PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜସ୍ଥାନରେ ବଡ଼ ରାଜନୈତିକ ହଲଚଲ । ଇସ୍ତଫା ଦେଲେ ୯୨ ବିଧାୟକ । ରଦ୍ଦ ହେଲା କଂଗ୍ରେସ ବିଧାୟକ ଦଳ ବୈଠକ ।
  • ||
  • ଲମତାପୁଟ : ୮ଲକ୍ଷ ଟଙ୍କାର ଗଞ୍ଜେଇ ଵୋଝେଇ କାର ଜବତ, ମାଫିଆ ଫେରାର
  • ||
  • ଧର୍ମଗଡ଼ : ୩ କୁଇଣ୍ଟାଲ ୨୦ କେ.ଜିର ଜବତ, ଜଣେ ଗିରଫ
  • ||
  • ବାଲିଗୁଡ଼ା : ଆବାସିକ ବିଦ୍ୟାଳୟରେ ସପ୍ତମ ଶ୍ରେଣୀ ଛାତ୍ରୀ ଗର୍ଭବତୀ, ସନ୍ଦିଗ୍ଧ ଛାତ୍ର ଅଟକ
  • ||
  • କଣ୍ଟାବାଞ୍ଜି : ତ୍ରିନାଥ ମନ୍ଦିରରୁ ଚୋରି, ଦାନବାକ୍ସ ଭାଙ୍ଗି ଟଙ୍କା ଓ ରୂପାର ଝୁମର ଚୋରି କରିନେଲେ ଦୁର୍ବୃତ୍ତ
  • ||
  • ଢେଙ୍କାନାଳ : ଢେଙ୍କାନାଳ ସଦର ଥାନା କାଙ୍କଡ଼ପାଳ ଗ୍ରାମରେ ବଚସାକୁ ନେଇ ଫାଙ୍କା ଗୁଳିଚାଳନା, ଭୟରେ ଖସିପଡ଼ି ଜଣେ ଆହତ, ଘଟଣା ସ୍ଥଳରୁ ୩ ଖୋକା ଜବତ
  • ||

ଆଜିର ରାଶିଫଳ (୦୬/୦୮,ଶନିବାର)

ମେଷ: ଦିବା ୧୨ଟା ୦୬ ମିନିଟ୍‌ ପରେ ଅଷ୍ଟମ ଚନ୍ଦ୍ର ହେତୁ ସେ ସମୟ ପର୍ଯ୍ୟନ୍ତ ସମସ୍ତ କର୍ମରେ ଓ ବାଣିଜ୍ୟ, ବ୍ୟବସାୟରେ ଶୁଭଫଳ ମିଳିବ। ଏହା ପରେ ମନରେ ଅସ୍ଥିରତା, ପରିବାରରେ ବିବାଦ, ଆର୍ଥିକ ଠକାମି ଏବଂ ସ୍ୱଜନରେ ବିବାଦ ଦେଖାଦେବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେବ, ତା’ଠାରୁ ଅଧିକ ବଦ୍‌ଖର୍ଚ୍ଚ ହେବ ଏବଂ କର୍ମରେ ବିଫଳତା ଓ କର୍ମ ପ୍ରତି ଅନାଗ୍ରହ ଭାବ ପ୍ରକାଶ ପାଇବ। ଯେଉଁମାନଙ୍କର ଅଶ୍ୱିନୀ ମେଷ ସେମାନେ ସତର୍କ ହେବେ। ଶୁଭରଙ୍ଗ-ଧଳା, ସଂଖ୍ୟା: ୩, ଆରାଧନା: ପ୍ରଭୁ ସ୍କନ୍ଦ।

ବୃଷ: ଘାତବାର, ଷ  ଓ ସପ୍ତମ ଚନ୍ଦ୍ର ଉଭୟ ଭୋଗ ହେଉଥିବା ହେତୁ ଘାତବାରର ପ୍ରଭାବ କମ୍‌ ରହିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ସ୍ତ୍ରୀହେତୁକ ଧନପ୍ରାପ୍ତି ହେବ। ମାନସିକ, ପରିବାରିକ ଶାନ୍ତି ଏବଂ ଦାମ୍ପତ୍ୟ ଜୀବନ ସୁଖମୟ ହେବ । ରୋଗ, ଋଣ ଓ ଶତ୍ରୁ ଏ ତିନୋଟିରୁ ମୁକ୍ତି ପାଇବେ। କର୍ମରେ ସଫଳତା, ମହିଳା ସହକର୍ମୀଙ୍କ ସହାୟତା ଓ ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ମିଳିବ। ଯେଉଁମାନଙ୍କର ରୋହିଣୀ ବୃଷ ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: କଫି, ସଂଖ୍ୟା: ୮, ଆରାଧନା: ମା’ କମଳା।

