ମେଷ :ଘାତବାର, ଷଷ୍ଠ ଚନ୍ଦ୍ର ଓ ସକାଳ ୮ଟା ୧୮ ମିନିଟ୍ ପରେ ମଙ୍ଗଳଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଘାତବାରର ପ୍ରଭାବ ରହିବ ନାହିଁ । ମୂଲ୍ୟବାନ ଧାତୁ, ଭୂମି, ଯାନବାହନ କ୍ରୟ କରିବାର ଯୋଜନା କରିବେ କିମ୍ବା ନୂତନ ଗୃହାରମ୍ଭର ଚିନ୍ତା କରିବେ । ରୋଗ, ଋଣ, ଦୁଃଖ, ଶୋକ, କ୍ଳେଶ ଓ ମାନସିକ ଅବସାଦରୁ ସାମୟିକ ମୁକ୍ତି ମିଳିବ ଏବଂ ଦେହ, ମନ ସୁସ୍ଥ ରହିବ । ପରିବେଶ, ପରିସ୍ଥିତି, ସମୟ ଆପଣଙ୍କ ପାଇଁ ଅନୁକୂଳ ହେବ ଏବଂ ଭାଗ୍ୟ, ଭବିଷ୍ୟ, ଭଗବାନଙ୍କ ଉପରେ ଅଗାଧ ବିଶ୍ୱାସ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ଓ ସହକର୍ମୀଙ୍କ ସହଯୋଗ ମିଳିବ । ଯେଉଁମାନଙ୍କର ଦ୍ୱିଜା ମେଷ, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ: ସିଲ୍ଭର, ସଂଖ୍ୟା : ୩, ଆରାଧନା : ମା’ ଚଣ୍ଡୀ ।
ବୃଷ :ଘାତଚନ୍ଦ୍ର ସକାଳ ୮ଟା ୩୮ ମିନିଟ୍ ପର୍ଯ୍ୟନ୍ତ ଘାତ ନକ୍ଷତ୍ର ଯୋଗୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା, ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ପ୍ରତ୍ୟୁତ୍ପନ୍ନମତି, ଦୂରଦୃଷ୍ଟି, ଧୀଶକ୍ତି ଓ ସ୍ମରଣ ଶକ୍ତି ଲୋପ୍ ପାଇବ ଏବଂ ମନ ବିଷାଦଗ୍ରସ୍ତ ଓ ଚାପଗ୍ରସ୍ତ ରହିବ । ସନ୍ତାନମାନଙ୍କ କର୍ମ ଓ ପିତାମାତାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ହେବେ ଏବଂ ପୈତୃକ ସମ୍ପତ୍ତିକୁ ନେଇ ବିବାଦ ଲାଗି ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର କୃତ୍ତିକା ବୃଷ, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ନୀଳ, ସଂଖ୍ୟା : ୨, ଆରାଧନା : ମା’ କମଳା ।
ମିଥୁନ :ଚତୁର୍ଥ ଚନ୍ଦ୍ର, ରବିବାର ଯୋଗୁ ଧନ, ମାନ, ସମ୍ମାନ, ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ଗୁରୁଜନଙ୍କ ପ୍ରତି ସମ୍ମାନ, ଲଘୁଜନଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ । ପୁରାତନ ବିବାଦ, ଜମିଜମା ବିବାଦର ସମାଧାନ ହେବ ଏବଂ ମାଲିମକଦ୍ଦମାରେ ବିଜୟ ହାସଲ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ଆର୍ଦ୍ରା ଓ ପୁନର୍ବସୁ ମିଥୁନ, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : କଫି, ସଂଖ୍ୟା : ୪, ଆରାଧନା: ମା’ ତ୍ରିପୁର ସୁନ୍ଦରୀ ।
କର୍କଟ :ତୃତୀୟ ଚନ୍ଦ୍ର, ରବିବାର ଓ ଚନ୍ଦ୍ର, ମଙ୍ଗଳ ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷ ପୂର୍ଣ୍ଣ ହେବ । ମନରେ ଉନ୍ନତ ଚିନ୍ତାଧରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଧ୍ୟାନ ଅଧିକ ରହିବ । ସୁଖବର, ସୁସମ୍ବାଦ ମିଳିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ । ଭାଇଭଉଣୀଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ ଏବଂ ସ୍ୱଜନ, ପରିଜନଙ୍କ ସହଯୋଗ ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ଏବଂ ସମସ୍ତ କର୍ମ ଆପଣଙ୍କ ପାଇଁ ସହଜ ହେବ । ଯେଉଁମାନଙ୍କର ପୁନର୍ବସୁ ଓ ଅଶ୍ଳେଷା କର୍କଟ, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୫, ଆରାଧନା : ଭଗବାନ ଶିବ ।
