ପ୍ରମୁଖ ଖବର
  • ଭିଜିଲାନ୍ସ ପଞ୍ଝାରେ କନିଷ୍ଠ କିରାଣୀ ଜିତେନ୍ଦ୍ର ସେନାପତି, ୧୦ ହଜାର ଲାଞ୍ଚ ନେ​‌ବା ବେଳେ ମାଡ଼ି ବସିଲା ଟିମ୍
  • ||
  • ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ରାଜ୍ୟସଭା ସାଂସଦ ରବିନାରାୟଣ ମହାପାତ୍ର
  • ||
  • ମେ'୧୦ରେ ପବିତ୍ର ଅକ୍ଷୟ ତୃତୀୟା: କପଡ଼ା କାର୍ଯ୍ୟ ଶୁଭାରମ୍ଭ କଲେ ଦର୍ଜି ସେବକ, ଛତି, ଓଲାର, ଖଣ୍ଡା, ଛୁରି, ତରାସ ପ୍ରସ୍ତୁତ ହେବ
  • ||
  • ଶୁକ୍ରବାର ଏକାମ୍ର ନିର୍ବାଚନମଣ୍ଡଳୀ ପାଇଁ ନାମାଙ୍କନ ଭରିବେ ବିଜେପିର ବାବୁ ସିଂ ଓ ବିଜେଡିର ଆଶୋକ ପଣ୍ଡା
  • ||
  • ମେ' ୧୨ରେ ସିବିଏସ୍‌ଇ ରେଜଲ୍ଟ ପ୍ରକାଶ ପାଇବା ସମ୍ଭାବନା
  • ||
  • ରାହୁଲ ଗାନ୍ଧିଙ୍କ ରାୟଗଡ଼ା ଗସ୍ତ ବାତିଲ୍, ସୂଚନା ଦେଲେ କଂଗ୍ରେସ ଇସ୍ତାହାର କମିଟି ମୁଖ୍ୟ ପ୍ରସାଦ ହରିଶ୍ଚନ୍ଦନ
  • ||
  • ଆମେଥି, ରାଏବରେଲି ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ: ରାଏବରେଲିରୁ ଲଢ଼ିବେ ରାହୁଲ ଗାନ୍ଧି
  • ||
  • IPL 2024: ୱାଙ୍ଖଡ଼େରେ ମୁମ୍ବାଇକୁ ଭେଟିବ କୋଲକାତା, ୧୨ ବର୍ଷର ପରାଜୟଧାରା ଭାଙ୍ଗିବ ନାଇଟ ରାଇଡର୍ସ
  • ||
  • ହାଇଭୋଲଟେଜ୍‌ ପ୍ରଚାରରେ କମ୍ପିବ ରାଜ୍ୟ: ଆଜି ରାୟଗଡ଼ା ଆସୁଛନ୍ତି ରାହୁଲ, କାଲି ନବୀନ, ୬ରେ ମୋଦିଙ୍କ ପ୍ରଚାର
  • ||
  • ତାତିରେ ଲାଗିବ ବ୍ରେକ୍: ୪ରୁ ଉପକୂଳରେ ଖସିବ ପାଦର, ୬ରେ ସବୁ ସ୍ଥାନରେ ଗ୍ରୀଷ୍ମପ୍ରବାହରୁ ମିଳିବ ଆଶ୍ୱସ୍ତି
  • ||

