ମେଷ :ଷଷ୍ଠ ଚନ୍ଦ୍ର ଯୋଗୁ ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ପରିବାରରେ ମିତ୍ରତା, ସମସ୍ତଙ୍କ ସହ ବନ୍ଧୁତା, ଚାଲିଚଳନରେ ସଂଯମତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ । ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ବୃଦ୍ଧି ପାଇବ ଏବଂ ମହତ୍ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ । ପୁରାତନ ରୋଗରୁ ଆରୋଗ୍ୟ ହେବାର ସହଜ ଉପାୟ ମିଳିବ ଏବଂ ଶତ୍ରୁମାନେ ମିତ୍ରତାର ହାତ ବଢ଼ାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧା ବିଘ୍ନ ଦୂର ହେବ । ଯେଉଁମାନଙ୍କର ଦ୍ୱିଜା ମେଷ, ସେମାନେ ଉପକୃତ ହେବେ ।
ଶୁଭରଙ୍ଗ: ଗେରୁଆ, ସଂଖ୍ୟା : ୧୧, ଆରାଧନା : ପ୍ରଭୁହନୁମାନ ।
ବୃଷ :ଘାତବାର, ଘାତଚନ୍ଦ୍ର ଓ ଘାତ ନକ୍ଷତ୍ର ଭୋଗ ହେଉଥିବାରୁ ବାଦ ବିବାଦ, ସ୍ୱାସ୍ଥ୍ୟ ଓ ଆର୍ଥିକ କାରବାର କଲାବେଳେ ସତର୍କତା ଅବଲମ୍ବନ କରିବେ ଏବଂ ପିତା ମାତା, ସନ୍ତାନସନ୍ତତିଙ୍କ ସହ କଥାବାର୍ତ୍ତାବେଳେ ଯଥା ସମ୍ଭବ ବାକ୍ ସଂଯମତା ରକ୍ଷା କରିବେ । ମନରେ ଅସ୍ଥିରତା, ବିଦ୍ୟାରେ ବିଫଳତା, ପରିବାରରେ ମନୋମାଳିନ୍ୟ ଏବଂ ଅପମାନ, ଅପଯଶ ଓ ଅପନିନ୍ଦା ମିଳିବ । ସନ୍ତାନମାନଙ୍କ ଶିକ୍ଷା, ଦୀକ୍ଷା, ଚାଲିଚଳନ ଓ କର୍ମ ବିବାଦୀୟ ହେବ ଏବଂ ସେମାନେ ଉଚ୍ଚଶିକ୍ଷାରୁ ବଞ୍ଚିତ ହେବେ । ପିତାମାତାଙ୍କ ସ୍ୱାସ୍ଥ୍ୟ ଗତ ସମସ୍ୟା, ପାରିବାରିକ ବିବାଦ ଓ ପୈତୃକ ସମ୍ପତ୍ତିକୁ ନେଇ ବିବାଦ ଲାଗି ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ସମ୍ମାନ ହାନି ଘଟିବ । ଯେଉଁମାନଙ୍କର ରୋହିଣୀ ବୃଷ ସେମାନେ ସତର୍କ ହେବେ ।
ଶୁଭରଙ୍ଗ : ସିଲ୍ଭର,ସଂଖ୍ୟା : ୧୨, ଆରାଧନା : ପ୍ରଭୁଶ୍ରୀରାମ ।
ମିଥୁନ :କୃଷ୍ଣପକ୍ଷର ଚତୁର୍ଥ ଚନ୍ଦ୍ରଯୋଗୁ ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ । ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ । ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ସହକର୍ମୀ, ସହଯୋଗୀଙ୍କ ସହଯୋଗ ମିଳିବ ଏବଂ ମହତ୍ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ପଦସ୍ଥ ଅଧିକାରୀଙ୍କ କୃପା ଲାଭ କରିବେ । ଯେଉଁମାନଙ୍କର ମୃଗଶିରା ଓ ଆର୍ଦ୍ରାମିଥୁନ ସେମାନେ ସୁଫଳପାଇବେ ।