ସିଂହ :କୃଷ୍ଣପକ୍ଷର ଦ୍ୱିତୀୟ ଚନ୍ଦ୍ର ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡୋଶୀଙ୍କ ସହ ତିକ୍ତତା ଏବଂ ଶାରୀରିକ ପୀଡ଼ା ଭୋଗିବେ । ଅନ୍ୟଠାରୁ ଆଣିଥିବା ଧନ ଫେରାଇବାରେ ଅସମର୍ଥ ହେବେ ଏବଂ ଅନ୍ୟକୁ ଦେଇଥିବା ଧନ ପାଇବାରେ ବିଫଳ ହେବେ । ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ିପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମ କଣ୍ଟକ ସଦୃଶ ମନେ ହେବ । ଯେଉଁମାନଙ୍କର ପୂର୍ବା ଫାଲ୍ଗୁନୀ, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ଧଳା, ସଂଖ୍ୟା : ୧୧, ଆରାଧନା : ପ୍ରଭୁ ଗଜାନନ ।
କନ୍ୟା :ଶ୍ରୀଚନ୍ଦ୍ର, ରବିବାର ଓ ସକାଳ ୮ଟା ୧୮ ମିନିଟ୍ ପର୍ଯ୍ୟନ୍ତ ଚନ୍ଦ୍ରଙ୍କ ନକ୍ଷତ୍ର ରହୁଥିବାରୁ ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଓ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ । ପୁତ୍ରକନ୍ୟା, ଭାତୃଭଗ୍ନିଙ୍କ ବୈବାହିକ କର୍ମର ଆୟୋଜନ କରିବେ କିମ୍ବା ପରିବାର ସହ କୌଣସି ବୈବାହିକ କର୍ମରେ ଯୋଗଦେବେ । ଆମୋଦପ୍ରମୋଦ, ମଉଜ ମଜଲିସ୍ରେ ଅଧିକ ଆଗ୍ରହ ରହିବ ଏବଂ ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ପଡ଼ୋଶୀଙ୍କ ସାହାଯ୍ୟ, ସହଯୋଗ ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହାହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ରହିବ । କର୍ମରେ ଆଶାଠାରୁ ଅଧିକ ସଫଳତା ଓ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ଯେଉଁମାନଙ୍କର ହସ୍ତା କନ୍ୟା, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ମେରୁନ୍, ସଂଖ୍ୟା : ୧୨, ଆରାଧନା : ଭଗବାନ ବିଷ୍ଣୁ ।
ତୁଳା :ଦ୍ୱାଦଶ ଚନ୍ଦ୍ର ଯୋଗୁ ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ ଓ ପରିବାରର ଖର୍ଚ୍ଚଭାର କମ୍ ରହିବ ଏବଂ ଖର୍ଚ୍ଚ କରିବାରେ ଟାଳଟୁଳ ନୀତି ଅବଲମ୍ବନ କରିବେ । ଧନର ସତ୍ବିନିଯୋଗ କରିବେ ଏବଂ ଉନ୍ନତିମୂଳକ କର୍ମରେ ଧନର ବିନିଯୋଗ କରିବେ । ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ, ବିଦେଶ ଯାତ୍ରାର ସୁଯୋଗ ଜୁଟିବ ଏବଂ ସମସ୍ତ କର୍ମ ଆଜି ଆପଣଙ୍କ ପାଇଁ ସହଜ ହେବ । କୁସଙ୍ଗ ପରିତ୍ୟାଗ କରି ସତ୍ସଙ୍ଗ କରିବେ ଏବଂ ଏବଂ ମନରେ ଧାର୍ମିକ ଭାବନା ଜାଗ୍ରତ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆୟର କିଛି ଅଂଶ ସଂଚୟରେ ବିନିଯୋଗ କରିବେ । କର୍ମରେ ଆଶାଠାରୁ ଅଧିକ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର କାର୍ଯ୍ୟଦକ୍ଷତା ଓ ସମୟାନୁବର୍ତ୍ତିତା ପ୍ରକାଶ ପାଇବ । ଯେଉଁମାନଙ୍କର ସ୍ୱାତୀ ଓ ବିଶାଖା ତୁଳା, ସେମାନେ ସୁଫଳ ପାଇବ ।
ଶୁଭ ରଙ୍ଗ : ସିଲ୍ଭର, ସଂଖ୍ୟା : ୪, ଆରାଧନା : ମା’ ଗାୟତ୍ରୀ ।
ବିଛା :ଏକାଦଶ ଚନ୍ଦ୍ର, ରବିବାର ଓ ଚନ୍ଦ୍ର, ମଙ୍ଗଳ ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଘାତତିଥିର ପ୍ରଭାବ ରହିବ ନାହିଁ । ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାରେ ସମର୍ଥ ହେବେ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆଣିବା ପାଇଁ ନୂତନ ଯୋଜନା କରିବେ । ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ, ବିଦେଶ ଯାତ୍ରାର ସୁଯୋଗ ଜୁଟିବ ଏବଂ ସମସ୍ତ ସୁବିଧାସୁଯୋଗ ହାତ ପାହାନ୍ତାରେ ଉପଲବ୍ଧ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ଓ କର୍ମସ୍ଥାନର ସମସ୍ତ ସୁବିଧାସୁଯୋଗ ହାସଲ କରିବେ । ଯେଉଁମାନଙ୍କର ବିଶାଖା ଓ ଜ୍ୟେଷ୍ଠା ବିଛା, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୩, ଆରାଧନା : ପ୍ରଭୁ ହନୁମାନ ।
