ମେଷ :କୃଷ୍ଣପକ୍ଷର ନବମ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ମନ ଅସ୍ଥିର, ବିଷାଦଗ୍ରସ୍ତ, ଚାପଗ୍ରସ୍ତ ରହିବ ଏବଂ ଅପମାନ, ଅପଯଶ, ଅପନିନ୍ଦା ମିଳିବ । ଉନ୍ନତିମୂଳକ କର୍ମରେ ପ୍ରତିବନ୍ଧକ, ଧାର୍ମିକ କର୍ମରେ ବିଘ୍ନ ଦେଖାଦେବ ଏବଂ ପରିବାରରେ ଅଶାନ୍ତିର ବାତାବରଣ ସୃଷ୍ଟି ହେବ । ନବମୀ ତିଥି, ଗୁରୁବାର ଓ କେତୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ବାଣିଜ୍ୟ ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ମାନ, ସମ୍ମାନ ହାନି ଘଟିବ । ଯେଉଁମାନଙ୍କର ଅଶ୍ୱିନୀ ମେଷ, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ସିଲ୍ଭର, ସଂଖ୍ୟା : ୧୧, ଆରାଧନା : ପ୍ରଭୁ ସ୍କନ୍ଦ ।

ବୃଷ :ଅଷ୍ଟମ ଚନ୍ଦ୍ର, ଗୁରୁବାର ଓ କେତୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ଉଚ୍ଚସ୍ଥାନ ଆରୋହଣ, ଗ୍ୟାସ୍, ଇଲେକ୍ଟ୍ରିକ୍ ସାମଗ୍ରୀ ବ୍ୟବହାର, ଉଚ୍ଚସ୍ଥାନ ଆରୋହଣ କାଳରେ ସତର୍କତା ଅବଲମ୍ବନ କରିବେ । ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ, ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବ ଏବଂ ଉଚିତ୍ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍ କର୍ମରେ ଆଗ୍ରହ ରଖିବେ । ଚାଲିଚଳନ, ବ୍ୟବହାର ବିବାଦୀୟ ହେବ ଏବଂ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମ କଣ୍ଟକ ସଦୃଶ ମନେ ହେବ । ଯେଉଁମାନଙ୍କର ରୋହିଣୀ ବୃଷ, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ନୀଳ, ସଂଖ୍ୟା : ୧୨, ଆରାଧନା : ପ୍ରଭୁ ଶ୍ରୀରାମ ।

ମିଥୁନ :ସପ୍ତମ ଚନ୍ଦ୍ର ଯୋଗୁ ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ଆମୋଦପ୍ରମୋଦ, ମଉଜ ମଜଲିସ୍ରେ ଅଧିକ ଆଗ୍ରହ ରହିବ ଏବଂ ପୁତ୍ରକନ୍ୟା, ଭାତୃଭଗ୍ନିଙ୍କ ବୈବାହିକ କର୍ମର ଆୟୋଜନ କରିବେ କିମ୍ବା ପରିବାର ସହ କୌଣସି ମାଙ୍ଗଳିକ କର୍ମରେ ଯୋଗଦେବେ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ମୃଗଶିରା ଓ ପୁନର୍ବସୁ ମିଥୁନ, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ମେରୁନ୍, ସଂଖ୍ୟା: ୮, ଆରାଧନା : ମା’ ତ୍ରିପୁର ସୁନ୍ଦରୀ ।

କର୍କଟ :ଷଷ୍ଠ ଚନ୍ଦ୍ର, ଗୁରୁବାର, ନବମୀ ତିଥି ଓ କେତୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷ ପୂର୍ଣ୍ଣ ହେବ । ପୁରାତନ ରୋଗରୁ ଆରୋଗ୍ୟ ଲାଭ କରିବେ ଏବଂ ଶତ୍ରୁମାନେ ମିତ୍ରତାର ହାତ ବଢ଼ାଇବେ । ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଋଣମୁକ୍ତ ହେବାର ସୁଯୋଗ ଜୁଟିବ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଦୂର ହେବ । ଯେଉଁମାନଙ୍କର ପୁନର୍ବସୁ ଓ ଅଶ୍ଲେଷା କର୍କଟ, ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : ଲାଲ, ସଂଖ୍ୟା: ୩, ଆରାଧନା : ଭଗବାନ ଶିବ ।

