ମେଷ: ଅପରାହ୍ଣ ୪ଟା ୨୧ ମିନିଟ୍ ପର୍ଯ୍ୟନ୍ତ ସପ୍ତମ ଚନ୍ଦ୍ର ଯୋଗୁ ସେ ସମୟ ପର୍ଯ୍ୟନ୍ତ ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ପରିବାରରେ ମିତ୍ରତା, ସମସ୍ତଙ୍କ ସହ ବନ୍ଧୁତା, ଚାଲିଚଳନରେ ସଂଯମତା, ଦାମ୍ପତ୍ୟ ଜୀବନରେ ମଧୁରତା ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ଆମୋଦ ପ୍ରମୋଦ, ମଉଜ ମଜଲିସ୍ରେ ଅଧିକ ଆଗ୍ରହ ରହିବ ଏବଂ ପରିବାରପ୍ରତି ଅଧିକ ଧ୍ୟାନ ଦେବେ ।ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଏହା ପରେ ଅଷ୍ଟମଚନ୍ଦ୍ର ଯୋଗୁ ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ । କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁ ମାନଙ୍କର ଦ୍ୱିଜା ମେଷ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ସିଲ୍ଭର, ସଂଖ୍ୟା : ୩, ଆରାଧନା : ପ୍ରଭୁସ୍କନ୍ଦ ।
ବୃଷ:ଷଷ୍ଠ ଓ ସପ୍ତମ ଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ ରୋଗ, ଋଣ, ଦୁଃଖ, ଶୋକ, କ୍ଳେଶ ଓ ମାନସିକ ଅବସାଦରୁ ସାମୟିକ ମୁକ୍ତି ମିଳିବ । ମାନସିକ, ପାରିବାରିକ ଶାନ୍ତି, ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ ଏବଂ ଦେହ, ମନ ସୁସ୍ଥ ରହିବ । ମୂଲ୍ୟବାନ ଧାତୁ, ବସନଭୂଷଣ, ଭୂମି ଓ ଯାନବାହନ କ୍ରୟ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁ ମାନଙ୍କର ରୋହିଣୀ ବୃଷ, ସେମାନେ ସୁଫଳ ପାଇବେ ।ଶୁଭରଙ୍ଗ :ନୀଳ, ସଂଖ୍ୟା : ୪, ଆରାଧନା : ମା’ କମଳା ।
ମିଥୁନ:ଅପରାହ୍ଣ ୪ଟା ୨୧ ମିନିଟ୍ ପର୍ଯ୍ୟନ୍ତ ପଞ୍ଚମ ଚନ୍ଦ୍ର ଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମନୋମାଳିନ୍ୟ ଏବଂ ଶାରୀରିକ ପୀଡ଼ା ଭୋଗିବେ । ସନ୍ତାନ ମାନେ ବିଶୃଙ୍ଖଳିତ ହେବେ ଏବଂ ପିତାମାତାଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ସମ୍ମାନ ହାନି ଘଟିବ । ଏହା ପରେ ଷଷ୍ଠ ଚନ୍ଦ୍ର ଯୋଗୁ ସମସ୍ତ କର୍ମରେ, ବ୍ୟବସାୟରେ କିଛିଟା ଶୁଭଫଳ ମିଳିବ ଓ ହୃତଧନ ଫେରି ପାଇବେ । ଯେଉଁ ମାନଙ୍କର ମୃଗଶିରା ଓ ପୁନର୍ବସୁ ମିଥୁନ, ସେମାନେ ସତର୍କ ହେବେ । ଶୁଭରଙ୍ଗ :ମେରୁନ୍, ସଂଖ୍ୟା : ୬, ଆରାଧନା : ମା’ ତ୍ରିପୁରସୁନ୍ଦରୀ ।