ଶୁଭରଙ୍ଗ:ମେରୁନ୍,ସଂଖ୍ୟା : ୧୨, ଆରାଧନା: ମା’ ଛିନ୍ନମସ୍ତା ।
କର୍କଟ :ତୃତୀୟ ଚନ୍ଦ୍ର ଓ ଚନ୍ଦ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖ ଶାନ୍ତି, ସ୍ୱଜନରେ ସୁ ସମ୍ପର୍କ ଏବଂ ଭାଇଭଉଣୀଙ୍କ ସାହାଯ୍ୟ, ସହଯୋଗ ମିଳିବ । ସୁଖବର, ସୁସମ୍ବାଦ ମିଳିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ଗ୍ରହଣ କରିବେ । ମନରେ ଦୃଢ଼ ଇଚ୍ଛା ଶକ୍ତି, ଆତ୍ମ ବିଶ୍ୱାସ ପ୍ରକାଶ ପାଇବ ଏବଂ ମନୋବଳ ଦୃଢ଼ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର କର୍ମ କୁଶଳତା ଓ କାର୍ଯ୍ୟ ଦକ୍ଷତା ପ୍ରକାଶ ପାଇବ । ଯେଉଁମାନଙ୍କର ପୁଷ୍ୟା କର୍କଟ, ସେମାନେ ସୁଫଳ ପାଇବେ ।
ଶୁଭରଙ୍ଗ : ଧଳା, ସଂଖ୍ୟା : ୩, ଆରାଧନା : ମା’ ସମଲେଶ୍ୱରୀ ।
ସିଂହ :କୃଷ୍ଣପକ୍ଷର ଦ୍ୱିତୀୟଚନ୍ଦ୍ର ଯୋଗୁ ଓ ଘାତ ତିଥି ଅପରାହ୍ନ ୪ଟା ୩୦ ମିନିଟ୍ ପର୍ଯ୍ୟନ୍ତ ରହୁଥିବାରୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା, ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ଅପମାନ, ଅପଯଶ ଓ ଅପନିନ୍ଦା ମିଳିବ । ଆୟ ଅପେକ୍ଷା ବ୍ୟୟ ଦୁଇ ଗୁଣ ଅଧିକ ହେବ ଏବଂ ସଞ୍ଚିତ ଅର୍ଥ ଅପବ୍ୟୟ ହେବ । ଧନକୁ ନେଇ ବିବାଦ ଓ ମାଲି ମକଦ୍ଦମାରେ ପଡ଼ି ପାରନ୍ତି ଏବଂ ଆର୍ଥିକ ଠକାମିର ଶିକାର ହୋଇପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁମାନଙ୍କର ପୂର୍ବା ଫାଲ୍ଗୁନୀ ସିଂହ ସେମାନେ ସତର୍କ ହେବେ ।
ଶୁଭରଙ୍ଗ : ଗୋଲାପି, ସଂଖ୍ୟା : ୩, ଆରାଧନା : ପ୍ରଭୁଶ୍ରୀଜଗନ୍ନାଥ ।
କନ୍ୟା :ଘାତବାର ଓ ଶ୍ରୀଚନ୍ଦ୍ରଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ । ଧନ, ମାନ, ସମ୍ମାନ, ସ୍ୱଜନରେ ସୁ ସମ୍ପର୍କ, ଲକ୍ଷ୍ମୀଙ୍କର କୃପା ଏବଂ ସମସ୍ତଙ୍କର ପ୍ରଶଂସାର ପାତ୍ର ହେବେ । ମୂଲ୍ୟବାନ ଧାତୁ, ବସନ ଭୂଷଣ, ସୌଖୀନ ଘରୋଇ ଉପକରଣ କ୍ରୟ କରିବେ ଏବଂ ଆମୋଦ ପ୍ରମୋଦରେ ଅଧିନ ଧନ ବ୍ୟୟ କରିବେ । ପରିବେଶ, ପରିସ୍ଥିତି, ସମୟ ଆପଣଙ୍କ ପାଇଁ ଅନୁକୂଳ ରହିବ ଏବଂ ସମସ୍ତ କର୍ମ ଆପଣଙ୍କ ପାଇଁ ସହଜ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସ୍ୱଳ୍ପ ପରିଶ୍ରମରେ ଅଧିକ ସଫଳତା ମିଳିବ । ଯେଉଁମାନଙ୍କର ଉତ୍ତରା ଫାଲ୍ଗୁନୀ ଓ ଚିତ୍ରାକନ୍ୟା ସେମାନେ ଉପକୃତ ହେବେ ।
ଶୁଭରଙ୍ଗ : ସବୁଜ, ସଂଖ୍ୟା : ୮, ଆରାଧନା : ମା’ ଷୋଡ଼ଶୀ ।