ମିଥୁନ: ପଞ୍ଚମ ଓ ଷ  ଚନ୍ଦ୍ର ଉଭୟ ଭୋଗ ହେଉଥିବା ହେତୁ ଯଶ, ସମ୍ମାନ, ସାମାଜିକ ପ୍ରତି । ଏବଂ ଜନ ସମ୍ପର୍କ ବୃଦ୍ଧି ପାଇବ। ସନ୍ତାନମାନେ ଆଜ୍ଞାଧୀନ ହେବେ ଏବଂ ପିତାମାତାଙ୍କ କୃପାଲାଭ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଦୂର ହେବ। ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଓ ସ୍ୱାସ୍ଥ୍ୟ ଉତ୍ତମ ରହିବ। ଯେଉଁମାନଙ୍କର ଆର୍ଦ୍ରା ମିଥୁନ ସେମାନେ ସୁଫଳ ପାଇବେ। ଶୁଭରଙ୍ଗ: ନୀଳ, ସଂଖ୍ୟା: ୪, ଆରାଧନା: ମା’ ଭୈରବୀ।

କର୍କଟ: ଦିବା ୧୨ଟା ୦୬ ମିନିଟ୍‌ ର୍ପ୍ୟନ୍ତ ଚତୁର୍ଥ ଚନ୍ଦ୍ର ହେତୁ ସେ ସମୟ ର୍ପ୍ୟନ୍ତ ସ୍ୱଜନ, ଓ ପରିବାରରେ ବିବାଦ, ମନରେ ଅସ୍ଥିରତା ଏବଂ ଆର୍ଥିକ କ୍ଷତି ଘଟିପାରେ। ଏହା ପରେ ପଞ୍ଚମ ଚନ୍ଦ୍ର ହେତୁ ସ୍ଥିତିରେ ପରିବର୍ତ୍ତନ ଆସିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ। ମନରୁ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହ ଭାବ ଲୋପ ପାଇବ ଏବଂ ମନରେ ପ୍ରସନ୍ନତା ଭାବ ଦେଖାଦେବ। କର୍ମରେ ସଫଳତା ଏବଂ ସମ୍ମାନ ବୃଦ୍ଧି ଘଟିବ । ଯେଉଁମାନଙ୍କର ପୁନର୍ବସୁ କର୍କଟ ସେମାନେ ସତର୍କ ହେବେ ଏବଂ ଯେଉଁମାନଙ୍କର ପୁଷ୍ୟା ଓ ଅଶ୍ଳେଷା କର୍କଟ ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ଲାଲ୍‌, ସଂଖ୍ୟା: ୧, ଆରାଧନା: ଭଗବାନ ଶିବ।

ସିଂହ: ଦିବା ୧୨ଟା ୦୬ ମିନିଟ୍‌ ର୍ପ୍ୟନ୍ତ ତୃତୀୟ ଚନ୍ଦ୍ର ହେତୁ ସେ ସମୟ ର୍ପ୍ୟନ୍ତ ସମସ୍ତ କର୍ମରେ କିଛି ଶୁଭଫଳ ମିଳିବ। ଏହା ପରେ ଚତୁର୍ଥ ଚନ୍ଦ୍ର ଓ ଘାତବାର ହେତୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ବିବାଦ ଓ ମାଲିମକଦ୍ଦମାରେ ପଡ଼ିବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଏବଂ ସମସ୍ତ କର୍ମ କଣ୍ଟକସଦୃଶ ମନେ ହେବ। ଯେଉଁମାନଙ୍କର ମଘା ସିଂହ ସେମାନେ ସତର୍କ ହେବେ। ଶୁଭରଙ୍ଗ: ହଳଦିଆ, ସଂଖ୍ୟା: ୩, ଆରାଧନା: ମା’ ମାତଙ୍ଗୀ।