ସିଂହ :କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ର, ଘାତ ନକ୍ଷତ୍ର, ଘାତତିଥି ଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଇତର ଜନଠାରୁ ଅପମାନ ପାଇବେ । ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା ଲୋପ୍ ପାଇବ ଏବଂ ସନ୍ତାନମାନେ ବିଶୃଙ୍ଖଳିତ ହେବେ । ପାରିବାରିକ ବିବାଦ ଉଗ୍ରରୂପ ଧାରଣ କରିବ ଏବଂ ଚାଳିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ମଘା ସିଂହ, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ଧଳା, ସଂଖ୍ୟା: ୩, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।

କନ୍ୟା :କୃଷ୍ଣପକ୍ଷର ଚତୁର୍ଥ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଧ୍ୟାନ ଅଧିକ ରହିବ । ପାରିବାରିକ ବିବାଦ, ଜମିଜମା ବିବାଦର ସମାଧାନ ହେବ ଏବଂ ମାଲିମକଦ୍ଦମାରେ ବିଜୟ ହାସଲ କରିବେ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ପରିବହନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ଉତ୍ତରା ଫାଲ୍ଗୁନୀ ଓ ଚିତ୍ରା କନ୍ୟା, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : କଫି, ସଂଖ୍ୟା : ୪, ଆରାଧନା : ମା’ ଛିନ୍ନମସ୍ତା ।

ତୁଳା :ଘାତବାର, ଘାତଚନ୍ଦ୍ର ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର କଲାବେଳେ ସତର୍କତା ଅବଲମ୍ବନ କରିବେ । ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଭାଇଭଉଣୀଙ୍କ ସହ ବିବାଦ ଉଗ୍ରରୂପ ଧାରଣ କରିବ । ଚାଲିଳଚନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ ଏବଂ ଶାରୀରିକ ପୀଡ଼ା ଭୋଗିବେ । ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ବିରୋଧର ଶିକାର ହେବେ । ଯେଉଁମାନଙ୍କର ସ୍ୱାତୀ ତୁଳା, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ମେରୁନ୍, ସଂଖ୍ୟା : ୨, ଆରାଧନା : ମା’ କମଳା ।

ବିଛା :କୃଷ୍ଣପକ୍ଷର ଦ୍ୱିତୀୟ ଚନ୍ଦ୍ର ଯୋଗୁ ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ିବେ ଏବଂ ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ । ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ, ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବ ଏବଂ ଖର୍ଚ୍ଚଭାରରେ ଅତିଷ୍ଠ ହୋଇ ଋଣ କରିବାକୁ ପଡ଼ିପାରେ । ଅନ୍ୟଠାରୁ ଆଣିଥିବା ଧନ ଫେରାଇବାରେ ଅସମର୍ଥ ହେବେ ଏବଂ ଅନ୍ୟକୁ ଦେଇଥିବା ଧନ ପାଇବାରେ ବିଫଳ ହେବେ । ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ । ଯେଉଁମାନଙ୍କର ଅନୁରାଧା ବିଛା, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୬, ଆରାଧନା : ପ୍ରଭୁ ହନୁମାନ ।

