ଆଜିର ରାଶିଫଳ(୦୫/୦୨,ରବିବାର)

ମେଷ: ଘାତବାର ଓ ଶୁକ୍ଳପକ୍ଷର ଚତୁର୍ଥ ଚନ୍ଦ୍ର ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ସ୍ୱଜନରେ କଥାବାର୍ତ୍ତା ଏବଂ ଯାନବାହନ ଆରୋହଣ କାଳରେ ସତର୍କ ହେବେ । ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ବାଣିଜ୍ୟ, ବ୍ୟବସାୟରେ କ୍ଷତି ଏବଂ କର୍ମରେ ବାଧାବିଘ୍ନ ଦେଖାଦେବ । ଯେଉଁମାନଙ୍କର କୃତ୍ତିକା ମେଷ ଓ ଯାହାର ପ୍ରଥମ ନାମାକ୍ଷର ଆ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ଲାଲ୍, ସଂଖ୍ୟା: ୩, ଆରାଧନା: ପ୍ରଭୁ ସ୍କନ୍ଦ ।
ବୃଷ: ମାନସିକ, ପାରିବାରିକ ଶାନ୍ତି, ପରିବାର ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ଏବଂ ଭ୍ରାତୃ, ଭଗ୍ନୀଙ୍କ ସାହାଯ୍ୟ, ସହଯୋଗ ପ୍ରାପ୍ତ କରିବେ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଅଗ୍ରସର ହେବେ । ସୁଖବର, ସୁସମ୍ବାଦ ମିଳିବ ଏବଂ ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ । ସ୍ୱକର୍ମ ଓ ଶୁଭକର୍ମରେ ମନୋନିବେଶ କରିବେ ଏବଂ ସମସ୍ତ କର୍ମରେ ଆଶାଠାରୁ ଅଧିକ ସଫଳତା ମିଳିବ । ଯେଉଁମାନଙ୍କର ରୋହିଣୀ ବୃଷ ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଧଳା, ସଂଖ୍ୟା: ୨, ଆରାଧନା: ମା’ କମଳା ।
ମିଥୁନ: ଦ୍ୱିତୀୟ ଚନ୍ଦ୍ର, ରବିବାର ଏବଂ ଶନି ଓ ବୁଧଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନଲାଭ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ । ଖର୍ଚ୍ଚ ଅପେକ୍ଷା ସଞ୍ଚୟରେ ଅଧିକ ଆଗ୍ରହ ରହିବ ଏବଂ କର୍ମରେ କିଛିଟା ସଫଳତା ମିଳିବ । ଯେଉଁମାନଙ୍କର ଆର୍ଦ୍ରା ମିଥୁନ ଓ ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: କଫି, ସଂଖ୍ୟା : ୬, ଆରାଧନା : ଭଗବାନ ବିଷ୍ଣୁ ।
କର୍କଟ: ଶ୍ରୀଚନ୍ଦ୍ର, ରବିବାର ଯୋଗୁ ଧନ, ମାନ, ସମ୍ମାନ ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ ଏବଂ ଲକ୍ଷ୍ମୀଙ୍କର କୃପା ଆପଣଙ୍କ ଉପରେ ରହିବ । ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି, ପଡ଼ୋଶୀଙ୍କ ସହ ମିତ୍ରତା ଏବଂ ଚାଲିଚଳନ, ବ୍ୟବହାର ମାର୍ଜିତ ଓ ସର୍ବଜନ ଆଦୃତ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ । କର୍ମରେ ସଫଳତା ଏବଂ ସମସ୍ତଙ୍କର ସ୍ନେହ, ଶ୍ରଦ୍ଧାର ପାତ୍ର ହେବେ । ଯେଉଁମାନଙ୍କର ପୁନର୍ବସୁ କର୍କଟ, ସେମାନେ ଉପକୃତ ହେବେ । ଶୁଭରଙ୍ଗ: ହଳଦିଆ, ସଂଖ୍ୟା : ୧, ଆରାଧନା : ମା’ ସମଲେଶ୍ୱରୀ ।
