PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଜଗତସିଂହପୁର : ବଡ଼ଭାଇ ସାର୍ଟିଫିକେଟ୍‌ ଦେଇ ଆର୍ମିରେ କରିଥିଲେ ଚାକିରୀ, ଅବସର ପରେ ବନ୍ଧାହେଲେ
  • ||
  • ଯାଜପୁର : ୨ ବର୍ଷ ହେଲାଣି ମିଳୁନି ନିଖୋଜ ପିହୁର ପତ୍ତା, ନ୍ୟାୟ ଆଶାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଲେ ପରିବାର
  • ||
  • କଟକ : ଅତିରିକ୍ତ କମିଶନରଙ୍କ ଘରେ ଭିଜିଲାନ୍ସ ଚଢାଉ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ
  • ||
  • କଟକ : ଗୋଟିଏ ମଞ୍ଚରେ ଶାହ-ନବୀନ-ଧର୍ମେନ୍ଦ୍ର, ପ୍ରଜାତନ୍ତ୍ରର ସ୍ଵନକ୍ଷତ୍ର ଉତ୍ସବରେ ସାମିଲ ହେଲେ ତିନି ନେତା
  • ||
  • ରାଜ୍ୟରେ ନାହିଁ ଟିକା ଅଭାବ, ଗାଁ ଗାଁରେ ଟିକାକରଣ ଉପରେ ଦିଆଯାଉଛି ଗୁରୁତ୍ଵ : ପରିବାର କଲ୍ୟାଣ ନିର୍ଦ୍ଦେଶକ
  • ||

ଆଜିର ରାଶିଫଳ (୦୨/୦୭, ଶନିବାର)

ମେଷ: ଆର୍ଥିକ କ୍ଷତି, ଆର୍ଥିକ ଠକାମି, ମୂଲ୍ୟବାନ ପଦାର୍ଥ ନଷ୍ଟ, ଯାନବାହନରେ ଖର୍ଚ୍ଚାନ୍ତ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା, ପରିବାରରେ ବିବାଦ, ଶାରୀରିକ ପୀଡ଼ା ଏବଂ ମନରେ ଅସ୍ଥିରତା ଭାବ ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ ପରିବହନ ବ୍ୟବସାୟରେ ଆଜି ଅଧିକ କ୍ଷତି ଦେଖାଦେବ । କର୍ମରେ ବିଫଳତା ଏବଂ ସମସ୍ତ କର୍ମ କଣ୍ଟକସଦୃଶ ମନେହେବ । ଯେଉଁମାନଙ୍କର କୃତ୍ତିକା ମେଷ ସେମାନେ ସତର୍କ ହେବେ । ଶୁଭରଙ୍ଗ-ହଳଦିଆ, ସଂଖ୍ୟା: ୧୧, ଆରାଧନା: ମା’ ବଗଳାମୁଖୀ ।

ବୃଷ: ଘାତବାର ଓ ୩ଟା ୧୭ ମିନିଟ୍‌ ପରେ ଘାତତିଥି ହେତୁ ସମସ୍ତ କର୍ମରେ ମଧ୍ୟମ ଫଳ ପ୍ରାପ୍ତି ହେବ । ମନରେ ବିରକ୍ତିଭାବ ଓ ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ କର୍ମରେ ପରିଶ୍ରମ ତୁଳନାରେ କମ୍‌ ସଫଳତା ମିଳିବ । ପରିବାର ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ ଏବଂ ଭାଇଭଉଣୀଙ୍କ ପ୍ରତି ସ୍ନେହ, ଶ୍ରଦ୍ଧାଭାବ ଜାଗ୍ରତ ହେବ । ଯେଉଁମାନଙ୍କର ରୋହିଣୀ ବୃଷ ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଧଳା, ସଂଖ୍ୟା: ୪, ଆରାଧନା: ପ୍ରଭୁ ଶ୍ରୀରାମ ।

ମିଥୁନ: ଦ୍ୱିତୀୟ ଚନ୍ଦ୍ର ହେତୁ ଆର୍ଥିକ ସ୍ଥିତିରେ ଉନ୍ନତି ଏବଂ ଧନ ଓ ଆୟ ପ୍ରତି ମନରେ ଅଧିକ ଦୁର୍ବଳତା ଦେଖାଦେବ । ଖର୍ଚ୍ଚ ଅପେକ୍ଷା ସଞ୍ଚୟରେ ଅଧିକ ଆଗ୍ରହ ରଖିବେ ଏବଂ ଉନ୍ନତିମୂଳକ କର୍ମରେ ଧନ ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ଦରମାରେ କିଛି ବୃଦ୍ଧି ଘଟିପାରେ । ଯେଉଁମାନଙ୍କର ଆର୍ଦ୍ରା ମିଥୁନ ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ଚକୋଲେଟ୍‌, ସଂଖ୍ୟା: ୧୨, ଆରାଧନା : ମା’ ତ୍ରିପୁରସୁନ୍ଦରୀ ।

