ମେଷ :ସକାଳ ୯ଟା ୩୩ ମିନିଟ୍ ପରେ ଦଶମଚନ୍ଦ୍ର ଭୋଗ ହେଉଥିବାରୁ ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁ ବର୍ତ୍ତିତା ଆପଣାଇବେ । କର୍ମ ପ୍ରତି ଏକାଗ୍ରତା ଓ ଆନ୍ତରିକତା ବୃଦ୍ଧି ପାଇବ ଏବଂ ସମସ୍ତ କର୍ମରେ ଆପଣଙ୍କର କର୍ମ ତତ୍ପରତା ଓ କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ମନରେ ସତ୍ ଚିନ୍ତା, ସତ୍ଭାବନା ପ୍ରକାଶ ପାଇବ ଏବଂ ସତ୍ କର୍ମରେ ଅଧିକ ଆଗ୍ରହ ରହିବ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତକର୍ମରେ ନିଜର ଶ୍ରେଷ୍ଠତା ପ୍ରତିପାଦନ କରିବେ । ଯେଉଁମାନଙ୍କର ଦ୍ୱିଜା ମେଷ ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ଗେରୁଆ, ସଂଖ୍ୟା : ୩, ଆରାଧନା : ପ୍ରଭୁହନୁମାନ ।
ବୃଷ :ଘାତବାର ଓ ଅଷ୍ଟମ ଏବଂ ନବମ ଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ ବାଦ ବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ଉଚ୍ଚସ୍ଥାନ ଆରୋହଣ, ଗ୍ୟାସ୍, ଇଲେକ୍ଟ୍ରିକ୍ ଦ୍ରବ୍ୟ ବ୍ୟବହାର ଏବଂ ଯାନବାହନ ଆରୋହଣ କାଳରେ ସତର୍କତା ଅବଲମ୍ବନ କରିବେ ଏବଂ ପିତାମାତା, ଗୁରୁଜନ, ପଦସ୍ଥ ଅଧିକାରୀ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ କଥାବାର୍ତ୍ତାବେଳେ ଯଥା ସମ୍ଭବ ବାକ୍ ସଂଯମତା ରକ୍ଷାକରିବେ । ମନ ଅସ୍ଥିର, ବିଷାଦ ଗ୍ରସ୍ତ ରହିବ ଏବଂ ଅପମାନ, ଅପଯଶ ଓ ଅପନିନ୍ଦା ମିଳିବ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମ ବିବାଦୀୟ ହେବ। ଯେଉଁମାନଙ୍କର କୃତ୍ତିକା ବୃଷ ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ଧଳା, ସଂଖ୍ୟା : ୨, ଆରାଧନା : ମା’ ଗାୟତ୍ରୀ ।
ମିଥୁନ :ସକାଳ ୯ଟା ୩୩ ମିନିଟ୍ ପରେ ଅଷ୍ଟମଚନ୍ଦ୍ର ଯୋଗୁ ଧନ କ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଶାରୀରିକ ପୀଡ଼ା ଭୋଗିବେ । ଅଯଥା ଖର୍ଚ୍ଚ, ପରିବାରର ଖର୍ଚ୍ଚ ଭାର ବୃଦ୍ଧି ପାଇବ ଏବଂ ଖର୍ଚ୍ଚ ଭାରରେ ଅତିଷ୍ଠ ହୋଇ ଋଣ କରିବାକୁ ପଡ଼ି ପାରେ । ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ ଏବଂ ଉଚିତ୍ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍ କର୍ମରେ ଆଗ୍ରହ ରଖିବେ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଦ୍ୱିଗୁଣ ଅଧିକ ହେବ ଏବଂ ଆର୍ଥିକ ସ୍ଥିତି ପ୍ରଭାବିତ ହେବ। କର୍ମରେ ବିଫଳତା ଓ ସମସ୍ତ କର୍ମ କଣ୍ଟକ ସଦୃଶମନେ ହେବ । ଯେଉଁମାନଙ୍କର ଆର୍ଦ୍ରା ମିଥୁନ ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ମେରୁନ୍, ସଂଖ୍ୟା: ୮, ଆରାଧନା : ମା’ ଛିନ୍ନମସ୍ତା ।
