ତେବେ ଘଟଣାସ୍ଥଳରୁ ଡ୍ରାଇଭର ଫେରାର ହୋଇ ଯାଇଛି। ଘଟଣାସ୍ଥଳରେ ହିଂଜିଳି ତହସିଲଦାର ଓ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।