ପ୍ରମୂଖ ଖବର
  • ବିହାର ଭୋଟର ତାଲିକାରୁ କଟିପାରେ ୩୪ ଲକ୍ଷ ମତଦାତାଙ୍କ ନାଁ, କାରଣ କହିଲେ ନିର୍ବାଚନ ଆୟୋଗ
  • ||
  • ବିହାର ରାଜନୀତିରେ ବଡ଼ ଟ୍ବିଷ୍ଟ, ଖୁବଶୀଘ୍ର ନୂଆ ଦଳ ଘୋଷଣା କରିପାରନ୍ତି ତେଜ ପ୍ରତାପ ଯାଦବ
  • ||
  • ଜନ୍ମଦିନରେ ଛତିଶଗଡ଼ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପୁଅ ଗିରଫ; ଅବକାରୀ ଦୁର୍ନୀତି ମାମଲାରେ ବନ୍ଧିଲା ଇଡି
  • ||
  • ସକାଳେ ଗୁଳୁଗୁଳି, ଅପରାହ୍ନରେ ବର୍ଷା: ଭିଜିବ ଉପକୂଳରୁ ନେଇ ଆଭ୍ୟନ୍ତରୀଣ ଓଡ଼ିଶା, ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
  • ||
  • FM କଲେଜରେ ପହଞ୍ଚିଲେ ୟୁଜିସି ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍, ତଦନ୍ତ କରୁଛନ୍ତି ୪ ଜଣିଆ ଦଳ
  • ||
  • ଚାକିରି ଆଶା ଦେଖାଇ ଯୁବତୀଙ୍କୁ ନିର୍ଯାତନା: ରାଜସ୍ଥାନରୁ ଉଦ୍ଧାର ପରେ ଘରକୁ ଫେରିଲେ ଝିଅ
  • ||
  • ରାଜଧାନୀରେ ବିଭତ୍ସ ହତ୍ୟାକାଣ୍ଡ, ଯୁବକଙ୍କୁ ପଥରରେ ଛେଚି ମାରିଦେଲେ ବାଇକ୍ ଚୋର
  • ||
  • ଦିଲ୍ଲୀରେ ପୁଣି ୨୦ ଅଧିକ ବୋମା ଧମକ,ଆସିଥିଲା ଧମକପୂର୍ଣ୍ଣ ମେଲ୍, ପୁଲିସର ତଦାଘନା
  • ||
  • ଭୂକମ୍ପ ଝଟକାରେ ଥରିଲା ଚିଲି, ରିକ୍ଟର ସ୍କେଲରେ ତୀବ୍ରତା ୫.୭ ରେକର୍ଡ଼
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ଆତ୍ମାହୁତି ଘଟଣା: ଆଜି ବାଲେଶ୍ୱରରେ ଉଚ୍ଚଶିକ୍ଷା ବିଭାଗ କମିଟିର ତଦନ୍ତ, ଉପସ୍ଥିତ ରହିବେ ଆଇସିସିର ସମସ୍ତ ସଦସ୍ୟ
  • ||
  • TRFକୁ ଆତଙ୍କୀ ସଂଗଠନ ଘୋଷଣା କଲା ଆମେରିକା, ପହଲଗାମ ଆତଙ୍କୀ ଆକ୍ରମଣ ପାଇଁ କଲା ଦାୟୀ
  • ||

ହୀରାକୁଦରୁ ନିଷ୍କାସନ ହେବ ବର୍ଷର ପ୍ରଥମ ବନ୍ୟାଜଳ; ୬ରୁ ଖୋଲିବ ଗେଟ୍, ସତର୍କ କରାଇଲେ କର୍ତ୍ତୃପକ୍ଷ

Published By : Rasmita Pradhan | July 4, 2025 11:29 AM

ସମ୍ବଲପୁର, ୦୪/୦୭ : ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁଁ ହୀରାକୁଦ ଜଳଭଣ୍ଡାରରେ ଜଳସ୍ତର ବୃଦ୍ଧି ପାଉଛି। ତେଣୁ ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସନ ହେବ। ଆସନ୍ତା ୬ ତାରିଖରେ (ରବିବାର) ଦିନ ୧୦ଟାରେ ହୀରାକୁଦ ଡ୍ୟାମ୍ ଗେଟ୍ ଖୋଲିବ। ହୀରାକୁଦ ଜଲଭଣ୍ଡାର କର୍ତ୍ତୃପକ୍ଷ ଏଥିପାଇଁ ୧୨ଟି ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ କରାଇଛନ୍ତି। 

ଗେଟ୍ ଖୋଲିବା ସମୟରେ ମହାନଦୀ ଓ ଏହାର ଶାଖାନଦୀ ଗୁଡ଼ିକରେ ଜଳସ୍ତର ବୃଦ୍ଧି ପାଇବ। ତେଣୁ ତଳିଆ ଅଞ୍ଚଳରେ ନଦୀ ଭିତରକୁ କେହି ନଯିବାକୁ ବାରଣ କରାଯାଇଛି। ଡାକବାଜି ଯନ୍ତ୍ର ସାହାଯ୍ୟରେ ତଳିଆ ଅଞ୍ଚଳର ଲୋକମାନଙ୍କୁ ସତର୍କ କରାଯାଉଛି। ଗାଁ ଗାଁରେ ପ୍ରଚାର ଗାଡ଼ି ବୁଲି ଲୋକଙ୍କୁ ସଚେତନ କରୁଛି। ଯଦି କୌଣସି ଅଘଟଣ ଘଟେ ତାହେଲେ ଜଳଭଣ୍ଡାର କର୍ତ୍ତୃପକ୍ଷ ଦାୟୀ ରହିବେ ନାହିଁ।



Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.