କର୍କଟ :ଅପରାହ୍ଣ ୪ଟା ୨୧ ମିନିଟ୍ ପର୍ଯ୍ୟନ୍ତ ଚତୁର୍ଥ ଚନ୍ଦ୍ର, ମଙ୍ଗଳବାର ଓ ବୃହସ୍ପତିଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଭାଗ୍ୟରେ, କର୍ମରେ, ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ ଏବଂ ଧନ, ସମ୍ପଦ ବୃଦ୍ଧି ପାଇବ । ମୂଲ୍ୟବାନ ଧାତୁ, ଭୂମି ଓ ଯାନବାହନ କ୍ରୟ କରିବେ ଏବଂ ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ ଓ ବିଦେଶ ଯାତ୍ରାର ସୁଯୋଗ ଜୁଟିବ । ଗୁରୁଜନଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ ଏବଂ ପରିବାରରେ ସୁଖଶାନ୍ତିର ପରିବେଶ ସୃଷ୍ଟି ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଏହା ପରେ ପଞ୍ଚମ ଚନ୍ଦ୍ର ଯୋଗୁ ସମସ୍ତ କର୍ମରେ ଓ ବ୍ୟବସାୟରେ କିଛିଟା ଅଶୁଭ ଫଳ ମିଳିବ । ଯେଉଁ ମାନଙ୍କର ପୁଷ୍ୟା ଓ ଅଶ୍ଳେଷା କର୍କଟ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଧଳା, ସଂଖ୍ୟା : ୧, ଆରାଧନା : ଭଗବାନ ଶିବ ।
ସିଂହ:ତୃତୀୟ ଓ ଚତୁର୍ଥ ଚନ୍ଦ୍ର, ମଙ୍ଗଳବାର ଓ ବୃହସ୍ପତିଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷ ପୂର୍ଣ୍ଣହେବ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଧ୍ୟାନ ଅଧିକ ରହିବ । ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ ଫେରି ପାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ ନୂତନ ପରିବହନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା ଓ ପଦସ୍ଥ ଅଧିକାରୀଙ୍କ ଶୁଭଦୃଷ୍ଟିରେ ରହିବେ । ଯେଉଁ ମାନଙ୍କର ପୁର୍ବା ଫାଲ୍ଗୁନୀ ସିଂହ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଲାଲ, ସଂଖ୍ୟା : ୩, ଆରାଧନା: ମା’ ଭୈରବୀ ।
କନ୍ୟା:ଅପରାହ୍ଣ ୪ଟା ୨୧ ମିନିଟ୍ ପର୍ଯ୍ୟନ୍ତ କୃଷ୍ଣପକ୍ଷର ଦ୍ୱିତୀୟ ଚନ୍ଦ୍ର ଯୋଗୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା, ହତୋତ୍ସାହଭାବ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ିପାରନ୍ତି ଏବଂ ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜି ଯାଇପାରେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ କ୍ଷତି ପହଞ୍ଚିବ ଏବଂ ଆର୍ଥିକସ୍ଥିତି ବିଗିଡ଼ିଯିବ । କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ସେ ସମୟ ପରେ ତୃତୀୟ ଚନ୍ଦ୍ର ଯୋଗୁ ସମସ୍ତ କର୍ମରେ, ବ୍ୟବସାୟରେ କିଛିଟା ଶୁଭଫଳ ମିଳିବ । ଯେଉଁ ମାନଙ୍କର ଚିତ୍ରା କନ୍ୟା, ସେମାନେ ସତର୍କ ହେବେ । ଶୁଭରଙ୍ଗ : କଫି,ସଂଖ୍ୟା : ୮, ଆରାଧନା : ମା’ ଛିନ୍ନମସ୍ତା ।