ସିଂହ: ଦ୍ୱାଦଶ ଚନ୍ଦ୍ର ଏବଂ ଶନି ଓ ବୁଧଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ ଆକସ୍ମିକ ଭାବରେ ବୃଦ୍ଧି ପାଇବ ଏବଂ ଖର୍ଚ୍ଚ ଭାରରେ ଅତିଷ୍ଠ ହୋଇ ଋଣ କରିବାକୁ ପଡ଼ିପାରେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ତୁଳନାରେ ବ୍ୟୟ ଅଧିକ ହେବ ଏବଂ ମନରେ ହତୋତ୍ସାହ ଭାବ ପ୍ରକାଶ ପାଇବ । କର୍ମରେ ଅବହେଳା ଭାବ ପ୍ରକାଶ ପାଇବ ଏବଂ ବହୁବିଧ ସମସ୍ୟା ଦେଖାଦେବ । ଯେଉଁମାନଙ୍କର ଉତ୍ତରା ଫାଳଗୁନୀ ସିଂହ ଓ ଯାହାର ପ୍ରଥମ ନାମାକ୍ଷର ଟେ, ସେମାନେ ସତର୍କ ହେବେ । ଶୁଭରଙ୍ଗ: ଗୋଲାପୀ, ସଂଖ୍ୟା: ୩, ଆରାଧନା : ମା’ ମାତଙ୍ଗୀ ।
କନ୍ୟା: ଏକାଦଶ ଚନ୍ଦ୍ର, ପୂର୍ଣ୍ଣମୀ ତିଥି ଏବଂ ଶନି ଓ ବୁଧଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଧନ, ସମ୍ପଦ, ପ୍ରାଚୁର୍ଯ୍ୟ ବୃଦ୍ଧି ପାଇବ ଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ । ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷ ପୂର୍ଣ୍ଣ ହେବ ଏବଂ ସମସ୍ତ ଈପସିତ୍ ପଦାର୍ଥ ହାତପାଆନ୍ତାରେ ଉପଲବ୍ଧ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଏବଂ କର୍ମରେ ସଫଳତା ଏବଂ ସମ୍ମାନ ମିଳିବ । ଯେଉଁମାନଙ୍କର ହସ୍ତା କନ୍ୟା ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ସବୁଜ, ସଂଖ୍ୟା: ୮, ଆରାଧନା: ମା’ ତ୍ରିପୁରସୁନ୍ଦରୀ ।
ତୁଳା: ଦଶମ ଚନ୍ଦ୍ର, ପୂର୍ଣ୍ଣିମା ତିଥି ଯୋଗୁ କର୍ମରେ ଉନ୍ନତି, କର୍ମ ପ୍ରତି ଏକାଗ୍ରତା ଓ ଆନ୍ତରିକତା ଅଧିକ ରହିବ ଏବଂ ଭାଗ୍ୟ ଅପେକ୍ଷା କର୍ମରେ ଅଧିକ ଆଗ୍ରହ ରହିବ ଓ ବିଶ୍ୱାସ ରହିବ । ମନରେ ସତ୍ଚିନ୍ତା, ସତ୍ଭାବନା ପ୍ରକାଶ ପାଇବ ଏବଂ ସତ୍କର୍ମରେ ଅଧିକ ଆଗ୍ରହ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ଦେହ ମନ ସୁସ୍ଥ ରହିବ । ଯେଉଁମାନଙ୍କର ସ୍ୱାତୀ ତୁଳା ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ନୀଳ, ସଂଖ୍ୟା: ୧୨, ଆରାଧନା: ମା’ ଗାୟତ୍ରୀ ।
ବିଛା: ନବମ ଚନ୍ଦ୍ର, ରବିବାର, ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ । କର୍ମରେ ସଫଳତା, ଉଚ୍ଚ ସମ୍ମାନ ଓ ଉଚ୍ଚ ପଦବୀ ମିଳିପାରେ । କୌଣସି ସଭା କିମ୍ବା ସଙ୍ଗଠନର ନେତୃତ୍ୱ ନେବେ ଏବଂ ରାଜନୈତିକ ବ୍ୟକ୍ତିଙ୍କ ସହାୟତା ପ୍ରାପ୍ତ କରିବେ । ଯେଉଁମାନଙ୍କର ଅନୁରାଧା ବିଛା ସେମାନେ ଉପକୃତ ହେବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୧୧, ଆରାଧନା : ମା’ ଚଣ୍ଡୀ ।
