ପ୍ରମୁଖ ଖବର
  • ବିହାର ପଟଣାରେ ଭୟାବହ ଅଗ୍ନିକାଣ୍ଡ; ହୁତୁ ହୁତୁ ହୋଇ ଜଳିଲା ହୋଟେଲ, ୩ ମୃତ
  • ||
  • କନିଷ୍ଠ ଶିକ୍ଷକ ନିଯୁକ୍ତି ମାମଲା, ଡିଭିଜନ ବେଞ୍ଚରେ ଅପିଲ କଲେ ରାଜ୍ୟ ସରକାର
  • ||
  • ପୁରୀରେ ପହଞ୍ଚିଲା ଦ୍ବିତୀୟ ପର୍ଯ୍ୟାୟ ରଥକାଠ, ସମୁଦାୟ ୨୫ ଖଣ୍ଡ କାଠ ଆସିଲା
  • ||
  • ବିଶ୍ୱ ମ୍ୟାଲେରିଆ ଦିବସ, ଏ ବର୍ଷର ଥିମ ‘ଅଧିକ ସମନ୍ୱିତ ବିଶ୍ୱ ପାଇଁ ମ୍ୟାଲେରିଆ ବିରୋଧୀ ଲଢ଼େଇକୁ ତ୍ୱରାନ୍ୱିତ କରିବା’
  • ||
  • ରବିବାର କଟକ ଆସିବେ ରାହୁଲ ଗାନ୍ଧୀ, କଂଗ୍ରେସ କର୍ମୀଙ୍କୁ ଦେବେ ବିଜୟ ମନ୍ତ୍ର
  • ||
  • IPL 2024: ଆଜି ବେଙ୍ଗାଲୁରୁକୁ ଭେଟିବ ହାଇଦ୍ରାବାଦ, ପ୍ଲେ-ଅଫ ପାଇଁ ରୟାଲ୍‌ ଚ୍ୟାଲେଞ୍ଜର୍ସର ଶେଷ ସୁଯୋଗ
  • ||
  • ଓଡ଼ିଶାର ପ୍ରଥମ ହସ୍ପିଟାଲ: ସମ୍‌ ଅଲ୍ଟିମେଟ୍‌ ମେଡିକେୟାରକୁ ଜେସିଆଇ ପ୍ରାଇମ୍‌ ସାର୍ଟିଫିକେଟ୍‌
  • ||

ମଙ୍ଗଳବାର ରାଶିଫଳ: ଏହି ରାଶିରେ ବ୍ୟକ୍ତି ଅଯଥା ଖର୍ଚ୍ଚ ଓ ବଦଖର୍ଚ୍ଚରେ ଅତିଷ୍ଠ ହୋଇ ଋଣଗ୍ରସ୍ତ ହୋଇପାରନ୍ତି

ମେଷ: ଶୁକ୍ଳପକ୍ଷର ଚତୁର୍ଥ ଚନ୍ଦ୍ର ହେତୁ ସ୍ୱଜନ, ପ୍ରିୟଜନ, ବନ୍ଧୁବାନ୍ଧବ ଓ ପଡ଼ୋଶୀଙ୍କ ସହ ତିକ୍ତତା, ଯାନବାହନରେ ଖର୍ଚ୍ଚାନ୍ତ, ଆର୍ଥିକ କ୍ଷତି, ଆର୍ଥିକ ଠକାମି ଓ ମାଲି ମକଦ୍ଦମାର ଭୟ ରହିଛି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଏବଂ କର୍ମରେ ବିଫଳତା ଦେଖାଦେବ । ମନରେ ଅସ୍ଥିରତା, ପରିବାରରେ ବିବାଦ ଏବଂ ସାମାନ୍ୟ ଶାରୀରିକ ପୀଡ଼ା ଭୋଗିବେ । ଯେଉଁମାନଙ୍କର କୃତ୍ତିକା ମେଷ ସେମାନେ ଦୁର୍ଘଟଣା ପ୍ରତି ସତର୍କ ହେବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌  କର୍ମରୁ ବିଚ୍ୟୁତ ହେବେ । ମହିଳାମାନଙ୍କର ଗୁରୁଜନଙ୍କ ସହ ବିବାଦ ହେବ ।

