ପ୍ରମୂଖ ଖବର
  • ରୁଷକୁ ଟ୍ରମ୍ପଙ୍କ ଅଲ୍ଟିମେଟମ୍, ୫୦ ଦିନ ମଧ୍ୟରେ ଯୁଦ୍ଧ ବନ୍ଦ ନକଲେ ଲଗାଇବେ ଶତ ପ୍ରତିଶତ ଶୁଳ୍କ
  • ||
  • ଛୋଟ ଛୋଟ କଥାରେ ବିବାଦ ଯୋଗୁଁ ବିପଦରେ ପଡ଼ୁଛି ହିନ୍ଦୁ ବିବାହ, ଚିନ୍ତା ପ୍ରକାଶ କଲେ ବମ୍ବେ ହାଇକୋର୍ଟ
  • ||
  • ବାରଙ୍ଗ ବ୍ଲକ ଛକରେ ଆମ ବସ୍ ଧକ୍କାରେ ଯୁବକ ମୃତ, ଘଟଣାସ୍ଥଳରେ ଉତ୍ତେଜନା, ରାସ୍ତାରୋକ
  • ||
  • ଏଫଏମ କଲେଜ ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣା, ଏମ୍ସରେ ପୀଡିତାଙ୍କୁ ଭେଟିଲେ ରାଷ୍ଟ୍ରପତି
  • ||
  • ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣାରେ ଏଫଏମ କଲେଜ ଅଧ୍ୟକ୍ଷ ଗିରଫ
  • ||
  • ମାଲକାନଗିରି: ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣରେ ୩ ଗୁରୁତର, -ଜଙ୍ଗଲକୁ ଛତୁ ସଂଗ୍ରହ ପାଇଁ ଯାଇଥିବା ବେଳେ ଫୁଟିଲା ଲ୍ୟାଣ୍ଡମାଇନ୍‌
  • ||
  • କେନ୍ଦୁଝର : ଲଗାଣ ବର୍ଷାରେ ଅସ୍ତବ୍ୟସ୍ତ ତେଲକୋଇ, ପିଟାନାଳି ପୋଲ ଉପରେ ୩ ଫୁଟର ବନ୍ୟା ଜଳ ପ୍ରବାହିତ
  • ||
  • ଭୁବନେଶ୍ୱର : ମୃତ୍ୟୁ ସହ ସଂଘର୍ଷ କରୁଛି ଝିଅ, ସୁସ୍ଥ ହେବା ପାଇଁ ପ୍ରାର୍ଥନା କରନ୍ତୁ କହିଲେ ଏଫଏମ୍ କଲେଜ ପୀଡ଼ିତାଙ୍କ ବାପା
  • ||
  • ଗଞ୍ଜାମ : ମନ୍ଦିର ଗେଟ୍‌ରେ ପିଟିହେଲା ବାଇକ୍‌, ୨ ମୃତ
  • ||
  • ମହାମହିମଙ୍କ ଗସ୍ତ ପାଇଁ କମିଶନରେଟ୍‌ ପୁଲିସ ପକ୍ଷରୁ ଟ୍ରାଫିକ୍ କଟକଣା, ସହର ଭିତରକୁ ୨ ଦିନ ପାଇଁ ଭାରୀଯାନ ମନା
  • ||
  • ପାରାଦ୍ଵୀପର ପରିବା ମାର୍କେଟ୍‌ରେ ଅଗ୍ନିକାଣ୍ଡ, ୬ରୁ ଉର୍ଦ୍ଧ୍ଵ ଦୋକାନ ପୋଡ଼ି ପାଉଁଶ
  • ||
  • ଏଫଏମ୍‌ କଲେଜରେ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା, ଆଜି ବାଲେଶ୍ୱର ଗସ୍ତ କରିବ ପିସିସି ଅନୁଧ୍ୟାନ କମିଟି
  • ||
  • ଶ୍ରାବଣ ସୋମବାର ଉପଲକ୍ଷେ ସୁଦର୍ଶନ ପଟ୍ଟନାୟକଙ୍କ ବାଲୁକା କଳା, ବାଲିରେ ଝଲସିଲେ ଦେବ ଦେବ ମହାଦେବ
  • ||
  • ଭେଣ୍ଟିଲେଟରରେ ମୃତ୍ୟୁ ସହ ଲଢୁଛନ୍ତି FM କଲେଜ ଛାତ୍ରୀ, ଭର୍ଚୁଆଲରେ ଦିଲ୍ଲୀ ଏମ୍ସର ପରାମର୍ଶରେ ଚାଲିଛି ଡାୟାଲିସିସ୍‌
  • ||
  • ଡେଲାଙ୍ଗରେ ବ୍ୟାପିଛି ବାର୍ଡ ଫ୍ଲୁ, ଚିକେନ୍ ପ୍ରେମୀଙ୍କ ମନରେ ଛନକା, ଦୁଇ ଦିନରେ ମରାଗଲାଣି ୬,୭୩୧ କୁକୁଡ଼ା
  • ||
  • ମହାକାଶରୁ ଶୁଭାଂଶୁଙ୍କ ମେସେଜ୍, କହିଲେ ସାରେ ଜହାଁ ସେ ଅଛା, ହିନ୍ଦୁସ୍ତାନ ହମାରା, ଆଜି ମହାକାଶରୁ ପୃଥିବୀ ଅଭିମୁଖେ ଯାତ୍ରା
  • ||
  • ଲଣ୍ଡନ ସାଉଥ୍‌ଏଣ୍ଡ୍ ଏୟାରପୋର୍ଟରେ ବିମାନ ଦୁର୍ଘଟଣା, ଉଡ଼ାଣର କିଛି ସମୟ ଭିତରେ ଜଳିଗଲା ବିଚ୍‌କ୍ରାଫ୍ B200 ସୁପରକିଙ୍ଗ୍
  • ||
  • ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି: ଏମ୍‌ସ, ରେଭେନ୍ସା ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ସମାରୋହରେ ଦେବେ ଯୋଗ
  • ||
  • ବଙ୍ଗୋପସାଗରରେ ଯୋଡ଼ା ଲଘୁଚାପ ସକ୍ରିୟ: ଆଜି ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ||
  • ଶ୍ରାବଣ ମାସର ପ୍ରଥମ ସୋମବାରରେ ଚଳଚଞ୍ଚଳ ଧବଳେଶ୍ଵରଙ୍କ ପୀଠ, ଶ୍ରାବଣୀ ଲିଙ୍ଗରେ ଜଳଲାଗି କଲେ କାଉଡ଼ିଆ
  • ||

