ପ୍ରମୂଖ ଖବର
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ଅମିତ ଶାହ,୨୨ରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରିବେ

Published By : Prameya | March 16, 2025 2:52 PM

ଭୁବନେଶ୍ୱର ୧୬/୦୨: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ । ୨୧ତାରିଖ ଝାରସୁଗୁଡା ଏୟାରପୋର୍ଟରେ ଓହ୍ଲାଇବେ ଅମିତ ଶାହ। ରାତିରେ ଏମସିଏଲ ଗେଷ୍ଟ ହାଉସରେ ରହିବେ। ୨୨ତାରିଖ ସକାଳେ ସମଲେଇ ଦର୍ଶନ ପରେ ପିଏ ଡି ପଡ଼ିଆରେ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟକ୍ରମର ଶିଳାନ୍ୟାସ ଓ ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି। ସେହିଦିନ ସନ୍ଧ୍ୟାରେ ପୁରୀ ଗସ୍ତ କରି ରାତ୍ରୀ ଯାପନ କରିବେ। ୨୩ତାରିଖ ସକାଳେ ଶ୍ରୀମନ୍ଦିର ଯାଇ ଜଗନ୍ନାଥ ଦର୍ଶନ କରିବେ। ଏହାପରେ ଖୋର୍ଦ୍ଧା ଜିଲ୍ଲା ଜଟଣୀରେ ଭାରତର ଦ୍ଵିତୀୟ ଫରେନସିକ ୟୁନିଭେର୍ସିଟିର ଶିଳାନ୍ୟାସ କରିବାର କାର୍ଯ୍ୟକ୍ରମ ରହିଛି। ସେହିଦିନ ଦିଲ୍ଲୀ ଫେରିଯିବେ ଅମିତ ଶାହ। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ।

ଆଜି ବିଜେପି ପକ୍ଷରୁ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଗସ୍ତକୁ ନେଇ ସମ୍ବଲପୁର ଏମସିଏଲ ପରିସରରେ ପ୍ରସ୍ତୁତି ବୈଠକ କରାଯାଇଥିଲା । ବୈଠକରେ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହଲିଙ୍ଗ, ପଞ୍ଚାୟତିରାଜ ମନ୍ତ୍ରୀ ରବୀ ନାରାୟଣ ନାଏକ, ବିଧାୟକ ଜୟ ନାରାୟଣ ମିଶ୍ର,  ଛେଣ୍ଡିପଦା ବିଧାୟକ ଅଗସ୍ତି ବେହେରା, ଜିଲ୍ଲା ବିଜେପି ସଭାପତି ଗିରିଶ ପଟେଲଙ୍କ ସହ ରାଜ୍ୟସ୍ତରୀୟ କର୍ମକର୍ତ୍ତାଙ୍କ ସମେତ ୧୦ ଜିଲ୍ଲା ତଥା ୫ଟି ଲୋକସଭା କ୍ଷେତ୍ରର ଜିଲ୍ଲା ସଭାପତି, ବିଧାୟକ, ବିଧାୟକ ପ୍ରାର୍ଥୀ ମଧ୍ୟ ଉପସ୍ଥିତ ରହିଥିଲେ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.