ଶୁଭରଙ୍ଗ-ହଳଦିଆ, ଶୁଭସଂଖ୍ୟା-୩, ଆରାଧନା-ପ୍ରଭୁ ହନୁମାନ ।

ବୃଷ: ପରିବାର ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା, ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି ଏବଂ ଭାଇ, ଭଉଣୀଙ୍କ ପ୍ରତି ସ୍ନେହ ଓ ଶ୍ରଦ୍ଧାଭାବ ଜାଗ୍ରତ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ, ନୂତନ ବ୍ୟବସାୟ ପାଇଁ ଉଦ୍ୟମ ଜାରି ରଖିବେ । କର୍ମରେ ସଫଳତା ଏବଂ ସମସ୍ତ କର୍ମରେ ଆପଣଙ୍କର କାର୍ଯ୍ୟଦକ୍ଷତା ଓ କର୍ମକୁଶଳତା ପ୍ରକାଶ ପାଇବ । ଯେଉଁମାନଙ୍କର ରୋହିଣୀ ବୃଷ ସେମାନେ ସୁଫଳ ପାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ସ୍ୱକର୍ମରେ ମନୋନିବେଶ କରିବେ । ମହିଳାମାନେ ଭାତୃପ୍ରେମୀ ହେବେ ।

ଶୁଭରଙ୍ଗ-ନୀଳ, ଶୁଭସଂଖ୍ୟା-୧୨, ଆରାଧନା-ମା କମଳା ।

ମିଥୁନ: ଶୁକ୍ଳପକ୍ଷର ଦ୍ୱିତୀୟ ଚନ୍ଦ୍ର ହେତୁ ଧନ ଓ ଆୟ ପ୍ରତି ମନରେ ଅଧିକ ଦୁର୍ବଳତା ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ  ଉତ୍ତମ ହେବ ଏବଂ କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ହେବ । ଆର୍ଥିକ ଅବସ୍ଥାରେ ଉନ୍ନତି, ଧନର ସଦ୍‌ବିନିଯୋଗ ଏବଂ ଉନ୍ନତ ଚିନ୍ତାଧାରା ମନରେ ପ୍ରକାଶ ପାଇବ । କର୍ମରେ ସଫଳତା ମିଳିଲେ ମଧ୍ୟ କିଛି ସମସ୍ୟା ଓ ପ୍ରତିବନ୍ଧକ ଦେଖାଦେବ । ମନ ଅସ୍ଥିର ରହିବ ଓ ସାମାନ୍ୟ ଶାରୀରିକ ପୀଡ଼ା ଭୋଗିବେ । ଯେଉଁମାନଙ୍କର ଆର୍ଦ୍ରା ମିଥୁନ ସେମାନେ ସୁଫଳ ପାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଅବହେଳା କରିବେ । ମହିଳାମାନେ ସଞ୍ଚୟ କରିବାରେ ରୁଚି ରଖିବେ ।
ଶୁଭରଙ୍ଗ-କଫି, ଶୁଭସଂଖ୍ୟା-୪, ଆରାଧନା-ମା
ଛିନ୍ନମସ୍ତା ।