ହିଟ୍ ଆଣ୍ଡ ରନ୍ ; ମାଡି ଆସି ଧକ୍କା ଦେଲା କାର୍, ୪ ଶ୍ରମିକ ମୃତ

Published By : Ankita S | March 13, 2025 8:23 AM

ଡେରାଡୁନ,୧୩/୦୩: ଉତ୍ତରାଖଣ୍ଡ ରାଜଧାନୀ ଡେରାଡୁନରେ ଭୀଷଣ ସଡକ ଦୁର୍ଘଟଣା ହୋଇଛି । ହିଟ୍ ଆଣ୍ଡ ରନ୍ ମାମଲା ସାମ୍ନାକୁ ଆସିଛି । ଏକ କାର୍ ଦ୍ରୁତ ଗତିରେ ମାଡି ଆସି ୬ ଜଣଙ୍କୁ ଧକ୍କା ଦେଇଛି । ୪ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ବେଳେ ୨ ଜଣଙ୍କର ଅବସ୍ଥା ସଂକଟାପନ୍ନ ରହିଛି । ଆହତଙ୍କ ଚିକିତ୍ସା ଚାଲିଛି । ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି । ଗାଡି ଚାଳକ ଦୁର୍ଘଟଣା ଘଟାଇ ଚମ୍ପଟ ମାରିଛି ।

ଦ୍ରୁତ ଗତିରେ ଆସି ପିଟିଦେଲା କାର୍- ହୋଲିକୁ ଆଉ ୨ ଦିନ ବାକି ରହିଛି । ଏହା ପୂର୍ବରୁ ଡେରାଡୁନ ରାଜପୁର ରୋଡ ସାଇ ମନ୍ଦିର ନିକଟରେ ହିଟ୍ ଆଣ୍ଡ ରନ ଘଟଣା ଛାତିଥରାଇ ଦେଇଛି । ବୁଧବାର ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଛି । ଦ୍ରୁତ ଗତିରେ ମାଡି ଆସି ଏକ କାର ୬ଜଣ ଲୋକଙ୍କୁ ଧକ୍କା ଦେଇଥିଲା । ୪ ଜଣ ଶ୍ରମିକଙ୍କର ମୃତ୍ୟୁ ହୋଇଛି । ଆଉ ଦୁଇଜଣ ବାଇକ୍ ଚାଳକଙ୍କ ଅବସ୍ଥା ସଂକଟାପନ୍ନ ରହିଛି । ଦୁର୍ଘଟଣାର ଖବର ପାଇ ଆଇଜି ରାଜୀବ ସ୍ବରୁପ, ଏସଏସପି ଅଜୟ ସିଂହ, ଏସପି ସିଟି ସମେତ ସ୍ଥାନୀୟ ପୋଲିସ ଘଟଣାସ୍ଥଳରେ ପହଞ୍ଚିଥିଲେ। 

କାରଟି ପ୍ରଥମେ ରାସ୍ତାରେ ଯାଉଥିବା ୪ ଶ୍ରମିକଙ୍କୁ ଧକ୍କା ଦେଇଥିଲା । ଏହା ପରେ ବାଇକ୍ ରେ ଯାଉଥିବା ଦୁଇଜଣଙ୍କୁ ଧକ୍କା ଦେଇଥିଲା। ୨ ଆହତ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ମୃତ ୩ ଜଣଙ୍କର ପରିଚୟ ମିଳିଛି । ସେମାନେ ହେଲେ ମଂଶାରାମ (୩୦), ରଞ୍ଜିତ୍ (୩୫), ଧନୀରାମ । ଜଣଙ୍କର ପରିଚୟ ମିଳିନାହିଁ ।

ଦୁର୍ଘଟଣାର କାରଣ- ପୋଲିସ ପକ୍ଷରୁ ମିଳିଥିବା ସୂଚନାଅନୁସାରେ ଅଭିଯୁକ୍ତ ଘଟଣାସ୍ଥଳରୁ ଚମ୍ପଟ ମାରିଛି । ଖୋଜି ଖୋଜି ଜାରି ରହିଛି । ସିସିଟିଭି ଫୁଟେଜ ଯାଞ୍ଚ କରାଯାଉଛି । ସେହି ରୁଟରେ ଯାଉଥିବା ସମସ୍ତ ଗାଡିକୁ ତନ୍ନ ତନ୍ନ କରି ଯାଞ୍ଚ କରାଯ।ଉଛି । କେଉଁ ଗାଡି ଧକ୍କା ଦେଇଛି ତାହା ଖୁବ ଶୀଘ୍ର ଜଣାପଡିବ । ଏକ ମର୍ସିଡିଜ କାର ଧକ୍କା ଦେଇଥିବା କୁହାଯାଉଛି । ବେପରୁଆ ଗାଡି ଚାଳନା ପାଇଁ ଦୁର୍ଘଟଣା ଘଟିଥିବା ଅନୁମାନ କରାଯାଉଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.