ଭୁବନେଶ୍ବର,୧୯/୪ : ପ୍ରବଳ ଖରାକୁ ଆଖି ଆଗରେ ରଖି ଖୋର୍ଦ୍ଧା ଜିଲ୍ଲାର ସମସ୍ତ ସ୍କୁଲ ଓ ଅଙ୍ଗନଓ୍ବାଡ଼ି କେନ୍ଦ୍ର ଛୁଟି ଘୋଷଣା । ୨୦ରୁ ୨୩ପର୍ଯ୍ୟନ୍ତ ଛୁଟି ପାଇଁ ନିର୍ଦ୍ଦେଶ ଦେଇଛନ୍ତି ଖୋର୍ଦ୍ଧା ଜିଲ୍ଲାପାଳ ଅମ୍ରିତ ଋତୁରାଜ । ଜିଲ୍ଲାର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ବନ୍ଦ ରଖିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି ।
ସୂଚନା ଅନୁସାରେ, ଏହା ପୂର୍ବରୁ ବଲାଙ୍ଗୀର ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା ହୋଇଛି । ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆସନ୍ତା ୧୮ରୁ ୨୧ ଯାଏଁ ଜିଲ୍ଲାରେ ସମସ୍ତ ସ୍କୁଲ ବନ୍ଦ ରହିବ । ପ୍ରବଳ ଖରା ଓ ଅସହ୍ୟ ଗରମକୁ ଦୃଷ୍ଟିରେ ରଖି ଜିଲ୍ଲାପାଳ ଏଭଳି ନିଷ୍ପତ୍ତି ନେଇଥିଲେ। ପରେ ସ୍ଥିତି ଦେଖି ଖରାଛୁଟି ଘୋଷଣା କରାଯିବ ବୋଲି କହିଥିଲେ।