ମେଷ : ଅଷ୍ଟମ ଓ ନବମ ଚନ୍ଦ୍ର ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ଯାନବାହନ ଆରୋହଣ କାଳରେ ସତର୍କତା ଅବଲମ୍ବନ କରିବେ ଏବଂ ପିତାମାତା, ଗୁରୁଜନଙ୍କ ସହ କଥା ବାର୍ତ୍ତାବେଳେ ଯଥା ସମ୍ଭବ ବାକ୍ସଂଯମତା ରକ୍ଷା କରିବେ । ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ବନ୍ଧୁବାନ୍ଧବଙ୍କ ସହ ଅପ୍ରିୟତା ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁବ୍ୟୟ ଦ୍ୱିଗୁଣ ଅଧିକହେବ ଏବଂ ଆର୍ଥିକସ୍ଥିତି ବିଗିଡ଼ିଯିବ । କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ରହେବେ । ଯେଉଁମାନଙ୍କର ଅଶ୍ୱିନୀ ଓ କୃତ୍ତିକାମେଷ, ସେମାନେ ସତର୍କହେବେ । ଶୁଭରଙ୍ଗ : ସିଲ୍ଭର, ସଂଖ୍ୟା : ୬, ଆରାଧନା : ପ୍ରଭୁସ୍କନ୍ଦ ।
ବୃଷ : ଅପରାହ୍ଣ ୧ଟା ୪୨ମିନିଟ୍ ପର୍ଯ୍ୟନ୍ତ ସପ୍ତମ ଚନ୍ଦ୍ରଯୋଗୁ ମାନସିକ, ପାରିବାରିକ ଶାନ୍ତି, ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ମିଳିବ । ଏହାପରେ ଅଷ୍ଟମଚନ୍ଦ୍ର ଯୋଗୁ ଅର୍ଜନ କରିଥିବା ଆୟ ବଦ୍ ଖର୍ଚ୍ଚରେ ଯିବ ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତିପହଞ୍ଚିବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁ ମାନଙ୍କର କୃତ୍ତିକା ବୃଷ, ମୋନେ ସତର୍କ ହେବେ ।
ଶୁଭରଙ୍ଗ :ଧଳା, ସଂଖ୍ୟା : ୨, ଆରାଧନା : ପ୍ରଭୁଶ୍ରୀରାମ ।
ମିଥୁନ : ଷଷ୍ଠଚନ୍ଦ୍ର ଓ ସପ୍ତମଚନ୍ଦ୍ର, ବୁଧଓ କେତୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ହୃତଧନ ଫେରି ପାଇବେ । ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ସମସ୍ତଙ୍କ ସହ ବନ୍ଧୁତା, ଦାମ୍ପତ୍ୟ ଜୀବନରେ ମଧୁରତା, ଚାଲିଚଳନରେ ସଂଯମତା ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ଆଶାଠାରୁ ଅଧିକ ସଫଳତା ଓ କର୍ମ ସ୍ଥାନର ସମସ୍ତ ବାଧାବିଘ୍ନ ଦୂରହେବ । ଯେଉଁମାନଙ୍କର ମୃଗଶିରା ମିଥୁନ, ସେମାନେ ଉପକୃତ ହେବେ ।
ଶୁଭରଙ୍ଗ :କଫି, ସଂଖ୍ୟା: ୧୨, ଆରାଧନା : ମା’ ଷୋଡ଼ଶୀ ।
କର୍କଟ : : ଅପରାହ୍ଣ ୧ଟା ୪୨ ମିନିଟ୍ ପର୍ଯ୍ୟନ୍ତ କୃଷ୍ଣ ପକ୍ଷର ପଞ୍ଚମ ଚନ୍ଦ୍ରଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଇତରଜନ ଠାରୁ ଅପମାନ ପାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମ ବିବାଦୀୟ ହେବ । ଏହାପରେ ଷଷ୍ଠଚନ୍ଦ୍ରଯୋଗୁ ହୃତଧନ, ହୃତଗୌରବ ଫେରିପାଇବେ ଏବଂ ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା, ଜନସମ୍ପର୍କ ବୃଦ୍ଧିପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ଅଶ୍ଲେଷାକର୍କଟ, ସେମାନେ ସୁଫଳ ପାଇବେ ।
ଶୁଭରଙ୍ଗ : ଲାଲ, ସଂଖ୍ୟା : ୩, ଆରାଧନା : ମା’ ଭୁବନେଶ୍ୱରୀ ।