ତୁଳା:ଶ୍ରୀଚନ୍ଦ୍ର ଯୋଗୁ ସ୍ୱଜନ, ପରିଜନଙ୍କ ସହ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି ଏବଂ ବନ୍ଧୁବାନ୍ଧବଙ୍କ ସାହାଯ୍ୟ, ସହଯୋଗ ମିଳିବ । ସୁଖବର, ସୁସମ୍ବାଦ ମିଳିବ ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତିହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଅପରାହ୍ଣ ୪ଟା ୨୧ ମିନିଟ୍ ପରେ ଦ୍ୱିତୀୟଚନ୍ଦ୍ର ଯୋଗୁ ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ଆର୍ଥିକ ଠକାମିରେ ପଡ଼ି ପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ବିଫଳତା ଓ ସମସ୍ତକର୍ମ ବିବାଦୀୟ ହେବ । ଯେଉଁ ମାନଙ୍କର ସ୍ୱାତୀତୁଳା, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ :ନୀଳ, ସଂଖ୍ୟା : ୨, ଆରାଧନା : ପ୍ରଭୁଶ୍ରୀରାମ ।
ବିଛା :ଦ୍ୱାଦଶ ଚନ୍ଦ୍ର ଓ ଶ୍ରୀଚନ୍ଦ୍ର ଉଭୟ ଭୋଗହେଉ ଥିବାରୁ ଏବଂ ମଙ୍ଗଳବାର ତଥା ବୃହସ୍ପତିଙ୍କ ନକ୍ଷତ୍ର ସାତ ଦିନ ରହୁଥିବାରୁ ଧନ, ମାନ, ସମ୍ମାନ, ଲକ୍ଷ୍ମୀଙ୍କର କୃପା, ସ୍ୱଜନ, ପରିଜନଙ୍କ ସାହାଯ୍ୟ, ସହଯୋଗ ଏବଂ ନୂତନ ଆୟର ମାର୍ଗ ଖୋଲିବ । ମନରେ ପ୍ରସନ୍ନତା, ସମସ୍ତଙ୍କ ସହ ବନ୍ଧୁତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ । ପରୋପକାର, ସମାଜସେବା, ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ ଧନର ସତ୍ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା, ସମ୍ମାନ, ସହକର୍ମୀଙ୍କ ସହଯୋଗ ମିଳିବ । ଯେଉଁ ମାନଙ୍କର ଅନୁରାଧା ଓ ଜ୍ୟେଷ୍ଠା ବିଛା, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଲାଲ, ସଂଖ୍ୟା : ୧୧, ଆରାଧନା : ପ୍ରଭୁ ହନୁମାନ ।
ଧନୁ :ଏକାଦଶ ଚନ୍ଦ୍ର, ଦ୍ୱାଦଶଚନ୍ଦ୍ର ଉଭୟଭୋଗ ହେଉଥିବାରୁ ଆୟ ଅପେକ୍ଷା ବ୍ୟୟ ବହୁତ କମ୍ ରହିବ । ଖର୍ଚ୍ଚ ଅପେକ୍ଷା ସଞ୍ଚୟରେ ଅଧିକ ଆଗ୍ରହ ରହିବ, ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନେବାରେ ସମର୍ଥ ହେବେ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ଗ୍ରହଣ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା ଓ ସମସ୍ତ ଅଟକିଥିବା କାମକୁ ଆଜି ପୂର୍ଣ୍ଣାଙ୍ଗ କରିବାରେ ସମର୍ଥ ହେବେ । ଯେଉଁ ମାନଙ୍କର ପୂର୍ବାଷାଢ଼ା ଧନୁ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ହଳଦିଆ,ସଂଖ୍ୟା : ୫, ଆରାଧନା : ମା’ ତାରା ।