ତୁଳା :ଦ୍ୱାଦଶଚନ୍ଦ୍ର, ଶନିବାର ଓ ଚନ୍ଦ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଅପବ୍ୟୟ, ଅପବାଦ, ଅପଯଶରୁ ମୁକ୍ତି ମିଳିବ ଏବଂ ଅଯଥା ଖର୍ଚ୍ଚ, ବଦ୍ ଖର୍ଚ୍ଚ ଓ ପରିବାରର ଖର୍ଚ୍ଚ ଭାର କମ୍ ରହିବ । ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନେବାରେ ସମର୍ଥ ହେବେ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ଗ୍ରହଣ କରିବେ । ଆୟର ମାର୍ଗ ଅତି ଉତ୍ତମ ହେବ ଏବଂ ଆୟର କିଛି ଅଂଶ ସଂଚୟରେ ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ଓ ସମସ୍ତ ଅସମ୍ପୂର୍ଣ୍ଣ କର୍ମକୁ ପୂର୍ଣ୍ଣାଙ୍ଗ କରିବାରେ ସମର୍ଥ ହେବେ । ଯେଉଁମାନଙ୍କର ଚିତ୍ରା ଓ ସ୍ୱାତୀତୁଳା, ସେମାନେ ଉପକୃତ ହେବେ ।
ଶୁଭରଙ୍ଗ : ନୀଳ, ସଂଖ୍ୟା : ୨, ଆରାଧନା : ପ୍ରଭୁଶ୍ରୀରାମ ।
ବିଛା :ଏକାଦଶଚନ୍ଦ୍ର, ନବମୀତିଥି ଓ ଚନ୍ଦ୍ରଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଭାଗ୍ୟରେ, କର୍ମରେ, ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ ଏବଂ ବିଭିନ୍ନ ଉତ୍ସରୁ ଧନ ପ୍ରାପ୍ତି ହେବ । ମୂଲ୍ୟବାନ ଧାତୁ, ଭୂମି ଓ ଯାନବାହନ କ୍ରୟ କରିବେ ଏବଂ ଉନ୍ନତିମୂଳକକର୍ମରେ ଧନର ବିନିଯୋଗ କରିବେ ତଥା ନୂତନ ବ୍ୟବସାୟ ପାଇଁ ଚୁକ୍ତିବଦ୍ଧ ହେବେ କିମ୍ବା ବିଦେଶ ଯାତ୍ରାର ସୁଯୋଗ ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀପ୍ରାପ୍ତ ହେବ । ଯେଉଁମାନଙ୍କର ଅନୁରାଧା ବିଛା, ସେମାନେ ସୁଫଳ ପାଇବେ ।
ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୬, ଆରାଧନା : ମା’ ବଗଳାମୁଖୀ ।
ଧନୁ :ଦଶମଚନ୍ଦ୍ର ଯୋଗୁ ଭାଗ୍ୟ ଅପେକ୍ଷା କର୍ମରେ ଅଧିକ ବିଶ୍ୱାସ ଓ ଗୁରୁତ୍ୱ ରହିବ ଏବଂ ବ୍ୟବସାୟ ଅପେକ୍ଷା କର୍ମରେ ଅଧିକ ସଫଳତା ମିଳିବ । ମନରେ ପ୍ରସନ୍ନତା, ଚାଲି ଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତକର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ । ପୁରାତନକୁ ତ୍ୟାଗ କରି ନୂତନକୁ ସ୍ୱାଗତ କରିବେ ଏବଂ ସମସ୍ତଙ୍କର ପ୍ରଶଂସାରପାତ୍ର ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ଶୀର୍ଷରେ ରହିବ । ଯେଉଁମାନଙ୍କର ମୂଳା ଓ ଉତ୍ତରାଷାଢ଼ା ଧନୁ ସେମାନେ ସୁଫଳପାଇବେ ।
ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୫, ଆରାଧନା : ମା’ ତାରା ।