ସିଂହ : ଅପରାହ୍ଣ ୧ଟା ୪୨ ମିନିଟ୍ ପର୍ଯ୍ୟନ୍ତ ଚତୁର୍ଥ ଚନ୍ଦ୍ରଯୋଗୁ ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଆୟର ନୂତନ ମାର୍ଗ ଖୋଲିବ । ସ୍ୱଜନ, ପରିଜନ, ବନ୍ଧୁବାନ୍ଧବଙ୍କ ସହ ଯୋଗ ମିଳିବ ଏବଂ ପଡ଼ୋଶୀଙ୍କ ସହ ସମ୍ପର୍କ ନିବିଡ଼ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସହକର୍ମୀଙ୍କ ସହଯୋଗ ମିଳିବ । ଏହାପରେ ପଞ୍ଚମ ଚନ୍ଦ୍ର ଓ ଘାତଚନ୍ଦ୍ର ଯୋଗୁ ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ଅପମାନ, ଅପଯଶ ଓ ଅପନିନ୍ଦା ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ସମ୍ମାନ ହାନି ଘଟିବ । ଯେଉଁମାନଙ୍କର ମଘା ଓ ଉତ୍ତରଷାଢ଼ା ସିଂହ, ସେମାନେ ସତର୍କ ହେବେ ।
ଶୁଭରଙ୍ଗ : ସିଲ୍ଭର, ସଂଖ୍ୟା: ୩, ଆରାଧନା : ମା’ ମାଣିକେଶ୍ୱରୀ ।
କନ୍ୟା : ତୃତୀୟ ଓ ଚତୁର୍ଥ ଚନ୍ଦ୍ରଏବଂବୁଧ, କେତୁ ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ସମସ୍ତ ଆଶା, ଆକାଂକ୍ଷା ଓ ଅଭିଳାଷପୂର୍ଣ୍ଣ ହେବ । ଗୁରୁଜନଙ୍କ କୃପା ଲାଭକରିବେ ଏବଂ କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭ ଦୃଷ୍ଟିରେ ରହିବେ । ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ, ବିଦେଶ ଯାତ୍ରାର ସୁଯୋଗ ଜୁଟିବ ଏବଂ ବିଭିନ୍ନ ଉତ୍ସରୁ ଧନ ପ୍ରାପ୍ତ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ପରିବହନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା, ଉଚ୍ଚ ସମ୍ମାନ ପ୍ରାପ୍ତ ହେବ । ଯେଉଁମାନଙ୍କର ଚିତ୍ରାକନ୍ୟା, ସେମାନେ ସୁଫଳ ପାଇବେ ।
ଶୁଭରଙ୍ଗ : ସବୁଜ, ସଂଖ୍ୟା : ୮, ଆରାଧନା : ମା’ ଛିନ୍ନମସ୍ତା ।
ତୁଳା : ଘାତବାର, ଅପରାହ୍ଣ ୧ଟା ୪୨ ମିନିଟ୍ ପରେ ଘାତଚନ୍ଦ୍ର ଯୋଗୁ ବାଦ ବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର କଲା ବେଳେ ସତର୍କତା ଅବଲମ୍ବନ କରିବେ ଏବଂ ପୁତ୍ରକନ୍ୟା, ଭାତୃ ଭଗ୍ନିଙ୍କ ସହ କଥାବାର୍ତ୍ତା ବେଳେ ଯଥା ସମ୍ଭବ ସତର୍କତା ଅବଲମ୍ବନ କରିବେ । ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ଭାତୃ ଭଗ୍ନିଙ୍କ ସହ ବିବାଦ ଏବଂ ଶାରୀରିକ ପୀଡ଼ା ଭୋଗିବେ । ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନେବାରେ ଅସମର୍ଥ ହେବେ ଏବଂ ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ଗ୍ରହଣ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ ।ଯେଉଁମାନଙ୍କର ବିଶାଖାତୁଳା, ସେମାନେ ସତର୍କ ହେବେ ।
ଶୁଭରଙ୍ଗ:କଫି, ସଂଖ୍ୟା : ୪, ଆରାଧନା : ମା’ ଗାୟତ୍ରୀ ।
ବିଛା: ଅପରାହ୍ଣ ୧ଟା ୪୨ ମିନିଟ୍ ପର୍ଯ୍ୟନ୍ତ ଶ୍ରୀଚନ୍ଦ୍ର ଯୋଗୁ ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା ଏବଂ ଦେହ, ମନ ସୁସ୍ଥ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତକର୍ମ ଆପଣଙ୍କ ପାଇଁ ସହଜ ହେବ । ଏହାପରେ ଦ୍ୱିତୀୟଚନ୍ଦ୍ରଯୋଗୁ ପୂର୍ବରୁ ହୋଇଥିବା ଆୟ ବଦ୍ଖର୍ଚ୍ଚରେ ଯିବ ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି । ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗିର ହିବ । ଯେଉଁମାନଙ୍କର ବିଶାଖା ଓ ଅନୁରାଧାବିଛା, ସେମାନେ ସତର୍କ ହେବେ ।
ଶୁଭରଙ୍ଗ : ଗୋଲାପି, ସଂଖ୍ୟା : ୧୧, ଆରାଧନା : ପ୍ରଭୁହନୁମାନ ।