ମକର: ଘାତବାର ଏବଂ ଦଶମ ଏବଂ ଏକାଦଶ ଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ ଘାତବାରର ପ୍ରଭାବ ରହିବ ନାହିଁ । କର୍ମରେ, ବ୍ୟବସାୟରେ, ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ ଏବଂ ବିଭିନ୍ନ ଉତ୍ସରୁ ଧନପ୍ରାପ୍ତି ହେବ । ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ, ବିଦେଶ ଯାତ୍ରାର ସୁଯୋଗ ଜୁଟିବ ଏବଂ ମନରେ ଉଚ୍ଚାଭିଳାଷ ପ୍ରକାଶ ପାଇବ । ମୂଲ୍ୟବାନ ଧାତୁ, ଭୂମି, ଯାନବାହନ କ୍ରୟ କରିବେ ଏବଂ ଉନ୍ନତି ମୂଳକ କର୍ମରେ ଧନର ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ପ୍ରମୋଶନ ମିଳିପାରେ । ଯେଉଁ ମାନଙ୍କର ଶ୍ରବଣା ମକର, ସେମାନେ ଉପକୃତ ହେବେ । ଶୁଭରଙ୍ଗ :କଳା, ସଂଖ୍ୟା : ୩, ଆରାଧନା : ମା’ ଭୈରବୀ ।
କୁମ୍ଭ :ଅପରାହ୍ଣ ୪ଟା ୨୧ ମିନିଟ୍ ପର୍ଯ୍ୟନ୍ତ କୃଷ୍ଣପକ୍ଷର ନବମ ଚନ୍ଦ୍ର ଯୋଗୁ ମନ ଅସ୍ଥିର, ବିଷାଦଗ୍ରସ୍ତ, ଚାପଗ୍ରସ୍ତ ରହିବ ଏବଂ ଶାରୀରିକପୀଡ଼ା ଭୋଗିବେ । ଉନ୍ନତିମୂଳକ କର୍ମରେ ପ୍ରତିବନ୍ଧକ, ଧାର୍ମିକ କର୍ମରେ ବିଘ୍ନ ଦେଖାଦେବ ଏବଂ ପରିବାରର ବୟୋଜ୍ୟେଷ୍ଠ ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଏହା ପରେ ଦଶମ ଚନ୍ଦ୍ର ଯୋଗୁ ସ୍ଥିତିରେ କିଛିଟା ପରିବର୍ତ୍ତନ ଆସିବ ଏବଂ ସମସ୍ତ କର୍ମରେ, ବ୍ୟବସାୟରେ କିଛିଟା ଶୁଭଫଳ ମିଳିବ । ଯେଉଁ ମାନଙ୍କର ପୂର୍ବଭାଦ୍ର କୁମ୍ଭ, ସେମାନେ ସତର୍କ ହେବେ । ଶୁଭରଙ୍ଗ :ମାଟିଆ, ସଂଖ୍ୟା : ୬, ଆରାଧନା : ମା’ ଚଣ୍ଡୀ ।
ମୀନ :ଅଷ୍ଟମ ଓ ନବମ ଚନ୍ଦ୍ର ଯୋଗୁ ବାଦ ବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ଯାନବାହନ ଆରୋହଣକାଳରେ ସତର୍କତା ଅବଲମ୍ବନ କରିବେ ଏବଂ ଗୁରୁଜନ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ କଥାବାର୍ତ୍ତା ବେଳେ ଯଥା ସମ୍ଭବ ବାକ୍ ସଂଯମତା ରକ୍ଷା କରିବେ । ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ ଓ ପଡ଼ୋଶୀଙ୍କ ସହ ତିକ୍ତତା ଦେଖାଦେବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ଅପମାନ, ଅପଯଶ, ଅପନିନ୍ଦା ମିଳିବ ଏବଂ କ୍ଷମତାଶାଳୀ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମ କଣ୍ଟକ ସଦୃଶ ମନେ ହେବ । ଯେଉଁ ମାନଙ୍କର ପୂର୍ବାଭାଦ୍ର ମୀନ, ସେମାନେ ସତର୍କ ହେବେ । ଶୁଭରଙ୍ଗ: ଗୋଲାପି, ସଂଖ୍ୟା : ୭, ଆରାଧନା : ମା’ ମାଣିକେଶ୍ୱରୀ ।
ଜ୍ୟୋତିର୍ବିଦ୍: କୈଳାସ ଦାଶ
୯୪୩୭୧୩୩୪୭୩