କର୍କଟ: ଶ୍ରୀଚନ୍ଦ୍ର ହେତୁ ଧନ, ମାନ, ସମ୍ମାନ, ଖ୍ୟାତି, ସୁଖ୍ୟାତି, ଯଶ, କୀର୍ତ୍ତି ଏବଂ ଲକ୍ଷ୍ମୀଙ୍କର କୃପା ଆପଣଙ୍କ ଉପରେ ରହିବ । ଆମୋଦ ପ୍ରମୋଦ ଓ ମଉଜ ମଜଲିସ୍‌ ପ୍ରତି ଅଧିକ ଆଗ୍ରହ ଆସିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ରହିବ । କର୍ମରେ ପରିଶ୍ରମ ତୁଳନାରେ ଅଧିକ ସଫଳତା ମିଳିବ । ସମସ୍ତଙ୍କର ସ୍ନେହ,ଶ୍ରଦ୍ଧା ଲାଭ କରିବେ । ଯେଉଁମାନଙ୍କର ପୁଷ୍ୟା କର୍କଟ ସେମାନେ ସୁଫଳ ପାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ମଉଜ ମଜଲିସ୍‌ରେ ମନ ଦେବେ । ମହିଳାମାନେ ସୌଭାଗ୍ୟବତୀ ହେବେ । ଶୁଭରଙ୍ଗ-ହଳଦିଆ, ଶୁଭସଂଖ୍ୟା-୨, ଆରାଧନା-ଭଗବାନ ଶିବ ।

ସିଂହ: ଅଯଥା ଖର୍ଚ୍ଚ ଓ ବଦଖର୍ଚ୍ଚରେ ଅତିଷ୍ଠ ହୋଇ ଋଣଗ୍ରସ୍ତ ହୋଇପାରନ୍ତି । ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହଭାବ ପ୍ରକାଶ ପାଇବ । ଠିକ୍‌ ସମୟରେ ଠିକ୍‌ ନିଷ୍ପତ୍ତି ନେବାରେ ଅସମର୍ଥ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଠାରୁ ବ୍ୟୟ ବହୁ ଅଧିକ ହେବ । ବୃଥା ଭ୍ରମଣ, ଅଯଥା ବିବାଦ ଓ ସାମାନ୍ୟ ଶାରୀରିକ ଅସୁସ୍ଥତା ଭୋଗ କରିପାରନ୍ତି । କର୍ମରେ ବିଫଳତା ଓ କର୍ମପ୍ରତି ଅନାଗ୍ରହ ଓ ଆଳସ୍ୟତା ଭାବ ପ୍ରକାଶ ପାଇବ । ଯେଉଁମାନଙ୍କର ଉତ୍ତରାଫାଲ୍‌ଗୁନୀ ସିଂହ ସେମାନେ ସତର୍କ ହେବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଆଳସ୍ୟତା କରିବେ । ମହିଳାମାନେ ଅସ୍ଥିରମନା ହେବେ।
ଶୁଭରଙ୍ଗ-ଲାଲ, ଶୁଭସଂଖ୍ୟା-୬, ଆରାଧନା-ପ୍ରଭୁ ଶ୍ରୀଜଗନ୍ନାଥ ।

କନ୍ୟା: ଏକାଦଶୀ ଚନ୍ଦ୍ର ହେତୁ ଆୟର ମାର୍ଗ ଅତି ଉତ୍ତମ ରହିବ । ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ହୃତଧନ ଫେରିପାଇବେ । ଉନ୍ନତିମୂଳକ କର୍ମ ପ୍ରତି ଅଧିକ ଧ୍ୟାନ ରହିବ ଏବଂ ଧନର ସତ୍‌ ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟରେ ଆୟ ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା, ଦରମାରେ କିଛି ବୃଦ୍ଧି ଏବଂ ସହକର୍ମୀଙ୍କ ସହିତ ସ୍ନେହଶ୍ରଦ୍ଧା ଭାବ ପ୍ରକାଶ ପାଇବ । ଯେଉଁମାନଙ୍କର ହସ୍ତା କନ୍ୟା ସେମାନେ ସୁଫଳ ପାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ଉଚ୍ଚମନା ହେବେ । ମହିଳାମାନେ ଆତ୍ମନିର୍ଭରଶୀଳ ହେବେ ।