କର୍କଟ :ଷଷ୍ଠ ଓ ସପ୍ତମଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ ମାନସିକ, ପାରିବାରିକ ଶାନ୍ତି, ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ ଏବଂ ରୋଗ, ଋଣ, ଦୁଃଖ, ଶୋକ, କ୍ଳେଶ ଏବଂ ମାନସିକ ଅବସାଦରୁ ସାମୟିକ ମୁକ୍ତି ମିଳିବ । ପରିଚିତ ମହିଳାଙ୍କଠାରୁ ସାହାଯ୍ୟ, ସହଯୋଗ ମିଳିବ ଏବଂ ପୁତ୍ରକନ୍ୟା, ଭାତୃ ଭଗ୍ନିଙ୍କ ବୈବାହିକ କର୍ମର ଆୟୋଜନ କରିବେ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ପୁନ ର୍ବସୁ ଓ ଅଶ୍ଲେଷା କର୍କଟ ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ଲାଲ, ସଂଖ୍ୟା: ୩, ଆରାଧନା : ଭଗବାନ ଶିବ ।
ସିଂହ :ଘାତବାର ଓ ପଞ୍ଚମ ଚନ୍ଦ୍ର, ଘାତଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମନୋ ମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଶାରୀରିକ ପୀଡ଼ା ଭୋଗିବେ । ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ, ପରିବାରର ଖର୍ଚ୍ଚ ଭାର ବୃଦ୍ଧି ପାଇବ ଏବଂ ଖର୍ଚ୍ଚ ଭାରରେ ଅତିଷ୍ଠ ହୋଇ ଋଣ କରିବାକୁ ପଡ଼ିପାରେ । ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ ଏବଂ ଶତ୍ରୁ ବୃଦ୍ଧି ଘଟିବ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ବିରୋଧର ଶିକାର ହେବେ । ଯେଉଁମାନଙ୍କର ମଘା ଓ ଉତ୍ତରା ଫାଲ୍ଗୁନୀ ସିଂହ ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ଧଳା, ସଂଖ୍ୟା: ୩, ଆରାଧନା : ମା’ ମାଣିକେଶ୍ୱରୀ ।
କନ୍ୟା :ଘାତବାର ଓ ସକାଳ ୯ଟା ୩୩ମିନିଟ୍ ପରେ କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ରଭୋଗ ହେଉଥିବାରୁ ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ ଏବଂ ଅପମାନ, ଅପଯଶ ଓ ଅପନିନ୍ଦା ମିଳିବ । ସନ୍ତାନମାନେ ବିଶୃଙ୍ଖଳିତ ହେବେ ଏବଂ ସେମାନଙ୍କ ଶୀକ୍ଷା, ଦୀକ୍ଷା ଓ କର୍ମରେ ବିଘ୍ନ ଘଟିବ । ପୈତୃକ ସମ୍ପତ୍ତିକୁ ନେଇ ବିବାଦ ଦେଖା ଦେବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ବୁଝାମଣାର ଅଭାବ ରହିବ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ମାନ୍ଦା ବସ୍ଥା ଲାଗି ରହିବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ଉତ୍ତରା ଫାଲ୍ଗୁନୀ କନ୍ୟା ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ :କଫି, ସଂଖ୍ୟା : ୪, ଆରାଧନା : ଭଗବାନ ବିଷ୍ଣୁ ।