ଧନୁ :ଶ୍ରୀଚନ୍ଦ୍ର, ଗୁରୁବାର, ନବମୀ ତିଥି ଓ କେତୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଧନ, ସମ୍ପଦ, ପ୍ରାଚୁର୍ଯ୍ୟ, ପ୍ରତିପତ୍ତି ବୃଦ୍ଧି ପାଇବ ଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ । ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ପଡ଼ୋଶୀଙ୍କ ସହ ସମ୍ପର୍କ ନିନିଡ଼ ହେବ ଏବଂ ସେମାନଙ୍କର ସାହାଯ୍ୟ, ସହଯୋଗ ପ୍ରାପ୍ତ ହେବ । ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ମାର୍ଜିତ ହେବ ଏବଂ ଦେହ,ମନ ସୁସ୍ଥ ରହିବ । ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ ଏବଂ ପୁତ୍ରକନ୍ୟା, ଭାତୃଭଗ୍ନିଙ୍କ ବୈବାହିକ କର୍ମର ଆୟୋଜନ କରିବେ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସହକର୍ମୀଙ୍କ ସହଯୋଗ ମିଳିବ । ଯେଉଁମାନଙ୍କର ପୂର୍ବାଷାଢ଼ା ଓ ଉତ୍ତରାଷାଢ଼ା ଧନୁ, ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୫, ଆରାଧନା : ପ୍ରଭୁ ଗଜାନନ ।

ମକର :ଦ୍ୱାଦଶ ଚନ୍ଦ୍ର ଯୋଗୁ ଅପବ୍ୟୟ, ଅପବାଦ, ଅପଯଶରୁ ସାମୟିକ ମୁକ୍ତି ମିଳିବ । ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନେବାରେ ସମର୍ଥ ହେବେ ଏବଂ ସମସ୍ତ କର୍ମରେ ସୁନିଶ୍ଚିତ ପଦକ୍ଷେପ ଗ୍ରହଣ କରିବେ । କୁସଙ୍ଗ ପରିତ୍ୟାଗ କରି ସତ୍ସଙ୍ଗ କରିବେ ଏବଂ ନିଜକୁ ଧାର୍ମିକ କର୍ମରେ ସାମିଲ୍ କରିବେ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମ ଆପଣଙ୍କ ପାଇଁ ସହଜ ହେବ । ଯେଉଁମାନଙ୍କର ଉତ୍ତରାଷାଢ଼ା ଓ ଧନିଷ୍ଠା ମକର, ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : ବାଇଗଣୀ, ସଂଖ୍ୟା : ୧୧, ଆରାଧନା : ମା’ ଦୁର୍ଗା ।

କୁମ୍ଭ :ଘାତବାର, ଘାତଚନ୍ଦ୍ର ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର କଲାବେଳେ ସତର୍କତା ଅବଲମ୍ବନ କରିବେ । ଆୟ ପାଞ୍ଚ ଟଙ୍କା ହେଲେ ବ୍ୟୟ ପଚିଶ ଟଙ୍କା ହେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ି ଯିବ । ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ, ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବ ଏବଂ ଖର୍ଚ୍ଚଭାରରେ ଅତିଷ୍ଠ ହୋଇ ଋଣଗ୍ରସ୍ତ ହେବେ । ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ିବା ସହିତ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ବିପର୍ଯ୍ୟୟ ଘଟିବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମରେ ବହୁବିଧ ସମସ୍ୟା ଦେଖାଦେବ । ଯେଉଁମାନଙ୍କର ଶତଭିଷା କୁମ୍ଭ, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୩, ଆରାଧନା : ମା’ ଚଣ୍ଡୀ ।

ମୀନ :ଦଶମ ଚନ୍ଦ୍ର, ଗୁରୁବାର, ନବମୀ ତିଥି ଓ କେତୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ସମସ୍ତ ଅସମ୍ପୂର୍ଣ୍ଣ କର୍ମକୁ ପୂର୍ଣ୍ଣାଙ୍ଗ କରିବାରେ ସମର୍ଥ ହେବେ ଏବଂ ସମସ୍ତ କର୍ମ ଆଜି ଆପଣଙ୍କ ପାଇଁ ସହଜ ହେବ । ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଓ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର କର୍ମକୁଶଳତା, କର୍ମତତ୍ପରତା ଓ କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ଯେଉଁମାନଙ୍କର ପୂର୍ବଭାଦ୍ର ଓ ରେବତୀ ମୀନ, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୭, ଆରାଧନା : ମା’ ଧୂମାବତୀ ।

ଜ୍ୟୋତିର୍ବିଦ୍ : କୈଳାସ ଦାଶ

ଯୋଗାଯୋଗ : ୯୪୩୭୧୩୩୪୭୩