ଧନୁ :ଦଶମ ଚନ୍ଦ୍ର, ଦଶମୀ ତିଥି, ରବିବାର ଓ ଚନ୍ଦ୍ର, ମଙ୍ଗଳ ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଭାଗ୍ୟରେ, କର୍ମରେ, ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ ଏବଂ ଧନ, ସମ୍ପଦ ବୃଦ୍ଧି ପାଇବ । ମନରେ ସତ୍ଚିନ୍ତା, ସତ୍ଭାବନା ପ୍ରକାଶ ପାଇବ ଏବଂ ସତ୍କର୍ମରେ ଅଧିକ ଆଗ୍ରହ ରହିବ । ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତ କର୍ମରେ ଆପଣ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହାହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ରହିବ । କର୍ମରେ ଅଧିକ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ପୂର୍ବାଷାଢ଼ା ଧନୁ, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୭, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।
ମକର :କୃଷ୍ଣପକ୍ଷର ନବମ ଚନ୍ଦ୍ର ଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ନିଜର ପ୍ରିୟବନ୍ଧୁ କିମ୍ବା ପୁରାତନ ବନ୍ଧୁଙ୍କ ସହ ମତଭେଦ ଘଟିପାରେ । ଉନ୍ନତିମୂଳକ କର୍ମରେ ପ୍ରତିବନ୍ଧକ, ଧାର୍ମିକ କର୍ମରେ ବିଘ୍ନ ଦେଖାଦେବ ଏବଂ ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ ଓ ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁମାନଙ୍କର ଉତ୍ତରାଷାଢ଼ା ଓ ଧନିଷ୍ଠା ମକର, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୧୧, ଆରାଧନା : ମା’ ଭୈରବୀ ।
କୁମ୍ଭ :ଅଷ୍ଟମ ଚନ୍ଦ୍ର ଯୋଗୁ ମନରେ ବିରକ୍ତିଭାବ ଓ ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ ଏବଂ ଅଯଥା ଖର୍ଚ୍ଚ, ବୃଥା ଭ୍ରମଣ ଲାଗି ରହିବ । ନିଶ୍ଚିତତାକୁ ପରିତ୍ୟାଗ କରି ଅନିଶ୍ଚିତତା ପଛରେ ପଶ୍ଚାତ୍ଧାବନ କରିବେ ଏବଂ ସତ୍ସଙ୍ଗ ପରିତ୍ୟାଗ କରି କୁସଙ୍ଗରେ ପଡ଼ିବେ । ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ ଏବଂ ଶାରୀରିକ ପୀଡ଼ା ଭୋଗିବେ ତଥା ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁମାନଙ୍କର ଧନିଷ୍ଠା କୁମ୍ଭ, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ମାଟିଆ, ସଂଖ୍ୟା : ୬, ଆରାଧନା : ମା’ ବିମଳା ।
ମୀନ :ସପ୍ତମ ଚନ୍ଦ୍ର, ରବିବାର ଓ ଚନ୍ଦ୍ର, ମଙ୍ଗଳ ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ । ମାନସିକ, ପାରିବାରିକ ଶାନ୍ତି, ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ । ଆମୋଦପ୍ରମୋଦ, ମଉଜ ମଜଲିସ୍ରେ ଅଧିକ ଆଗ୍ରହ ରହିବ ପୁତ୍ରକନ୍ୟା, ଭାତୃଭଗ୍ନିଙ୍କ ବୈବାହିକ କର୍ମର ଆୟୋଜନ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ଓ ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ପୂର୍ବଭାଦ୍ର ଓ ରେବତୀ ମୀନ, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୯, ଆରାଧନା : ମା’ ତାରା ।
ଜ୍ୟୋତିର୍ବିଦ୍ : କୈଳାସ ଦାଶ
ଯୋଗାଯୋଗ : ୯୪୩୭୧୩୩୪୭୩