ପ୍ରମୂଖ ଖବର
  • ଏସ୍ଆଇଆର ଲାଗି ନିର୍ବାଚନ ଆୟୋଗଙ୍କୁ ୨ ବର୍ଷ ସମୟ ମାଗିଲେ ପଶ୍ଚିମବଙ୍ଗ ସରକାର
  • ||
  • ଶନିବାର କୋରାପୁଟ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ବାଙ୍କବିଜାରେ ବାଣ୍ଟିବେ ସୁଭଦ୍ରା କିସ୍ତି ଟଙ୍କା
  • ||
  • ଅଶାନ୍ତ ଶ୍ରୀକ୍ଷେତ୍ର, ପୂର୍ବ ଶତ୍ରୁତାରୁ ପୁରୀରେ ବୋମାମାଡ଼
  • ||
  • ଭୁବନେଶ୍ୱର : ଶ୍ୱଶୁର ଘରୁ ଜ୍ୱାଇଁଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
  • ||
  • ଗଞ୍ଜାମ : ସ୍କୁଟି କଣ୍ଟେନରରେ ଅଗ୍ନିକାଣ୍ଡ, ଜଳିଗଲା ୧୦୦ ସ୍କୁଟି
  • ||
  • ଭୁବନେଶ୍ଵର : ରାଜ୍ୟରେ ବର୍ଦ୍ଧିତ ଅପରାଧକୁ ନେଇ କ୍ଷୁବ୍ଧ ମୁଖ୍ୟମନ୍ତ୍ରୀ, ଡାକିଲେ ଜରୁରୀ ବୈଠକ
  • ||
  • ପଟ୍ଟାମୁଣ୍ଡାଇ ଯୁବତୀ ଜୀଅନ୍ତା ଜଳିଯିବା ମାମଲା : ବ୍ଲାକମେଲର ପୁରୁଷ ବନ୍ଧୁ ଅଟକ, ଚେନ୍ନାଇରୁ ଓଡ଼ିଶା ଆଣୁଛି ପୁଲିସ
  • ||
  • ଶୁକ୍ରବାର ରାଜ୍ୟବ୍ୟାପୀ କଂଗ୍ରେସ ପାଳିବ ବିଶ୍ୱ ଆଦିବାସୀ ଦିବସ, ରବିବାର କଂଗ୍ରେସ ଭବନରେ ହେବ ସଭା
  • ||
  • ଓଟିଇଟି ଲିକ୍‌ କେଳେଙ୍କାରୀର ଖୋଲିବ ଗୁମର, ରିମାଣ୍ଡରେ ଆସିବେ ଜିତନ୍, ବିଜୟ,ସୋମବାରଠୁ ଚାଲିବ ଜେରା
  • ||
  • ଭାରତ ସହିତ ବାଣିଜ୍ୟ ଆଲୋଚନାକୁ ଟ୍ରମ୍ପଙ୍କ ପ୍ରତ୍ୟାଖ୍ୟାନ, କହିଲେ ଟାରିଫ୍ ବିବାଦର ସମାଧାନ ନହେବା ଯାଏ କିଛି ହେବନି
  • ||
  • ଅସ୍ତବ୍ୟସ୍ତ କରୁଛି ଗରମ ସାଙ୍ଗକୁ ଗୁଳୁଗୁଳି: ୧୩ ତାରିଖରେ ଲଘୁଚାପ, ୨୦ ବେଳକୁ ଆଉ ଏକ ଘୂର୍ଣ୍ଣିବଳୟ ସମ୍ଭାବନା
  • ||
  • ପାଞ୍ଚ ଦିନରେ ପାଞ୍ଚ ଜିଲ୍ଲା ବୁଲିବେ ଉପମୁଖ୍ୟମନ୍ତ୍ରୀ, ଆଜି କୋଟିଆରେ ‘ସୁଭଦ୍ରା’ ସମୀକ୍ଷା କରିବେ
  • ||
  • ବଲାଙ୍ଗୀର : ନାଳକୁ ଖସିଲା ବାଇକ୍‌; ଜଣେ ମୃତ, ୨ ଗୁରୁତର
  • ||

ଫିଜିକାଲ୍ ଟେଷ୍ଟ ବେଳେ ଟଳିପଡ଼ିଲେ ହୋମଗାର୍ଡ ପରୀକ୍ଷାର୍ଥୀ

Published By : Rasmita Pradhan | August 8, 2025 1:06 PM

ଭୁବନେଶ୍ଵର, ୦୮/୦୮: ଫିଜିକାଲ୍ ଟେଷ୍ଟ ବେଳେ ଟଳିପଡ଼ିଲେ ହୋମଗାର୍ଡ ପରୀକ୍ଷାର୍ଥୀ। ତରତୁଆ ରିଜର୍ଭ ପଡ଼ିଆରେ ଶାରୀରିକ ପରୀକ୍ଷା ଚାଲିଥିବା ବେଳେ ଛାତ୍ର ଜଣଙ୍କ ଅସୁସ୍ଥ ହୋଇ ତଳେ ପଡ଼ିଯାଇଥିଲେ। ତାଙ୍କୁ ଉଦ୍ଧାର କରି ଭୁବନେଶ୍ଵରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। 

ସୂଚାନାନୁଯାୟୀ, ଖୋର୍ଦ୍ଧା କେରଙ୍ଗ ଅଞ୍ଚଳର ଇମାଦୁଲ୍ ହକ୍ ହୋମଗାର୍ଡ ପରୀକ୍ଷା ଦେବାକୁ ଆସିଥିଲେ। ତରତୁଆ ରିଜର୍ଭ ପଡ଼ିଆରେ ଶାରୀରିକ ପରୀକ୍ଷା ଚାଲିଥିବା ବେଳେ ୧୬ଶହ ମିଟର ରନିଂରେ ଭାଗ ନେଇଥିଲେ। ଦୌଡ଼ୁଥିବା ବେଳେ ଇମାଦୁଲ୍ ହଠାତ୍ ଅସୁସ୍ଥ ହୋଇ ତଳେ ପଡ଼ିଯାଇଥିଲେ।  ତାଙ୍କୁ ଉଦ୍ଧାର କରି ଭୁବନେଶ୍ଵରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ମୃତକଙ୍କ ପରିବାର ଲୋକେ ସରକାରଙ୍କୁ ସହାୟତା ରାଶି ମାଗିଛନ୍ତି।



Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.