କର୍କଟ: ଶ୍ରୀଚନ୍ଦ୍ର ହେତୁ ଆମୋଦପ୍ରମୋଦ ଓ ମଉଜ, ମଜଲିସରେ ଅଧିକ ଆଗ୍ରହ ଓ ଧ୍ୟାନ ରହିବ । ପରିବାରକୁ ଅଧିକ ସମୟ ଦେବେ ଏବଂ ପରିବାରରେ ସୁଖଶାନ୍ତିର ପରିବେଶ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ରହିବ ଏବଂ କର୍ମରେ ସ୍ୱଳ୍ପ ପରିଶ୍ରମରେ ଅଧିକ ସଫଳତା ପ୍ରାପ୍ତି ହେବ । ଯେଉଁମାନଙ୍କର ପୁଷ୍ୟା କର୍କଟ ସେମାନେ ଅଧିକ ସୁଫଳ ପାଇବେ । ଶୁଭରଙ୍ଗ: ଲାଲ୍‌, ସଂଖ୍ୟା: ୫, ଆରାଧନା: ମା’ ସମଲେଶ୍ୱରୀ ।

ସିଂହ: ଘାତବାର ଓ ଶୁକ୍ଳପକ୍ଷର ଦ୍ୱାଦଶ ଚନ୍ଦ୍ର ହେତୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ଅସ୍ଥିରତା ଭାବ ପ୍ରକାଶ ପାଇବ । ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ ଏବଂ ସତ୍‌ସଙ୍ଗ ତ୍ୟାଗ କରି କୁସଙ୍ଗରେ ପଡ଼ିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅପେକ୍ଷା ବ୍ୟୟ ଅଧିକ ରହିବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । କର୍ମରେ ବିଫଳତା, କର୍ମ ପ୍ରତି ଅନାଗ୍ରହ, ଆଳସ୍ୟତା ଏବଂ ସମସ୍ତ କର୍ମରେ ବିଳମ୍ବ ଦେଖାଦେବ । ଯେଉଁମାନଙ୍କର ଉତ୍ତରା ଫାଲଗୁନୀ ସିଂହ ସେମାନେ ସତର୍କ ହେବେ । ଶୁଭରଙ୍ଗ: ଧଳା, ସଂଖ୍ୟା: ୩, ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ ।

କନ୍ୟା: ଘାତବାର ଓ ଏକାଦଶ ଚନ୍ଦ୍ର ହେତୁ ଘାତବାରର ପ୍ରଭାବ ରହିବ ନାହିଁ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟ କିମ୍ବା ବ୍ୟବସାୟର ଶାଖା ବଢ଼ାଇବା ପାଇଁ ସୁୋଗ ଜୁଟିବ । ଧନର ସତ୍‌ ବିନିୋଗ କରିବେ ଏବଂ ଉନ୍ନତିମୂଳକ କର୍ମରେ ଧନ ଖର୍ଚ୍ଚ କରିବେ । କର୍ମରେ ଆଶାଠାରୁ ଅଧିକ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ହସ୍ତା କନ୍ୟା ସେମାନେ ଅଧିକ ସୁଫଳ ପାଇବେ । ଶୁଭରଙ୍ଗ: ମେରୁନ୍‌, ସଂଖ୍ୟା: ୮, ଆରାଧନା: ପ୍ରଭୁ ନାରାୟଣ ।

ତୁଳା: ନୂତନ କର୍ମାରମ୍ଭ କରିବେ କିମ୍ବା ନୂତନ ନିୁକ୍ତି ମିଳିପାରେ । ସମସ୍ତ କର୍ମରେ ଆଶାଠାରୁ ଅଧିକ ସଫଳତା ଏବଂ ଆଜି େ କୌଣସି କର୍ମ ହାତକୁ ନେବେ ସେଥିରେ ଶତ ପ୍ରତିଶତ ସଫଳତା ପାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା ଏବଂ ସମସ୍ତଙ୍କ ସହ ବନ୍ଧୁତା ସ୍ଥାପିତ ହେବ । ଯେଉଁମାନଙ୍କର ସ୍ୱାତୀ ତୁଳା ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ନୀଳ, ସଂଖ୍ୟା: ୧୨, ଆରାଧନା: ମା’ କମଳା ।

