ପ୍ରମୂଖ ଖବର
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା , ସମୂହ ଛୁଟିରେ ଯିବେ ଓଏଏସ ଅଧିକାରୀ
  • ||
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା, କର୍ପୋରେଟର ଜୀବନ ରାଉତ ସମେତ ୩ ଗିରଫ
  • ||
  • କନ୍ଧମାଳ ଜଙ୍ଗଲରେ ଏନ୍‌କାଉଣ୍ଟର, ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୨ ମାଓବାଦୀ
  • ||
  • ବାହାରିଲା ପ୍ରଥମ ଦିନର ଆଡ଼ପ ଅବଢ଼ା, ମହାପ୍ରଭୁଙ୍କୁ ଦର୍ଶନ ସହ ମହାପ୍ରସାଦ ପାଇ ଭକ୍ତ ଆନନ୍ଦିତ
  • ||
  • ବରିଷ୍ଠ ଓଏଏସ୍ ମିର୍ଦ୍ଧା ଟପ୍ପୋଙ୍କୁ ଗୁରୁଦାୟିତ୍ବ, ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ଭାବେ ମିଳିଲା ନୂଆ ନିଯୁକ୍ତି
  • ||
  • ଏଣିକି ପାନ୍‌କାର୍ଡ ଆବେଦନ ଲାଗି ଆଧାର ଜରୁରୀ, ଜୁଲାଇ ପହିଲାରୁ ହେବ କାର୍ଯ୍ୟକାରୀ
  • ||
  • ସୁନ୍ଦରଗଡ଼ :ଲଗାଣ ବର୍ଷା ପାଇଁ ବଢୁଛି ବ୍ରାହ୍ମଣୀ ନଦୀର ଜଳସ୍ତର, ଖୋଲିଲା ମନ୍ଦିରା ଡ୍ୟାମ୍‌ର ୪ ଗେଟ୍‌
  • ||
  • କଟକ ରେଳ ଷ୍ଟେସନ୍‌ ନିକଟରେ ମାଲବାହୀ ଟ୍ରେନ୍ ଲାଇନ୍‌ଚ୍ୟୁତ, ଟ୍ରାକ୍‌ରୁ ଖସିଲା ୩ ଖାଲି ବଗି
  • ||
  • ଫିଫା କ୍ଲବ ବିଶ୍ୱକପ, କ୍ୱାର୍ଟରରେ ଚେଲସୀ, ପାମେରାସ୍‌
  • ||
  • ଉତ୍ତରାଖଣ୍ଡ-ହିମାଚଳରେ ପ୍ରକୃତି କୋପ; ରେଡ୍ ଆଲର୍ଟ ପରେ ସ୍କଲ କଲେଜ ବନ୍ଦ,ଚାରିଧାମ ଯାତ୍ରାରୁ ହଟିଲା ୨୪ ଘଣ୍ଟିଆ ବ୍ରେକ୍
  • ||
  • ଗଞ୍ଜାମ : ପୂର୍ବ ଶତ୍ରୁତାରୁ ଗଡ଼ିଲା ମୁଣ୍ଡ, ଯୁବକଙ୍କୁ ମାରଣାସ୍ତ୍ରରେ ଆକ୍ରମଣ
  • ||
  • ମଙ୍ଗଳବାରଠୁ ଅନିର୍ଦ୍ଦିଷ୍ଟକାଳ ପାଇଁ ଶିମିଳିପାଳ ଜାତୀୟ ଉଦ୍ୟାନ ବନ୍ଦ
  • ||
  • ସୋମବାରଠୁ ଏସ୍‌ଓଏସ୍‌ସି ପରୀକ୍ଷା, ସକାଳ ୯ ଟାରୁ ୧୧ଟା ଯାଏ ଚାଲିବ: ଜୁଲାଇ ପହିଲାରୁ ସପ୍ଲିମେଣ୍ଟାରୀ ପରୀକ୍ଷା
  • ||
  • ପ୍ରବଳ ବର୍ଷା ଯୋଗୁ ବାଲେଶ୍ୱର, ମୟୂରଭଞ୍ଜକୁ ବନ୍ୟା ଭୟ: ଆଜିଠୁ ୩ ଯାଏ ମୟୂରଭଞ୍ଜରେ ସ୍କୁଲ ଛୁଟି ଘୋଷଣା
  • ||
  • ବାଲେଶ୍ୱର : ସୁବର୍ଣ୍ଣରେଖାରେ ବନ୍ୟାସ୍ଥିତି, ବିପଦ ସଂକେତ ଟପିଲା ବନ୍ୟାଜଳ
  • ||
  • ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ: ୫ ଯାଏ ପ୍ରବଳରୁ ଅତିପ୍ରବଳ ବର୍ଷା ଆକଳନ, ଆଜି ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
  • ||