ତୁଳା :ସକାଳ ୯ଟା ୩୩ ମିନିଟ୍ ପର୍ଯ୍ୟନ୍ତ ଘାତଚନ୍ଦ୍ର ଯୋଗୁ ସେ ସମୟ ପର୍ଯ୍ୟନ୍ତ ଯେ କୌଣସି କର୍ମ କରିବା ପୂର୍ବରୁ ଏବଂ ଅନ୍ୟ ସହ କଥାବାର୍ତ୍ତାବେଳେ ସତର୍କତା ଅବଲମ୍ବନ କରିବେ । ଏହାପରେ ଚତୁର୍ଥ ଚନ୍ଦ୍ର ଭୋଗ ହେଉଥିବାରୁ ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ପୂର୍ବରୁ ହୋଇଥିବା କ୍ଷତିର ଭରଣା କରିବାରେ କିଛିମାତ୍ରାରେ ସମର୍ଥ ହେବେ । ସ୍ୱଜନ, ପରିଜନ, ବନ୍ଧୁବାନ୍ଧବଙ୍କ ସହ ସମ୍ପର୍କ ନିବିଡ଼ ହେବ ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ପରିବହନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା ଓ ପଦସ୍ଥ ଅଧିକାରୀଙ୍କ ଶୁଭ ଦୃଷ୍ଟିରେ ରହିବେ । ଯେଉଁମାନଙ୍କର ଚିତ୍ରା ଓ ବିଶାଖା ତୁଳା ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ନୀଳ, ସଂଖ୍ୟା : ୨, ଆରାଧନା : ମା’ କମଳା ।
ବିଛା :ସକାଳ ୯ଟା ୩୩ମିନିଟ୍ ପରେ ତୃତୀୟ ଚନ୍ଦ୍ର ଓ ରବିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଧ୍ୟାନ ଅଧିକ ରହିବ । ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ଭାଇଭଉଣୀଙ୍କ ସାହାଯ୍ୟ, ସହଯୋଗ ମିଳିବ ଏବଂ ଚାଲି ଚଳନ, ବ୍ୟବହାର, କଥାବାର୍ତ୍ତା ମାର୍ଜିତ ଓ ସର୍ବଜନ ଆଦୃତ ହେବ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର କାର୍ଯ୍ୟ ଦକ୍ଷତା ପ୍ରକାଶ ପାଇବ। ଯେଉଁମାନଙ୍କର ବିଶାଖା ଓ ଜ୍ୟେଷ୍ଠା ବିଛା ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୧୧, ଆରାଧନା : ମା’ ବଗଳାମୁଖୀ ।
ଧନୁ :ସକାଳ ୯ଟା ୩୩ ମିନିଟ୍ ପରେ ଦ୍ୱିତୀୟ ଚନ୍ଦ୍ର ଯୋଗୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା, ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ଆର୍ଥିକ ଠକାମିରେ ପଡ଼ିବେ । ମନ ଅସ୍ଥିର, ବିଷାଦ ଗ୍ରସ୍ତ ରହିବ ଏବଂ ଶାରୀରିକ ପୀଡ଼ା ଭୋଗିବେ । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜି ଯାଇପାରେ ଏବଂ ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ି ପାରନ୍ତି । ଆୟ ପାଞ୍ଚ ଟଙ୍କା ହେଲେ ବ୍ୟୟ ପଚିଶ ଟଙ୍କା ହେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ସମସ୍ତକର୍ମରେ ଅଯଥା ବିଳମ୍ବ ଦେଖା ଦେବ । ଯେଉଁମାନଙ୍କର ମୂଳା ଓ ଉତ୍ତରା ଷାଢ଼ା ଧନୁ ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୫, ଆରାଧନା : ପ୍ରଭୁଶ୍ରୀଜଗନ୍ନାଥ ।