ଶୁଭରଙ୍ଗ-ଚକୋଳେଟ୍‌, ଶୁଭସଂଖ୍ୟା-୪, ଆରାଧନା- ତ୍ରିପୁର ସୁନ୍ଦରୀ ।

ତୁଳା: ନୂତନ କର୍ମାରମ୍ଭ କରିପାରନ୍ତି କିମ୍ବା ନୂତନ ନିଯୁକ୍ତିର ଖବର ମିଳିପାରେ । ମନରେ ସତ୍‌ଚିନ୍ତା, ସତ୍‌ଭାବନା ପ୍ରକାଶ ପାଇବ ଏବଂ ସତ୍‌କର୍ମରେ ଅଧିକ ଆଗ୍ରହ ରଖିବେ । ଅନୁଚିତ୍‌ କର୍ମ ପ୍ରତି ମନରେ ବିତୃଷ୍ଣା ଓ ଉଚିତ୍‌ କର୍ମ ପ୍ରତି ମନରେ ଆଗ୍ରହ ଜାତ ହେବ । ସମସ୍ତ କର୍ମରେ ସଫଳତା ଏବଂ କର୍ମ ପ୍ରତି ଆନ୍ତରିକତା ଅଧିକ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ ଦେହ, ମନ ସୁସ୍ଥ ରହିବ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ସ୍ୱକର୍ମରେ ଧ୍ୟାନ ଦେବେ । ମହିଳାମାନଙ୍କର କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ ।

ଶୁଭରଙ୍ଗ-ସିଲ୍‌ଭର, ଶୁଭସଂଖ୍ୟା-୧୨, ଆରାଧନା-ପ୍ରଭୁ ଶ୍ରୀରାମ ।

ବିଛା: ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ଏବଂ ଜନସମ୍ପର୍କ ବୃ୍‌ଦ୍ଧି ପାଇବ । •ଲିଚଳନ, ବ୍ୟବହାର ମାର୍ଜିତ ଏବଂ ସର୍ବଜନ ଆଦୃତ ହେବ । ଭାଗ୍ୟରେ, କର୍ମରେ ଏବଂ ଆର୍ôଥକ ଅବସ୍ଥାରେ ଆଖିଦୃଶିଆ ଅଭିବୃଦ୍ଧି ଘଟିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା, ସମ୍ମାନ ଏବଂ ସମସ୍ତଙ୍କର ଶ୍ରଦ୍ଧାଭାଜନ ହେବେ । ଯେଉଁମାନଙ୍କର ଅନୁରାଧା ବିଛା ସେମାନେ ସୁଫଳ ପାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ଯଶସ୍ୱୀ ହେବେ । ମହିଳାମାନେ ଉଚ୍ଚାଭିଳାଷୀ ହେବେ ।

ଶୁଭରଙ୍ଗ-ଲାଲ, ଶୁଭସଂଖ୍ୟା-୩, ଆରାଧନା-ପ୍ରଭୁ ହନୁମାନ ।

ଧନୁ: ଅଷ୍ଟମ ଚନ୍ଦ୍ର ହେତୁ ଚାଲିଚଳନ, ବ୍ୟବହାର ବିବାଦୀୟ ହେବ । ମନରେ ବିରକ୍ତିଭାବ, ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ । ଉଚିତ୍‌ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍‌ କର୍ମ ପ୍ରତି ଆଗ୍ରହୀ ହେବେ ଏବଂ ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ ଆର୍ଥିକ ସଙ୍କଟ ଉତ୍କଟ ହେବ । କର୍ମରେ ବିଫଳତା, କର୍ମପ୍ରତି ଅନାଗ୍ରହଭାବ ଏବଂ ସମସ୍ତ କର୍ମ କଣ୍ଟକ ସଦୃଶ ମନେ ହେବ । ବିନା କାରଣରେ ବହୁତ ବ୍ୟସ୍ତ ରହିବେ ଓ ସାମାନ୍ୟ ଶାରୀରିକ ପୀଡ଼ା ଭୋଗିବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରୁ ବିଚ୍ୟୁତ ହେବେ । ମହିଳାମାନେ ଉଦର ଯନ୍ତ୍ରଣା ଭୋଗିବେ ।
ଶୁଭରଙ୍ଗ-ହଳଦିଆ, ଶୁଭସଂଖ୍ୟା-୧, ଆରାଧନା-ପ୍ରଭୁ ଗଜାନନ ।