ଧନୁ : ଦ୍ୱାଦଶଚନ୍ଦ୍ର, ଶ୍ରୀଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ ଅପବ୍ୟୟ, ଅପବାଦ, ଅପଯଶରୁ ମୁକ୍ତି ମିଳିବ ଏବଂ ଅଯଥା କର୍ଚ୍ଚ, ବଦ୍ଖର୍ଚ୍ଚ ଏବଂ ପରିବାରର ଖର୍ଚ୍ଚଭାର କମ୍ ରହିବ । ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନେବାରେ ସମର୍ଥ ହେବେ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ଗ୍ରହଣ କରିବେ । ଆମୋଦପ୍ରମୋଦ, ମଉଜମଜଲିସ୍ରେ ଅଧିକ ଆଗ୍ରହ ରହିବ ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତିହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ ବ୍ୟବସାୟ କର୍ମରେ କୌଣସି ଦୂରସ୍ଥାନକୁ ଯାତ୍ରା କରିବେ । ଯେଉଁମାନଙ୍କର ପୂର୍ବାଷାଢ଼ା ଧନୁ, ସେମାନେ ଉପକୃତ ହେବେ ।
ଶୁଭରଙ୍ଗ : ଲାଲ, ସଂଖ୍ୟା : ୫, ଆରାଧନା : ମା’ ଧୂମାବତୀ ।
ମକର : ଏକାଦଶ ଓ ଦ୍ୱାଦଶଚନ୍ଦ୍ର ଏବଂ ବୁଧ, କେତୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଭାଗ୍ୟରେ, କର୍ମରେ, ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ ଏବଂ ଆୟ ତୁଳନାରେ ବ୍ୟୟ ବହୁତ କମ୍ ରହିବ । ଖର୍ଚ୍ଚପ୍ରତି ଅନାଗ୍ରହ, ସଞ୍ଚୟ ପ୍ରତିମନରେ ଆଗ୍ରହ ପ୍ରକାଶ ପାଇବ ଏବଂ ଆୟର କିଛି ଅଂଶ ସଂଚୟରେ ବିନିଯୋଗ କରିବେ । ଧନର ସତ୍ ବିନିଯୋଗ କରିବେ ଏବଂ ଉନ୍ନତିମୂଳକ କର୍ମରେ ଧନର ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ ଅସମ୍ପୂର୍ଣ୍ଣ କର୍ମକୁ ପୂର୍ଣ୍ଣାଙ୍ଗ କରିବାରେ ସମର୍ଥ ହେବେ । ଯେଉଁମାନଙ୍କର ଧନିଷ୍ଠାମକର, ସେମାନେ ସୁଫଳ ପାଇବେ ।
ଶୁଭରଙ୍ଗ :କଳା, ସଂଖ୍ୟା : ୩, ଆରାଧନା : ମା’ କାଳୀ ।
କୁମ୍ଭ :ଅପରାହ୍ଣ ୧ଟା ୪୨ ମିନିଟ୍ ପର୍ଯ୍ୟନ୍ତ ଦଶମଚନ୍ଦ୍ର ଓ ଘାତବାର ଯୋଗୁ ସେସମୟ ପର୍ଯ୍ୟନ୍ତ ସମସ୍ତ କର୍ମରେ, ବ୍ୟବସାୟରେ ଶୁଭଫଳ ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ, ଆତ୍ମତୃପ୍ତି ମିଳିବ ନାହିଁ । କର୍ମରେ ଉନ୍ନତି ଓ କର୍ମପ୍ରତି ଅଧିକ ଆଗ୍ରହ ରହିବ ଏବଂ ସମସ୍ତ କର୍ମରେ ଆପଣଙ୍କର କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟ ହେବ ଏବଂ କର୍ମରେ ସଫଳତା ଏବଂ ସମ୍ମାନ ମିଳିବ । ଏହାପରେ ଘାତଚନ୍ଦ୍ର ଯୋଗୁ ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ ଓ ପରିବାରର ଖର୍ଚ୍ଚ ଭାର ବୃଦ୍ଧି ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ସମସ୍ତକର୍ମ କଣ୍ଟକ ସଦୃଶମନେ ହେବ । ଯେଉଁମାନଙ୍କର ପୂର୍ବଭାଦ୍ରକୁମ୍ଭ, ସେମାନେ ସତର୍କ ହେବେ ।
ଶୁଭରଙ୍ଗ :ମାଟିଆ, ସଂଖ୍ୟା :୬, ଆରାଧନା : ମା’ ଚଣ୍ଡୀ ।
ମୀନ : ଅପରାହ୍ଣ ୧ଟା ୪୨ ମିନିଟ୍ ପର୍ଯ୍ୟନ୍ତ କୃଷ୍ଣପକ୍ଷର ନବମ ଚନ୍ଦ୍ରଯୋଗୁ ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ପରିବାରରେ ଅଶାନ୍ତିର ବାତାବରଣ ସୃଷ୍ଟି ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଏହାପରେ ଦଶମଚନ୍ଦ୍ର ଯୋଗୁ ସ୍ଥିତିରେ କିଛିଟା ସୁଧାର ଆସିବ । ଯେଉଁମାନଙ୍କର ପୂର୍ବଭାଦ୍ରମୀନ, ସେମାନେ ସତର୍କ ହେବେ ।
ଶୁଭରଙ୍ଗ : ଗୋଲାପି, ସଂଖ୍ୟା : ୫, ଆରାଧନା : ମା’ ତାରା ।
ଜ୍ୟୋତିର୍ବିଦ୍: କୈଳାସ
ଯୋଗା: ୯୪୩୭୧୩୩୪୭୩