ହୀରାକୁଦରେ ଡଙ୍ଗା ବୁଡି ଟ୍ରାଜେଡି: ମୃତ୍ୟୁ ସଂଖ୍ୟା ୭କୁ ବୃଦ୍ଧି, ଜଣେ ଏବେ ବି ନିଖୋଜ

ଝାରସୁଗୁଡା ୨୦/୦୪: ହୀରାକୁଦରେ ଡଙ୍ଗା ବୁଡି ଟ୍ରାଜେଡି । ମିଳିଲା ଆଉ ୬ଜଣଙ୍କ ମୃତଦେହ । ରେସକ୍ୟୁ ଟିମ୍ ୩ଜଣ ମହିଳା ଓ ୩ଜଣ ଶିଶୁଙ୍କ ମୃତଦେହ ଉଦ୍ଧାର କରିଛି । ତେବେ ଡଙ୍ଗା ବୁଡ଼ି ଘଟଣାରେ ମୋଟ୍ ମୃତ୍ୟୁ ସଂଖ୍ୟା ୭କୁ ବୃଦ୍ଧି ପାଇଛି । ଜଣେ ଏବେବି ନିଖୋଜ ରହିଛନ୍ତି।

ଶନିବାର ସକାଳ ୫ଟାରୁ ପୁଣି ରେସକ୍ୟୁ ଅପରେସନ ଆରମ୍ଭ ହୋଇଥିଲା । ସକାଳୁ ପ୍ରଥମେ ୩ଜଣଙ୍କ ମୃତଦେହ ଉଦ୍ଧାର ହୋଇଥିଲା । ପରେ ଏବେ ଆଉ ୩ଜଣଙ୍କ ମୃତଦେହ ମିଳିଛି । ଉଦ୍ଧାର ମୃତଦେହ ମଧ୍ୟରେ ୩ ଶିଶୁ ଓ  ୩ଜଣ ମହିଳା ରହିଛନ୍ତି । ମୃତକ ହେଲେ ନବୀନ ରାଠିଆ, ପିକେଶ୍ୱର ରାଠିଆ, ରାଧିକା ରାଠିଆ, ଲଛମିନ ରାଠିଆ, ତେରବସାଇ ରାଠିଆ ଓ କୁନାଲ ରାଠିଆ ।  ସମସ୍ତ ମୃତକ ଛତିଶଗଡ଼ ଖରସିଆଁର ବୋଲି ଜଣାପଡିଛି । ୨ଟି ଓଡ୍ରାଫ ଟିମ୍ ଏବେ ସର୍ଚ୍ଚ ଅପରେସନ ଜାରି ରଖିଥିବାବେଳେ ସ୍କୁବା ଡ୍ରାଇଭିଂ ଟିମ ଏହି ସର୍ଚ୍ଚ ଅପରେସନ ସାମିଲ୍ ଅଛନ୍ତି । ଡ଼ଙ୍ଗାରେ ପ୍ରାୟ ୫୪ଜଣ ଯାତ୍ରୀ ବରଗଡ ବାଞ୍ଜିପାଲିରୁ ଝାରସୁଗୁଡା ସରଧା ଡ଼ଙ୍ଗା ଘାଟକୁ ଆସୁଥିଲେ । 

ସେମାନଙ୍କ ମଧ୍ୟରେ ୪୫ଜଣ ଛତିଶଗଡ ଅଞ୍ଚଳର ଥିଲେ । ସେମାନେ ବରଗଡ଼ ପଥରାସେନୀକୁ ପୂଜାର୍ଚ୍ଚନା ପାଇଁ ଯାଇ ଫେରୁଥିବବେଳେ ସରଧା ଘାଟ ନିକଟରେ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲା । ଡଙ୍ଗାରେ ଥିବା ବରଗଡ ଓ ଝାରସୁଗୁଡା  ଅଞ୍ଚଳର ୯ ଜଣ ତଥା ଛତିଶଗଡ଼ର ୩୭ ଜଣ ଜୀବିତ ଉଦ୍ଧାର ହୋଇଥିବା ଜଣାପଡିଛି । ଛତିଶଗଡର ଯାତ୍ରୀମାନଙ୍କୁ ପ୍ରାଥମିକ ଚିକିତ୍ସା ପରେ ଛତିଶଗଡ ପ୍ରଶାସନ ନିଜ ଜିଲ୍ଲାକୁ ନେଇଥିବା ଜଣାପଡ଼ିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.