ମକର: ଘାତବାର ଓ ସପ୍ତମ ଚନ୍ଦ୍ର ହେତୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃ୍‌ପ୍ତି ମିଳିବ ନାହିଁ । ମନରେ ଅସ୍ଥିରତା ଓ ବିରକ୍ତିଭାବ ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ  ଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ । କର୍ମରେ ସଫଳତା, ମହିଳା ସହକର୍ମୀଙ୍କ ସହାୟତା ଓ ପଦମର୍ଯ୍ୟାଦା ଅତୁଟ ରହିବ । ପରିବାରରେ ସୁଖଶାନ୍ତି ଓ ଦାମ୍ପତ୍ୟ ଜୀବନ ମଧୁର ହେବ । ଯେଉଁମାନଙ୍କର ଶ୍ରବଣା ମକର ସେମାନେ ସୁଫଳ ପାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ଆମୋଦ ପ୍ରମୋଦରେ ମନ ଦେବେ । ମହିଳାମାନେ ଆଭୂଷଣ ପ୍ରିୟା ହେବେ ।
ଶୁଭରଙ୍ଗ-କଳା, ଶୁଭସଂଖ୍ୟା-୩, ଆରାଧନା- ମା
ଦକ୍ଷିଣ କାଳୀ ।

କୁମ୍ଭ : ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଆପଣେଇବେ । ଆପଣଙ୍କ ବକ୍ତବ୍ୟରେ ସମସ୍ତଙ୍କୁ ବଶୀଭୂତ କରିବାର ଶକ୍ତି ଜାଗ୍ରତ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତି ସୁଦୃଢ଼ ହେବ । କର୍ମରେ ସଫଳତା, ସହକର୍ମୀଙ୍କ ସହଯୋଗ ଏବଂ ସମସ୍ତଙ୍କର ପ୍ରଶଂସାଭାଜନ ହେବେ । ଯେଉଁମାନଙ୍କର ଶତଭିଷା କୁମ୍ଭ ସେମାନେ ସୁଫଳ ପାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ଉଚ୍ଚମନା ହେବେ । ମହିଳାମାନେ ସ୍ୱାଭିମାନୀ ହେବେ ।
ଶୁଭରଙ୍ଗ-ବାଇଗଣୀ, ଶୁଭସଂଖ୍ୟା-୧୧, ଆରାଧନା-ମା
ଦୁର୍ଗା ।

ମୀନ: ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା ବ୍ୟାପକ ହେବ । ନୂତନ ବିଦ୍ୟା ଓ କଳା, ସଂସ୍କୃତି ପ୍ରତି ଅଧିକ ଆଗ୍ରହ ରହିବ । ଜନମଙ୍ଗଳ ଓ ସାମାଜିକ କର୍ମରେ ନିଜକୁ ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ । କର୍ମରେ ଆଶାଠାରୁ ଅଧିକ ସଫଳତା, ସମ୍ମାନ ଓ କର୍ମସ୍ଥାନର ସମସ୍ତ ସୁବିଧାସୁଯୋଗ ହାସଲ କରିବେ । ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ସମସ୍ତଙ୍କର ସ୍ନେହଶ୍ରଦ୍ଧାର ପାତ୍ର ହେବେ । ଯେଉଁମାନଙ୍କର ଉତ୍ତରଭାଦ୍ର ମୀନ ସେମାନେ ସୁଫଳ ପାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ସୁନାମ ଅର୍ଜନ କରିବେ । ମହିଳାମାନେ ପ୍ରଶଂସାର ପାତ୍ରୀ ହେବେ ।

ଶୁଭରଙ୍ଗ-ଲାଲ, ଶୁଭସଂଖ୍ୟା-୫, ଆରାଧନା- ମା ଧୂମାବତୀ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.