ଧନୁ: ଅଷ୍ଟମ ଚନ୍ଦ୍ର ଯୋଗୁ •ଲିଚଳନ, ବ୍ୟବହାର ବିବାଦୀୟ ହେବ ଏବଂ ଉଚିତ୍ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍ କର୍ମରେ ଅଧିକ ଆଗ୍ରହ ରଖିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ ଅଯଥା ଖର୍ଚ୍ଚ ଅଧିକ ହେବ । କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ ଏବଂ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ । ଯେଉଁମାନଙ୍କର ଉତ୍ତରାଷାଢ଼ା ଧନୁ ଓ ଯାହାର ପ୍ରଥମ ନାମାକ୍ଷର ‘ଭେ’ ସେମାନେ ସତର୍କ ହେବେ । ଶୁଭରଙ୍ଗ : ଲାଲ, ସଂଖ୍ୟା: ୫, ଆରାଧନା : ପ୍ରଭୁ ଶ୍ରୀଗଜନ୍ନାଥ ।
ମକର: ମାନସିକ, ପାରିବାରିକ ଶାନ୍ତି ଏବଂ ଦାମ୍ପତ୍ୟ ଜୀବନ ମଧୁର ହେବ । ସ୍ତ୍ରୀହେତୁକ ଧନପ୍ରାପ୍ତି ଏବଂ ସହଧର୍ମିଣୀଙ୍କ ସହାୟତା ପ୍ରାପ୍ତ କରିବେ । ପରିବାର ପ୍ରତି ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଭାବ ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ମହିଳା ସହକର୍ମୀଙ୍କ ସହାୟତା ପ୍ରାପ୍ତ କରିବେ । ଯେଉଁମାନଙ୍କର ଶ୍ରବଣା ମକର ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ବାଇଗଣୀ, ସଂଖ୍ୟା : ୬, ଆରାଧନା : ମା’ କାଳୀ ।
କୁମ୍ଭ: ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ସମସ୍ତଙ୍କ ସହ ମିତ୍ରତା, ପରିବାରରେ ବନ୍ଧୁତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ । ପରୋପକାର, ସମାଜସେବା ଓ ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ । କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ଶତଭିଷା କୁମ୍ଭ ସେମାନେ ଉପକୃତ ହେବେ । ଶୁଭରଙ୍ଗ : କଳା, ସଂଖ୍ୟା : ୩, ଆରାଧନା : ମା’ ଦୁର୍ଗା ।
ମୀନ: ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ଦୂରଦୃଷ୍ଟି ଓ ପ୍ରତ୍ୟୁତ୍ପନ୍ନମତିର ବିକାଶ ଘଟିବ । ସନ୍ତାନମାନେ ଆଜ୍ଞାଧୀନ ହେବେ ଏବଂ ପିତାମାତାଙ୍କ କୃପା ଲାଭ କରିବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ ଆୟ ଯାହା ହେଲେ ମଧ୍ୟ ମନରେ ପ୍ରସନ୍ନତା ରହିବ । କର୍ମରେ ସଫଳତା, ସହକର୍ମୀଙ୍କ ସ୍ନେହ, ଶ୍ରଦ୍ଧା ଓ ସମ୍ମାନ ପ୍ରାପ୍ତି ହେବ । ଯେଉଁମାନଙ୍କର ଉତ୍ତରଭାଦ୍ର ମୀନ ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଗୋଲାପି, ସଂଖ୍ୟା : ୯, ଆରାଧନା : ପ୍ରଭୁ ଗଜାନନ ।