ବିଛା: ଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା, ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ନିକଟତର ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତି ସୁଦୃଢ଼ ହେବ । କର୍ମରେ ସଫଳତା, ସମ୍ମାନ, ପଦସ୍ଥ କର୍ମ·ରୀଙ୍କ କୃପା ଓ ପ୍ରମୋଶନ ମିଳିପାରେ । ଧାର୍ମିକ ର୍କ୍ୟା ଓ ଗୁରୁଜନଙ୍କ ସେବାରେ ଅଧିକ ଆଗ୍ରହ ରହିବ ଏବଂ ମନରେ ଉଚ୍ଚାଭିଳାଷ ପ୍ରକାଶ ପାଇବ । ଯେଉଁମାନଙ୍କର ଅନୁରାଧା ବିଛା ସେମାନେ ଅଧିକ ସୁଫଳ ପାଇବେ । ଶୁଭରଙ୍ଗ: ଲାଲ, ସଂଖ୍ୟା: ୬, ଆରାଧନା: ପ୍ରଭୁ ହନୁମାନ ।

ଧନୁ: ଅଷ୍ଟମ ଚନ୍ଦ୍ର ହେତୁ ·ଲିଚଳନ, ବ୍ୟବହାର ବିବାଦୀୟ ହେବ ଏବଂ ମନରେ ବିରକ୍ତିଭାବ ପ୍ରକାଶ ପାଇବ । ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ବିବାଦ ଓ ଶାରୀରିକ ପୀଡ଼ା ଭୋଗିବେ । ଉଚିତ୍‌ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍‌ କର୍ମରେ ଆଗ୍ରହ ରଖିବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । କର୍ମରେ ବାଧାବିଘ୍ନ ଏବଂ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ । ଯେଉଁମାନଙ୍କର ଉଚ୍ଚରାଷାଢ଼ା ଧନୁ ସେମାନେ ସତର୍କ ହେବେ । ଶୁଭରଙ୍ଗ: ହଳଦିଆ, ସଂଖ୍ୟା: ୭, ଆରାଧନା: ମା’ ଧୂମାବତୀ ।

ମକର: ସ୍ତ୍ରୀସୌଖ୍ୟ, ସ୍ତ୍ରୀହେତୁକ ଧନପ୍ରାପ୍ତି ଏବଂ ଦାମ୍ପତ୍ୟ ଜୀବନ ମଧୁର ହେବ । ମଉଜମସ୍ତି ଓ ଆମୋଦପ୍ରମୋଦରେ ଅଧିକ ଆଗ୍ରହ ରଖିବେ ଏବଂ ଅପରିଚିତ ମହିଳାଙ୍କଠାରୁ ସାହ୍ୟା ଓ ସହୋଗ ଲାଭ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ମହିଳା ସହକର୍ମୀଙ୍କ ସାହ୍ୟା, ସହୋଗ ପ୍ରାପ୍ତ କରିବେ । ଯେଉଁମାନଙ୍କର ଶ୍ରବଣା ମକର ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ଇନ୍ଦ୍ରନୀଳ, ସଂଖ୍ୟା : ୧୧, ଆରାଧନା : ମା’ ବିମଳା ।

କୁମ୍ଭ: ପୁରାତନ ରୋଗରୁ ଆରୋଗ୍ୟ ହେବାର ସହଜ ବାଟ ମିଳିବ । ଶତ୍ରୁମାନେ ମିତ୍ରତାର ହାତ ବଢ଼ାଇବେ ଏବଂ ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା, ସହକର୍ମୀଙ୍କ ସହଯୋଗ ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଦୂର ହେବ । ଯେଉଁମାନଙ୍କର ଶତଭିଷା କୁମ୍ଭ ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : କଫି, ସଂଖ୍ୟା : ୩, ଆରାଧନା : ମା’ ଭୈରବୀ ।

ମୀନ: ପଞ୍ଚମ ଚନ୍ଦ୍ର ଓ ଘାତତିଥି ହେତୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ମନ ବିଷାଦଗ୍ରସ୍ତ ଓ ·ପଗ୍ରସ୍ତ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତଙ୍କର ସ୍ନେହ, ଶ୍ରଦ୍ଧା ଲାଭ କରିବେ । ସନ୍ତାନମାନେ ଆଜ୍ଞାଧୀନ ହେବେ ଏବଂ ପିତାମାତାଙ୍କ କୃପା ଲାଭ କରିବେ । ଯେଉଁମାନଙ୍କର ଉତ୍ତରଭାଦ୍ର ମୀନ ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ଧଳା, ସଂଖ୍ୟା: ୯, ଆରାଧନା: ପ୍ରଭୁ ଗଜାନନ।