କନ୍ୟା: ଘାତବାର ଏବଂ ଦ୍ୱିତୀୟ ଓ ତୃତୀୟ ଚନ୍ଦ୍ର ଉଭୟ ଭୋଗ ହେଉଥିବା ହେତୁ ଘାତବାରର ପ୍ରଭାବ କମ୍‌ ରହିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ବ୍ୟବସାୟର ଶାଖା ବଢ଼ାଇବା ପାଇଁ ଚିନ୍ତା କରିବେ। କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ ଫେରିପାଇବେ। କର୍ମରେ ସଫଳତା, ଦରମାରେ କିଛି ବୃଦ୍ଧି ଘଟିବ। ଖର୍ଚ୍ଚ ଅପେକ୍ଷା ସଞ୍ଚୟରେ ଅଧିକ ଆଗ୍ରହ ରଖିବେ ଏବଂ ଆୟର କିଛି ଅଂଶ ସ୍ଥାୟୀ ଜମା ରଖିବେ । ଯେଉଁମାନଙ୍କର ହସ୍ତା କନ୍ୟା ସେମାନେ ସୁଫଳ ପାଇବେ। ଶୁଭରଙ୍ଗ: ମେରୁନ୍‌, ସଂଖ୍ୟା: ୮, ଆରାଧନା: ପ୍ରଭୁ ନାରାୟଣ।

ତୁଳା: ଦିବା ୧୨ଟା ୦୬ ମିନିଟ୍‌ ର୍ପ୍ୟନ୍ତ ଶ୍ରୀଚନ୍ଦ୍ର ହେତୁ ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି, ସମସ୍ତ କର୍ମରେ ସଫଳତା ଓ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ଏହା ପରେ ଦ୍ୱାଦଶ ଚନ୍ଦ୍ର ହେତୁ ମନରେ ଅସ୍ଥିରତା, ଅଥା ଖର୍ଚ୍ଚ, ବଦ୍‌ଖର୍ଚ୍ଚ ବଢ଼ି ଚାଲିବ ଏବଂ ମନ ବିଷାଦଗ୍ରସ୍ତ ରହିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅପେକ୍ଷା ବ୍ୟୟ ଅଧିକ ରହିବ ଏବଂ ବ୍ୟବସାୟ କର୍ମରେ କୌଣସି ଦୂର ସ୍ଥାନକୁ ନୈଶ ଯାତ୍ରା କରିବେ। କର୍ମରେ ବିଫଳତା ଓ ବିଳମ୍ବ ଦେଖାଦେବ। ଯେଉଁମାନଙ୍କର ବିଶାଖା ତୁଳା ସେମାନେ ସତର୍କ ହେବେ। ଶୁଭରଙ୍ଗ: ନୀଳ, ସଂଖ୍ୟା: ୪, ଆରାଧନା: ମା’ ସମଲେଶ୍ୱରୀ।

ବିଛା: ଦିବା ୧୨ଟା ୦୬ ମିନିଟ୍‌ ର୍ପ୍ୟନ୍ତ ଦ୍ୱିତୀୟ ଚନ୍ଦ୍ର ହେତୁ ସେ ସମୟ ର୍ପ୍ୟନ୍ତ ସମସ୍ତ କର୍ମରେ ଅଯଥା ବିଳମ୍ବ, ମନରେ ଅସ୍ଥିରତା, ପରିବାରରେ ମତାନ୍ତର ଏବଂ ପରିବାରର କୌଣସି ସଦସ୍ୟଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେବ। ଏହାପରେ ଶ୍ରୀଚନ୍ଦ୍ର ହେତୁ ସ୍ଥିତିରେ ପରିବର୍ତ୍ତନ ଆସିବ ଏବଂ ସମସ୍ତ କର୍ମରେ ଶୁଭଫଳ ପ୍ରାପ୍ତି ହେବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ପରିଶ୍ରମ ତୁଳନାରେ ଅଧିକ ସଫଳତା ମିଳିବ। ଯେଉଁମାନଙ୍କର ଅନୁରାଧା ଓ ଜ୍ୟୋତି। ବିଛା ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ହଳଦିଆ, ସଂଖ୍ୟା: ୧୧, ଆରାଧନା: ମା’ ବଗଳାମୁଖୀ।

ଧନୁ: ଦିବା ୧୨ଟା ୦୬ ମିନିଟ୍‌ ର୍ପ୍ୟନ୍ତ ଏକାଦଶ ଚନ୍ଦ୍ର ହେତୁ ସେ ସମୟ ର୍ପ୍ୟନ୍ତ ସମସ୍ତ କର୍ମରେ ଓ ବ୍ୟବସାୟରେ ମଧ୍ୟମ ଧରଣର ଶୁଭଫଳ ମିଳିବ। ଏହା ପରେ ଦ୍ୱାଦଶ ଚନ୍ଦ୍ର ହେତୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହଭାବ ପ୍ରକାଶ ପାଇବ ଏବଂ ସାମାନ୍ୟ ଶାରୀରିକ ପୀଡ଼ା ଭୋଗିବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ  ସ୍ୱଳ୍ପ ହେବ ଏବଂ କର୍ମରେ ବିଫଳତା, କର୍ମ ପ୍ରତି ଅନାଗ୍ରହ ଓ ଆଳସ୍ୟତା ଭାବ ଅଧିକ ରହିବ। ଯେଉଁମାନଙ୍କର ମୂଳା ଧନୁ ସେମାନେ ସତର୍କ ହେବେ । ଶୁଭରଙ୍ଗ: ଧଳା, ସଂଖ୍ୟା: ୫, ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ।