ଅସହ୍ୟ କରୁଛି ଗ୍ରୀଷ୍ମ ପ୍ରବାହ, ଦିନ ୧୧ଟା ପର୍ଯ୍ୟନ୍ତ ଖୋଲା ରହିବ ଦୈନିକ, ସାପ୍ତାହିକ ହାଟ...

Published By : Ladu Kishor | March 30, 2025 10:39 PM

ବାରିପଦା,୩୦/୩ : ଭାରତୀୟ ପାଣି ପାଗ କାର୍ଯ୍ୟାଳୟର ସୂଚନା ଅନୁଯାୟୀ ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ କ୍ରମଶଃ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଲୋକମାନଙ୍କୁ ଅଂଶୁଘାତରୁ ରକ୍ଷା କରିବା ପାଇଁ ଜିଲ୍ଲା ପ୍ରଶାସନ ତରଫରୁ ସତର୍କତା ମୂଳକ ପଦକ୍ଷେପ ସ୍ୱରୂପ ଖାଉଟି ଓ ବ୍ୟବସାୟୀ ମାନଙ୍କ ମଧ୍ୟରେ କିଣା ବିକା କରିବା ପାଇଁ ସ୍ଥାନୀୟ ଦୈନିକ ଓ ସାପ୍ତାହିକ ହାଟ ଗୁଡିକର ସମୟ ନିର୍ଧାରଣ କରାଯାଇଛି। ତଦନୁସାରେ ଜିଲ୍ଲାରେ ସ୍ଥାନୀୟ ଦୈନିକ   ଓ ସାପ୍ତାହିକ ହାଟ ଗୁଡିକ ଜନସାଧାରଣଙ୍କ ପାଇଁ ଦିବା ୧୧ଟା ପର୍ଯ୍ୟନ୍ତ ଖୋଲା ରହିବ। ଦିବା ୧୧ଟା ଠାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ପିକ ଆୱାରରେ ବନ୍ଦ ରହିବ। ଏହି ସମୟ ନିର୍ଘଣ୍ଟ ଅନ୍ୟାଦେଶ ପର୍ଯ୍ୟନ୍ତ କାର୍ଯ୍ୟକାରି ହେବ। ଏତଦ୍‌ ବ୍ୟତୀତ ଟାଣ ଖରା ଓ ଗ୍ରୀଷ୍ମ ତାପରୁ ରକ୍ଷା ପାଇବା ପାଇଁ ସତର୍କତା ମୂଳକ ପଦକ୍ଷେପ ଯଥା ଆବଶ୍ୟକ ନଥିଲେ ଟାଣ ଖରାରେ ପଦାକୁ ନବାହାରିବା, ଖରାରେ ବାହାରକୁ ଯିବାର ଆବଶ୍ୟକ ଥିଲେ ପ୍ରଚୁର ପାଣି ପିଇବା ସହିତ ଜୋତା, ଛତା  ଚଷମା ଓ ମୁଣ୍ଡରେ ଓଦା ଗାମୁଛା ବ୍ୟବହାର କରିବା, ସଙ୍ଗରେ ଥଣ୍ଡା ପାଣି ବୋତଲ ଏବଂ ଓଆରଏସ ପ୍ୟାକେଟ ଇତ୍ୟାଦି ରଖିବା, ହାଲିଆ ଲାଗିଲେ ଛାଇ ବା ଚାଳିଆ ଜାଗାରେ ବିଶ୍ରାମ ନେବା ଇତ୍ୟାଦି ଅବଲମ୍ବନ କରିବା ପାଇଁ ପ୍ରଶାସନ ତରଫରୁ ଜନସାଧାରଣଙ୍କୁ ନିବେଦନ କରାଯାଉଛି ।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.