ମକର :ଦ୍ୱାଦଶଚନ୍ଦ୍ର, ଶନିବାର ଯୋଗୁ ଧନ, ମାନ, ସମ୍ମାନ, ସ୍ୱଜନରେ ସୁ ସମ୍ପର୍କ, ପରିବାରରେ ସୁଖଶାନ୍ତି, ଲକ୍ଷ୍ମୀଙ୍କର କୃପା ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ମୂଲ୍ୟବାନ ଧାତୁ, ବସନଭୂଷଣ, ସୌଖୀନ ଘରୋଇ ଉପକରଣ କ୍ରୟ କରିବେ ଏବଂ ଆମୋଦ ପ୍ରମୋଦରେ ଅଧିକ ଧନ ବ୍ୟୟ କରିବେ । ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ସହଯୋଗୀଙ୍କ ସହଯୋଗ ମିଳିବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମ ସନ୍ତୋଷ ଓ ଆତ୍ମ ତୃପ୍ତି ରହିବ । କର୍ମରେ ସ୍ୱଳ୍ପ ପରିଶ୍ରମରେ ଅଧିକ ସଫଳତା ମିଳିବ । ଯେଉଁମାନଙ୍କର ଶ୍ରବଣା ଓ ଧନିଷ୍ଠା ମକର ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ :ବାଇଗଣୀ, ସଂଖ୍ୟା : ୬, ଆରାଧନା : ମା’ ଦୁର୍ଗା ।
କୁମ୍ଭ :ସକାଳ ୯ଟା ୩୩ ମିନିଟ୍ ପର୍ଯ୍ୟନ୍ତ ଘାତଚନ୍ଦ୍ର ରହୁଥିବାରୁ ସେ ସମୟ ପର୍ଯ୍ୟନ୍ତ ବାଦ ବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର କଲା ବେଳେ ସତର୍କତା ଅବଲମ୍ବନ କରିବେ । ଏହାପରେ ଦ୍ୱାଦଶଚନ୍ଦ୍ର ଓ ଶନିବାର ଯୋଗୁ ପୂର୍ବରୁ ହୋଇଥିବା କ୍ଷତିର କିଛିମାତ୍ରାରେ ଭରଣା କରିବେ ଏବଂ ସମସ୍ତ ଅସମ୍ପୂର୍ଣ୍ଣ କର୍ମକୁ ପୂର୍ଣ୍ଣାଙ୍ଗ ରୂପ ଦେବାରେ ସମର୍ଥ ହେବେ । ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନେବାରେ ସମର୍ଥ ହେବେ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ଗ୍ରହଣ କରିବେ । ଖର୍ଚ୍ଚ ପ୍ରତି ଅନାଗ୍ରହ, ସଞ୍ଚୟ ପ୍ରତି ମନରେ ଆଗ୍ରହ ପ୍ରକାଶ ପାଇବ ଏବଂ ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ବ୍ୟବସାୟ କର୍ମରେ କୌଣସି ଦୂରସ୍ଥାନକୁ ଯାତ୍ରା କରିବେ । ଯେଉଁମାନଙ୍କର ଧନିଷ୍ଠା ଓ ପୂର୍ବଭାଦ୍ର କୁମ୍ଭ ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ :ମାଟିଆ, ସଂଖ୍ୟା : ୬, ଆରାଧନା : ମା’ ଚଣ୍ଡୀ ।
ମୀନ :ଦଶମ ଓ ଏକାଦଶଚନ୍ଦ୍ର, ଦଶମୀ ଓ ଏକାଦଶୀ ତିଥି ଏବଂ ରବିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ସମସ୍ତ ଆଶା, ଆକାଂକ୍ଷା ଓ ଅଭିଳାଷ ପୂର୍ଣ୍ଣ ହେବ । ସମସ୍ତ ଇପ୍ସିତ ପଦାର୍ଥ ହାତପାହାନ୍ତାରେ ଉପଲବ୍ଧ ହେବ ଏବଂ ଭାଗ୍ୟରେ, କର୍ମରେ ଓ ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ । ଭାଗ୍ୟ, ଭବିଷ୍ୟ, ଭାଗବାନଙ୍କ ପ୍ରତି ଅଗାଧ ବିଶ୍ୱାସ ରହିବ ଏବଂ ଧନ, ସମ୍ପଦ ବୃଦ୍ଧିପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ସୁବିଧା ସୁଯୋଗ ହାସଲ କରିବେ । ଯେଉଁମାନଙ୍କର ପୂର୍ବ ଭାଦ୍ର ଓ ରେବତୀମୀନ ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୭, ଆରାଧନା : ପ୍ରଭୁଗଜାନନ ।
ଜ୍ୟୋତିର୍ବିଦ୍ : କୈଳାସ ଦାଶ
ଯୋଗାଯୋଗ : ୯୪୩୭୧୩୩୪୭୩