ମକର: ଦଶମ ଓ ଏକାଦଶ ଚନ୍ଦ୍ର ଉଭୟ ଭୋଗ ହେଉଥିବା ହେତୁ କର୍ମରେ ଏବଂ ବ୍ୟବସାୟରେ ଅଧିକ ସଫଳତା ମିଳିବ । ବାଣିଜ୍ୟ ଓ କର୍ମ ପ୍ରତି ପ୍ରାୟ ସମାନ୍ତରାଳ ଧ୍ୟାନ ରହିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟ ପାଇଁ ଚୁକ୍ତିବଦ୍ଧ ହେବେ। କର୍ମରେ ଆଶାଠାରୁ ଅଧିକ ସଫଳତା ଏବଂ ନୂତନ କର୍ମାରମ୍ଭର ଯୋଜନା କରିବେ। ଯେଉଁମାନଙ୍କର ଶ୍ରବଣା ମକର ସେମାନେ ଅଧିକ ସଫଳତା ପାଇବେ । ଶୁଭରଙ୍ଗ: କଳା, ସଂଖ୍ୟା: ୧୧, ଆରାଧନା: ମା’ ଦୁର୍ଗା।

କୁମ୍ଭ : ନବମ ଓ ଦଶମ ଚନ୍ଦ୍ର ଉଭୟ ଭୋଗ ହେଉଥିବା ହେତୁ ଭାଗ୍ୟରେ, କର୍ମରେ ଓ ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ। ଧନ, ସମ୍ପଦ, ପ୍ରାର୍ଚ୍ୟୁ, ପ୍ରତିପତ୍ତି ବୃଦ୍ଧି ପାଇବ ଓ ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ କରିବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ଉଚିତ୍‌ ଉନ୍ନତି ଆସିବ। କର୍ମରେ ସଫଳତା, ପ୍ରମୋଶନ ଓ ପଦର୍ମ୍ୟାଦା ଅତୁଟ ରହିବ। ଯେଉଁମାନଙ୍କର ଶତଭିଷା କୁମ୍ଭ ସେମାନେ ସୁଫଳ ପାଇବେ। ଶୁଭରଙ୍ଗ: ବାଇଗଣୀ, ସଂଖ୍ୟା: ୫, ଆରାଧନା : ମା’ କାଳୀ ।

ମୀନ:ଦିବା ୧୨ଟା ୦୬ ମିନିଟ୍‌ ପର୍ଯ୍ୟନ୍ତ ଅଷ୍ଟମ ଚନ୍ଦ୍ର ହେତୁ ·ଲିଚଳନ, ବ୍ୟବହାର ବିବାଦୀୟ ହେବ ଏବଂ ମନରେ ବିରକ୍ତିଭାବ ଓ ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ। ବାଣିଜ୍ୟରେ କ୍ଷତି, କର୍ମରେ ବିଫଳତା, ପରିବାରରେ ଅଶାନ୍ତି ଓ ଶାରୀରିକ ପୀଡ଼ା ଭୋଗିବେ। ଏହା ପରେ ନବମ ଚନ୍ଦ୍ର ଆସିଲେ ମଧ୍ୟ ବିଶେଷ ଶୁଭଫଳ ମିଳିବ ନାହିଁ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ସଫଳତା ମିଳିଲେ ମଧ୍ୟ ଆତ୍ମସନ୍ତୋଷ ମିଳିବ ନାହିଁ। ଯେଉଁମାନଙ୍କର ପୂର୍ବଭାଦ୍ର ମୀନ ସେମାନେ ସତର୍କ ହେବେ ଏବଂ ଯେଉଁମାନଙ୍କର ଉତ୍ତରଭାଦ୍ର ମୀନ ସେମାନେ ସୁଫଳ ପାଇବେ। ଶୁଭରଙ୍ଗ: ହଳଦିଆ, ସଂଖ୍ୟା : ୭, ଆରାଧନା: ମା’ ତାରା।