ମକର :କୃଷ୍ଣପକ୍ଷର ନବମ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ମନ ଅସ୍ଥିର, ବିଷାଦଗ୍ରସ୍ତ, ଚାପଗ୍ରସ୍ତ ରହିବ ଏବଂ ଅପମାନ, ଅପଯଶ ଓ ଅପନିନ୍ଦାମିଳିବ । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜି ଯାଇପାରେ । ଧନକୁ ନେଇ ବିବାଦ ଓ ମାଲି ମକଦ୍ଦମାରେ ପଡ଼ି ପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦା ବସ୍ଥା ଲାଗି ରହିବ ଏବଂ କର୍ମରେ ବିଫଳତା ଓ ସମସ୍ତଙ୍କର ଉପହାସର ପାତ୍ର ହେବେ । ଯେଉଁମାନଙ୍କର ଶ୍ରବଣାମକର ସେମାନେ ସତର୍କ ହେବେ ।
ଶୁଭରଙ୍ଗ : ବାଇଗଣୀ, ସଂଖ୍ୟା : ୬, ଆରାଧନା : ମା’ ଦୁର୍ଗା ।
କୁମ୍ଭ :ଅଷ୍ଟମଚନ୍ଦ୍ର, ଶନିବାରଯୋଗୁବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକକାରବାର, ଉଚ୍ଚସ୍ଥାନ ଆରୋହଣ, ଗ୍ୟାସ୍, ଇଲେକ୍ଟ୍ରିକ୍ ଦ୍ରବ୍ୟବ୍ୟବହାରଏବଂ ଯାନବାହନ ଆରୋହଣକାଳରେସତର୍କତା ଅବଲମ୍ବନ କରିବେ ।ମନରେ ଅସ୍ଥିରତା, ପରିବାରରେମନୋମାଳିନ୍ୟ, ସ୍ୱଜନରେବିବାଦ ଏବଂଶାରୀରିକପୀଡ଼ାଭୋଗିବେ ।ଉଚିତ୍କର୍ମରୁବିଚ୍ୟୁତହୋଇ ଅନୁଚିତ୍କର୍ମରେ ଆଗ୍ରହରଖିବେଏବଂସମସ୍ତକର୍ମରେଭୁଲ୍ ନିଷ୍ପତ୍ତି ନେବେ । ଅଯଥା ଖର୍ଚ୍ଚ, ବୃଥା ଭ୍ରମଣଲାଗିରହିବଏବଂ ଆୟଠାରୁବ୍ୟୟ ଦୁଇଗୁଣ ଅଧିକହେବ ।ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମ କଣ୍ଟକ ସଦୃଶ ମନେ ହେବ । ଯେଉଁମାନଙ୍କର ପୂର୍ବ ଭାଦ୍ରକୁମ୍ଭ ସେମାନେ ସତର୍କ ହେବେ ।
ଶୁଭରଙ୍ଗ :କଳା, ସଂଖ୍ୟା : ୩, ଆରାଧନା : ମା’ କାଳୀ ।
ମୀନ :ସପ୍ତମଚନ୍ଦ୍ର ଓ ଚନ୍ଦ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା, ଦାମ୍ପତ୍ୟ ଜୀବନରେ ମଧୁରତା ଏବଂ ପରିଚିତ ମହିଳାଙ୍କଠାରୁ ଧନ ମିଳିବ । ପୁତ୍ରକନ୍ୟା, ଭାତୃଭଗ୍ନିଙ୍କ ବୈବାହିକ କର୍ମର ଆୟୋଜନ କରିବେ କିମ୍ବା ପରିବାର ସହ କୌଣସି ବୈବାହିକ କର୍ମରେ ଯୋଗଦେବେ । ଆମୋଦପ୍ରମୋଦ, ମଉଜ ମଜଲିସ୍ରେ ଅଧିକ ଆଗ୍ରହ ରହିବ ଏବଂ ପରିବାରରେ ସ୍ୱର୍ଗୀୟ ସୁଖ ଅନୁଭୂତ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ମହିଳା ସହକର୍ମୀଙ୍କ ସହଯୋଗ ମିଳିବ । ଯେଉଁମାନଙ୍କର ଉତ୍ତର ଭାଦ୍ରମୀନ ସେମାନେ ଉପକୃତ ହେବେ ।
ଶୁଭରଙ୍ଗ : ଗୋଲାପି, ସଂଖ୍ୟା : ୫, ଆରାଧନା : ମା’ ଧୂମାବତୀ ।
ଜ୍ୟୋତିର୍ବିଦ୍: କୈଳାସ ଦାଶ
ଯୋଗାଯୋଗ : ୯୪୩୭୧୩୩୪୭୩